< ଯିଖରୀୟ 1 >

1 ଦାରୀୟାବସର ରାଜତ୍ଵର ଦ୍ୱିତୀୟ ବର୍ଷର ଅଷ୍ଟମ ମାସରେ ଇଦ୍ଦୋଙ୍କ ପୌତ୍ର ବେରିଖୀୟଙ୍କ ପୁତ୍ର ଯିଖରୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
In the eighth month of the second year of Darius, the word of the LORD came to the prophet Zechariah son of Berechiah, the son of Iddo, saying:
2 “ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କ ପ୍ରତି ଅତିଶୟ ବିରକ୍ତ ହୋଇଥିଲେ।
“The LORD was very angry with your fathers.
3 ଏଥିପାଇଁ ତୁମ୍ଭେ ଏହି ଲୋକମାନଙ୍କୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭ ପ୍ରତି ଫେର, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। ତହିଁରେ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଫେରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
So tell the people that this is what the LORD of Hosts says: ‘Return to Me, declares the LORD of Hosts, and I will return to you, says the LORD of Hosts.’
4 ତୁମ୍ଭେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣର ତୁଲ୍ୟ ହୁଅ ନାହିଁ, ଯେଉଁମାନଙ୍କୁ ଡାକି ପୂର୍ବକାଳର ଭବିଷ୍ୟଦ୍‍ବକ୍ତାମାନେ ଉଚ୍ଚସ୍ୱରରେ କହିଲେ, ‘ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆପଣା ଆପଣା କୁପଥରୁ ଓ ଆପଣା ଆପଣା କୁକ୍ରିୟାରୁ ଏବେ ଫେର।’ ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା ଆମ୍ଭ ପ୍ରତି କର୍ଣ୍ଣପାତ କଲେ ନାହିଁ, ଏହା ସଦାପ୍ରଭୁ କହନ୍ତି।
Do not be like your fathers, to whom the former prophets proclaimed that this is what the LORD of Hosts says: ‘Turn now from your evil ways and deeds.’ But they did not listen or pay attention to Me, declares the LORD.
5 ତୁମ୍ଭମାନଙ୍କର ପୂର୍ବପୁରୁଷମାନେ, ଏମାନେ କେଉଁଠାରେ? ଓ ଭବିଷ୍ୟଦ୍‍ବକ୍ତାମାନେ, ଏମାନେ କି ଚିରକାଳ ବଞ୍ଚନ୍ତି?
Where are your fathers now? And the prophets, do they live forever?
6 ମାତ୍ର ଆମ୍ଭେ ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣକୁ ଯେଉଁ ଯେଉଁ ବାକ୍ୟ ଓ ବିଧି ଆଜ୍ଞା କଲୁ, ସେହି ସବୁ କି ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ସ୍ପର୍ଶ କଲା ନାହିଁ? ତେବେ ସେମାନେ ଫେରି କହିଲେ, ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ଆଚରଣ ଓ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ଯେରୂପ କରିବେ ବୋଲି ମନସ୍ଥ କଲେ, ସେହିପରି ବ୍ୟବହାର ଆମ୍ଭମାନଙ୍କ ପ୍ରତି ସେ କରିଅଛନ୍ତି।”
But did not My words and My statutes, which I commanded My servants the prophets, overtake your fathers? They repented and said, ‘Just as the LORD of Hosts purposed to do to us according to our ways and deeds, so He has done to us.’”
7 ଦାରୀୟାବସର ଦ୍ୱିତୀୟ ବର୍ଷ ଏଗାରତମ ମାସର, ଅର୍ଥାତ୍‍, ଶବାଟ ମାସର ଚବିଶତମ ଦିନରେ ଇଦ୍ଦୋଙ୍କ ପୌତ୍ର ବେରିଖୀୟଙ୍କ ପୁତ୍ର ଯିଖରୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
On the twenty-fourth day of the eleventh month, the month of Shebat, in the second year of Darius, the word of the LORD came to the prophet Zechariah son of Berechiah, the son of Iddo.
8 “ମୁଁ ରାତ୍ରିକାଳରେ ଦେଖିଲି, ଆଉ ଦେଖ, ରକ୍ତବର୍ଣ୍ଣ ଅଶ୍ୱାରୋହୀ ଏକ ପୁରୁଷ ଓ ସେ ନିମ୍ନ ଭୂମିସ୍ଥ ମେହେନ୍ଦି ବୃକ୍ଷମାନର ମଧ୍ୟରେ ଠିଆ ହେଲେ; ଆଉ, ତାଙ୍କ ପଛରେ ରକ୍ତବର୍ଣ୍ଣ, ପାଣ୍ଡୁରବର୍ଣ୍ଣ ଓ ଶୁକ୍ଳବର୍ଣ୍ଣ ଅଶ୍ୱଗଣ ଥିଲେ।
I looked out into the night and saw a man riding on a red horse. He was standing among the myrtle trees in the hollow, and behind him were red, sorrel, and white horses.
9 ଏଥିରେ ମୁଁ କହିଲି, ‘ହେ ମହାଶୟ, ଏସବୁ କଅଣ?’ ତହିଁରେ ମୋʼ ସଙ୍ଗରେ କଥା କହୁଥିବା ଦୂତ ମୋତେ କହିଲେ, ‘ଏସବୁ କଅଣ, ଏହା ଆମ୍ଭେ ତୁମ୍ଭଙ୍କୁ ଜଣାଇବା।’
“What are these, my lord?” I asked. And the angel who was speaking with me replied, “I will show you what they are.”
10 ଏଥିରେ ମେହେନ୍ଦି ବୃକ୍ଷ ମଧ୍ୟରେ ଠିଆ ହୋଇଥିବା ପୁରୁଷ ଉତ୍ତର କରି କହିଲେ, ‘ପୃଥିବୀରେ ଏଣେତେଣେ ଗମନାଗମନ କରିବା ପାଇଁ ସଦାପ୍ରଭୁ ଏମାନଙ୍କୁ ପଠାଇଅଛନ୍ତି।’
Then the man standing among the myrtle trees explained, “They are the ones the LORD has sent to patrol the earth.”
11 ସେତେବେଳେ ସେମାନେ ମେହେନ୍ଦି ବୃକ୍ଷ ମଧ୍ୟରେ ଠିଆ ହୋଇଥିବା ସଦାପ୍ରଭୁଙ୍କ ଦୂତକୁ ଉତ୍ତର କରି କହିଲେ, ‘ଆମ୍ଭେମାନେ ପୃଥିବୀର ଏଣେତେଣେ ଗମନାଗମନ କରିଅଛୁ, ଆଉ ଦେଖ, ସମୁଦାୟ ପୃଥିବୀ ସୁସ୍ଥିର ହୋଇ ବସିଅଛି ଓ ବିଶ୍ରାମରେ ଅଛି।’
And the riders answered the angel of the LORD who was standing among the myrtle trees, “We have patrolled the earth, and behold, all the earth is at rest and tranquil.”
12 ତହିଁରେ ସଦାପ୍ରଭୁଙ୍କ ଦୂତ ଉତ୍ତର କରି କହିଲେ, ‘ହେ ସୈନ୍ୟାଧିପତି ସଦାପ୍ରଭୁ, ଏହି ସତୁରି ବର୍ଷସାରା ତୁମ୍ଭେ ଯେଉଁମାନଙ୍କ ଉପରେ ବିରକ୍ତ ହୋଇ ଆସିଅଛ, ସେହି ଯିରୂଶାଲମ ଓ ଯିହୁଦାର ନଗରସମୂହ ପ୍ରତି ଆଉ କେତେ ସମୟ ଦୟା କରିବ ନାହିଁ?’
Then the angel of the LORD said, “How long, O LORD of Hosts, will You withhold mercy from Jerusalem and the cities of Judah, with which You have been angry these seventy years?”
13 ପୁଣି, ମୋʼ ସହିତ କଥା କହୁଥିବା ଦୂତକୁ ସଦାପ୍ରଭୁ ଉତ୍ତର କରି ମଙ୍ଗଳ କଥା ଓ ନାନା ସାନ୍ତ୍ୱନାଦାୟକ କଥା କହିଲେ।
So the LORD spoke kind and comforting words to the angel who was speaking with me.
14 ତହିଁରେ ମୋʼ ସଙ୍ଗେ କଥା କହୁଥିବା ଦୂତ ମୋତେ କହିଲେ, ତୁମ୍ଭେ ଘୋଷଣା କରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି ଆମ୍ଭେ ଯିରୂଶାଲମ ଓ ସିୟୋନ ପକ୍ଷରେ ମହା ଈର୍ଷାରେ ଈର୍ଷାନ୍ୱିତ ଅଛୁ।
Then the angel who was speaking with me said, “Proclaim this word: This is what the LORD of Hosts says: ‘I am very jealous for Jerusalem and Zion,
15 ଆଉ, ଯେଉଁ ଗୋଷ୍ଠୀଗଣ ନିଶ୍ଚିନ୍ତରେ ଅଛନ୍ତି, ସେମାନଙ୍କ ପ୍ରତି ଆମ୍ଭେ ଅତ୍ୟନ୍ତ ବିରକ୍ତ ଅଟୁ; କାରଣ ଆମ୍ଭେ ଅଳ୍ପମାତ୍ର ବିରକ୍ତ ହୁଅନ୍ତେ, ସେମାନେ କ୍ଳେଶକୁ ବୃଦ୍ଧି କଲେ।
but I am fiercely angry with the nations that are at ease. For I was a little angry, but they have added to the calamity.’
16 ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଦୟା ସହିତ ଯିରୂଶାଲମ ପ୍ରତି ଫେରିବୁ; ତହିଁ ମଧ୍ୟରେ ଆମ୍ଭ ଗୃହ ନିର୍ମିତ ହେବ ଓ ଯିରୂଶାଲମ ସୂତା ଦ୍ୱାରା ମପା ହେବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Therefore this is what the LORD says: ‘I will return to Jerusalem with mercy, and there My house will be rebuilt, declares the LORD of Hosts, and a measuring line will be stretched out over Jerusalem.’
17 ‘ଆହୁରି ଘୋଷଣା କରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ସମୃଦ୍ଧି ହେତୁ ଆମ୍ଭର ନଗରସକଳ ଚତୁର୍ଦ୍ଦିଗରେ ପୁନର୍ବାର ବିସ୍ତୀର୍ଣ୍ଣ ହେବ; ସଦାପ୍ରଭୁ ପୁନର୍ବାର ସିୟୋନକୁ ସାନ୍ତ୍ୱନା କରିବେ ଓ ଯିରୂଶାଲମକୁ ପୁନର୍ବାର ମନୋନୀତ କରିବେ।’”
Proclaim further that this is what the LORD of Hosts says: ‘My cities will again overflow with prosperity; the LORD will again comfort Zion and choose Jerusalem.’”
18 ଏଥିଉତ୍ତାରେ ମୁଁ ଚକ୍ଷୁ ଖୋଲି ଅନାଇଲି, ଆଉ ଚାରି ଶୃଙ୍ଗ ଦେଖିଲି।
Then I looked up and saw four horns.
19 ତହିଁରେ ମୋʼ ସଙ୍ଗେ କଥା କହୁଥିବା ଦୂତଙ୍କୁ ମୁଁ କହିଲି, “ଏହିସବୁ କଅଣ?” ତହୁଁ ସେ ମୋତେ ଉତ୍ତର କଲେ, “ଏହିସବୁ ଶୃଙ୍ଗ ଯିହୁଦା, ଇସ୍ରାଏଲ ଓ ଯିରୂଶାଲମକୁ ଛିନ୍ନଭିନ୍ନ କରିଅଛନ୍ତି।”
So I asked the angel who was speaking with me, “What are these?” And he told me, “These are the horns that have scattered Judah, Israel, and Jerusalem.”
20 ପୁଣି, ସଦାପ୍ରଭୁ ମୋତେ ଚାରି ଜଣ କମାର ଦେଖାଇଲେ।
Then the LORD showed me four craftsmen.
21 ତେବେ ମୁଁ କହିଲି, “ଏମାନେ କଅଣ କରିବା ପାଇଁ ଆସିଅଛନ୍ତି?” ତହିଁରେ ସେ କହିଲେ, “ସେହି ଶୃଙ୍ଗସକଳ ଯିହୁଦାକୁ ଏପରି ଛିନ୍ନଭିନ୍ନ କଲେ ଯେ, କୌଣସି ମନୁଷ୍ୟ ଆପଣା ମସ୍ତକ ଉଠାଇ ପାରିଲା ନାହିଁ; ମାତ୍ର ଯେଉଁ ଗୋଷ୍ଠୀଗଣ ଯିହୁଦା ଦେଶକୁ ଛିନ୍ନଭିନ୍ନ କରିବା ପାଇଁ ତାହା ବିରୁଦ୍ଧରେ ଆପଣା ଆପଣା ଶୃଙ୍ଗ ଉଠାଇଲେ, ସେମାନଙ୍କୁ ଭୟ ଦେଖାଇବା ପାଇଁ ଓ ସେମାନଙ୍କର ଶୃଙ୍ଗ ଭାଙ୍ଗି ପକାଇବା ପାଇଁ ଏମାନେ ଆସିଅଛନ୍ତି।”
“What are these coming to do?” I asked. And He replied, “These are the horns that scattered Judah so that no one could raise his head; but the craftsmen have come to terrify them and throw down these horns of the nations that have lifted up their horns against the land of Judah to scatter it.”

< ଯିଖରୀୟ 1 >