< ଯିଖରୀୟ 9 >
1 ହଦ୍ରକ୍ ଦେଶ ପ୍ରତି ଓ ଦମ୍ମେଶକ ତହିଁର ବିଶ୍ରାମ-ସ୍ଥାନ ପ୍ରତି ସଦାପ୍ରଭୁଙ୍କର ବାକ୍ୟ; କାରଣ ମନୁଷ୍ୟର ଓ ସମୁଦାୟ ଇସ୍ରାଏଲ ବଂଶର ଦୃଷ୍ଟି ସଦାପ୍ରଭୁଙ୍କ ପ୍ରତି ଅଛି।
Oracle, parole de l’Éternel sur le pays de Hadrac. Elle s’arrête sur Damas, Car l’Éternel a l’œil sur les hommes Comme sur toutes les tribus d’Israël;
2 ପୁଣି, ତହିଁର ପାର୍ଶ୍ୱସ୍ଥିତ ହମାତ୍ ଓ ସୋର ଓ ସୀଦୋନ ଅତି ଜ୍ଞାନୀ ହେବାରୁ ତହିଁର ବିଶ୍ରାମ-ସ୍ଥାନ ହେବ।
Elle s’arrête aussi sur Hamath, à la frontière de Damas, Sur Tyr et Sidon, malgré toute leur sagesse.
3 ଆଉ, ସୋର ଆପଣା ପାଇଁ ଦୃଢ଼ ଗଡ଼ ନିର୍ମାଣ କଲା ଓ ଧୂଳି ପରି ରୂପା ଓ ବାଟର କାଦୁଅ ପରି ଉତ୍ତମ ସୁନା ଗଦା କଲା।
Tyr s’est bâti une forteresse; Elle a amassé l’argent comme la poussière, Et l’or comme la boue des rues.
4 ଦେଖ, ପ୍ରଭୁ ତାହାକୁ ପ୍ରତ୍ୟାଖ୍ୟାନ କରିବେ ଓ ସେ ସମୁଦ୍ରରେ ତାହାର ପରାକ୍ରମକୁ ବିନାଶ କରିବେ; ଆଉ, ଅଗ୍ନି ଦ୍ୱାରା ସେ ଗ୍ରାସିତ ହେବ।
Voici, le Seigneur s’en emparera, Il précipitera sa puissance dans la mer, Et elle sera consumée par le feu.
5 ଅସ୍କିଲୋନ ତାହା ଦେଖି ଭୟ କରିବ; ଘସା ମଧ୍ୟ ଦେଖି ଅତ୍ୟନ୍ତ ବ୍ୟଥିତ ହେବ ଓ ଇକ୍ରୋଣ ହିଁ ତଦ୍ରୂପ ହେବ, କାରଣ ତାହାର ଆଶା ଲଜ୍ଜାଜନକ ହେବ; ଆଉ, ଘସାରୁ ରାଜା ବିନଷ୍ଟ ହେବ ଓ ଅସ୍କିଲୋନ ବସତିବିଶିଷ୍ଟ ନୋହିବ।
Askalon le verra, et elle sera dans la crainte; Gaza aussi, et un violent tremblement la saisira; Ékron aussi, car son espoir sera confondu. Le roi disparaîtra de Gaza, Et Askalon ne sera plus habitée.
6 ପୁଣି, ଅସ୍ଦୋଦରେ ଜାରଜ ବାସ କରିବ ଓ ଆମ୍ଭେ ପଲେଷ୍ଟୀୟମାନଙ୍କର ଦର୍ପ ଚୂର୍ଣ୍ଣ କରିବା।
L’étranger s’établira dans Asdod, Et j’abattrai l’orgueil des Philistins.
7 ଆଉ, ଆମ୍ଭେ ତାହାର ମୁଖରୁ ତାହାର ପେୟ ରକ୍ତ ଓ ତାହାର ଦନ୍ତ ମଧ୍ୟରୁ ତାହାର ଘୃଣାଯୋଗ୍ୟ ଭକ୍ଷ୍ୟ ଅପହରଣ କରିବା; ତହିଁରେ ସେ ମଧ୍ୟ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିମନ୍ତେ ଅବଶିଷ୍ଟାଂଶ ଲୋକ ହେବ ଓ ସେ ଯିହୁଦା ମଧ୍ୟରେ ଅଧ୍ୟକ୍ଷ ତୁଲ୍ୟ ହେବ ଓ ଇକ୍ରୋଣ ଯିବୂଷୀୟ ତୁଲ୍ୟ ହେବ।
J’ôterai le sang de sa bouche, Et les abominations d’entre ses dents; Lui aussi restera pour notre Dieu; Il sera comme un chef en Juda, Et Ékron sera comme les Jébusiens.
8 ପୁଣି, ଆମ୍ଭେ ସୈନ୍ୟଦଳ ବିରୁଦ୍ଧରେ ଆପଣା ଗୃହର ଚତୁର୍ଦ୍ଦିଗରେ ଛାଉଣି ସ୍ଥାପନ କରିବା, ତହିଁରେ କେହି ଗମନାଗମନ କରିବେ ନାହିଁ ଓ କୌଣସି ଉପଦ୍ରବକାରୀ ସେମାନଙ୍କ ନିକଟ ଦେଇ ଆଉ ଯିବ ନାହିଁ; କାରଣ ଆମ୍ଭେ ଏବେ ସ୍ୱଚକ୍ଷୁରେ ଦେଖିଅଛୁ।
Je camperai autour de ma maison pour la défendre contre une armée, Contre les allants et les venants, Et l’oppresseur ne passera plus près d’eux; Car maintenant mes yeux sont fixés sur elle.
9 ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର! ଗୋ ଯିରୂଶାଲମ କନ୍ୟେ, ଜୟଧ୍ୱନି କର! ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି।
Sois transportée d’allégresse, fille de Sion! Pousse des cris de joie, fille de Jérusalem! Voici, ton roi vient à toi; Il est juste et victorieux, Il est humble et monté sur un âne, Sur un âne, le petit d’une ânesse.
10 ପୁଣି, ଆମ୍ଭେ ଇଫ୍ରୟିମରୁ ରଥ ଓ ଯିରୂଶାଲମରୁ ଅଶ୍ୱ ଉଚ୍ଛିନ୍ନ କରିବା ଓ ଯୁଦ୍ଧ-ଧନୁ ଉଚ୍ଛିନ୍ନ ହେବ; ଆଉ, ସେ ଗୋଷ୍ଠୀଗଣକୁ ଶାନ୍ତିର କଥା କହିବେ ଓ ତାହାଙ୍କର ରାଜ୍ୟ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ନଦୀଠାରୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ହେବ।
Je détruirai les chars d’Éphraïm, Et les chevaux de Jérusalem; Et les arcs de guerre seront anéantis. Il annoncera la paix aux nations, Et il dominera d’une mer à l’autre, Depuis le fleuve jusqu’aux extrémités de la terre.
11 ତୁମ୍ଭ ନିୟମର ରକ୍ତ ସକାଶୁ ଆମ୍ଭେ ତୁମ୍ଭର ବନ୍ଦୀମାନଙ୍କୁ ନିର୍ଜଳ କୂପ ମଧ୍ୟରୁ ବାହାର କରି ପ୍ରେରଣ କରିଅଛୁ।
Et pour toi, à cause de ton alliance scellée par le sang, Je retirerai tes captifs de la fosse où il n’y a pas d’eau.
12 ହେ ଭରସାଯୁକ୍ତ ବନ୍ଦୀମାନେ, ତୁମ୍ଭେମାନେ ଦୃଢ଼ ଗଡ଼ ଆଡ଼େ ଫେରି ଆସ; ଆମ୍ଭେ ତୁମ୍ଭକୁ ଦୁଇଗୁଣ ମଙ୍ଗଳ ଦେବା ବୋଲି ଆଜି ପ୍ରକାଶ କରୁଅଛୁ।
Retournez à la forteresse, captifs pleins d’espérance! Aujourd’hui encore je le déclare, Je te rendrai le double.
13 କାରଣ ଆମ୍ଭେ ଆପଣା ନିମନ୍ତେ ଧନୁ ସ୍ୱରୂପ ଯିହୁଦାକୁ ବଙ୍କା କରିଅଛୁ ଓ ତୀର ସ୍ୱରୂପ ଇଫ୍ରୟିମରେ ତାହା ସଂଯୁକ୍ତ କରିଅଛୁ; ଆଉ, ହେ ସିୟୋନ, ଆମ୍ଭେ ତୁମ୍ଭର ସନ୍ତାନଗଣକୁ, ହେ ଗ୍ରୀସ୍, ତୁମ୍ଭ ସନ୍ତାନଗଣ ବିରୁଦ୍ଧରେ ଉତ୍ତେଜିତ କରିବା ଓ ତୁମ୍ଭକୁ ବୀରର ଖଡ୍ଗ ସ୍ୱରୂପ କରିବା।
Car je bande Juda comme un arc, Je m’arme d’Éphraïm comme d’un arc, Et je soulèverai tes enfants, ô Sion, Contre tes enfants, ô Javan! Je te rendrai pareille à l’épée d’un vaillant homme.
14 ପୁଣି, ସଦାପ୍ରଭୁ ସେମାନଙ୍କୁ ଊର୍ଦ୍ଧ୍ୱରୁ ଦେଖାଯିବେ ଓ ତାହାଙ୍କର ତୀର ବିଜୁଳି ପରି ବାହାର ହେବ; ଆଉ, ପ୍ରଭୁ ସଦାପ୍ରଭୁ ତୂରୀ ବଜାଇବେ ଓ ଦକ୍ଷିଣ ଦିଗର ଘୂର୍ଣ୍ଣିବାୟୁରେ ଗମନ କରିବେ।
L’Éternel au-dessus d’eux apparaîtra, Et sa flèche partira comme l’éclair; Le Seigneur, l’Éternel, sonnera de la trompette, Il s’avancera dans l’ouragan du midi.
15 ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କୁ ରକ୍ଷା କରିବେ; ତହିଁରେ ସେମାନେ ଗ୍ରାସ କରିବେ ଓ ଛାଟିଣୀ-ପଥରସବୁ ପଦ ତଳେ ଦଳିତ କରିବେ; ଆଉ, ସେମାନେ ପାନ କରିବେ ଓ ଦ୍ରାକ୍ଷାରସରେ ମତ୍ତ ଲୋକର ପରି ଶବ୍ଦ କରିବେ, ଆଉ ସେମାନେ ପାତ୍ର ପରି, ଯଜ୍ଞବେଦିର କୋଣ ପରି ପରିପୂର୍ଣ୍ଣ ହେବେ।
L’Éternel des armées les protégera; Ils dévoreront, ils vaincront les pierres de la fronde; Ils boiront, ils seront bruyants comme pris de vin; Ils seront pleins comme une coupe, Comme les coins de l’autel.
16 ପୁଣି, ସେହି ଦିନ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ଆପଣା ଲୋକମାନଙ୍କୁ ପଲ ସ୍ୱରୂପ ଉଦ୍ଧାର କରିବେ; କାରଣ ସେମାନେ ମୁକୁଟର ପ୍ରସ୍ତର ସ୍ୱରୂପ ତାହାଙ୍କ ଦେଶର ଊର୍ଦ୍ଧ୍ୱରେ ଉତ୍ଥାପିତ ହେବେ।
L’Éternel, leur Dieu, les sauvera en ce jour-là, Comme le troupeau de son peuple; Car ils sont les pierres d’un diadème, Qui brilleront dans son pays.
17 ଯେହେତୁ ତାଙ୍କ ମଙ୍ଗଳଭାବ କିପରି ମହତ ଓ ତାଙ୍କର ସୌନ୍ଦର୍ଯ୍ୟ କିପରି ମହତ! ଶସ୍ୟ ଯୁବାଗଣକୁ ଓ ନୂତନ ଦ୍ରାକ୍ଷାରସ ଯୁବତୀଗଣକୁ ବର୍ଦ୍ଧିଷ୍ଣୁ କରିବ।
Oh! Quelle prospérité pour eux! Quelle beauté! Le froment fera croître les jeunes hommes, Et le moût les jeunes filles.