< ଯିଖରୀୟ 5 >

1 ଏଉତ୍ତାରେ ମୁଁ ପୁନର୍ବାର ଊର୍ଦ୍ଧ୍ୱକୁ ଦୃଷ୍ଟି କଲି, ଆଉ ଦେଖ, ଉଡ଼ନ୍ତା ଏକ ନଳାକାର ପୁସ୍ତକ।
Potom opět pozdvihna očí svých, uzřel jsem, a aj, kniha letěla.
2 ପୁଣି, ଦୂତ ମୋତେ କହିଲେ, “ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ ଉତ୍ତର କଲି, “ମୁଁ ଉଡ଼ନ୍ତା ନଳାକାର ଏକ ପୁସ୍ତକ ଦେଖୁଅଛି ତହିଁର ଲମ୍ବା କୋଡ଼ିଏ ହାତ ଓ ଓସାର ଦଶ ହାତ।”
I řekl mi: Co vidíš? Jemuž jsem řekl: Vidím knihu letící, jejíž dlouhost byla dvadcíti loktů a širokost desíti loktů.
3 ତେବେ ସେ ମୋତେ କହିଲେ, “ଏହା ସମୁଦାୟ ଦେଶ ଉପରକୁ ବାହାରି ଯିବା ଅଭିଶାପ; କାରଣ ଯେ ପ୍ରତ୍ୟେକ ଲୋକ ଚୋରି କରେ, ସେ ତହିଁର ଏକ ପାର୍ଶ୍ୱ ଅନୁସାରେ ପରିଷ୍କୃତ ହେବ ଓ ଯେ ପ୍ରତ୍ୟେକ ଲୋକ ଶପଥ କରେ, ସେ ତହିଁର ଅନ୍ୟ ପାର୍ଶ୍ୱ ଅନୁସାରେ ପରିଷ୍କୃତ ହେବ।
Tedy řekl mi: Toto prokletí vyjde na širokost vší země. Nebo každý zloděj podlé něho jako i ona vyhlazen, a každý přisahající podlé něho jako i ona vyhlazen bude.
4 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଆମ୍ଭେ ତାହାକୁ ବାହାର କରାଇ ଆଣିବା, ଆଉ ତାହା ଚୋରର ଗୃହରେ ଓ ଯେ ଆମ୍ଭ ନାମରେ ମିଥ୍ୟା ଶପଥ କରେ, ତାହାର ଗୃହରେ ପ୍ରବେଶ କରିବ; ପୁଣି, ତାହାର ଗୃହ ମଧ୍ୟରେ ରହି କାଷ୍ଠ ଓ ପଥର ଗ୍ରାସ କରିବ।”
Vynesu je, praví Hospodin zástupů, aby došlo na dům zloděje, a na dům přisahajícího skrze jméno mé falešně; anobrž bude bydliti u prostřed domu jeho, a docela zkazí jej, i dříví jeho i kamení jeho.
5 ଏଉତ୍ତାରେ ମୋʼ ସଙ୍ଗେ ଯେଉଁ ଦୂତ କଥା କହୁଥିଲେ, ସେ ବାହାରେ ଆସି ମୋତେ କହିଲେ, “ଏବେ ତୁମ୍ଭେ ଊର୍ଦ୍ଧ୍ୱକୁ ଦୃଷ୍ଟି କର, ଏହି ଯାହା ଆସୁଅଛି, ତାହା କଅଣ?”
Tedy vyšel anděl ten, kterýž mluvil se mnou, a řekl mi: Pozdvihni nyní očí svých a viz, co jest to, což pochází.
6 ତହିଁରେ ମୁଁ କହିଲି, “ଏ କଅଣ?” ତହୁଁ ସେ କହିଲେ, “ଏହା ଐଫା-ପାତ୍ର, ଯାହା ଆସୁଅଛି,” ସେ ଆହୁରି କହିଲେ, “ଏହା ସମୁଦାୟ ଦେଶସ୍ଥ ଲୋକଙ୍କର ପାପ ଅଟେ।”
I řekl jsem: Co jest? Kterýž odpověděl: Toto jest efi pocházející. Řekl také: Toto jest oko její prohlédající všecku zemi.
7 ଆଉ ଦେଖ, ପାତ୍ରର ଠିପି ଉପରକୁ ଉଠାଗଲା ଆଉ, ସେହି ପାତ୍ର ମଧ୍ୟରେ ଏକ ସ୍ତ୍ରୀ ବସିଅଛି।
A aj, plech tlustý olověný nesen byl, a přitom žena jedna, kteráž seděla u prostřed té efi.
8 ପୁଣି, ସେ ମୋତେ କହିଲେ, “ଏହା ଦୁଷ୍ଟତା!” ଆଉ, ସେ ସେହି ସ୍ତ୍ରୀକୁ ପାତ୍ର ମଧ୍ୟରେ ପକାଇଦେଲେ ଓ ତହିଁର ମୁହଁକୁ ବନ୍ଦ କରିଦେଲେ।
I řekl: Toto jest ta bezbožnost. I uvrhl ji do prostřed té efi, uvrhl i ten plech olověný na vrch její.
9 ସେତେବେଳେ ମୁଁ ଊର୍ଦ୍ଧ୍ୱକୁ ଦୃଷ୍ଟି କଲି, ଆଉ ଦେଖ, ଦୁଇ ସ୍ତ୍ରୀ ବାହାରି ଆସିଲେ, ଆଉ ସେମାନଙ୍କ ପକ୍ଷପୁଟରେ ବାୟୁ ଥିଲା; ସେମାନଙ୍କର ପକ୍ଷ ଚରଳର ପକ୍ଷ ପରି ଥିଲା, ପୁଣି ସେମାନେ ପୃଥିବୀ ଓ ଆକାଶ ମଧ୍ୟରେ ସେ ପାତ୍ରକୁ ଉଠାଇଲେ।
A pozdvihna očí svých, uzřel jsem, a aj, dvě ženy vycházely, majíce vítr v křídlách svých. Měly pak křídla podobná křídlům čápím, a vyzdvihly tu efi mezi zemi a mezi nebe.
10 ତହିଁରେ ଯେଉଁ ଦୂତ ମୋʼ ସହିତ କଥା କହୁଥିଲେ, ମୁଁ ତାଙ୍କୁ କହିଲି, “ଏମାନେ କେଉଁ ସ୍ଥାନକୁ ପାତ୍ର ବହି ନେଉଅଛନ୍ତି?”
I řekl jsem andělu tomu, kterýž mluvil se mnou: Kam ony nesou tu efi?
11 ଏଥିରେ ସେ ମୋତେ କହିଲେ, “ଶିନୀୟର ଦେଶରେ ସେହି ପାତ୍ର ପାଇଁ ଏକ ମନ୍ଦିର ନିର୍ମାଣ କରିବାକୁ; ପୁଣି, ତାହା ପ୍ରସ୍ତୁତ ହେଲେ ସେଠାରେ ସେହି ପାତ୍ର ଆପଣା ସ୍ଥାନରେ ସ୍ଥାପନ କରାଯିବ।”
Kterýž řekl mi: Aby sobě vystavěla dům v zemi Sinear, kdež by utvrzena byla a postavena na podstavku svém.

< ଯିଖରୀୟ 5 >