< ଯିଖରୀୟ 2 >

1 ଏଥିଉତ୍ତାରେ ମୁଁ ଚକ୍ଷୁ ମେଲି ଅନାଇଲି, ଆଉ ଦେଖ, ଆପଣା ହସ୍ତରେ ପରିମାପକ ରଜ୍ଜୁଧାରୀ ଏକ ପୁରୁଷକୁ ଦେଖିଲି।
またわたしが目をあげて見ていると、見よ、ひとりの人が、測りなわを手に持っているので、
2 ତେବେ ମୁଁ କହିଲି, “ଆପଣ କେଉଁଠାକୁ ଯାଉଅଛନ୍ତି?” ତହୁଁ ସେ ମୋତେ କହିଲେ, “ଯିରୂଶାଲମକୁ ମାପିବା ପାଇଁ, ତହିଁର ଓସାର କେତେ ଓ ତହିଁର ଲମ୍ବା କେତେ, ଏହା ଦେଖିବା ପାଇଁ ଯାଉଅଛୁ।”
「あなたはどこへ行くのですか」と尋ねると、その人はわたしに言った、「エルサレムを測って、その広さと、長さを見ようとするのです」。
3 ଆଉ ଦେଖ, ମୋʼ ସଙ୍ଗେ କଥା କହୁଥିବା ଦୂତ ବାହାର ହେଲେ ଓ ଆଉ ଜଣେ ଦୂତ ତାଙ୍କ ସଙ୍ଗେ ସାକ୍ଷାତ କରିବା ପାଇଁ ବାହାରିଲେ,
すると見よ、わたしと語る天の使が出て行くと、またひとりの天の使が出てきて、これに出会って、
4 ପୁଣି, ତାହାଙ୍କୁ କହିଲେ, “ଦୌଡ଼, ଏହି ଯୁବା ଲୋକକୁ କୁହ ‘ଯିରୂଶାଲମର ମନୁଷ୍ୟ ଓ ପଶୁଗଣର ବାହୁଲ୍ୟ ହେତୁ ତାହା ପ୍ରାଚୀରବିହୀନ ଗ୍ରାମସମୂହର ତୁଲ୍ୟ ବସତି ସ୍ଥାନ ହେବ।
言った、「走って行って、あの若い人に言いなさい、『エルサレムはその中に、人と家畜が多くなるので、城壁のない村里のように、人の住む所となるでしょう。
5 କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର ଚତୁର୍ଦ୍ଦିଗରେ ଅଗ୍ନିମୟ ପ୍ରାଚୀର ସ୍ୱରୂପ ହେବା ଓ ଆମ୍ଭେ ସେମାନଙ୍କ ମଧ୍ୟରେ ମହିମା ସ୍ୱରୂପ ହେବା।’”
主は仰せられます、わたしはその周囲で火の城壁となり、その中で栄光となる』と」。
6 “ଆହେ, ଆହେ, ଉତ୍ତର ଦେଶରୁ ପଳାଅ, ଏହା ସଦାପ୍ରଭୁ କହନ୍ତି। କାରଣ ଆମ୍ଭେ ତୁମ୍ଭମାନଙ୍କୁ ଆକାଶର ଚତୁର୍ଦ୍ଦିଗ-ବାୟୁ ତୁଲ୍ୟ ବିସ୍ତୃତ କରିଅଛୁ, ଏହା ସଦାପ୍ରଭୁ କହନ୍ତି।
主は仰せられる、さあ、北の地から逃げて来なさい。わたしはあなたがたを、天の四方の風のように散らしたからである。
7 ହେ ବାବିଲର କନ୍ୟା ସହିତ ବାସକାରିଣୀ ସିୟୋନ, ତୁମ୍ଭେ ରକ୍ଷାର୍ଥେ ପଳାଅ।
さあ、バビロンの娘と共にいる者よ、シオンにのがれなさい。
8 କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି ଯେଉଁ ଗୋଷ୍ଠୀଗଣ ତୁମ୍ଭମାନଙ୍କୁ ଲୁଟିଲେ, ସେମାନଙ୍କ ନିକଟକୁ ସେ ମୋତେ ସମାଦର କରି ପ୍ରେରଣ କରିଅଛନ୍ତି; କାରଣ ଯେଉଁ ଲୋକ ତୁମ୍ଭମାନଙ୍କୁ ସ୍ପର୍ଶ କରେ, ସେ ମୋʼ ର ଚକ୍ଷୁର ପିତୁଳାକୁ ସ୍ପର୍ଶ କରେ।
あなたがたにさわる者は、彼の目の玉にさわるのであるから、あなたがたを捕えていった国々の民に、その栄光にしたがって、わたしをつかわされた万軍の主は、こう仰せられる、
9 ଦେଖ, ମୁଁ ସେମାନଙ୍କ ଉପରେ ଆପଣା ହସ୍ତ ହଲାଇବି, ତହିଁରେ ସେମାନେ ଆପଣା ସେବାକାରୀଗଣର ଲୁଟିତ ବସ୍ତୁ ସ୍ୱରୂପ ହେବେ ଆଉ, ସୈନ୍ୟାଧିପତି ସଦାପ୍ରଭୁ ଯେ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେମାନେ ଜାଣିବ।
「見よ、わたしは彼らの上に手を振る。彼らは自分に仕えた者のとりことなる。その時あなたがたは万軍の主が、わたしをつかわされたことを知る。
10 ଗୋ ସିୟୋନ କନ୍ୟେ, ଗାନ କରି ଉଲ୍ଲାସ କର କାରଣ ଦେଖ, ଆମ୍ଭେ ଆସୁଅଛୁ ଓ ଆମ୍ଭେ ତୁମ୍ଭ ମଧ୍ୟରେ ବାସ କରିବା, ଏହା ସଦାପ୍ରଭୁ କହନ୍ତି।
主は言われる、シオンの娘よ、喜び歌え。わたしが来て、あなたの中に住むからである。
11 ପୁଣି, ସେଦିନ ଅନେକ ଗୋଷ୍ଠୀ ସଦାପ୍ରଭୁଙ୍କ ପ୍ରତି ଆସକ୍ତ ହେବେ ଓ ମୋର ଲୋକ ହେବେ; ଆଉ, ମୁଁ ତୁମ୍ଭ ମଧ୍ୟରେ ବାସ କରିବି, ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ।
その日には、多くの国民が主に連なって、わたしの民となる。わたしはあなたの中に住む。
12 ଆଉ, ସଦାପ୍ରଭୁ ପବିତ୍ର ଦେଶରେ ଯିହୁଦାକୁ ଆପଣା ଅଂଶ ରୂପେ ଅଧିକାର କରିବେ ଓ ଯିରୂଶାଲମକୁ ପୁନର୍ବାର ମନୋନୀତ କରିବେ।
あなたは万軍の主が、わたしをあなたにつかわされたことを知る。主は聖地で、ユダを自分の分として取り、エルサレムを再び選ばれるであろう」。
13 ହେ ପ୍ରାଣୀସବୁ, ସଦାପ୍ରଭୁଙ୍କ ସାକ୍ଷାତରେ ନୀରବ ହୁଅ; କାରଣ ସେ ଆପଣା ପବିତ୍ର ଆବାସ ମଧ୍ୟରୁ ଜାଗି ଉଠିଅଛନ୍ତି।”
すべて肉なる者よ、主の前に静まれ。主はその聖なるすみかから立ちあがられたからである。

< ଯିଖରୀୟ 2 >