< ଯିଖରୀୟ 7 >

1 ପୁଣି, ଦାରୀୟାବସ ରାଜାର ରାଜତ୍ଵର ଚତୁର୍ଥ ବର୍ଷରେ, କିଶ୍ଲେବ୍‍ ନାମକ ନବମ ମାସର ଚତୁର୍ଥ ଦିନରେ ଯିଖରୀୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା।
I Kong Darius's fjerde Regeringsaar kom HERRENS Ord til Zakarias paa den fjerde Dag i den niende Maaned, Kislev.
2 ସେହି ସମୟରେ ବେଥେଲ୍‍ସ୍ଥ ଲୋକମାନେ ଶରେତ୍ସର, ରେଗମ୍ମେଲକ ଓ ସେମାନଙ୍କର ଲୋକମାନଙ୍କୁ ସଦାପ୍ରଭୁଙ୍କ ନିକଟରେ ବିନତି କରିବା ପାଇଁ ପ୍ରେରଣ କରିଥିଲେ,
Da sendte Betel-Sar'ezer og Regem-Melek og hans Mænd Bud for at bede HERREN om Naade
3 ଓ ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହର ଯାଜକମାନଙ୍କୁ ଓ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଏହି କଥା ପଚାରିଲେ, ସେମାନେ କହିଲେ, “ମୁଁ ଏତେ ବର୍ଷ ଯାଏ ଯେପରି କରି ଆସିଅଛି, ସେପରି ମୁଁ କି ପଞ୍ଚମ ମାସରେ ଆପଣାକୁ ଉପବାସ କରି ବିଳାପ କରିବି?”
og spørge Præsterne ved Hærskarers HERRES Hus og Profeterne: »Skal jeg græde og spæge mig i den femte Maaned, som jeg nu har gjort i saa mange Aar?«
4 ସେତେବେଳେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
Da kom Hærskarers HERRES Ord til mig saaledes:
5 ଦେଶର ସମଗ୍ର ଲୋକଙ୍କୁ ଓ ଯାଜକମାନଙ୍କୁ ଏହି କଥା କୁହ, “ତୁମ୍ଭେମାନେ ଏହି ସତୁରି ବର୍ଷଯାକ, ପଞ୍ଚମ ମାସରେ ଓ ସପ୍ତମ ମାସରେ ଉପବାସ ଓ ବିଳାପ କଲା ବେଳେ ତୁମ୍ଭେମାନେ କି ପ୍ରକୃତରେ ଆମ୍ଭ ଉଦ୍ଦେଶ୍ୟରେ ଉପବାସ କଲ?
Sig til alt Folket i Landet og til Præsterne: Naar I har fastet og klaget i den femte og syvende Maaned i halvfjerdsindstyve Aar, var det da mig, I fastede for?
6 ପୁଣି, ତୁମ୍ଭେମାନେ ଭୋଜନ କଲା ବେଳେ ଓ ପାନ କଲା ବେଳେ କି ଆପଣାମାନଙ୍କ ପାଇଁ ଭୋଜନ କରୁ ନାହଁ ଓ ଆପଣାମାନଙ୍କ ପାଇଁ ପାନ କରୁ ନାହଁ?
Og naar I spiser og drikker, er det da ikke eder, som spiser og drikker?
7 ଯିରୂଶାଲମ ବସତିବିଶିଷ୍ଟ ଓ ସମୃଦ୍ଧ ଅବସ୍ଥାରେ ଥିବା ବେଳେ, ପୁଣି ତହିଁର ଚତୁର୍ଦ୍ଦିଗସ୍ଥ ନଗରସକଳ, ଆଉ ଦକ୍ଷିଣ ଦେଶ ଓ ନିମ୍ନଭୂମି ବସତିବିଶିଷ୍ଟ ଥିବା ବେଳେ ସଦାପ୍ରଭୁ ପୂର୍ବକାଳର ଭବିଷ୍ୟଦ୍‍ବକ୍ତାଗଣଙ୍କ ଦ୍ୱାରା ଯେଉଁ ସକଳ ବାକ୍ୟ ପ୍ରଚାର କରାଇଅଛନ୍ତି, ତାହା କି ତୁମ୍ଭମାନଙ୍କର ଶୁଣିବାର ଉଚିତ ନୁହେଁ?”
Kender I ikke de Ord, HERREN forkyndte ved de tidligere Profeter, dengang Jerusalem og dets Byer trindt om var beboet og havde Fred, og Sydlandet og Lavlandet var beboet?
8 ଏଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିଖରୀୟଙ୍କ ନିକଟରେ ଉପସ୍ଥିତ ହେଲା,
Og HERRENS Ord kom til Zakarias saaledes:
9 “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହିଅଛନ୍ତି, ଯଥାର୍ଥ ବିଚାର କର, ପ୍ରତ୍ୟେକ ଲୋକ, ଆପଣା ଭ୍ରାତା ପ୍ରତି ଦୟା ଓ କରୁଣା ପ୍ରକାଶ କର।
Saa siger Hærskarers HERRE: Fæld redelig Dom, vis Miskundhed og Barmhjertighed mod hverandre,
10 ପୁଣି ବିଧବା, ପିତୃହୀନ, ବିଦେଶୀ ଓ ଦରିଦ୍ରର ପ୍ରତି ଉପଦ୍ରବ କର ନାହିଁ; ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି ମନେ ମନେ ଆପଣା ଭ୍ରାତାର ଅନିଷ୍ଟ ଚିନ୍ତା ନ କରୁ।”
undertryk ikke Enker og faderløse, fremmede og nødlidende og tænk ikke i eders Hjerter ondt mod hverandre!
11 ମାତ୍ର ସେମାନେ ଶୁଣିବାକୁ ଅସମ୍ମତ ହେଲେ ଓ ଶକ୍ତଗ୍ରୀବ ହେଲେ ଓ ଯେପରି ଶୁଣି ନ ପାରିବେ, ଏଥିପାଇଁ ଆପଣା ଆପଣା କର୍ଣ୍ଣ ରୁଦ୍ଧ କଲେ।
Men de vilde ikke høre; de var stivnakkede og gjorde deres Ører døve
12 ହଁ, ସେମାନେ ଯେପରି ବ୍ୟବସ୍ଥା ଓ ସୈନ୍ୟାଧିପତି ସଦାପ୍ରଭୁ ଆପଣା ଆତ୍ମା ଦ୍ୱାରା ପୂର୍ବକାଳର ଭବିଷ୍ୟଦ୍‍ବକ୍ତାଗଣର ହସ୍ତରେ ଯେଉଁ ଯେଉଁ ବାକ୍ୟ କହି ପଠାଇଲେ, ତାହା ଯେପରି ନ ଶୁଣିବେ, ଏଥିପାଇଁ ସେମାନେ ଆପଣା ଆପଣା ଅନ୍ତଃକରଣ ହୀରକ ପ୍ରସ୍ତର ତୁଲ୍ୟ କଠିନ କଲେ। ଏଥିସକାଶୁ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରୁ ମହାକୋପ ଉପସ୍ଥିତ ହେଲା।
og deres Hjerter haarde som Diamant for ikke at høre Loven og de Ord, Hærskarers HERRE sendte gennem sin Aand ved de tidligere Profeter. Derfor kom der stor Vrede fra Hærskarers HERRE.
13 ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହିଲେ, “ମୁଁ ଡାକିବା ବେଳେ ସେମାନେ ଯେପରି ଶୁଣିଲେ ନାହିଁ; ତଦନୁସାରେ ସେମାନେ ଡାକିବେ, ମାତ୍ର ଆମ୍ଭେ ଶୁଣିବା ନାହିଁ,
Ligesom de ikke hørte, naar han kaldte, saaledes vil jeg, sagde Hærskarers HERRE, ikke høre, naar de kalder;
14 ମାତ୍ର ଯେଉଁ ଗୋଷ୍ଠୀଗଣକୁ ସେମାନେ ଜାଣି ନାହାନ୍ତି, ସେହି ସମସ୍ତଙ୍କ ମଧ୍ୟରେ ଘୂର୍ଣ୍ଣିବାୟୁ ଦ୍ୱାରା ଆମ୍ଭେ ସେମାନଙ୍କୁ ଛିନ୍ନଭିନ୍ନ କରିବା। ଏହି ପ୍ରକାରେ ସେମାନଙ୍କ ଦେଶ ଧ୍ୱଂସର ସ୍ଥାନ ହେଲା, ତହିଁରେ କୌଣସି ମନୁଷ୍ୟ ତହିଁର ମଧ୍ୟଦେଇ ଗମନାଗମନ କଲା ନାହିଁ; କାରଣ ସେମାନେ ସୁନ୍ଦର ଦେଶକୁ ଧ୍ୱଂସର ସ୍ଥାନ କଲେ।”
og jeg blæste dem bort blandt alle de Folk, de ikke kendte, og Landet blev øde efter dem, saa ingen drog ud eller hjem; og de gjorde det yndige Land til en Ørk.

< ଯିଖରୀୟ 7 >