< ସିଫନୀୟ 3 >

1 ଯିରୂଶାଲମ ଓ ଗୋଷ୍ଠୀଗଣଙ୍କ ପ୍ରତି ବିଚାର ଉପଦ୍ରବକାରିଣୀ ଯେଉଁ ନଗରୀ ବିଦ୍ରୋହିଣୀ ଓ ଭ୍ରଷ୍ଟା ହୋଇଅଛି, ସେ ସନ୍ତାପର ପାତ୍ରୀ।
此暴虐を行ふ悖りかつ汚れたる邑は禍なるかな
2 ସେ ରବ ଶୁଣିଲା ନାହିଁ; ସେ ଶିକ୍ଷା ଗ୍ରହଣ କଲା ନାହିଁ; ସେ ସଦାପ୍ରଭୁଙ୍କଠାରେ ନିର୍ଭର ରଖିଲା ନାହିଁ; ସେ ଆପଣା ପରମେଶ୍ୱରଙ୍କ ନିକଟକୁ ଆସିଲା ନାହିଁ।
是は聲を聽いれず敎晦を承ずヱホバに依賴まずおのれの神に近よらず
3 ତାହାର ମଧ୍ୟସ୍ଥିତ ଅଧିପତିଗଣ ଗର୍ଜ୍ଜନକାରୀ ସିଂହ ସଦୃଶ୍ୟ; ତାହାର ବିଚାରକର୍ତ୍ତାଗଣ ସନ୍ଧ୍ୟାକାଳୀନ କେନ୍ଦୁଆ ତୁଲ୍ୟ; ସେମାନେ ସକାଳ ବେଳାକୁ କିଛି ରଖନ୍ତି ନାହିଁ।
その中にをる牧伯等は吼る獅子の如くその審士は明旦までに何をも遺さざる 夜求食する狼のごとし
4 ତାହାର ଭବିଷ୍ୟଦ୍‍ବକ୍ତାମାନେ ଅସାର ଓ ବିଶ୍ୱାସଘାତକ ଅଟନ୍ତି; ତାହାର ଯାଜକଗଣ ପବିତ୍ର ବିଷୟକୁ ଅପବିତ୍ର କରିଅଛନ୍ତି, ସେମାନେ ବ୍ୟବସ୍ଥା ପ୍ରତି ଦୌରାତ୍ମ୍ୟ କରିଅଛନ୍ତି।
その預言者は傲りかつ詐る人なり その祭司は聖物を汚し律法を破ることをなせり
5 ତାହାର ମଧ୍ୟବର୍ତ୍ତୀ ସଦାପ୍ରଭୁ ଧାର୍ମିକ ଅଟନ୍ତି; ସେ ଅଧର୍ମ କରିବେ ନାହିଁ; ପ୍ରତି ପ୍ରଭାତ ସେ ଆପଣା ବିଚାର ଆଲୁଅରେ ସ୍ଥାପନ କରନ୍ତି, ସେ ତ୍ରୁଟି କରନ୍ତି ନାହିଁ; ମାତ୍ର ଅନ୍ୟାୟକାରୀ ଲୋକ ଲଜ୍ଜା ଜାଣେ ନାହିଁ।
その中にいますヱホバは義くして不義を行なひたまはず朝な朝な己の公義を顯して缺ることなし 然るに不義なる者は恥を知ず
6 ଆମ୍ଭେ ଗୋଷ୍ଠୀଗଣକୁ ଉଚ୍ଛିନ୍ନ କରିଅଛୁ, ସେମାନଙ୍କର ଦୁର୍ଗସକଳ ଧ୍ୱଂସିତ ହୋଇଅଛି; ଆମ୍ଭେ ସେମାନଙ୍କର ପଥସକଳ ଧ୍ୱଂସ କରିଅଛୁ, ତାହା ଦେଇ କେହି ଗମନାଗମନ କରେ ନାହିଁ; ସେମାନଙ୍କର ନଗରସକଳ ଏପରି ବିନଷ୍ଟ ହୋଇଅଛି ଯେ, ତହିଁରେ କୌଣସି ମନୁଷ୍ୟ ଓ ବାସକାରୀ କେହି ନାହିଁ।
我國々の民を滅したればその櫓は凡て荒たり 我これが街を荒凉れしめたれば往來する者なし その邑々は滅びて人なく住む者なきに至れり
7 ଆମ୍ଭେ କହିଲୁ, “ତୁମ୍ଭେ ଅବଶ୍ୟ ଆମ୍ଭକୁ ଭୟ କରିବ, ତୁମ୍ଭେ ଶିକ୍ଷା ଗ୍ରହଣ କରିବ; ତହିଁରେ ତାହାର ବିରୁଦ୍ଧରେ ଆମ୍ଭର ସକଳ ନିରୂପଣ ଅନୁସାରେ ତାହାର ନିବାସ ସ୍ଥାନ ଉଚ୍ଛିନ୍ନ ହେବ ନାହିଁ; ମାତ୍ର ସେମାନେ ଅତି ପ୍ରଭାତରେ ଉଠି ଆପଣାମାନଙ୍କର କ୍ରିୟାସବୁକୁ ଭ୍ରଷ୍ଟ କଲେ।”
われ前に言り 汝ただ我を畏れまた警敎を受べし 然らばその住家は我が凡て之につきて定めたる所の如くに滅されざるべしと 然るに彼等は夙に起て己の一切の行状を壞れり
8 ଏହେତୁ ସଦାପ୍ରଭୁ କହନ୍ତି, “ଆମ୍ଭେ ଲୁଟିବା ପାଇଁ ଉଠିବା ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ଆମ୍ଭ ଅପେକ୍ଷାରେ ଥାଅ; କାରଣ ଆମ୍ଭେ ଆପଣା କୋପ ଓ ପ୍ରଚଣ୍ଡ କ୍ରୋଧ ରାଜ୍ୟସକଳର ଉପରେ ଢାଳିବା ନିମନ୍ତେ ଯେପରି ସେମାନଙ୍କୁ ଏକତ୍ର କରିବା, ଏଥିପାଇଁ ଗୋଷ୍ଠୀଗଣକୁ ସଂଗ୍ରହ କରିବାକୁ ଆମ୍ଭର ସ୍ଥିର ବିଚାର ଅଛି; କାରଣ ଆମ୍ଭର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ପୃଥିବୀ ଗ୍ରାସିତ ହେବ।
ヱホバ曰たまふ 是ゆゑに汝らわが起て獲物をする日いたるまで我を俟て 我もろもろの民を集へ諸の國を聚めてわが憤恨とわが烈き忿怒を盡くその上にそそがんと思ひ定む 全地はわが嫉妬の火に燒ほろぼさるべし
9 ଯେହେତୁ ଗୋଷ୍ଠୀଗଣ ଯେପରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବେ ଓ ଏକ ମନରେ ତାହାଙ୍କର ସେବା କରିବେ, ଏଥିପାଇଁ ସେହି ସମୟରେ ଆମ୍ଭେ ସେମାନଙ୍କୁ ଏକ ବିଶୁଦ୍ଧ ଭାଷା ଦେବା।
その時われ國々の民に清き唇をあたへ彼らをして凡てヱホバの名を呼しめ心をあはせて之につかへしめん
10 ଆମ୍ଭର ପ୍ରାର୍ଥନାକାରୀମାନେ ଓ ଆମ୍ଭ ଛିନ୍ନଭିନ୍ନ (ଲୋକଙ୍କର) କନ୍ୟା କୂଶ ଦେଶସ୍ଥ ନଦୀସବୁର ସେପାରିରୁ ଆମ୍ଭର ନୈବେଦ୍ୟ ଆଣିବେ।
わが散せし者等の女即ち我を拜む者エテオピアの河々の彼旁よりもきたりて我に禮ものをささぐべし
11 ତୁମ୍ଭେ ଆପଣାର ଯେଉଁସବୁ କ୍ରିୟାରେ ଆମ୍ଭର ଆଜ୍ଞାଲଙ୍ଘନ କରିଅଛ, ତହିଁ ସକାଶୁ ସେହି ଦିନ ତୁମ୍ଭେ ଲଜ୍ଜିତ ନୋହିବ; କାରଣ ସେସମୟରେ ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଦର୍ପଯୁକ୍ତ ଉଲ୍ଲାସକାରୀମାନଙ୍କୁ ଦୂର କରିବା ଓ ତୁମ୍ଭେ ଆମ୍ଭ ପବିତ୍ର ପର୍ବତରେ ଆଉ ଅହଙ୍କାରୀ ନୋହିବ।
その日には汝われに對てをかしきたりし諸の行爲をもて羞を得ことなかるべし その時には我なんぢの中より高ぶり樂む者等を除けば汝かさねてわが聖山にて傲り高ぶることなければなり
12 ମାତ୍ର ଆମ୍ଭେ ତୁମ୍ଭ ମଧ୍ୟରେ କ୍ଳେଶଯୁକ୍ତ ଓ ଦରିଦ୍ର ଏକ ଗୋଷ୍ଠୀକୁ ରଖିବା, ଆଉ ସେମାନେ ସଦାପ୍ରଭୁଙ୍କ ନାମରେ ନିର୍ଭର ରଖିବେ।
われ柔和にして貧き民をなんぢの中にのこさん 彼らはヱホバの名に依賴むべし
13 ଇସ୍ରାଏଲର ଅବଶିଷ୍ଟାଂଶ ଲୋକମାନେ ଅଧର୍ମ କରିବେ ନାହିଁ, କିଅବା ମିଥ୍ୟା କହିବେ ନାହିଁ; ଅଥବା ପ୍ରତାରକ ଜିହ୍ୱା ସେମାନଙ୍କ ମୁଖରେ ଦେଖାଯିବ ନାହିଁ; କାରଣ ସେମାନେ ଚରିବେ ଓ ଶୟନ କରିବେ, ଆଉ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ।”
イスラエルの遺れる者は惡を行はず 謊をいはず その口のうちには詐僞の舌なし 彼らは草食ひ臥やすまん 之を懼れしむる者なかるべし
14 ଗୋ ସିୟୋନ କନ୍ୟେ, ଗାନ କର; ହେ ଇସ୍ରାଏଲ, ଜୟଧ୍ୱନି କର; ଗୋ ଯିରୂଶାଲମ କନ୍ୟେ, ଆନନ୍ଦ କର ଓ ସର୍ବାନ୍ତଃକରଣରେ ଉଲ୍ଲାସ କର।
シオンの女よ歡喜の聲を擧よ イスラエルよ樂み呼はれ エルサレムの女よ心のかぎり喜び樂め
15 ସଦାପ୍ରଭୁ ତୁମ୍ଭର ଦଣ୍ଡସବୁ ଦୂର କରିଅଛନ୍ତି, ସେ ତୁମ୍ଭର ଶତ୍ରୁକୁ ଦୂର କରିଅଛନ୍ତି; ଇସ୍ରାଏଲର ରାଜା ସଦାପ୍ରଭୁ ତୁମ୍ଭ ମଧ୍ୟବର୍ତ୍ତୀ ଅଛନ୍ତି, ତୁମ୍ଭେ ଆଉ ଅମଙ୍ଗଳର ଭୟ ପାଇବ ନାହିଁ।
ヱホバすでに汝の鞫を止め汝の敵を逐はらひたまへり イスラエルの王ヱホバ汝の中にいます 汝はかさねて災禍にあふことあらじ
16 ସେହି ଦିନ ଯିରୂଶାଲମକୁ କୁହାଯିବ, ତୁମ୍ଭେ ଭୟ କର ନାହିଁ; “ହେ ସିୟୋନ, ତୁମ୍ଭର ହସ୍ତ ଶିଥିଳ ନ ହେଉ।
その日にはエルサレムに向ひて言あらん 懼るるなかれ シオンよ 汝の手をしなえ垂るるなかれと
17 ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ମଧ୍ୟବର୍ତ୍ତୀ ଅଟନ୍ତି, ସେ ବୀର, ଯେ କି ପରିତ୍ରାଣ କରିବେ; ସେ ତୁମ୍ଭ ବିଷୟରେ ପରମ ଆନନ୍ଦ କରିବେ, ସେ ଆପଣା ସ୍ନେହଭରରେ ନୀରବ ହେବେ, ସେ ଗାନ କରି ତୁମ୍ଭ ବିଷୟରେ ଉଲ୍ଲାସ କରିବେ।
なんぢの神ヱホバなんぢの中にいます 彼は拯救を施す勇士なり 彼なんぢのために喜び樂み愛の餘りに默し汝のために喜びて呼はりたまふ
18 ତୁମ୍ଭର ଯେଉଁ ଲୋକମାନେ ମହାସଭା ବିଷୟରେ ଶୋଚନା କରନ୍ତି, ସେମାନଙ୍କୁ ଆମ୍ଭେ ଏକତ୍ର କରିବା; ତାହାର ଭାର ସେମାନଙ୍କ ପ୍ରତି ଲଜ୍ଜାର ବିଷୟ ଥିଲା।
われ節會のことにつきて憂ふるものを集めん 彼等は汝より出し者なり 恥辱かれらに蒙むること重負のごとし
19 ଦେଖ, ଯେଉଁମାନେ ତୁମ୍ଭକୁ କ୍ଳେଶ ଦିଅନ୍ତି, ସେହି ସମସ୍ତଙ୍କ ପ୍ରତି ସେହି ସମୟରେ ଆମ୍ଭେ ଉପଯୁକ୍ତ ବ୍ୟବହାର କରିବା; ପୁଣି, ଆମ୍ଭେ ଆଘାତ ପ୍ରାପ୍ତ ଲୋକଙ୍କୁ ପରିତ୍ରାଣ କରିବା ଓ ଯେ ତାଡ଼ିତା ହୋଇଥିଲା, ତାହାକୁ ସଂଗ୍ରହ କରିବା; ଆଉ, ଯେଉଁମାନଙ୍କର ଲଜ୍ଜା ସମୁଦାୟ ପୃଥିବୀରେ ବ୍ୟାପିଥିଲା, ଆମ୍ଭେ ସେମାନଙ୍କୁ ପ୍ରଶଂସାର ଓ ଯଶର ପାତ୍ର କରିବା।
視よその時われ汝を虐遇る者を盡く處置し足蹇たるものを救ひ逐はなたれたる者を集め彼らをして其羞辱を蒙りし一切の國にて稱譽を得させ名を得さすべし
20 ସେସମୟରେ ଆମ୍ଭେ ତୁମ୍ଭମାନଙ୍କୁ ଆଣିବା ଓ ସେହି ସମୟରେ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା; କାରଣ ଆମ୍ଭେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ତୁମ୍ଭମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ସମୟରେ ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ ତୁମ୍ଭମାନଙ୍କୁ ସୁଖ୍ୟାତି ଓ ପ୍ରଶଂସାର ପାତ୍ର କରିବା,” ଏହା ସଦାପ୍ରଭୁ କହନ୍ତି।
その時われ汝らを携へその時われ汝らを集むべし 我なんぢらの目の前において汝らの俘囚をかへし汝らをして地上の萬國に名を得させ稱譽を得さすべし ヱホバこれを言ふ

< ସିଫନୀୟ 3 >