< ଯିଖରୀୟ 14 >

1 ଦେଖ, ସଦାପ୍ରଭୁଙ୍କର ଏକ ଦିନ ଆସୁଅଛି, ସେହି ସମୟରେ ତୁମ୍ଭ ସମ୍ପତ୍ତି ତୁମ୍ଭ ମଧ୍ୟରେ ବିଭକ୍ତ କରାଯିବ।
הנה יום בא ליהוה וחלק שללך בקרבך
2 କାରଣ ଯିରୂଶାଲମ ବିରୁଦ୍ଧରେ ସଂଗ୍ରାମ ପାଇଁ ସମସ୍ତ ଗୋଷ୍ଠୀଙ୍କୁ ଆମ୍ଭେ ସଂଗ୍ରହ କରିବା; ପୁଣି, ନଗର ଶତ୍ରୁହସ୍ତଗତ ଓ ଗୃହସକଳ ଲୁଟିତ ହେବ ଓ ସ୍ତ୍ରୀମାନେ ବଳାତ୍କୃତ ହେବେ; ଆଉ, ନଗରର ଅର୍ଦ୍ଧେକ ଲୋକ ବନ୍ଦୀ ହୋଇଯିବେ ମାତ୍ର ଅବଶିଷ୍ଟ ଲୋକ ନଗରରୁ ଉଚ୍ଛିନ୍ନ ହେବେ ନାହିଁ।
ואספתי את כל הגוים אל ירושלם למלחמה ונלכדה העיר ונשסו הבתים והנשים תשגלנה (תשכבנה) ויצא חצי העיר בגולה ויתר העם לא יכרת מן העיר
3 ସେତେବେଳେ ସଦାପ୍ରଭୁ ବାହାର ହେବେ ଓ ସଂଗ୍ରାମ ଦିନରେ ଯେପରି ଯୁଦ୍ଧ କଲେ, ସେହିପରି ସେହି ସବୁ ଗୋଷ୍ଠୀ ବିରୁଦ୍ଧରେ ଯୁଦ୍ଧ କରିବେ।
ויצא יהוה ונלחם בגוים ההם כיום הלחמו ביום קרב
4 ପୁଣି, ସେହି ଦିନ ପୂର୍ବ ଦିଗରେ ଯିରୂଶାଲମର ସମ୍ମୁଖସ୍ଥ ଜୈତୁନ ପର୍ବତରେ ତାହାଙ୍କର ଚରଣ ଥୁଆ ହେବ ଓ ଜୈତୁନ ପର୍ବତର ମଧ୍ୟଦେଶ ପୂର୍ବ ଓ ପଶ୍ଚିମ ଦିଗରେ ବିଦୀର୍ଣ୍ଣ ହୋଇ ଅତି ବୃହତ ଏକ ଉପତ୍ୟକା ହେବ; ଆଉ, ପର୍ବତର ଅର୍ଦ୍ଧେକ ଉତ୍ତର ଦିଗ ଆଡ଼େ ଓ ଅର୍ଦ୍ଧେକ ଦକ୍ଷିଣ ଦିଗ ଆଡ଼େ ଘୁଞ୍ଚିଯିବ।
ועמדו רגליו ביום ההוא על הר הזיתים אשר על פני ירושלם מקדם ונבקע הר הזיתים מחציו מזרחה וימה גיא גדולה מאד ומש חצי ההר צפונה וחציו נגבה
5 ଆଉ, ତୁମ୍ଭେମାନେ ଆମ୍ଭ ପର୍ବତଗଣର ଉପତ୍ୟକା ଦେଇ ପଳାୟନ କରିବ; କାରଣ ପର୍ବତଗଣର ଉପତ୍ୟକା ଆତ୍ସେଲ ପର୍ଯ୍ୟନ୍ତ ଯିବ; ହଁ, ତୁମ୍ଭେମାନେ ଯିହୁଦାର ରାଜା ଉଷୀୟର ସମୟରେ ଯେପରି ଭୂମିକମ୍ପର ଆଗରୁ ପଳାୟନ କଲେ, ସେପରି ପଳାୟନ କରିବ। ଆଉ, ସଦାପ୍ରଭୁ ମୋʼ ପରମେଶ୍ୱର ଆସିବେ ଓ ତାହାଙ୍କ ସଙ୍ଗେ ସବୁ ପବିତ୍ର ପ୍ରାଣୀମାନେ ଆସିବେ।
ונסתם גיא הרי כי יגיע גי הרים אל אצל ונסתם כאשר נסתם מפני הרעש בימי עזיה מלך יהודה ובא יהוה אלהי כל קדשים עמך
6 ପୁଣି, ସେହି ଦିନ ଏପରି ଘଟିବ ଯେ, ଦୀପ୍ତି, ଥଣ୍ଡା, ବା ବରଫ ହେବ ନାହିଁ।
והיה ביום ההוא לא יהיה אור יקרות יקפאון (וקפאון)
7 ମାତ୍ର ତାହା ଗୋଟିଏ ଦିନ ହେବ, ତହିଁର ତତ୍ତ୍ୱ ସଦାପ୍ରଭୁଙ୍କୁ ଜଣା; ତାହା ଦିନ ନୁହେଁ କି ରାତ୍ରି ନୁହେଁ; ମାତ୍ର ସନ୍ଧ୍ୟାକାଳରେ ଦୀପ୍ତି ହେବ।
והיה יום אחד הוא יודע ליהוה--לא יום ולא לילה והיה לעת ערב יהיה אור
8 ପୁଣି, ସେହି ଦିନ ଯିରୂଶାଲମରୁ ଅମୃତ ଜଳ ନିର୍ଗତ ହେବ; ତହିଁର ଅର୍ଦ୍ଧେକ ପୂର୍ବ ସମୁଦ୍ର ଆଡ଼େ ଓ ଅର୍ଦ୍ଧେକ ପଶ୍ଚିମ ସମୁଦ୍ର ଆଡ଼େ ଯିବ; ଗ୍ରୀଷ୍ମକାଳରେ ଓ ଶୀତକାଳରେ ତାହା ରହିବ।
והיה ביום ההוא יצאו מים חיים מירושלם חצים אל הים הקדמוני וחצים אל הים האחרון בקיץ ובחרף יהיה
9 ଆଉ, ସଦାପ୍ରଭୁ ସମୁଦାୟ ପୃଥିବୀ ଉପରେ ରାଜା ହେବେ; ସେହି ଦିନ ସଦାପ୍ରଭୁ ଅଦ୍ୱିତୀୟ ହେବେ ଓ ତାହାଙ୍କର ନାମ ଅଦ୍ୱିତୀୟ ହେବ।
והיה יהוה למלך על כל הארץ ביום ההוא יהיה יהוה אחד--ושמו אחד
10 ଗେବାଠାରୁ ଯିରୂଶାଲମର ଦକ୍ଷିଣସ୍ଥ ରିମ୍ମୋନ୍‍ ପର୍ଯ୍ୟନ୍ତ ସମସ୍ତ ଦେଶ ଆରବା ତୁଲ୍ୟ ପରିବର୍ତ୍ତିତ ହେବ; ଆଉ, ନଗର ଉନ୍ନତ ହୋଇ ବିନ୍ୟାମୀନ୍‍ର ଦ୍ୱାରଠାରୁ ପ୍ରଥମ ଦ୍ୱାରର ସ୍ଥାନ, ଅର୍ଥାତ୍‍, କୋଣର ଦ୍ୱାର ପର୍ଯ୍ୟନ୍ତ ଓ ହନନେଲର ଦୁର୍ଗଠାରୁ ରାଜାର ଦ୍ରାକ୍ଷାଯନ୍ତ୍ର ପର୍ଯ୍ୟନ୍ତ ଆପଣା ସ୍ଥାନରେ ବାସ କରିବ।
יסוב כל הארץ כערבה מגבע לרמון נגב ירושלם וראמה וישבה תחתיה למשער בנימן עד מקום שער הראשון עד שער הפנים ומגדל חננאל עד יקבי המלך
11 ପୁଣି, ମନୁଷ୍ୟମାନେ ତହିଁ ମଧ୍ୟରେ ବାସ କରିବେ, ପୁଣି ଅଭିଶାପ ଆଉ ରହିବ ନାହିଁ; ମାତ୍ର ଯିରୂଶାଲମ ନିରାପଦରେ ବାସ କରିବ।
וישבו בה וחרם לא יהיה עוד וישבה ירושלם לבטח
12 ଆଉ, ଯେଉଁ ସକଳ ଗୋଷ୍ଠୀ ଯିରୂଶାଲମ ବିରୁଦ୍ଧରେ ଯୁଦ୍ଧ କରିଅଛନ୍ତି, ସଦାପ୍ରଭୁ ସେମାନଙ୍କୁ ଯେଉଁ ମହାମାରୀରେ ଆଘାତ କରିବେ, ତାହା ଏହି; ସେମାନେ ଆପଣା ଆପଣା ଚରଣରେ ଠିଆ ହେବା ବେଳେ ସେମାନଙ୍କର ମାଂସ କ୍ଷୟ ପାଇବ ଓ ସେମାନଙ୍କର ଚକ୍ଷୁ ଆପଣା ଆପଣା କୋରଡ଼ରେ କ୍ଷୟ ପାଇବ ଓ ସେମାନଙ୍କ ମୁଖରେ ସେମାନଙ୍କର ଜିହ୍ୱା କ୍ଷୟ ପାଇବ।
וזאת תהיה המגפה אשר יגף יהוה את כל העמים אשר צבאו על ירושלם המק בשרו והוא עמד על רגליו ועיניו תמקנה בחריהן ולשונו תמק בפיהם
13 ପୁଣି, ସେହି ଦିନ ସେମାନଙ୍କ ମଧ୍ୟରେ ସଦାପ୍ରଭୁଙ୍କ ଆଡ଼ରୁ ମହା କୋଳାହଳ ହେବ; ଆଉ, ସେମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ପ୍ରତିବାସୀର ହସ୍ତ ଧରିବେ ଓ ପ୍ରତ୍ୟେକର ହସ୍ତ ଆପଣା ଆପଣା ପ୍ରତିବାସୀର ହସ୍ତ ବିରୁଦ୍ଧରେ ଉଠିବ।
והיה ביום ההוא תהיה מהומת יהוה רבה בהם והחזיקו איש יד רעהו ועלתה ידו על יד רעהו
14 ଯିହୁଦା ମଧ୍ୟ ଯିରୂଶାଲମ ବିରୁଦ୍ଧରେ ଯୁଦ୍ଧ କରିବ ଓ ଚତୁର୍ଦ୍ଦିଗସ୍ଥିତ ସବୁ ଗୋଷ୍ଠୀଙ୍କ ସମ୍ପତ୍ତି, ସୁନା, ରୂପା ଓ ବସ୍ତ୍ର ଅତିଶୟ ପ୍ରଚୁର ରୂପେ ସଞ୍ଚୟ କରାଯିବ।
וגם יהודה--תלחם בירושלם ואסף חיל כל הגוים סביב זהב וכסף ובגדים--לרב מאד
15 ପୁଣି, ସେହି ସବୁ ଛାଉଣିରେ ଯେଉଁ ଅଶ୍ୱ, ଖଚର, ଓଟ ଓ ଗଧ ଓ ସବୁ ପ୍ରକାର ପଶୁ ଥିବେ, ସେମାନଙ୍କ ପ୍ରତି ଯେଉଁ ମହାମାରୀ ଘଟିବ, ତାହା ସେହି ମହାମାରୀ ପରି ହେବ।
וכן תהיה מגפת הסוס הפרד הגמל והחמור וכל הבהמה אשר יהיה במחנות ההמה--כמגפה הזאת
16 ଆଉ, ଯେଉଁ ଗୋଷ୍ଠୀସବୁ ଯିରୂଶାଲମ ବିରୁଦ୍ଧରେ ଆସିଲେ, ସେମାନଙ୍କ ମଧ୍ୟରୁ ଯେଉଁମାନେ ଅବଶିଷ୍ଟ ରହିବେ, ସେ ପ୍ରତ୍ୟେକେ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କ ନିକଟରେ ପ୍ରଣାମ କରିବା ପାଇଁ ଓ ପତ୍ରକୁଟୀର ପର୍ବ ପାଳନ କରିବା ପାଇଁ ବର୍ଷକୁ ବର୍ଷ ଆସିବେ।
והיה כל הנותר מכל הגוים הבאים על ירושלם ועלו מדי שנה בשנה להשתחות למלך יהוה צבאות ולחג את חג הסכות
17 ପୁଣି, ପୃଥିବୀସ୍ଥ ସବୁ ଗୋଷ୍ଠୀ ମଧ୍ୟରୁ ଯେଉଁମାନେ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କ ନିକଟରେ ପ୍ରଣାମ କରିବା ପାଇଁ ଯିରୂଶାଲମକୁ ଆସିବେ ନାହିଁ, ସେମାନଙ୍କ ଉପରେ କିଛି ଜଳ ବୃଷ୍ଟି ହେବ ନାହିଁ।
והיה אשר לא יעלה מאת משפחות הארץ אל ירושלם להשתחות למלך יהוה צבאות--ולא עליהם יהיה הגשם
18 ଆଉ, ମିସରର ଗୋଷ୍ଠୀ ଯଦି ନ ଆସେ, ତେବେ ସେମାନଙ୍କ ଉପରେ ଜଳ ବୃଷ୍ଟି ହେବ ନାହିଁ; ଯେଉଁ ଗୋଷ୍ଠୀଗଣ ପତ୍ରକୁଟୀର ପର୍ବ ପାଳନ କରିବା ପାଇଁ ଆସିବେ ନାହିଁ, ସେମାନଙ୍କୁ ସଦାପ୍ରଭୁ ମହାମାରୀରେ ଆଘାତ କରିବେ।
ואם משפחת מצרים לא תעלה ולא באה ולא עליהם תהיה המגפה אשר יגף יהוה את הגוים אשר לא יעלו לחג את חג הסכות
19 ଏହା ମିସରର ଦଣ୍ଡ ହେବ ଓ ଯେଉଁସବୁ ଗୋଷ୍ଠୀ ପତ୍ରକୁଟୀର ପର୍ବ ପାଳନ କରିବାକୁ ଆସିବେ ନାହିଁ, ସେମାନଙ୍କ ପ୍ରତି ଏହି ଦଣ୍ଡ ହେବ।
זאת תהיה חטאת מצרים וחטאת כל הגוים אשר לא יעלו לחג את חג הסכות
20 ସେହି ଦିନ ଅଶ୍ୱଗଣର ଘଣ୍ଟି ଏହି କଥା କହିବ, “ସଦାପ୍ରଭୁ ପବିତ୍ର” ଓ ସଦାପ୍ରଭୁଙ୍କ ଗୃହର ହାଣ୍ଡିସବୁ ଯଜ୍ଞବେଦି ସମ୍ମୁଖସ୍ଥ ପାତ୍ରସବୁର ପରି ହେବ।
ביום ההוא יהיה על מצלות הסוס קדש ליהוה והיה הסירות בבית יהוה כמזרקים לפני המזבח
21 ହଁ, ଯିରୂଶାଲମର ଓ ଯିହୁଦାର ହାଣ୍ଡିସବୁ ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ଆଉ, ଯଜ୍ଞକାରୀ ସମସ୍ତେ ଆସି ସେହି ହାଣ୍ଡି ମଧ୍ୟରୁ ନେଇ ରୋଷେଇ କରିବେ ଓ ତହିଁରେ ପାକ କରିବେ; ପୁଣି, ସେହି ଦିନ ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହରେ କିଣାନୀୟ କୌଣସି ଲୋକ ଆଉ ନ ଥିବ।
והיה כל סיר בירושלם וביהודה קדש ליהוה צבאות ובאו כל הזבחים ולקחו מהם ובשלו בהם ולא יהיה כנעני עוד בבית יהוה צבאות ביום ההוא

< ଯିଖରୀୟ 14 >