< ଯିଖରୀୟ 12 >
1 ଇସ୍ରାଏଲ ବିଷୟରେ ସଦାପ୍ରଭୁଙ୍କର ବାକ୍ୟ। ଯେ ଆକାଶମଣ୍ଡଳ ବିସ୍ତାର କରନ୍ତି ଓ ପୃଥିବୀର ଭିତ୍ତିମୂଳ ସ୍ଥାପନ କରନ୍ତି ଓ ମନୁଷ୍ୟର ଅନ୍ତରରେ ଆତ୍ମା ନିର୍ମାଣ କରନ୍ତି, ସେହି ସଦାପ୍ରଭୁ ଏହି କଥା କହନ୍ତି।
イスラエルにかかはるヱホバの言詞の重負 ヱホバ即ち天を舒べ地の基を置ゑ人のうちの靈魂を造る者言たまふ
2 “ଦେଖ, ଆମ୍ଭେ ଚତୁର୍ଦ୍ଦିଗସ୍ଥିତ ସମସ୍ତ ଗୋଷ୍ଠୀ ପ୍ରତି ଯିରୂଶାଲମକୁ ଟଳଟଳଜନକ ପାନପାତ୍ର ସ୍ୱରୂପ କରିବା ଓ ଯିରୂଶାଲମର ଅବରୋଧ ସମୟରେ ଯିହୁଦା ଉପରେ ମଧ୍ୟ ବର୍ତ୍ତିବ।
視よ我ヱルサレムをしてその周圍の國民を蹌踉はする杯とならしむべしヱルサレムの攻圍まるる時是はユダにも及ばん
3 ପୁଣି, ସେହି ଦିନ ଆମ୍ଭେ ଯିରୂଶାଲମକୁ ସମସ୍ତ ଗୋଷ୍ଠୀ ପ୍ରତି ଭାର ସ୍ୱରୂପ ପ୍ରସ୍ତର କରିବା; ଯେଉଁମାନେ ସେହି ପ୍ରସ୍ତର ଉଠାଇବା ପାଇଁ ଚେଷ୍ଟା କରନ୍ତି, ସେହି ସମସ୍ତେ ଅତ୍ୟନ୍ତ କ୍ଷତବିକ୍ଷତ ହେବେ ଓ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ତାହା ବିରୁଦ୍ଧରେ ଏକତ୍ରିତ ହେବେ।
其日には我ヱルサレムをして諸の國民に對ひて重石とならしむべし之を持擧る者は大傷を受ん地上の諸國みな集りて之に攻寄べし
4 ସଦାପ୍ରଭୁ କହନ୍ତି, ସେହି ଦିନ ଆମ୍ଭେ ପ୍ରତ୍ୟେକ ଅଶ୍ୱକୁ ଆତଙ୍କରେ ଓ ଆରୋହୀକୁ ପାଗଳାମିରେ ଆଘାତ କରିବା ଆଉ, ଆମ୍ଭେ ଯିହୁଦା ବଂଶ ପ୍ରତି ଆପଣା ଚକ୍ଷୁ ମେଲାଇ ଗୋଷ୍ଠୀଗଣର ପ୍ରତ୍ୟେକ ଅଶ୍ୱକୁ ଅନ୍ଧ କରିବା।
ヱホバ言たまふ當日には我一切の馬を撃て駭かせその騎手を撃て狂はせん而して我ユダの家の上に我目を開き諸の國民の馬を撃て盲になすべし
5 ପୁଣି, ଯିହୁଦାର ଅଧ୍ୟକ୍ଷଗଣ ଆପଣା ଆପଣା ମନରେ କହିବେ, ‘ଯିରୂଶାଲମର ନିବାସୀମାନେ ଆମର ବଳ ସ୍ୱରୂପ ଅଟନ୍ତି କାରଣ ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଅଟନ୍ତି।’
ユダの牧伯等その心の中に謂んヱルサレムの居民はその神萬軍のヱホバに由て我力となるべしと
6 ସେହି ଦିନ ଆମ୍ଭେ ଯିହୁଦାର ଅଧ୍ୟକ୍ଷଗଣକୁ କାଷ୍ଠ ମଧ୍ୟରେ ଅଗ୍ନିଧାରୀ ପାତ୍ର ସ୍ୱରୂପ ଓ ଶସ୍ୟବିଡ଼ା ମଧ୍ୟରେ ମଶାଲ ସ୍ୱରୂପ କରିବା ଆଉ, ସେମାନେ ଦକ୍ଷିଣ ଓ ବାମରେ ଚତୁଃପାର୍ଶ୍ଵସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ ଗ୍ରାସ କରିବେ; ଆଉ, ଯିରୂଶାଲମ ପୁନର୍ବାର ସ୍ୱ ସ୍ଥାନରେ, ଅର୍ଥାତ୍, ଯିରୂଶାଲମରେ ବାସ କରିବ।
當日には我ユダの牧伯等をして薪の下にある火盤のごとく麥束の下にある炬火のごとくならしむべし彼等は右左にむかひその周圍の國民を盡く焚んヱルサレム人はなほヱルサレムにてその本の處に居ことを得べし
7 ଆହୁରି, ଦାଉଦ-ବଂଶର ଗୌରବ ଓ ଯିରୂଶାଲମ ନିବାସୀଗଣର ଗୌରବ ଯେପରି ଯିହୁଦା ବଂଶର ଉପରେ ଉନ୍ନତ ନ ହୁଏ, ଏଥିପାଇଁ ସଦାପ୍ରଭୁ ପ୍ରଥମରେ ଯିହୁଦାର ତମ୍ବୁସବୁକୁ ଉଦ୍ଧାର କରିବେ।
ヱホバまづユダの幕屋を救ひたまはん是ダビデの家の榮およびヱルサレムの居民の榮のユダに勝ること無らんためたり
8 ସେହି ଦିନ ସଦାପ୍ରଭୁ ଯିରୂଶାଲମର ନିବାସୀଗଣକୁ ରକ୍ଷା କରିବେ ଓ ସେମାନଙ୍କ ମଧ୍ୟରେ ଯେଉଁ ଜନ ଦୁର୍ବଳ, ସେହି ଦିନ ସେ ଦାଉଦ ପରି ହେବ ଓ ଦାଉଦ ବଂଶ ପରମେଶ୍ୱରଙ୍କ ପରି, ସେମାନଙ୍କର ଅଗ୍ରଗାମୀ ସଦାପ୍ରଭୁଙ୍କର ଦୂତ ପରି ହେବେ।
當日ヱホバ、ヱルサレムの居民を護りたまはん彼らの中の弱き者もその日にはダビデのごとくなるべしまたダビデの家は神のごとく彼らに先だつヱホバの使のごとくなるべし
9 ଆଉ, ଯେଉଁମାନେ ଯିରୂଶାଲମର ବିରୁଦ୍ଧରେ ଆସନ୍ତି, ସେହି ସମସ୍ତ ଗୋଷ୍ଠୀଙ୍କୁ ଆମ୍ଭେ ସେହି ଦିନ ନଷ୍ଟ କରିବାକୁ ମନସ୍ଥ କରିବା।
その日には我ヱルサレムに攻きたる國民をことごとく滅すことを務むべし
10 ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ।
我ダビデの家およびヱルサレムの居民に恩惠と祈禱の靈をそそがん彼等はその刺たりし我を仰ぎ觀獨子のため哭くがごとく之がために哭き長子のために悲しむがごとく之がために痛く悲しまん
11 ସେଦିନ ମଗିଦ୍ଦୋନ୍ ଉପତ୍ୟକାରେ ହଦଦ୍ ରିମ୍ମୋଣର ଶୋକ ତୁଲ୍ୟ ଯିରୂଶାଲମରେ ମହାଶୋକ ହେବ।
その日にはヱルサレムに大なる哀哭あらん是はメギドンの谷なるハダデリンモンに在し哀哭のごとくなるべし
12 ପୁଣି ଦେଶ, ପ୍ରତ୍ୟେକ ଗୋଷ୍ଠୀ ନିଜେ ନିଜେ ଶୋକ କରିବେ; ଦାଉଦ-ବଂଶର ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ; ନାଥନ-ବଂଶର ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ;
國中の族おのおの別れ居て哀哭べし即ちダビデの族別れ居て哀哭きその妻等別れ居て哀哭きナタンの家の族別れ居て哀哭きその妻等別れ居て哀哭かん
13 ଲେବୀ-ବଂଶର ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ; ଶିମୀୟିର ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ ନିଜେ ଶୋକ କରିବେ;
レビの家の族別れ居て哀哭きその妻等別れ居て哀哭きシメイの族別れ居て哀哭きその妻等わかれ居て哀哭かん
14 ଅବଶିଷ୍ଟ ସମୁଦାୟ ଗୋଷ୍ଠୀ ମଧ୍ୟରୁ ପ୍ରତ୍ୟେକ ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ ନିଜେ ଶୋକ କରିବେ।
その他の族も凡て然りすなはち族おのおの別れ居て哀哭きその妻等別れ居て哀哭くべし