< ଯିଖରୀୟ 4 >

1 ଏଉତ୍ତାରେ ଯେଉଁ ଦୂତ ମୋʼ ସଙ୍ଗରେ କଥା କହୁଥିଲେ, ସେ ଆସି ମୋତେ ନିଦ୍ରାରୁ ଉଠିଥିବା ମନୁଷ୍ୟ ପରି ଜଗାଇଲେ।
וישב המלאך הדבר בי ויעירני כאיש אשר יעור משנתו
2 ପୁଣି, ସେ ମୋତେ କହିଲେ, “ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ମୁଁ ଦେଖିଅଛି, ଆଉ ଦେଖ, ସମ୍ପୂର୍ଣ୍ଣ ସୁବର୍ଣ୍ଣମୟ ଏକ ଦୀପବୃକ୍ଷ, ତହିଁର ଉପରେ ତୈଳାଧାର ଓ ତହିଁ ଉପରେ ସାତ ପ୍ରଦୀପ ଅଛି ଓ ତହିଁର ଉପରି ଭାଗରେ ପ୍ରତ୍ୟେକ ପ୍ରଦୀପର ନିମନ୍ତେ ସାତୋଟି ନଳ ଅଛି।
ויאמר אלי מה אתה ראה ויאמר (ואמר) ראיתי והנה מנורת זהב כלה וגלה על ראשה ושבעה נרתיה עליה--שבעה ושבעה מוצקות לנרות אשר על ראשה
3 ଆଉ, ତହିଁର ନିକଟରେ ଦୁଇ ଜୀତବୃକ୍ଷ ଅଛି, ପୁଣି ଗୋଟିଏ ତୈଳାଧାରର ଦକ୍ଷିଣ ପାର୍ଶ୍ୱରେ ଓ ଅନ୍ୟ ଗୋଟିଏ ତହିଁର ବାମ ପାର୍ଶ୍ୱରେ।”
ושנים זיתים עליה אחד מימין הגלה ואחד על שמאלה
4 ତହିଁରେ ଯେଉଁ ଦୂତ ମୋʼ ସଙ୍ଗରେ କଥା କହୁଥିଲେ, ମୁଁ ତାଙ୍କୁ ଉତ୍ତର କରି କହିଲି, “ହେ ମହାଶୟ, ଏସବୁର ଅର୍ଥ କʼଣ?”
ואען ואמר אל המלאך הדבר בי לאמר מה אלה אדני
5 ସେତେବେଳେ ଯେଉଁ ଦୂତ ମୋʼ ସଙ୍ଗରେ କଥା କହୁଥିଲେ, ସେ ମୋତେ ଉତ୍ତର କରି କହିଲେ, “ଏସବୁର ଅର୍ଥ କଅଣ, ତାହା କି ତୁମ୍ଭେ ଜାଣି ନାହଁ?” ପୁଣି, ତହିଁରେ ମୁଁ କହିଲି, “ହେ ମହାଶୟ, ଜାଣି ନାହିଁ।”
ויען המלאך הדבר בי ויאמר אלי הלוא ידעת מה המה אלה ואמר לא אדני
6 ତହିଁରେ ସେ ମୋତେ ଉତ୍ତର କରି କହିଲେ, “ଏହା ଯିରୁବ୍ବାବିଲ୍‍ଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ, ଯଥା, ପରାକ୍ରମ ଦ୍ୱାରା ନୁହେଁ, କିଅବା ବଳ ଦ୍ୱାରା ନୁହେଁ, ମାତ୍ର ଆମ୍ଭର ଆତ୍ମା ଦ୍ୱାରା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
ויען ויאמר אלי לאמר זה דבר יהוה אל זרבבל לאמר לא בחיל ולא בכח--כי אם ברוחי אמר יהוה צבאות
7 ହେ ବୃହତ ପର୍ବତ, ତୁମ୍ଭେ କିଏ ଯିରୁବ୍ବାବିଲ୍‍ଙ୍କ ସମ୍ମୁଖରେ ତୁମ୍ଭେ ସମଭୂମି ହେବ ଆଉ, ତହିଁ ପ୍ରତି ଅନୁଗ୍ରହ, ଅନୁଗ୍ରହ, ଏହି ଜୟଧ୍ୱନି କରି ସେ ମସ୍ତକ ସ୍ୱରୂପ ପ୍ରସ୍ତର ବାହାର କରି ଆଣିବ?”
מי אתה הר הגדול לפני זרבבל למישר והוציא את האבן הראשה--תשאות חן חן לה
8 ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
ויהי דבר יהוה אלי לאמר
9 “ଯିରୁବ୍ବାବିଲ୍‍ଙ୍କ ହସ୍ତ ଏହି ଗୃହର ଭିତ୍ତିମୂଳ ସ୍ଥାପନ କରିଅଛି; ତାଙ୍କ ହସ୍ତ ମଧ୍ୟ ତାହା ସମାପ୍ତ କରିବ; ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭମାନଙ୍କ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ।
ידי זרבבל יסדו הבית הזה--וידיו תבצענה וידעת כי יהוה צבאות שלחני אליכם
10 କାରଣ କ୍ଷୁଦ୍ର କ୍ଷୁଦ୍ର ବିଷୟର ଦିନକୁ କିଏ ତୁଚ୍ଛଜ୍ଞାନ କରିଅଛି? ଯେଣୁ ସେମାନେ, ଅର୍ଥାତ୍‍, ସମୁଦାୟ ପୃଥିବୀର ଏଣେତେଣେ ପର୍ଯ୍ୟଟନକାରୀ ସଦାପ୍ରଭୁଙ୍କର ଏହି ସପ୍ତ ଚକ୍ଷୁ ଯିରୁବ୍ବାବିଲ୍‍ଙ୍କ ହସ୍ତରେ ଓଳମ ଦେଖି ଆନନ୍ଦ କରିବେ।”
כי מי בז ליום קטנות ושמחו וראו את האבן הבדיל ביד זרבבל שבעה אלה עיני יהוה המה משוטטים בכל הארץ
11 ତେବେ ମୁଁ ଉତ୍ତର କରି ତାଙ୍କୁ କହିଲି, “ଦୀପବୃକ୍ଷର ଦକ୍ଷିଣ ପାର୍ଶ୍ୱରେ ଓ ତହିଁର ବାମ ପାର୍ଶ୍ୱରେ ସ୍ଥିତ ଏହି ଦୁଇ ଜୀତବୃକ୍ଷ କʼଣ?”
ואען ואמר אליו מה שני הזיתים האלה על ימין המנורה ועל שמאולה
12 ପୁଣି, ମୁଁ ଦ୍ୱିତୀୟ ଥର ତାଙ୍କୁ ଉତ୍ତର କରି କହିଲି, “ସୁବର୍ଣ୍ଣମୟ ଯେଉଁ ଦୁଇ ନଳ ଆପଣା ଆପଣା ମଧ୍ୟରୁ ସୁବର୍ଣ୍ଣମୟ ତୈଳ ନିର୍ଗତ କରେ, ତହିଁର ପାର୍ଶ୍ୱରେ ଜୀତବୃକ୍ଷର ଯେଉଁ ଦୁଇ ଶାଖା ଅଛି, ତାହା କʼଣ?”
ואען שנית ואמר אליו מה שתי שבלי הזיתים אשר ביד שני צנתרות הזהב המריקים מעליהם הזהב
13 ତହିଁରେ ସେ ମୋତେ ଉତ୍ତର କରି କହିଲେ, “ଏସବୁ କଅଣ, ଏହା କି ତୁମ୍ଭେ ଜାଣ ନାହିଁ?” ତହୁଁ ମୁଁ କହିଲି, “ହେ ମହାଶୟ, ଜାଣେ ନାହିଁ।”
ויאמר אלי לאמר הלוא ידעת מה אלה ואמר לא אדני
14 ତେବେ ସେ କହିଲେ, “ଏମାନେ ସମୁଦାୟ ଭୂମଣ୍ଡଳର ପ୍ରଭୁଙ୍କ ଛାମୁରେ ଠିଆ ହେବାର ଦୁଇ ତୈଳ ପୁତ୍ର ଅଟନ୍ତି।”
ויאמר אלה שני בני היצהר העמדים על אדון כל הארץ

< ଯିଖରୀୟ 4 >