< ଯିଖରୀୟ 12 >

1 ଇସ୍ରାଏଲ ବିଷୟରେ ସଦାପ୍ରଭୁଙ୍କର ବାକ୍ୟ। ଯେ ଆକାଶମଣ୍ଡଳ ବିସ୍ତାର କରନ୍ତି ଓ ପୃଥିବୀର ଭିତ୍ତିମୂଳ ସ୍ଥାପନ କରନ୍ତି ଓ ମନୁଷ୍ୟର ଅନ୍ତରରେ ଆତ୍ମା ନିର୍ମାଣ କରନ୍ତି, ସେହି ସଦାପ୍ରଭୁ ଏହି କଥା କହନ୍ତି।
Uthenga wa Yehova kwa Israeli. Yehova, amene amayala mlengalenga, amene amayika maziko a dziko lapansi, ndiponso amene amalenga mzimu wokhala mwa munthu, akunena kuti,
2 “ଦେଖ, ଆମ୍ଭେ ଚତୁର୍ଦ୍ଦିଗସ୍ଥିତ ସମସ୍ତ ଗୋଷ୍ଠୀ ପ୍ରତି ଯିରୂଶାଲମକୁ ଟଳଟଳଜନକ ପାନପାତ୍ର ସ୍ୱରୂପ କରିବା ଓ ଯିରୂଶାଲମର ଅବରୋଧ ସମୟରେ ଯିହୁଦା ଉପରେ ମଧ୍ୟ ବର୍ତ୍ତିବ।
“Taonani, ndidzasandutsa Yerusalemu kukhala chakumwa choledzeretsa chimene chidzasokoneza mitundu yonse ya anthu yomuzungulira. Yuda adzazingidwa pamodzinso ndi Yerusalemu.
3 ପୁଣି, ସେହି ଦିନ ଆମ୍ଭେ ଯିରୂଶାଲମକୁ ସମସ୍ତ ଗୋଷ୍ଠୀ ପ୍ରତି ଭାର ସ୍ୱରୂପ ପ୍ରସ୍ତର କରିବା; ଯେଉଁମାନେ ସେହି ପ୍ରସ୍ତର ଉଠାଇବା ପାଇଁ ଚେଷ୍ଟା କରନ୍ତି, ସେହି ସମସ୍ତେ ଅତ୍ୟନ୍ତ କ୍ଷତବିକ୍ଷତ ହେବେ ଓ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ତାହା ବିରୁଦ୍ଧରେ ଏକତ୍ରିତ ହେବେ।
Pa tsiku limenelo, pamene mitundu yonse ya anthu a dziko lapansi idzasonkhana kulimbana naye, ndidzasandutsa Yerusalemu thanthwe losatheka kusunthidwa ndi mitundu yonse ya anthu. Onse oyesa kumusuntha adzadzipweteka.
4 ସଦାପ୍ରଭୁ କହନ୍ତି, ସେହି ଦିନ ଆମ୍ଭେ ପ୍ରତ୍ୟେକ ଅଶ୍ୱକୁ ଆତଙ୍କରେ ଓ ଆରୋହୀକୁ ପାଗଳାମିରେ ଆଘାତ କରିବା ଆଉ, ଆମ୍ଭେ ଯିହୁଦା ବଂଶ ପ୍ରତି ଆପଣା ଚକ୍ଷୁ ମେଲାଇ ଗୋଷ୍ଠୀଗଣର ପ୍ରତ୍ୟେକ ଅଶ୍ୱକୁ ଅନ୍ଧ କରିବା।
Pa tsiku limenelo kavalo aliyense ndidzamuchititsa mantha kuti asokonezeke, ndipo wokwerapo wake ndidzamuchititsa misala,” akutero Yehova. “Ndidzayangʼanira nyumba ya Yuda koma ndidzachititsa khungu akavalo onse a anthu a mitundu ina.
5 ପୁଣି, ଯିହୁଦାର ଅଧ୍ୟକ୍ଷଗଣ ଆପଣା ଆପଣା ମନରେ କହିବେ, ‘ଯିରୂଶାଲମର ନିବାସୀମାନେ ଆମର ବଳ ସ୍ୱରୂପ ଅଟନ୍ତି କାରଣ ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଅଟନ୍ତି।’
Pamenepo atsogoleri a Yuda adzayankhula mʼmitima mwawo kuti, ‘Anthu a ku Yerusalemu ndi amphamvu, chifukwa Yehova Wamphamvuzonse ndiye Mulungu wawo.’
6 ସେହି ଦିନ ଆମ୍ଭେ ଯିହୁଦାର ଅଧ୍ୟକ୍ଷଗଣକୁ କାଷ୍ଠ ମଧ୍ୟରେ ଅଗ୍ନିଧାରୀ ପାତ୍ର ସ୍ୱରୂପ ଓ ଶସ୍ୟବିଡ଼ା ମଧ୍ୟରେ ମଶାଲ ସ୍ୱରୂପ କରିବା ଆଉ, ସେମାନେ ଦକ୍ଷିଣ ଓ ବାମରେ ଚତୁଃପାର୍ଶ୍ଵସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ ଗ୍ରାସ କରିବେ; ଆଉ, ଯିରୂଶାଲମ ପୁନର୍ବାର ସ୍ୱ ସ୍ଥାନରେ, ଅର୍ଥାତ୍‍, ଯିରୂଶାଲମରେ ବାସ କରିବ।
“Pa tsiku limenelo ndidzasandutsa atsogoleri a Yuda kukhala ngati mbawula yotentha pakati pa nkhuni, ngati sakali yoyaka pa mitolo ya tirigu. Adzatentha mitundu yonse ya anthu yowazungulira, kumanja ndi kumanzere, koma Yerusalemu sadzasuntha pa malo ake.
7 ଆହୁରି, ଦାଉଦ-ବଂଶର ଗୌରବ ଓ ଯିରୂଶାଲମ ନିବାସୀଗଣର ଗୌରବ ଯେପରି ଯିହୁଦା ବଂଶର ଉପରେ ଉନ୍ନତ ନ ହୁଏ, ଏଥିପାଇଁ ସଦାପ୍ରଭୁ ପ୍ରଥମରେ ଯିହୁଦାର ତମ୍ବୁସବୁକୁ ଉଦ୍ଧାର କରିବେ।
“Yehova adzapulumutsa malo okhala Yuda poyamba, kuti ulemu wa nyumba ya Davide ndi wa anthu okhala mu Yerusalemu usapambane ulemu wa Yuda.
8 ସେହି ଦିନ ସଦାପ୍ରଭୁ ଯିରୂଶାଲମର ନିବାସୀଗଣକୁ ରକ୍ଷା କରିବେ ଓ ସେମାନଙ୍କ ମଧ୍ୟରେ ଯେଉଁ ଜନ ଦୁର୍ବଳ, ସେହି ଦିନ ସେ ଦାଉଦ ପରି ହେବ ଓ ଦାଉଦ ବଂଶ ପରମେଶ୍ୱରଙ୍କ ପରି, ସେମାନଙ୍କର ଅଗ୍ରଗାମୀ ସଦାପ୍ରଭୁଙ୍କର ଦୂତ ପରି ହେବେ।
Pa tsiku limenelo Yehova adzatchinjiriza onse okhala mu Yerusalemu, kotero kuti anthu ofowoka kwambiri pakati pawo adzakhala ngati Davide, ndipo nyumba ya Davide idzakhala ngati Mulungu, ngati mngelo wa Yehova wowatsogolera.
9 ଆଉ, ଯେଉଁମାନେ ଯିରୂଶାଲମର ବିରୁଦ୍ଧରେ ଆସନ୍ତି, ସେହି ସମସ୍ତ ଗୋଷ୍ଠୀଙ୍କୁ ଆମ୍ଭେ ସେହି ଦିନ ନଷ୍ଟ କରିବାକୁ ମନସ୍ଥ କରିବା।
Pa tsiku limenelo ndidzawononga mitundu yonse yofuna kuthira nkhondo Yerusalemu.
10 ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍‍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ।
“Ndipo pa nyumba ya Davide ndi pa anthu okhala mu Yerusalemu ndidzakhuthulirapo mzimu wachisomo ndi wopemphera. Iwo adzandiyangʼana Ine, amene anamubaya, ndipo adzamulirira kwambiri monga momwe munthu amalirira mwana wake mmodzi yekhayo, ndiponso adzamva chisoni kwambiri monga momwe amachitira ndi mwana woyamba kubadwa.
11 ସେଦିନ ମଗିଦ୍ଦୋନ୍‍ ଉପତ୍ୟକାରେ ହଦଦ୍‍ ରିମ୍ମୋଣର ଶୋକ ତୁଲ୍ୟ ଯିରୂଶାଲମରେ ମହାଶୋକ ହେବ।
Pa tsiku limenelo mudzakhala kulira kwakukulu mu Yerusalemu, monga kulira kwa ku Hadadi-Rimoni ku chigwa cha Megido.
12 ପୁଣି ଦେଶ, ପ୍ରତ୍ୟେକ ଗୋଷ୍ଠୀ ନିଜେ ନିଜେ ଶୋକ କରିବେ; ଦାଉଦ-ବଂଶର ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ; ନାଥନ-ବଂଶର ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ;
Dziko lidzalira kwambiri, fuko lililonse pa lokha, akazi awo pa okhanso: fuko la Davide pamodzi ndi akazi awo, fuko la Natani pamodzi ndi akazi awo,
13 ଲେବୀ-ବଂଶର ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ; ଶିମୀୟିର ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ ନିଜେ ଶୋକ କରିବେ;
nyumba ya Levi pamodzi ndi akazi awo, fuko la Simei pamodzi ndi akazi awo,
14 ଅବଶିଷ୍ଟ ସମୁଦାୟ ଗୋଷ୍ଠୀ ମଧ୍ୟରୁ ପ୍ରତ୍ୟେକ ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ ନିଜେ ଶୋକ କରିବେ।
ndiponso mafuko onse pamodzi ndi akazi awo.

< ଯିଖରୀୟ 12 >