< ଯିଖରୀୟ 7 >
1 ପୁଣି, ଦାରୀୟାବସ ରାଜାର ରାଜତ୍ଵର ଚତୁର୍ଥ ବର୍ଷରେ, କିଶ୍ଲେବ୍ ନାମକ ନବମ ମାସର ଚତୁର୍ଥ ଦିନରେ ଯିଖରୀୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା।
Ɔhene Dario adedi mfe anan so no, Awurade asɛm baa Sakaria nkyɛn ɔsram a ɛto so akron a wɔfrɛ no Kislev no da ɛto so anan no mu.
2 ସେହି ସମୟରେ ବେଥେଲ୍ସ୍ଥ ଲୋକମାନେ ଶରେତ୍ସର, ରେଗମ୍ମେଲକ ଓ ସେମାନଙ୍କର ଲୋକମାନଙ୍କୁ ସଦାପ୍ରଭୁଙ୍କ ନିକଟରେ ବିନତି କରିବା ପାଇଁ ପ୍ରେରଣ କରିଥିଲେ,
Na Bet-Elfo asoma Sareser ne Regem-Melek ne wɔn mmarima sɛ wɔnkɔsrɛ Awurade.
3 ଓ ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହର ଯାଜକମାନଙ୍କୁ ଓ ଭବିଷ୍ୟଦ୍ବକ୍ତାମାନଙ୍କୁ ଏହି କଥା ପଚାରିଲେ, ସେମାନେ କହିଲେ, “ମୁଁ ଏତେ ବର୍ଷ ଯାଏ ଯେପରି କରି ଆସିଅଛି, ସେପରି ମୁଁ କି ପଞ୍ଚମ ମାସରେ ଆପଣାକୁ ଉପବାସ କରି ବିଳାପ କରିବି?”
Wɔmfa asɔfo a wɔwɔ Asafo Awurade fi ne adiyifo so mmisa se, “Menkɔ so ntwa adwo, nni mmuada wɔ ɔsram a ɛto so anum no mu, sɛnea mayɛ no mfe bebree a atwa mu no ana?”
4 ସେତେବେଳେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
Afei Asafo Awurade asɛm baa me nkyɛn se,
5 ଦେଶର ସମଗ୍ର ଲୋକଙ୍କୁ ଓ ଯାଜକମାନଙ୍କୁ ଏହି କଥା କୁହ, “ତୁମ୍ଭେମାନେ ଏହି ସତୁରି ବର୍ଷଯାକ, ପଞ୍ଚମ ମାସରେ ଓ ସପ୍ତମ ମାସରେ ଉପବାସ ଓ ବିଳାପ କଲା ବେଳେ ତୁମ୍ଭେମାନେ କି ପ୍ରକୃତରେ ଆମ୍ଭ ଉଦ୍ଦେଶ୍ୟରେ ଉପବାସ କଲ?
“Bisa asase no so nnipa nyinaa ne asɔfo no se, ‘Mfe aduɔson a atwam no, sɛ mudii mmuada na mutwaa adwo wɔ asram anum ne ason so no, na ɛyɛ ampa sɛ me nti na mudi mmuada no ana?
6 ପୁଣି, ତୁମ୍ଭେମାନେ ଭୋଜନ କଲା ବେଳେ ଓ ପାନ କଲା ବେଳେ କି ଆପଣାମାନଙ୍କ ପାଇଁ ଭୋଜନ କରୁ ନାହଁ ଓ ଆପଣାମାନଙ୍କ ପାଇଁ ପାନ କରୁ ନାହଁ?
Bere a mudidi na monom no, na ɛnyɛ mo ara na moyɛ de gye mo ani ana?
7 ଯିରୂଶାଲମ ବସତିବିଶିଷ୍ଟ ଓ ସମୃଦ୍ଧ ଅବସ୍ଥାରେ ଥିବା ବେଳେ, ପୁଣି ତହିଁର ଚତୁର୍ଦ୍ଦିଗସ୍ଥ ନଗରସକଳ, ଆଉ ଦକ୍ଷିଣ ଦେଶ ଓ ନିମ୍ନଭୂମି ବସତିବିଶିଷ୍ଟ ଥିବା ବେଳେ ସଦାପ୍ରଭୁ ପୂର୍ବକାଳର ଭବିଷ୍ୟଦ୍ବକ୍ତାଗଣଙ୍କ ଦ୍ୱାରା ଯେଉଁ ସକଳ ବାକ୍ୟ ପ୍ରଚାର କରାଇଅଛନ୍ତି, ତାହା କି ତୁମ୍ଭମାନଙ୍କର ଶୁଣିବାର ଉଚିତ ନୁହେଁ?”
Ɛnyɛ saa nsɛm yi ara na Awurade faa kan adiyifo so paee mu kae, wɔ bere a Yerusalem ne nkurow a atwa ne ho ahyia no wɔ asomdwoe ne nkɔso no, bere a na nnipa akɔtena Negeb ne atɔe fam nkoko no so ana?’”
8 ଏଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିଖରୀୟଙ୍କ ନିକଟରେ ଉପସ୍ଥିତ ହେଲା,
Na Awurade asɛm baa Sakaria nkyɛn bio:
9 “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହିଅଛନ୍ତି, ଯଥାର୍ଥ ବିଚାର କର, ପ୍ରତ୍ୟେକ ଲୋକ, ଆପଣା ଭ୍ରାତା ପ୍ରତି ଦୟା ଓ କରୁଣା ପ୍ରକାଶ କର।
“Sɛɛ na Asafo Awurade se, ‘Mummu atɛn a ɛyɛ nokware na munnya ahummɔbɔ ne ayamhyehye mma mo ho mo ho.
10 ପୁଣି ବିଧବା, ପିତୃହୀନ, ବିଦେଶୀ ଓ ଦରିଦ୍ରର ପ୍ରତି ଉପଦ୍ରବ କର ନାହିଁ; ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି ମନେ ମନେ ଆପଣା ଭ୍ରାତାର ଅନିଷ୍ଟ ଚିନ୍ତା ନ କରୁ।”
Monnhyɛ akunafo, ayisaa, ahɔho ne ahiafo so. Monnnwene bɔne mo koma mu mma mo ho mo ho.’
11 ମାତ୍ର ସେମାନେ ଶୁଣିବାକୁ ଅସମ୍ମତ ହେଲେ ଓ ଶକ୍ତଗ୍ରୀବ ହେଲେ ଓ ଯେପରି ଶୁଣି ନ ପାରିବେ, ଏଥିପାଇଁ ଆପଣା ଆପଣା କର୍ଣ୍ଣ ରୁଦ୍ଧ କଲେ।
“Nanso wɔantie; wɔde asoɔden dan wɔn akyi na wosisiw wɔn aso.
12 ହଁ, ସେମାନେ ଯେପରି ବ୍ୟବସ୍ଥା ଓ ସୈନ୍ୟାଧିପତି ସଦାପ୍ରଭୁ ଆପଣା ଆତ୍ମା ଦ୍ୱାରା ପୂର୍ବକାଳର ଭବିଷ୍ୟଦ୍ବକ୍ତାଗଣର ହସ୍ତରେ ଯେଉଁ ଯେଉଁ ବାକ୍ୟ କହି ପଠାଇଲେ, ତାହା ଯେପରି ନ ଶୁଣିବେ, ଏଥିପାଇଁ ସେମାନେ ଆପଣା ଆପଣା ଅନ୍ତଃକରଣ ହୀରକ ପ୍ରସ୍ତର ତୁଲ୍ୟ କଠିନ କଲେ। ଏଥିସକାଶୁ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରୁ ମହାକୋପ ଉପସ୍ଥିତ ହେଲା।
Wɔyɛɛ wɔn koma den sɛ ɔtwɛrebo, na wɔantie mmara anaa nsɛm a Asafo Awurade nam ne Honhom so de somaa kan adiyifo no. Ɛno nti, Asafo Awurade bo fuw yiye.
13 ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହିଲେ, “ମୁଁ ଡାକିବା ବେଳେ ସେମାନେ ଯେପରି ଶୁଣିଲେ ନାହିଁ; ତଦନୁସାରେ ସେମାନେ ଡାକିବେ, ମାତ୍ର ଆମ୍ଭେ ଶୁଣିବା ନାହିଁ,
“‘Mefrɛe no, wɔannye me so, enti wɔfrɛ a merennye wɔn so,’ sɛnea Asafo Awurade se ni.
14 ମାତ୍ର ଯେଉଁ ଗୋଷ୍ଠୀଗଣକୁ ସେମାନେ ଜାଣି ନାହାନ୍ତି, ସେହି ସମସ୍ତଙ୍କ ମଧ୍ୟରେ ଘୂର୍ଣ୍ଣିବାୟୁ ଦ୍ୱାରା ଆମ୍ଭେ ସେମାନଙ୍କୁ ଛିନ୍ନଭିନ୍ନ କରିବା। ଏହି ପ୍ରକାରେ ସେମାନଙ୍କ ଦେଶ ଧ୍ୱଂସର ସ୍ଥାନ ହେଲା, ତହିଁରେ କୌଣସି ମନୁଷ୍ୟ ତହିଁର ମଧ୍ୟଦେଇ ଗମନାଗମନ କଲା ନାହିଁ; କାରଣ ସେମାନେ ସୁନ୍ଦର ଦେଶକୁ ଧ୍ୱଂସର ସ୍ଥାନ କଲେ।”
‘Mede mfɛtɛ bɔɔ wɔn petee aman nyinaa so ma wɔkɔyɛɛ ahɔho wɔ hɔ. Asase a wogyaw no daa mpan a obiara ntwa mu wɔ hɔ. Sɛɛ na wɔyɛ maa asase fɛfɛɛfɛ no sɛee.’”