< ଯିଖରୀୟ 9 >

1 ହଦ୍ରକ୍‍ ଦେଶ ପ୍ରତି ଓ ଦମ୍ମେଶକ ତହିଁର ବିଶ୍ରାମ-ସ୍ଥାନ ପ୍ରତି ସଦାପ୍ରଭୁଙ୍କର ବାକ୍ୟ; କାରଣ ମନୁଷ୍ୟର ଓ ସମୁଦାୟ ଇସ୍ରାଏଲ ବଂଶର ଦୃଷ୍ଟି ସଦାପ୍ରଭୁଙ୍କ ପ୍ରତି ଅଛି।
Et Udsagn: HERRENs Ord er over Hadraks Land, i Damaskus slår det sig ned - thi Aram forbrød sig mod HERREN - det er over alle, som hader Israel,
2 ପୁଣି, ତହିଁର ପାର୍ଶ୍ୱସ୍ଥିତ ହମାତ୍‍ ଓ ସୋର ଓ ସୀଦୋନ ଅତି ଜ୍ଞାନୀ ହେବାରୁ ତହିଁର ବିଶ୍ରାମ-ସ୍ଥାନ ହେବ।
også over Hamat, som grænser dertil, Tyrus og Zidon, thi det er såre viist.
3 ଆଉ, ସୋର ଆପଣା ପାଇଁ ଦୃଢ଼ ଗଡ଼ ନିର୍ମାଣ କଲା ଓ ଧୂଳି ପରି ରୂପା ଓ ବାଟର କାଦୁଅ ପରି ଉତ୍ତମ ସୁନା ଗଦା କଲା।
Tyrus bygged sig en Fæstning og ophobed Sølv som Støv og Guld som Gadeskarn.
4 ଦେଖ, ପ୍ରଭୁ ତାହାକୁ ପ୍ରତ୍ୟାଖ୍ୟାନ କରିବେ ଓ ସେ ସମୁଦ୍ରରେ ତାହାର ପରାକ୍ରମକୁ ବିନାଶ କରିବେ; ଆଉ, ଅଗ୍ନି ଦ୍ୱାରା ସେ ଗ୍ରାସିତ ହେବ।
Se, Herren vil tage det i Eje og styrte dets Bolværk i Havet. det selv skal fortæres af Ild.
5 ଅସ୍କିଲୋନ ତାହା ଦେଖି ଭୟ କରିବ; ଘସା ମଧ୍ୟ ଦେଖି ଅତ୍ୟନ୍ତ ବ୍ୟଥିତ ହେବ ଓ ଇକ୍ରୋଣ ହିଁ ତଦ୍ରୂପ ହେବ, କାରଣ ତାହାର ଆଶା ଲଜ୍ଜାଜନକ ହେବ; ଆଉ, ଘସାରୁ ରାଜା ବିନଷ୍ଟ ହେବ ଓ ଅସ୍କିଲୋନ ବସତିବିଶିଷ୍ଟ ନୋହିବ।
Askalon ser det og frygter, Gaza og Ekron skælver voldsomt, thi Håbet brast. Gaza mister sin Konge, i Askalon skal ingen bo,
6 ପୁଣି, ଅସ୍ଦୋଦରେ ଜାରଜ ବାସ କରିବ ଓ ଆମ୍ଭେ ପଲେଷ୍ଟୀୟମାନଙ୍କର ଦର୍ପ ଚୂର୍ଣ୍ଣ କରିବା।
i Asdod skal Udskud bo, Jeg gør Ende på Filisterens Hovmod,
7 ଆଉ, ଆମ୍ଭେ ତାହାର ମୁଖରୁ ତାହାର ପେୟ ରକ୍ତ ଓ ତାହାର ଦନ୍ତ ମଧ୍ୟରୁ ତାହାର ଘୃଣାଯୋଗ୍ୟ ଭକ୍ଷ୍ୟ ଅପହରଣ କରିବା; ତହିଁରେ ସେ ମଧ୍ୟ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିମନ୍ତେ ଅବଶିଷ୍ଟାଂଶ ଲୋକ ହେବ ଓ ସେ ଯିହୁଦା ମଧ୍ୟରେ ଅଧ୍ୟକ୍ଷ ତୁଲ୍ୟ ହେବ ଓ ଇକ୍ରୋଣ ଯିବୂଷୀୟ ତୁଲ୍ୟ ହେବ।
tager Blodet ud af hans Mund og Væmmelsen bort fra hans Tænder. Også han bliver reddet for vor Gud, han bliver som en Slægt i Juda, Ekron som, en, Jebusit.
8 ପୁଣି, ଆମ୍ଭେ ସୈନ୍ୟଦଳ ବିରୁଦ୍ଧରେ ଆପଣା ଗୃହର ଚତୁର୍ଦ୍ଦିଗରେ ଛାଉଣି ସ୍ଥାପନ କରିବା, ତହିଁରେ କେହି ଗମନାଗମନ କରିବେ ନାହିଁ ଓ କୌଣସି ଉପଦ୍ରବକାରୀ ସେମାନଙ୍କ ନିକଟ ଦେଇ ଆଉ ଯିବ ନାହିଁ; କାରଣ ଆମ୍ଭେ ଏବେ ସ୍ୱଚକ୍ଷୁରେ ଦେଖିଅଛୁ।
Som en Vagt lejrer jeg mig formit Hus mod dem, som kommer og går; aldrig mer skal en Voldsmand gå igennem deres Land, thi nu har jeg set det med mine egne Øjne.
9 ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର! ଗୋ ଯିରୂଶାଲମ କନ୍ୟେ, ଜୟଧ୍ୱନି କର! ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍‍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି।
Fryd dig såre, Zions Datter, råb med Glæde, Jerusalems Datter! Se, din Konge kommer til dig. Retfærdig og sejrrig er han, ydmyg, ridende på et Æsel, på en Asenindes Føl.
10 ପୁଣି, ଆମ୍ଭେ ଇଫ୍ରୟିମରୁ ରଥ ଓ ଯିରୂଶାଲମରୁ ଅଶ୍ୱ ଉଚ୍ଛିନ୍ନ କରିବା ଓ ଯୁଦ୍ଧ-ଧନୁ ଉଚ୍ଛିନ୍ନ ହେବ; ଆଉ, ସେ ଗୋଷ୍ଠୀଗଣକୁ ଶାନ୍ତିର କଥା କହିବେ ଓ ତାହାଙ୍କର ରାଜ୍ୟ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ନଦୀଠାରୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ହେବ।
Han udrydder Vognene af Efraim, Hestene af Jerusalem, Stridsbuerne ryddes til Side. Hans Ord stifter Fred mellem Folkene, han hersker fra Hav til Hav, fra Floden til Jordens Ende.
11 ତୁମ୍ଭ ନିୟମର ରକ୍ତ ସକାଶୁ ଆମ୍ଭେ ତୁମ୍ଭର ବନ୍ଦୀମାନଙ୍କୁ ନିର୍ଜଳ କୂପ ମଧ୍ୟରୁ ବାହାର କରି ପ୍ରେରଣ କରିଅଛୁ।
For Pagtblodets Skyld vil jeg også slippe dine Fanger ud, ja ud af den vandløse Brønd.
12 ହେ ଭରସାଯୁକ୍ତ ବନ୍ଦୀମାନେ, ତୁମ୍ଭେମାନେ ଦୃଢ଼ ଗଡ଼ ଆଡ଼େ ଫେରି ଆସ; ଆମ୍ଭେ ତୁମ୍ଭକୁ ଦୁଇଗୁଣ ମଙ୍ଗଳ ଦେବା ବୋଲି ଆଜି ପ୍ରକାଶ କରୁଅଛୁ।
Hjem til Borgen, I Fanger med Håb! Også i Dag forkyndes: Jeg giver dig tvefold Bod!
13 କାରଣ ଆମ୍ଭେ ଆପଣା ନିମନ୍ତେ ଧନୁ ସ୍ୱରୂପ ଯିହୁଦାକୁ ବଙ୍କା କରିଅଛୁ ଓ ତୀର ସ୍ୱରୂପ ଇଫ୍ରୟିମରେ ତାହା ସଂଯୁକ୍ତ କରିଅଛୁ; ଆଉ, ହେ ସିୟୋନ, ଆମ୍ଭେ ତୁମ୍ଭର ସନ୍ତାନଗଣକୁ, ହେ ଗ୍ରୀସ୍‍, ତୁମ୍ଭ ସନ୍ତାନଗଣ ବିରୁଦ୍ଧରେ ଉତ୍ତେଜିତ କରିବା ଓ ତୁମ୍ଭକୁ ବୀରର ଖଡ୍ଗ ସ୍ୱରୂପ କରିବା।
Thi jeg spænder mig Juda som Bue, lægger Efraim på som Pil og vækker dine Sønner, Zion, imod dine Sønner, Javan. Jeg gør dig som Heltens Sværd.
14 ପୁଣି, ସଦାପ୍ରଭୁ ସେମାନଙ୍କୁ ଊର୍ଦ୍ଧ୍ୱରୁ ଦେଖାଯିବେ ଓ ତାହାଙ୍କର ତୀର ବିଜୁଳି ପରି ବାହାର ହେବ; ଆଉ, ପ୍ରଭୁ ସଦାପ୍ରଭୁ ତୂରୀ ବଜାଇବେ ଓ ଦକ୍ଷିଣ ଦିଗର ଘୂର୍ଣ୍ଣିବାୟୁରେ ଗମନ କରିବେ।
Over dem viser sig Herren, hans Pil farer ud som et Lyn. Den Herre HERREN støder i Horn, skrider frem i Søndenstorm;
15 ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କୁ ରକ୍ଷା କରିବେ; ତହିଁରେ ସେମାନେ ଗ୍ରାସ କରିବେ ଓ ଛାଟିଣୀ-ପଥରସବୁ ପଦ ତଳେ ଦଳିତ କରିବେ; ଆଉ, ସେମାନେ ପାନ କରିବେ ଓ ଦ୍ରାକ୍ଷାରସରେ ମତ୍ତ ଲୋକର ପରି ଶବ୍ଦ କରିବେ, ଆଉ ସେମାନେ ପାତ୍ର ପରି, ଯଜ୍ଞବେଦିର କୋଣ ପରି ପରିପୂର୍ଣ୍ଣ ହେବେ।
dem værner Hærskarers HERRE. De opæder, nedtramper Slyngekasterne, drikker deres Blod som Vin og fyldes som Offerskålen, som Alterets Hjørner.
16 ପୁଣି, ସେହି ଦିନ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ଆପଣା ଲୋକମାନଙ୍କୁ ପଲ ସ୍ୱରୂପ ଉଦ୍ଧାର କରିବେ; କାରଣ ସେମାନେ ମୁକୁଟର ପ୍ରସ୍ତର ସ୍ୱରୂପ ତାହାଙ୍କ ଦେଶର ଊର୍ଦ୍ଧ୍ୱରେ ଉତ୍ଥାପିତ ହେବେ।
HERREN deres Gud skal på denne Dag frelse dem som sit Folks Hjord; thi de er Kronesten, der funkler over hans Land.
17 ଯେହେତୁ ତାଙ୍କ ମଙ୍ଗଳଭାବ କିପରି ମହତ ଓ ତାଙ୍କର ସୌନ୍ଦର୍ଯ୍ୟ କିପରି ମହତ! ଶସ୍ୟ ଯୁବାଗଣକୁ ଓ ନୂତନ ଦ୍ରାକ୍ଷାରସ ଯୁବତୀଗଣକୁ ବର୍ଦ୍ଧିଷ୍ଣୁ କରିବ।
Hvor det er dejligt, hvor skønt! Thi Korn giver blomstrende Ungersvende, Most giver blomstrende Møer.

< ଯିଖରୀୟ 9 >