< ଯିଖରୀୟ 13 >

1 ସେହି ଦିନ ପାପ ଓ ଅଶୁଚିତାର ନିମନ୍ତେ ଦାଉଦ-ବଂଶର ଓ ଯିରୂଶାଲମର ନିବାସୀଗଣର ପ୍ରତି ଏକ ନିର୍ଝର ଖୋଲାଯିବ।
«لەو ڕۆژەدا کانییەک بۆ بنەماڵەی داود و بۆ دانیشتووانی ئۆرشەلیم دەکرێتەوە بۆ پاککردنەوەیان لە گوناه و گڵاوی.»
2 ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେହି ଦିନ ଆମ୍ଭେ ଦେଶରୁ ପ୍ରତିମାଗଣର ନାମ ଉଚ୍ଛିନ୍ନ କରିବା ଓ ସେମାନେ ଆଉ ସ୍ମରଣ କରାଯିବେ ନାହିଁ; ଆହୁରି, ଆମ୍ଭେ ଦେଶରୁ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ଓ ଅଶୁଚିତାର ଆତ୍ମାକୁ ବାହାର କରିବା।
یەزدانی سوپاسالار دەفەرموێت: «لەو ڕۆژەدا، ناوی بتەکان لە خاکەکەدا ڕیشەکێش دەکەم و ئیتر یادیان ناکرێتەوە. هەروەها پێغەمبەرەکان و ڕۆحی گڵاو لە خاکەکە ڕادەماڵم.
3 ଆଉ, କେହି ଯଦି ପୁନର୍ବାର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରେ, ତେବେ ତାହାର ଜନ୍ମଦାତା ପିତା ଓ ମାତା ତାହାକୁ କହିବେ, ‘ତୁମ୍ଭେ ବଞ୍ଚିବ ନାହିଁ; କାରଣ ତୁମ୍ଭେ ସଦାପ୍ରଭୁଙ୍କ ନାମରେ ମିଥ୍ୟା କହୁଅଛ;’ ଆଉ, ସେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲା ବେଳେ, ତାହାର ଜନ୍ମଦାତା ପିତା ଓ ମାତା ତାହାକୁ ଅସ୍ତ୍ରବିଦ୍ଧ କରିବେ।
وای لێدێت ئەگەر کەسێک پێشبینی بکات، ئەوا دایک و باوکی، کە لەوانەوە بووە، پێی دەڵێن:”دەبێت بمریت، چونکە بە درۆ بە ناوی یەزدانەوە قسەت کردووە.“ئینجا کاتێک پێشبینی دەکات دایک و باوکی، کە لەوانەوە بووە، بە خەنجەر لێی دەدەن.
4 ପୁଣି, ସେହି ଦିନ ଭବିଷ୍ୟଦ୍‍ବକ୍ତାଗଣ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲା ବେଳେ, ପ୍ରତ୍ୟେକେ ଆପଣା ଆପଣା ଦର୍ଶନ ବିଷୟରେ ଲଜ୍ଜିତ ହେବେ ଓ ପ୍ରତାରଣା କରିବା ପାଇଁ ସେମାନେ ଲୋମଶ ବସ୍ତ୍ର ପରିଧାନ କରିବେ ନାହିଁ।
«ئینجا لەو ڕۆژەدا هەر پێغەمبەرێک بە پێشبینی بینینەکەی شەرمەزار دەبێت. جلی پێغەمبەران کە کەوای موودارە لەبەری ناکەن بۆ ئەوەی خەڵکی پێ هەڵبخەڵەتێنن.
5 ମାତ୍ର ସେ କହିବ, ‘ମୁଁ ଭବିଷ୍ୟଦ୍‍ବକ୍ତା ନୁହେଁ, ମୁଁ କୃଷକ, କାରଣ ବାଲ୍ୟକାଳରୁ ମୁଁ କ୍ରୀତଦାସ ହୋଇଅଛି।’
هەریەکە و دەڵێت:”من پێغەمبەر نیم. من کابرایەکی جوتیارم، چونکە هەر لە منداڵیمەوە خاک سەرچاوەی بژێویم بووە.“
6 ପୁଣି, ତୁମ୍ଭର ଦୁଇ ବାହୁ ମଧ୍ୟରେ ଏହି କ୍ଷତଦାଗସବୁ କଅଣ? ଏହା କେହି ତାହାକୁ ପଚାରିଲେ, ସେ ଉତ୍ତର କରିବ, ‘ମୁଁ ଆପଣା ବନ୍ଧୁମାନଙ୍କ ଗୃହରେ ଯେଉଁ ଆଘାତ ପାଇଥିଲି, ଏହିସବୁ ସେହି।’”
ئەگەر کەسێک بپرسێت:”ئەم برینانە چین لە جەستەت؟“ئەویش وەڵام دەداتەوە:”ئەوەیە کە لە ماڵی دۆستانم پێی بریندار بووم.“
7 “ହେ ଖଡ୍ଗ, ଆମ୍ଭ ପାଳକର ବିରୁଦ୍ଧରେ ଓ ଆମ୍ଭ ସଖା-ମନୁଷ୍ୟର ବିରୁଦ୍ଧରେ ଜାଗ୍ରତ ହୁଅ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ପାଳକକୁ ଆଘାତ କର, ତହିଁରେ ମେଷଗଣ ଛିନ୍ନଭିନ୍ନ ହୋଇଯିବେ ଓ ଆମ୍ଭେ କ୍ଷୁଦ୍ର ଲୋକମାନଙ୍କର ଉପରେ ଆପଣା ହସ୍ତ ଫେରାଇବା।
«یەزدانی سوپاسالار دەفەرموێت: ئەی شمشێر، لە دژی شوانەکەم هەستە، لە دژی ئەو پیاوەی لەگەڵمە! لە شوانەکە بدە، مەڕەکان پەرت دەبن، پاشان دەستم لە بچووکەکان بەرز دەکەمەوە.»
8 ପୁଣି, ସଦାପ୍ରଭୁ କହନ୍ତି, ସମୁଦାୟ ଦେଶର ଦୁଇ ଅଂଶ ଲୋକ ଉଚ୍ଛିନ୍ନ ହୋଇ ମରିବେ; ମାତ୍ର ତୃତୀୟାଂଶ ତହିଁ ମଧ୍ୟରେ ଛଡ଼ାଯିବେ।
یەزدان دەفەرموێت: «ئینجا لە هەموو زەوی، دوو لەسەر سێیان لێیان دەدرێت و دەمرن، یەک لەسەر سێ تێیدا دەمێنێتەوە.
9 ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”
ئەو یەک لەسەر سێیەش دەخەمە ناو ئاگرەوە، وەک زیو دەیانپاڵێوم، وەک زێڕ تاقییان دەکەمەوە. ئەوان بە ناوی منەوە نزا دەکەن و منیش وەڵامیان دەدەمەوە، من دەڵێم:”ئەوان گەلی منن،“ئەوانیش دەڵێن:”یەزدان خودای ئێمەیە.“»

< ଯିଖରୀୟ 13 >