< ସିଫନୀୟ 1 >

1 ଆମୋନ୍‍ଙ୍କ ପୁତ୍ର ଯିହୁଦାର ରାଜା ଯୋଶୀୟର ଅଧିକାର ସମୟରେ, ହିଜକୀୟଙ୍କ ବୃଦ୍ଧ ପ୍ରପୌତ୍ର, ଅମରୀୟଙ୍କ ପ୍ରପୌତ୍ର, ଗଦଲୀୟଙ୍କ ପୌତ୍ର, କୂଶୀଙ୍କ ପୁତ୍ର ସଫନୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।
Slovo Hospodinovo, kteréž se stalo k Sofoniášovi synu Chusi, syna Godoliášova, syna Amariášova, syna Ezechiášova, za dnů Joziáše syna Amonova, krále Judského.
2 ସଦାପ୍ରଭୁ କହନ୍ତି, “ଆମ୍ଭେ ଭୂମିରୁ ସମଗ୍ର ବସ୍ତୁ ନିଃଶେଷ ରୂପେ ସଂହାର କରିବା,”
Zajisté že sklidím všecko se svrchku té země, praví Hospodin.
3 “ଆମ୍ଭେ ମନୁଷ୍ୟ ଓ ପଶୁଗଣକୁ ସଂହାର କରିବା; ଆମ୍ଭେ ଆକାଶର ପକ୍ଷୀଗଣକୁ, ସମୁଦ୍ରର ମତ୍ସ୍ୟଗଣକୁ ଓ ଦୁଷ୍ଟଗଣ ସହିତ ବିଘ୍ନସକଳ ସଂହାର କରିବା; ଆଉ, ଆମ୍ଭେ ଭୂମିରୁ ମନୁଷ୍ୟକୁ ଉଚ୍ଛିନ୍ନ କରିବା,” ଏହା ସଦାପ୍ରଭୁ କହନ୍ତି।
Sklidím lidi i hovada, sklidím ptactvo nebeské i ryby mořské, i pohoršení s bezbožnými; vypléním, pravím, lidi se svrchku této země, praví Hospodin.
4 ପୁଣି, “ଆମ୍ଭେ ଯିହୁଦାର ବିରୁଦ୍ଧରେ ଓ ଯିରୂଶାଲମର ନିବସୀସକଳର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା; ଆମ୍ଭେ ଏହି ସ୍ଥାନରୁ ବାଲ୍‍ର ଅବଶିଷ୍ଟାଂଶକୁ ଓ ଯାଜକଗଣ ସହିତ ପୁରୋହିତମାନଙ୍କର ନାମ;
Nebo vztáhna ruku svou na Judu a na všecky obyvatele Jeruzalémské, zahladím z místa tohoto ostatek Bále, i kněží jeho s jich pomocníky,
5 ଆଉ, ଯେଉଁମାନେ ଛାତ ଉପରେ ଆକାଶର ବାହିନୀକୁ ପ୍ରଣାମ କରନ୍ତି ଓ ଯେଉଁମାନେ ସଦାପ୍ରଭୁଙ୍କ ନିକଟରେ ଶପଥ କରନ୍ତି ଓ ମାଲ୍‍କମ୍‍ ନାମରେ ଶପଥ କରି ପ୍ରଣାମ କରନ୍ତି;
I ty, kteříž se klanějí na střechách vojsku nebeskému, i ty, kteříž klanějíce se, přisahají skrze Hospodina, i ty, kteříž přisahají skrze Melecha svého.
6 ଆଉ, ଯେଉଁମାନେ ସଦାପ୍ରଭୁଙ୍କ ପଶ୍ଚାତ୍‍ଗମନରୁ ବିମୁଖ ହୋଇଅଛନ୍ତି; ପୁଣି, ଯେଉଁମାନେ ସଦାପ୍ରଭୁଙ୍କର ଅନ୍ଵେଷଣ କରି ନାହାନ୍ତି, କିଅବା ତାହାଙ୍କର ଅନୁସନ୍ଧାନ କରି ନାହାନ୍ତି, ସେସମସ୍ତଙ୍କୁ ଆମ୍ଭେ ଉଚ୍ଛିନ୍ନ କରିବା।”
I ty, kteříž zpět odcházejí, aby nenásledovali Hospodina, a kteříž nehledají Hospodina, aniž se ho dotazují.
7 ତୁମ୍ଭେ ପ୍ରଭୁ ସଦାପ୍ରଭୁଙ୍କ ଛାମୁରେ ନୀରବ ହୁଅ; କାରଣ ସଦାପ୍ରଭୁଙ୍କର ଦିନ ସନ୍ନିକଟ; କାରଣ ସଦାପ୍ରଭୁ ଏକ ଯଜ୍ଞର ଆୟୋଜନ କରିଅଛନ୍ତି, ସେ ଆପଣା ନିମନ୍ତ୍ରିତଗଣକୁ ପବିତ୍ର କରିଅଛନ୍ତି।
Umlkni před oblíčejem Panovníka Hospodina, nebo blízký jest den Hospodinův; přistrojil zajisté Hospodin obět, povolal pozvaných svých.
8 ପୁଣି, ସଦାପ୍ରଭୁଙ୍କର ସେହି ଯଜ୍ଞ ଦିନ “ଆମ୍ଭେ ଅଧିପତିଗଣକୁ ଓ ରାଜପୁତ୍ରଗଣକୁ ଓ ବିଦେଶୀୟ ବସ୍ତ୍ରରେ ବସ୍ତ୍ରାନ୍ୱିତ ସମସ୍ତଙ୍କୁ ଦଣ୍ଡ ଦେବା।
I stane se v den oběti Hospodinovy, že navštívím knížata a syny královy i všecky, kteříž se obláčejí v roucho cizozemců.
9 ଆଉ, ଯେଉଁମାନେ ଚୌକାଠ ଡେଇଁ କରି ଯାʼନ୍ତି, ଯେଉଁମାନେ ଆପଣାମାନଙ୍କ କର୍ତ୍ତାର ଗୃହ ଦୌରାତ୍ମ୍ୟରେ ଓ ପ୍ରବଞ୍ଚନାରେ ପରିପୂର୍ଣ୍ଣ କରନ୍ତି, ସେସମସ୍ତଙ୍କୁ ଆମ୍ଭେ ସେହି ଦିନ ଦଣ୍ଡ ଦେବା।”
Navštívím v ten den i každého, kterýž vskakuje na prah, kteříž naplňují dům pánů svých nátiskem a lstí.
10 ପୁଣି, ସଦାପ୍ରଭୁ କହନ୍ତି, “ସେହି ଦିନ ମତ୍ସ୍ୟଦ୍ୱାରଠାରୁ କ୍ରନ୍ଦନର ଶବ୍ଦ ଓ (ନଗରର) ଦ୍ୱିତୀୟ ବିଭାଗଠାରୁ ହାହାକାର ଶବ୍ଦ ଓ ଉପପର୍ବତଗଣରୁ ମହାଭଙ୍ଗର ଶବ୍ଦ ଶୁଣାଯିବ।
I stane se v ten den, praví Hospodin, hlas křiku od brány rybné, a kvílení od druhé strany a třeskot veliký od pahrbků.
11 ହେ ମକ୍ତେଶ ନିବାସୀଗଣ, ତୁମ୍ଭେମାନେ ହାହାକାର କର, କାରଣ କିଣାନର ଲୋକ ସମସ୍ତେ ବିନଷ୍ଟ ହୋଇଅଛନ୍ତି ଓ ରୌପ୍ୟ ବାହକ ସମସ୍ତେ ଉଚ୍ଛିନ୍ନ ହୋଇଅଛନ୍ତି।
Kvělte vy, kteříž bydlíte u vnitřku; nebo vyhlazen bude všecken obor kupců, vypléněni budou všickni snášející stříbro.
12 ପୁଣି, ସେହି ସମୟରେ ଆମ୍ଭେ ପ୍ରଦୀପ ଜ୍ୱଳାଇ ଯିରୂଶାଲମର ଅନ୍ଵେଷଣ କରିବା; ଆଉ, ଯେଉଁମାନେ ଆପଣା ଆପଣା ମଳ ଉପରେ ସୁସ୍ଥିର ହୋଇ ବସିଅଛନ୍ତି ଓ ମନେ ମନେ କହନ୍ତି, ସଦାପ୍ରଭୁ ମଙ୍ଗଳ କରିବେ ନାହିଁ କିଅବା ଅମଙ୍ଗଳ କରିବେ ନାହିଁ, ସେମାନଙ୍କୁ ଆମ୍ଭେ ଦଣ୍ଡ ଦେବା।
I stane se v ten čas, že přehledávati budu Jeruzalém s lucernami, a navštívím muže, kteříž ulnuli v kvasnicích svých, kteříž říkají v srdci svém: Nečiniť dobře Hospodin, aniž zle činí.
13 ପୁଣି, ସେମାନଙ୍କର ସମ୍ପତ୍ତି ଲୁଟିତ ହେବ ଓ ସେମାନଙ୍କର ଗୃହ ଧ୍ୱଂସସ୍ଥାନ ହେବ; ଆହୁରି ସେମାନେ ଗୃହ ନିର୍ମାଣ କରିବେ, ମାତ୍ର ତହିଁରେ ବାସ କରିବେ ନାହିଁ; ଆଉ, ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବେ, ମାତ୍ର ତହିଁରୁ ଦ୍ରାକ୍ଷାରସ ପାନ କରିବେ ନାହିଁ।”
Nebo přijde statek jejich na rozchvátání, a domové jejich na zpuštění. Stavějí zajisté domy, ale nebudou v nich bydliti; a štěpují vinice, ale nebudou píti vína z nich.
14 ସଦାପ୍ରଭୁଙ୍କର ମହାଦିନ ନିକଟବର୍ତ୍ତୀ, ତାହା ଅର୍ଥାତ୍‍, ସଦାପ୍ରଭୁଙ୍କର ଦିନର ଶବ୍ଦ ନିକଟବର୍ତ୍ତୀ ଓ ଅତି ଶୀଘ୍ର ଆସୁଅଛି; ବୀରପୁରୁଷ ସେହି ସ୍ଥାନରେ ଅତିଶୟ ରୋଦନ କରୁଅଛି।
Blízký jest den Hospodinův veliký, blízký jest a rychlý velmi zvuk dne Hospodinova, tuť hořce křičeti bude udatný.
15 ସେହି ଦିନ କ୍ରୋଧର ଦିନ, ସଙ୍କଟ ଓ କ୍ଳେଶର ଦିନ, ଉଜାଡ଼ ଓ ସର୍ବନାଶର ଦିନ, ଅନ୍ଧକାର ଓ ଘୋର ତିମିରର ଦିନ, ମେଘ ଓ ନିବିଡ଼ ଅନ୍ଧକାରର ଦିନ,
Den rozhněvání bude ten den, den úzkosti a trápení, den zpuštění a to hrozného, den temnosti a mračna, den oblaku a mrákoty,
16 ତୂରୀଧ୍ୱନି ଓ ଭୟାନକ ନାଦର ଦିନ, ତାହା ପ୍ରାଚୀର-ବେଷ୍ଟିତ ନଗର ଓ ଉଚ୍ଚ ଚୂଡ଼ାସକଳର ବିପକ୍ଷରେ ଉପସ୍ଥିତ ହେବ।
Den trouby a troubení proti městům hrazeným, a proti úhlům vysokým,
17 ପୁଣି, ଆମ୍ଭେ ମନୁଷ୍ୟମାନଙ୍କ ଉପରେ ଦୁଃଖ ଘଟାଇବା, ତହିଁରେ ସେମାନେ ଅନ୍ଧ ଲୋକ ପରି ବୁଲିବେ, କାରଣ ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛନ୍ତି; ଆଉ, ସେମାନଙ୍କର ରକ୍ତ ଧୂଳି ପରି ଓ ସେମାନଙ୍କର ମାଂସ ମଳ ପରି ଢଳାଯିବ।
V němž úzkostmi sevru lidi, aby chodili jako slepí, nebo proti Hospodinu zhřešili. I vylita bude krev jejich jako prach, a těla jejich jako lejna.
18 ପୁଣି, ସଦାପ୍ରଭୁଙ୍କ କ୍ରୋଧର ଦିନରେ ସେମାନଙ୍କର ରୂପା କିଅବା ସେମାନଙ୍କର ସୁନା ସେମାନଙ୍କୁ ଉଦ୍ଧାର କରି ପାରିବ ନାହିଁ; ମାତ୍ର ତାହାଙ୍କର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ଦେଶ ଗ୍ରାସିତ ହେବ; କାରଣ ସେ ଦେଶ ନିବାସୀ ସମସ୍ତଙ୍କୁ ନିଃଶେଷ କରିବେ, ହଁ, ଭୟାନକ ରୂପେ ନିଃଶେଷ କରିବେ।
Ani stříbro jejich, ani zlato jejich nebude jich moci vytrhnouti v den rozhněvání Hospodinova; nebo ohněm horlivosti jeho sehlcena bude tato všecka země, proto že konec jistě rychlý učiní všechněm obyvatelům země.

< ସିଫନୀୟ 1 >