< ଯିଖରୀୟ 11 >

1 ହେ ଲିବାନୋନ, ତୁମ୍ଭର ଏରସ ବୃକ୍ଷ ସକଳକୁ ଅଗ୍ନି ଯେପରି ଗ୍ରାସ କରିବ, ଏଥିପାଇଁ ତୁମ୍ଭର କବାଟସବୁ ଖୋଲି ଦିଅ।
פתח לבנון דלתיך ותאכל אש בארזיך
2 ହେ ଦେବଦାରୁ ବୃକ୍ଷ, ହାହାକାର କର, କାରଣ ଏରସ ବୃକ୍ଷ ପତିତ ହେଲା, ମନୋହର ବୃକ୍ଷସବୁ ନଷ୍ଟ ହେଲା; ହେ ବାଶନର ଅଲୋନ ବୃକ୍ଷସବୁ, ହାହାକାର କର, କାରଣ ଦୁର୍ଗମ ବନ ଭୂମିସାତ୍‍ ହେଲା।
הילל ברוש כי נפל ארז אשר אדרים שדדו הילילו אלוני בשן כי ירד יער הבצור (הבציר)
3 ମେଷପାଳକଗଣର ହାହାକାର ରବ! କାରଣ ସେମାନଙ୍କର ଗୌରବ ନଷ୍ଟ ହେଲା। ଯୁବା ସିଂହଗଣର ଗର୍ଜ୍ଜନ ରବ! କାରଣ ଯର୍ଦ୍ଦନର ଦର୍ପସ୍ଥାନ ନଷ୍ଟ ହେଲା।
קול יללת הרעים כי שדדה אדרתם קול שאגת כפירים כי שדד גאון הירדן
4 ସଦାପ୍ରଭୁ ମୋʼ ପରମେଶ୍ୱର ଏହି କଥା କହିଲେ, “ଏହି ବଧ ହେବାକୁ ଥିବା ପଲକୁ ଚରାଅ।
כה אמר יהוה אלהי רעה את צאן ההרגה
5 ସେମାନଙ୍କୁ ଯେଉଁମାନେ କ୍ରୟ କରି ବଧ କରନ୍ତି ମାତ୍ର ଦଣ୍ଡ ପାଆନ୍ତି ନାହିଁ; ଆଉ, ଯେଉଁମାନେ ସେମାନଙ୍କୁ ବିକ୍ରୟ କରନ୍ତି, ସେମାନେ କହନ୍ତି, ସଦାପ୍ରଭୁ ଧନ୍ୟ ହେଉନ୍ତୁ, କାରଣ ମୁଁ ଧନୀ ହୋଇଅଛି ଓ ସେମାନଙ୍କର ନିଜ ପାଳକମାନେ ସେମାନଙ୍କୁ ଦୟା କରି ନାହାନ୍ତି।
אשר קניהן יהרגן ולא יאשמו ומכריהן יאמר ברוך יהוה ואעשר ורעיהם לא יחמול עליהן
6 କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଦେଶ ନିବାସୀମାନଙ୍କୁ ଆଉ ଦୟା କରିବା ନାହିଁ; ମାତ୍ର ଦେଖ, ଆମ୍ଭେ ମନୁଷ୍ୟମାନଙ୍କ ମଧ୍ୟରେ ପ୍ରତ୍ୟେକ ଜଣକୁ ତାହାର ପ୍ରତିବାସୀର ହସ୍ତରେ ଓ ତାହାର ରାଜାର ହସ୍ତରେ ସମର୍ପଣ କରିବା; ତହିଁରେ ସେମାନେ ଦେଶକୁ ଆଘାତ କରିବେ ଓ ସେମାନଙ୍କ ହସ୍ତରୁ ଆମ୍ଭେ ସେମାନଙ୍କୁ ଉଦ୍ଧାର କରିବା ନାହିଁ।”
כי לא אחמול עוד על ישבי הארץ--נאם יהוה והנה אנכי ממציא את האדם איש ביד רעהו וביד מלכו וכתתו את הארץ ולא אציל מידם
7 ଏଥିରେ ମୁଁ ସେହି ବଧ ନିମନ୍ତେ ଥିବା ପଲକୁ, ଓ ପ୍ରକୃତ ପଲମାନଙ୍କୁ ଚରାଇଲି; ପୁଣି, ମୁଁ ଦୁଇଗୋଟି ଯଷ୍ଟି ନେଇ ଗୋଟିକର ନାମ ଶୋଭା ଓ ଅନ୍ୟଟିର ନାମ ବନ୍ଧନୀ ଦେଲି ଆଉ, ମୁଁ ପଲ ଚରାଇଲି।
וארעה את צאן ההרגה לכן עניי הצאן ואקח לי שני מקלות לאחד קראתי נעם ולאחד קראתי חבלים וארעה את הצאן
8 ଆଉ, ମୁଁ ଏକ ମାସ ମଧ୍ୟରେ ତିନି ଜଣ ପାଳକଙ୍କୁ ଉଚ୍ଛିନ୍ନ କଲି; କାରଣ ସେମାନଙ୍କ ବିଷୟରେ ମୋର ପ୍ରାଣ ବିରକ୍ତି ହୋଇଥିଲା, ମଧ୍ୟ ସେମାନଙ୍କ ପ୍ରାଣ ମୋତେ ଘୃଣା କଲା।
ואכחד את שלשת הרעים בירח אחד ותקצר נפשי בהם וגם נפשם בחלה בי
9 ସେତେବେଳେ ମୁଁ କହିଲି, “ମୁଁ ତୁମ୍ଭମାନଙ୍କୁ ଚରାଇବି ନାହିଁ; ଯେ ମରିବ, ସେ ମରୁ ଓ ଯାହାର ଉଚ୍ଛିନ୍ନ ହେବାର ଅଛି, ସେ ଉଚ୍ଛିନ୍ନ ହେଉ ଓ ଯେଉଁମାନେ ଅବଶିଷ୍ଟ ରହନ୍ତି, ସେମାନଙ୍କର ଏକ ଜଣ ଅନ୍ୟର ମାଂସ ଖାଉ।”
ואמר לא ארעה אתכם המתה תמות והנכחדת תכחד והנשארות תאכלנה אשה את בשר רעותה
10 ପୁଣି, ମୁଁ ଆପଣା ଶୋଭା ନାମକ ଯଷ୍ଟି ନେଲି ଓ ସବୁ ଗୋଷ୍ଠୀ ସଙ୍ଗରେ ମୁଁ ଯେଉଁ ନିୟମ କରିଥିଲି, ତାହା ଭାଙ୍ଗିବା ନିମନ୍ତେ ସେହି ଯଷ୍ଟିକୁ ଖଣ୍ଡ ଖଣ୍ଡ କରି କାଟିଲି।
ואקח את מקלי את נעם ואגדע אתו--להפיר את בריתי אשר כרתי את כל העמים
11 ଆଉ, ତାହା ସେହି ଦିନ ଭଗ୍ନ ହେଲା; ତହିଁରେ ପଲର ଯତ୍ନ ଯେଉଁମାନେ ନିଅନ୍ତି ମୋʼ କଥାରେ ମନୋଯୋଗ କଲେ; ସେମାନେ ତାହା ଯେ ସଦାପ୍ରଭୁଙ୍କର ବାକ୍ୟ, ଏହା ଜାଣିଲେ।
ותפר ביום ההוא וידעו כן עניי הצאן השמרים אתי כי דבר יהוה הוא
12 ପୁଣି, ମୁଁ ସେମାନଙ୍କୁ କହିଲି, “ଯଦି ତୁମ୍ଭେମାନେ ଭଲ ବୋଧ କର, ତେବେ ମୋର ବେତନ ମୋତେ ଦିଅ; ନୋହିଲେ କ୍ଷାନ୍ତ ହୁଅ।” ତହିଁରେ ସେମାନେ ମୋର ବେତନ ନିମନ୍ତେ ତିରିଶ ରୌପ୍ୟ ମୁଦ୍ରା ତୌଲି କରିଦେଲେ।
ואמר אליהם אם טוב בעיניכם הבו שכרי--ואם לא חדלו וישקלו את שכרי שלשים כסף
13 ଆଉ, ସଦାପ୍ରଭୁ ମୋତେ କହିଲେ, “ଏହା କୁମ୍ଭକାର ନିକଟରେ ପକାଇଦିଅ, ଏହି ବିଲକ୍ଷଣ ମୂଲ୍ୟରେ ସେମାନେ ଆମ୍ଭର ମୂଲ୍ୟ ନିର୍ଣ୍ଣୟ କରିଅଛନ୍ତି।” ତହିଁରେ ମୁଁ ସେହି ତିରିଶ ରୌପ୍ୟ ମୁଦ୍ରା ନେଇ ସଦାପ୍ରଭୁଙ୍କ ଗୃହରେ କୁମ୍ଭକାର ନିକଟରେ ପକାଇଦେଲି
ויאמר יהוה אלי השליכהו אל היוצר אדר היקר אשר יקרתי מעליהם ואקחה שלשים הכסף ואשליך אתו בית יהוה אל היוצר
14 ଏଉତ୍ତାରେ ମୁଁ ବନ୍ଧନୀ ନାମକ ମୋହର ଅନ୍ୟ ଯଷ୍ଟି ନେଇ ଯିହୁଦାର ଓ ଇସ୍ରାଏଲର ମଧ୍ୟରେ ଭ୍ରାତୃଭାବ ଭଗ୍ନ କରିବା ନିମନ୍ତେ ତାହା ଖଣ୍ଡ ଖଣ୍ଡ କରି କାଟିଲି।
ואגדע את מקלי השני את החבלים--להפר את האחוה בין יהודה ובין ישראל
15 ଏଥିଉତ୍ତାରେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ପୁନର୍ବାର ଏକ ନିର୍ବୋଧ ମେଷପାଳକର ସଜ ନିଅ।
ויאמר יהוה אלי עוד קח לך כלי רעה אולי
16 କାରଣ ଦେଖ, ଆମ୍ଭେ ଦେଶ ମଧ୍ୟରେ ଏକ ପାଳକ ଉତ୍ପନ୍ନ କରାଇବା, ସେ ଉଚ୍ଛିନ୍ନ ଲୋକମାନଙ୍କର ତତ୍ତ୍ୱାବଧାନ କରିବ ନାହିଁ, କିଅବା, ଭଗ୍ନାଙ୍ଗମାନଙ୍କୁ ସୁସ୍ଥ କରିବ ନାହିଁ; ଅଥବା ସୁସ୍ଥମାନଙ୍କୁ ଚରାଇବ ନାହିଁ, ମାତ୍ର ସେ ହୃଷ୍ଟପୁଷ୍ଟ ମେଷଗଣର ମାଂସ ଭୋଜନ କରିବ ଓ ସେମାନଙ୍କର ଖୁରା ଖଣ୍ଡ ଖଣ୍ଡ କରି ବିଦୀର୍ଣ୍ଣ କରିବ।
כי הנה אנכי מקים רעה בארץ הנכחדות לא יפקד הנער לא יבקש והנשברת לא ירפא הנצבה לא יכלכל ובשר הבריאה יאכל ופרסיהן יפרק
17 ଯେଉଁ ଅକର୍ମଣ୍ୟ ପାଳକ ପଲ ତ୍ୟାଗ କରେ, ସେ ସନ୍ତାପର ପାତ୍ର! ତାହାର ବାହୁରେ ଓ ଡାହାଣ ଚକ୍ଷୁରେ ଖଡ୍ଗ ପଡ଼ିବ; ତାହାର ବାହୁ ସମ୍ପୂର୍ଣ୍ଣ ରୂପେ ଶୁଷ୍କ ହେବ ଓ ତାହାର ଡାହାଣ ଚକ୍ଷୁ ସମ୍ପୂର୍ଣ୍ଣ ଅନ୍ଧ ହେବ।”
הוי רעי האליל עזבי הצאן חרב על זרועו ועל עין ימינו זרעו יבוש תיבש ועין ימינו כהה תכהה

< ଯିଖରୀୟ 11 >