< ଯିଖରୀୟ 13 >
1 ସେହି ଦିନ ପାପ ଓ ଅଶୁଚିତାର ନିମନ୍ତେ ଦାଉଦ-ବଂଶର ଓ ଯିରୂଶାଲମର ନିବାସୀଗଣର ପ୍ରତି ଏକ ନିର୍ଝର ଖୋଲାଯିବ।
在那一天,為達味家和耶路撒冷的居民將開放一個水泉,為洗滌罪過和不潔。
2 ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେହି ଦିନ ଆମ୍ଭେ ଦେଶରୁ ପ୍ରତିମାଗଣର ନାମ ଉଚ୍ଛିନ୍ନ କରିବା ଓ ସେମାନେ ଆଉ ସ୍ମରଣ କରାଯିବେ ନାହିଁ; ଆହୁରି, ଆମ୍ଭେ ଦେଶରୁ ଭବିଷ୍ୟଦ୍ବକ୍ତାଗଣଙ୍କୁ ଓ ଅଶୁଚିତାର ଆତ୍ମାକୁ ବାହାର କରିବା।
在那一天,──萬軍的上主的斷語──我要由地上剷除一切偶像的名號,不再為人所記念;並且我還要將假先知們和不潔的神由地上滅絕。
3 ଆଉ, କେହି ଯଦି ପୁନର୍ବାର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ, ତେବେ ତାହାର ଜନ୍ମଦାତା ପିତା ଓ ମାତା ତାହାକୁ କହିବେ, ‘ତୁମ୍ଭେ ବଞ୍ଚିବ ନାହିଁ; କାରଣ ତୁମ୍ଭେ ସଦାପ୍ରଭୁଙ୍କ ନାମରେ ମିଥ୍ୟା କହୁଅଛ;’ ଆଉ, ସେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲା ବେଳେ, ତାହାର ଜନ୍ମଦାତା ପିତା ଓ ମାତା ତାହାକୁ ଅସ୍ତ୍ରବିଦ୍ଧ କରିବେ।
將來如果有人還要冒充先知,生養他的父母必要對他說:你不能生存,因為你藉上主的名字說了謊話。生養他的父母就在他說妙語時,要把他刺死。
4 ପୁଣି, ସେହି ଦିନ ଭବିଷ୍ୟଦ୍ବକ୍ତାଗଣ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲା ବେଳେ, ପ୍ରତ୍ୟେକେ ଆପଣା ଆପଣା ଦର୍ଶନ ବିଷୟରେ ଲଜ୍ଜିତ ହେବେ ଓ ପ୍ରତାରଣା କରିବା ପାଇଁ ସେମାନେ ଲୋମଶ ବସ୍ତ୍ର ପରିଧାନ କରିବେ ନାହିଁ।
在那一天,每個假先知,在他說妙語時,必因自己的神視感到羞慚;他們必不再穿毛外氅,去行欺騙;
5 ମାତ୍ର ସେ କହିବ, ‘ମୁଁ ଭବିଷ୍ୟଦ୍ବକ୍ତା ନୁହେଁ, ମୁଁ କୃଷକ, କାରଣ ବାଲ୍ୟକାଳରୁ ମୁଁ କ୍ରୀତଦାସ ହୋଇଅଛି।’
他反要說:我不是先知,我是一個種田的人,因為我自幼就以務農為業。
6 ପୁଣି, ତୁମ୍ଭର ଦୁଇ ବାହୁ ମଧ୍ୟରେ ଏହି କ୍ଷତଦାଗସବୁ କଅଣ? ଏହା କେହି ତାହାକୁ ପଚାରିଲେ, ସେ ଉତ୍ତର କରିବ, ‘ମୁଁ ଆପଣା ବନ୍ଧୁମାନଙ୍କ ଗୃହରେ ଯେଉଁ ଆଘାତ ପାଇଥିଲି, ଏହିସବୁ ସେହି।’”
若有人問他說:怎麼在你兩手上有這些傷痕﹖他要答說:那是我在愛我的人家裏所受的傷。
7 “ହେ ଖଡ୍ଗ, ଆମ୍ଭ ପାଳକର ବିରୁଦ୍ଧରେ ଓ ଆମ୍ଭ ସଖା-ମନୁଷ୍ୟର ବିରୁଦ୍ଧରେ ଜାଗ୍ରତ ହୁଅ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ପାଳକକୁ ଆଘାତ କର, ତହିଁରେ ମେଷଗଣ ଛିନ୍ନଭିନ୍ନ ହୋଇଯିବେ ଓ ଆମ୍ଭେ କ୍ଷୁଦ୍ର ଲୋକମାନଙ୍କର ଉପରେ ଆପଣା ହସ୍ତ ଫେରାଇବା।
刀劍,起來攻擊我的牧人,攻擊那作我同伴的人──萬軍上主斷語。打擊牧人,羊群就要四散,然而我要向弱小的羊伸出我的手。
8 ପୁଣି, ସଦାପ୍ରଭୁ କହନ୍ତି, ସମୁଦାୟ ଦେଶର ଦୁଇ ଅଂଶ ଲୋକ ଉଚ୍ଛିନ୍ନ ହୋଇ ମରିବେ; ମାତ୍ର ତୃତୀୟାଂଶ ତହିଁ ମଧ୍ୟରେ ଛଡ଼ାଯିବେ।
將來在全國──上主的斷語──三分之二必被剷除而死去,其中只留下三分之一。
9 ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”
我要使這三分之一經過火煉,煉淨他們如同煉淨銀子,試驗他們如同試驗金子。 他們必要呼號我的名字我也必要俯聽他們;我要說:「這是我的百姓。」他們每人也要說:「上主是我的天主」。