< ଯିଖରୀୟ 3 >

1 ଏଉତ୍ତାରେ ସଦାପ୍ରଭୁ ଯିହୋଶୂୟ ମହାଯାଜକ ଦୂତ ସମ୍ମୁଖରେ ଠିଆ ହୋଇଥିବା, ଓ ତାଙ୍କୁ ନିନ୍ଦା କରିବା ପାଇଁ ତାଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବାର ଶୟତାନକୁ ସେ ମୋତେ ଦେଖାଇଲେ।
彼祭司の長ヨシユアがヱホバの使の前に立ちサタンのその右に立てこれに敵しをるを我に見す
2 ପୁଣି, ସଦାପ୍ରଭୁ ଶୟତାନକୁ କହିଲେ, “ହେ ଶୟତାନ, ସଦାପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ! ହଁ, ଯେ ଯିରୂଶାଲମକୁ ମନୋନୀତ କରିଅଛନ୍ତି, ସେ ସଦାପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ! ଏ କି ଅଗ୍ନିରୁ କଢ଼ା ଖଣ୍ଡେ ପୋଡ଼ା କାଠଖଣ୍ଡ ନୁହେଁ?”
ヱホバ、サタンに言たまひけるはサタンよヱホバ汝をせむべし即ちヱルサレムを簡びしヱホバ汝をいましむ是は火の中より取いだしたる燃柴ならずやと
3 ଏହି ସମୟରେ ଯିହୋଶୂୟ ମଳିନ ବସ୍ତ୍ର ପିନ୍ଧି ଦୂତ ସମ୍ମୁଖରେ ଠିଆ ହୋଇଥିଲେ।
ヨシユア汚なき衣服を衣て使の前に立をりしが
4 ଏଥିରେ ଦୂତ ଆପଣା ସମ୍ମୁଖରେ ଠିଆ ହୋଇଥିବା ଲୋକମାନଙ୍କୁ ଏହି କଥା କହିଲେ, “ଏହାଙ୍କଠାରୁ ମଳିନ ବସ୍ତ୍ର କାଢ଼ି ନିଅ।” ପୁଣି, ତାଙ୍କୁ ସେ କହିଲେ, “ଦେଖ, ଆମ୍ଭେ ତୁମ୍ଭର ଅଧର୍ମ ତୁମ୍ଭଠାରୁ ଦୂର କରିଅଛୁ ଓ ଆମ୍ଭେ ତୁମ୍ଭକୁ ବହୁମୂଲ୍ୟ ବସ୍ତ୍ର ପିନ୍ଧାଇବା।”
ヱホバ己の前に立る者等に告て汚なき衣服を之に脱せよと宣ひまたヨシユアに向ひて觀よ我なんぢの罪を汝の身より取のぞけり汝に美服を衣すべしと宣へり
5 ସେତେବେଳେ ମୁଁ କହିଲି, “ଲୋକମାନେ ଏହାର ମସ୍ତକରେ ନିର୍ମଳ ପଗଡ଼ି ଦିଅନ୍ତୁ!” ତହିଁରେ ସେମାନେ ତାଙ୍କ ମସ୍ତକରେ ନିର୍ମଳ ପଗଡ଼ି ଦେଲେ ଓ ତାଙ୍କୁ ବସ୍ତ୍ର ପିନ୍ଧାଇଲେ; ପୁଣି, ନିକଟରେ ସଦାପ୍ରଭୁଙ୍କ ଦୂତ ଠିଆ ହୋଇଥିଲେ।
我また潔き冠冕をその首に冠らせよと言り是において潔き冠冕をその首に冠らせ衣服をこれに衣すヱホバの使は立をる
6 ପୁଣି, ସଦାପ୍ରଭୁଙ୍କ ଦୂତ ଯିହୋଶୂୟଙ୍କୁ ଦୃଢ଼ ରୂପେ କହିଲେ,
ヱホバの使證してヨシユアに言ふ
7 “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି: ଯଦି ତୁମ୍ଭେ ଆମ୍ଭ ପଥରେ ଚାଲିବ ଓ ତୁମ୍ଭେ ଆମ୍ଭର ଆଜ୍ଞା ରକ୍ଷା କରିବ, ତେବେ ତୁମ୍ଭେ ମଧ୍ୟ ଆମ୍ଭ ଗୃହର ବିଚାର କରିବ ଓ ଆମ୍ଭ ପ୍ରାଙ୍ଗଣର ରକ୍ଷକ ହେବ, ଆଉ ନିକଟରେ ଠିଆ ହେବାର ଏହି ବ୍ୟକ୍ତିମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ପ୍ରବେଶର ଓ ପ୍ରସ୍ଥାନର ଅଧିକାର ଦେବା।
萬軍のヱホバかく言たまふ汝もし我道を歩みわが職守を守らば我家を司どり我庭を守ることを得ん我また此に立る者等の中に往來する路を汝に與ふべし
8 ହେ ଯିହୋଶୂୟ ମହାଯାଜକ, ତୁମ୍ଭେ ଏବେ ଶୁଣ ଓ ତୁମ୍ଭ ସମ୍ମୁଖରେ ଉପବିଷ୍ଟ ତୁମ୍ଭର ସଙ୍ଗୀଗଣ ଶୁଣନ୍ତୁ! କାରଣ ସେମାନେ ଚିହ୍ନସ୍ୱରୂପ ଲୋକ ଅଟନ୍ତି; ଯେହେତୁ ଦେଖ, ଆମ୍ଭେ ଆପଣାର ଶାଖା ନାମକ ଦାସକୁ ଆଣିବା।
祭司の長ヨシユアよ請ふ汝と汝の前に坐する汝の同僚とともに聽べし彼らは即ち前表となるべき人なり我かならず我僕たる枝を來らすべし
9 କାରଣ, ଆମ୍ଭେ ଯିହୋଶୂୟ ସମ୍ମୁଖରେ ଯେଉଁ ପ୍ରସ୍ତର ସ୍ଥାପନ କରିଅଛୁ, ତାହା ଦେଖ! ଏକ ପ୍ରସ୍ତରର ଉପରେ ସାତ ପାର୍ଶ୍ୱ ଅଛି; ତହିଁର ମୁଦ୍ରାରେ ଆମ୍ଭେ ଖୋଦିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ଓ ଆମ୍ଭେ ଏକ ଦିନରେ ସେହି ଦେଶର ଅଧର୍ମ ଦୂର କରିବା।
ヨシユアの前に我が立るところの石を視よ此一箇の石の上に七箇の目あり我自らその彫刻をなす萬軍のヱホバこれを言ふなり我この地の罪を一日の内に除くべし
10 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେ ଦିନରେ ତୁମ୍ଭେମାନେ ପ୍ରତ୍ୟେକ ଲୋକ ଆପଣା ଆପଣା ପ୍ରତିବାସୀକୁ ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷ ତଳେ ବିଶ୍ରାମ ନେବା ପାଇଁ ନିମନ୍ତ୍ରଣ କରିବ।”
萬軍のヱホバ言たまふ其日には汝等おのおの互に相招きて葡萄の樹の下無花果の樹の下にあらん

< ଯିଖରୀୟ 3 >