< ଯିଖରୀୟ 12 >

1 ଇସ୍ରାଏଲ ବିଷୟରେ ସଦାପ୍ରଭୁଙ୍କର ବାକ୍ୟ। ଯେ ଆକାଶମଣ୍ଡଳ ବିସ୍ତାର କରନ୍ତି ଓ ପୃଥିବୀର ଭିତ୍ତିମୂଳ ସ୍ଥାପନ କରନ୍ତି ଓ ମନୁଷ୍ୟର ଅନ୍ତରରେ ଆତ୍ମା ନିର୍ମାଣ କରନ୍ତି, ସେହି ସଦାପ୍ରଭୁ ଏହି କଥା କହନ୍ତି।
This is the burden of the word of the LORD concerning Israel. Thus declares the LORD, who stretches out the heavens and lays the foundation of the earth, who forms the spirit of man within him:
2 “ଦେଖ, ଆମ୍ଭେ ଚତୁର୍ଦ୍ଦିଗସ୍ଥିତ ସମସ୍ତ ଗୋଷ୍ଠୀ ପ୍ରତି ଯିରୂଶାଲମକୁ ଟଳଟଳଜନକ ପାନପାତ୍ର ସ୍ୱରୂପ କରିବା ଓ ଯିରୂଶାଲମର ଅବରୋଧ ସମୟରେ ଯିହୁଦା ଉପରେ ମଧ୍ୟ ବର୍ତ୍ତିବ।
“Behold, I will make Jerusalem a cup of drunkenness to all the surrounding peoples. Judah will be besieged, as well as Jerusalem.
3 ପୁଣି, ସେହି ଦିନ ଆମ୍ଭେ ଯିରୂଶାଲମକୁ ସମସ୍ତ ଗୋଷ୍ଠୀ ପ୍ରତି ଭାର ସ୍ୱରୂପ ପ୍ରସ୍ତର କରିବା; ଯେଉଁମାନେ ସେହି ପ୍ରସ୍ତର ଉଠାଇବା ପାଇଁ ଚେଷ୍ଟା କରନ୍ତି, ସେହି ସମସ୍ତେ ଅତ୍ୟନ୍ତ କ୍ଷତବିକ୍ଷତ ହେବେ ଓ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ତାହା ବିରୁଦ୍ଧରେ ଏକତ୍ରିତ ହେବେ।
On that day, when all the nations of the earth gather against her, I will make Jerusalem a heavy stone for all the peoples; all who would heave it away will be severely injured.
4 ସଦାପ୍ରଭୁ କହନ୍ତି, ସେହି ଦିନ ଆମ୍ଭେ ପ୍ରତ୍ୟେକ ଅଶ୍ୱକୁ ଆତଙ୍କରେ ଓ ଆରୋହୀକୁ ପାଗଳାମିରେ ଆଘାତ କରିବା ଆଉ, ଆମ୍ଭେ ଯିହୁଦା ବଂଶ ପ୍ରତି ଆପଣା ଚକ୍ଷୁ ମେଲାଇ ଗୋଷ୍ଠୀଗଣର ପ୍ରତ୍ୟେକ ଅଶ୍ୱକୁ ଅନ୍ଧ କରିବା।
On that day, declares the LORD, I will strike every horse with panic, and every rider with madness. I will keep a watchful eye on the house of Judah, but I will strike with blindness all the horses of the nations.
5 ପୁଣି, ଯିହୁଦାର ଅଧ୍ୟକ୍ଷଗଣ ଆପଣା ଆପଣା ମନରେ କହିବେ, ‘ଯିରୂଶାଲମର ନିବାସୀମାନେ ଆମର ବଳ ସ୍ୱରୂପ ଅଟନ୍ତି କାରଣ ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଅଟନ୍ତି।’
Then the leaders of Judah will say in their hearts: ‘The people of Jerusalem are my strength, for the LORD of Hosts is their God.’
6 ସେହି ଦିନ ଆମ୍ଭେ ଯିହୁଦାର ଅଧ୍ୟକ୍ଷଗଣକୁ କାଷ୍ଠ ମଧ୍ୟରେ ଅଗ୍ନିଧାରୀ ପାତ୍ର ସ୍ୱରୂପ ଓ ଶସ୍ୟବିଡ଼ା ମଧ୍ୟରେ ମଶାଲ ସ୍ୱରୂପ କରିବା ଆଉ, ସେମାନେ ଦକ୍ଷିଣ ଓ ବାମରେ ଚତୁଃପାର୍ଶ୍ଵସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ ଗ୍ରାସ କରିବେ; ଆଉ, ଯିରୂଶାଲମ ପୁନର୍ବାର ସ୍ୱ ସ୍ଥାନରେ, ଅର୍ଥାତ୍‍, ଯିରୂଶାଲମରେ ବାସ କରିବ।
On that day I will make the clans of Judah like a firepot in a woodpile, like a flaming torch among the sheaves; they will consume all the peoples around them on the right and on the left, while the people of Jerusalem remain secure there.
7 ଆହୁରି, ଦାଉଦ-ବଂଶର ଗୌରବ ଓ ଯିରୂଶାଲମ ନିବାସୀଗଣର ଗୌରବ ଯେପରି ଯିହୁଦା ବଂଶର ଉପରେ ଉନ୍ନତ ନ ହୁଏ, ଏଥିପାଇଁ ସଦାପ୍ରଭୁ ପ୍ରଥମରେ ଯିହୁଦାର ତମ୍ବୁସବୁକୁ ଉଦ୍ଧାର କରିବେ।
The LORD will save the tents of Judah first, so that the glory of the house of David and of the people of Jerusalem may not be greater than that of Judah.
8 ସେହି ଦିନ ସଦାପ୍ରଭୁ ଯିରୂଶାଲମର ନିବାସୀଗଣକୁ ରକ୍ଷା କରିବେ ଓ ସେମାନଙ୍କ ମଧ୍ୟରେ ଯେଉଁ ଜନ ଦୁର୍ବଳ, ସେହି ଦିନ ସେ ଦାଉଦ ପରି ହେବ ଓ ଦାଉଦ ବଂଶ ପରମେଶ୍ୱରଙ୍କ ପରି, ସେମାନଙ୍କର ଅଗ୍ରଗାମୀ ସଦାପ୍ରଭୁଙ୍କର ଦୂତ ପରି ହେବେ।
On that day the LORD will defend the people of Jerusalem, so that the weakest among them will be like David, and the house of David will be like God, like the angel of the LORD going before them.
9 ଆଉ, ଯେଉଁମାନେ ଯିରୂଶାଲମର ବିରୁଦ୍ଧରେ ଆସନ୍ତି, ସେହି ସମସ୍ତ ଗୋଷ୍ଠୀଙ୍କୁ ଆମ୍ଭେ ସେହି ଦିନ ନଷ୍ଟ କରିବାକୁ ମନସ୍ଥ କରିବା।
So on that day I will set out to destroy all the nations that come against Jerusalem.
10 ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍‍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ।
Then I will pour out on the house of David and on the people of Jerusalem a spirit of grace and prayer, and they will look on Me, the One they have pierced. They will mourn for Him as one mourns for an only child, and grieve bitterly for Him as one grieves for a firstborn son.
11 ସେଦିନ ମଗିଦ୍ଦୋନ୍‍ ଉପତ୍ୟକାରେ ହଦଦ୍‍ ରିମ୍ମୋଣର ଶୋକ ତୁଲ୍ୟ ଯିରୂଶାଲମରେ ମହାଶୋକ ହେବ।
On that day the wailing in Jerusalem will be as great as the wailing of Hadad-rimmon in the plain of Megiddo.
12 ପୁଣି ଦେଶ, ପ୍ରତ୍ୟେକ ଗୋଷ୍ଠୀ ନିଜେ ନିଜେ ଶୋକ କରିବେ; ଦାଉଦ-ବଂଶର ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ; ନାଥନ-ବଂଶର ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ;
The land will mourn, each clan on its own: the clan of the house of David and their wives, the clan of the house of Nathan and their wives,
13 ଲେବୀ-ବଂଶର ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ; ଶିମୀୟିର ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ ନିଜେ ଶୋକ କରିବେ;
the clan of the house of Levi and their wives, the clan of Shimei and their wives,
14 ଅବଶିଷ୍ଟ ସମୁଦାୟ ଗୋଷ୍ଠୀ ମଧ୍ୟରୁ ପ୍ରତ୍ୟେକ ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ ନିଜେ ଶୋକ କରିବେ।
and all the remaining clans and their wives.

< ଯିଖରୀୟ 12 >