< ସିଫନୀୟ 1 >
1 ଆମୋନ୍ଙ୍କ ପୁତ୍ର ଯିହୁଦାର ରାଜା ଯୋଶୀୟର ଅଧିକାର ସମୟରେ, ହିଜକୀୟଙ୍କ ବୃଦ୍ଧ ପ୍ରପୌତ୍ର, ଅମରୀୟଙ୍କ ପ୍ରପୌତ୍ର, ଗଦଲୀୟଙ୍କ ପୌତ୍ର, କୂଶୀଙ୍କ ପୁତ୍ର ସଫନୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।
Реч Господња која дође Софонији, сину Хусија сина Годолије сина Амарије сина Језекијиног, за времена Јосије, сина Амоновог, цара Јудиног.
2 ସଦାପ୍ରଭୁ କହନ୍ତି, “ଆମ୍ଭେ ଭୂମିରୁ ସମଗ୍ର ବସ୍ତୁ ନିଃଶେଷ ରୂପେ ସଂହାର କରିବା,”
Све ћу узети са земље, говори Господ;
3 “ଆମ୍ଭେ ମନୁଷ୍ୟ ଓ ପଶୁଗଣକୁ ସଂହାର କରିବା; ଆମ୍ଭେ ଆକାଶର ପକ୍ଷୀଗଣକୁ, ସମୁଦ୍ରର ମତ୍ସ୍ୟଗଣକୁ ଓ ଦୁଷ୍ଟଗଣ ସହିତ ବିଘ୍ନସକଳ ସଂହାର କରିବା; ଆଉ, ଆମ୍ଭେ ଭୂମିରୁ ମନୁଷ୍ୟକୁ ଉଚ୍ଛିନ୍ନ କରିବା,” ଏହା ସଦାପ୍ରଭୁ କହନ୍ତି।
Узећу људе и стоку, узећу птице небеске и рибе морске и саблазни с безбожницима, и истребићу људе са земље, говори Господ.
4 ପୁଣି, “ଆମ୍ଭେ ଯିହୁଦାର ବିରୁଦ୍ଧରେ ଓ ଯିରୂଶାଲମର ନିବସୀସକଳର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା; ଆମ୍ଭେ ଏହି ସ୍ଥାନରୁ ବାଲ୍ର ଅବଶିଷ୍ଟାଂଶକୁ ଓ ଯାଜକଗଣ ସହିତ ପୁରୋହିତମାନଙ୍କର ନାମ;
Јер ћу махнути руком својом на Јуду и на све становнике јерусалимске, и истребићу из места овог остатак Валов и име свештеника идолских с другим свештеницима,
5 ଆଉ, ଯେଉଁମାନେ ଛାତ ଉପରେ ଆକାଶର ବାହିନୀକୁ ପ୍ରଣାମ କରନ୍ତି ଓ ଯେଉଁମାନେ ସଦାପ୍ରଭୁଙ୍କ ନିକଟରେ ଶପଥ କରନ୍ତି ଓ ମାଲ୍କମ୍ ନାମରେ ଶପଥ କରି ପ୍ରଣାମ କରନ୍ତି;
И оне који се клањају на крововима војсци небеској и који се клањају и куну се Господом и који се куну Мелхомом.
6 ଆଉ, ଯେଉଁମାନେ ସଦାପ୍ରଭୁଙ୍କ ପଶ୍ଚାତ୍ଗମନରୁ ବିମୁଖ ହୋଇଅଛନ୍ତି; ପୁଣି, ଯେଉଁମାନେ ସଦାପ୍ରଭୁଙ୍କର ଅନ୍ଵେଷଣ କରି ନାହାନ୍ତି, କିଅବା ତାହାଙ୍କର ଅନୁସନ୍ଧାନ କରି ନାହାନ୍ତି, ସେସମସ୍ତଙ୍କୁ ଆମ୍ଭେ ଉଚ୍ଛିନ୍ନ କରିବା।”
И оне који се одвраћају од Господа и који не траже Господа нити питају за Њ.
7 ତୁମ୍ଭେ ପ୍ରଭୁ ସଦାପ୍ରଭୁଙ୍କ ଛାମୁରେ ନୀରବ ହୁଅ; କାରଣ ସଦାପ୍ରଭୁଙ୍କର ଦିନ ସନ୍ନିକଟ; କାରଣ ସଦାପ୍ରଭୁ ଏକ ଯଜ୍ଞର ଆୟୋଜନ କରିଅଛନ୍ତି, ସେ ଆପଣା ନିମନ୍ତ୍ରିତଗଣକୁ ପବିତ୍ର କରିଅଛନ୍ତି।
Ћути пред Господом Господом, јер је близу дан Господњи, јер је Господ приготовио жртву и позвао своје званице.
8 ପୁଣି, ସଦାପ୍ରଭୁଙ୍କର ସେହି ଯଜ୍ଞ ଦିନ “ଆମ୍ଭେ ଅଧିପତିଗଣକୁ ଓ ରାଜପୁତ୍ରଗଣକୁ ଓ ବିଦେଶୀୟ ବସ୍ତ୍ରରେ ବସ୍ତ୍ରାନ୍ୱିତ ସମସ୍ତଙ୍କୁ ଦଣ୍ଡ ଦେବା।
И у дан жртве Господње походићу кнезове и царске синове и све који носе туђинско одело.
9 ଆଉ, ଯେଉଁମାନେ ଚୌକାଠ ଡେଇଁ କରି ଯାʼନ୍ତି, ଯେଉଁମାନେ ଆପଣାମାନଙ୍କ କର୍ତ୍ତାର ଗୃହ ଦୌରାତ୍ମ୍ୟରେ ଓ ପ୍ରବଞ୍ଚନାରେ ପରିପୂର୍ଣ୍ଣ କରନ୍ତି, ସେସମସ୍ତଙ୍କୁ ଆମ୍ଭେ ସେହି ଦିନ ଦଣ୍ଡ ଦେବା।”
И походићу у тај дан све који скачу преко прага, који пуне кућу господара својих грабежом и преваром.
10 ପୁଣି, ସଦାପ୍ରଭୁ କହନ୍ତି, “ସେହି ଦିନ ମତ୍ସ୍ୟଦ୍ୱାରଠାରୁ କ୍ରନ୍ଦନର ଶବ୍ଦ ଓ (ନଗରର) ଦ୍ୱିତୀୟ ବିଭାଗଠାରୁ ହାହାକାର ଶବ୍ଦ ଓ ଉପପର୍ବତଗଣରୁ ମହାଭଙ୍ଗର ଶବ୍ଦ ଶୁଣାଯିବ।
И у тај ће дан, вели Господ, бити вика од рибљих врата, и јаук с друге стране, и полом велик с хумова.
11 ହେ ମକ୍ତେଶ ନିବାସୀଗଣ, ତୁମ୍ଭେମାନେ ହାହାକାର କର, କାରଣ କିଣାନର ଲୋକ ସମସ୍ତେ ବିନଷ୍ଟ ହୋଇଅଛନ୍ତି ଓ ରୌପ୍ୟ ବାହକ ସମସ୍ତେ ଉଚ୍ଛିନ୍ନ ହୋଇଅଛନ୍ତି।
Ридајте који живите у Мактесу, јер изгибе сав народ трговачки, истребише се сви који носе сребро.
12 ପୁଣି, ସେହି ସମୟରେ ଆମ୍ଭେ ପ୍ରଦୀପ ଜ୍ୱଳାଇ ଯିରୂଶାଲମର ଅନ୍ଵେଷଣ କରିବା; ଆଉ, ଯେଉଁମାନେ ଆପଣା ଆପଣା ମଳ ଉପରେ ସୁସ୍ଥିର ହୋଇ ବସିଅଛନ୍ତି ଓ ମନେ ମନେ କହନ୍ତି, ସଦାପ୍ରଭୁ ମଙ୍ଗଳ କରିବେ ନାହିଁ କିଅବା ଅମଙ୍ଗଳ କରିବେ ନାହିଁ, ସେମାନଙ୍କୁ ଆମ୍ଭେ ଦଣ୍ଡ ଦେବା।
И у то ћу време разгледати Јерусалим са жишцима, и походићу људе који леже на својој дрождини, који говоре у срцу свом: Господ не чини ни добро ни зло.
13 ପୁଣି, ସେମାନଙ୍କର ସମ୍ପତ୍ତି ଲୁଟିତ ହେବ ଓ ସେମାନଙ୍କର ଗୃହ ଧ୍ୱଂସସ୍ଥାନ ହେବ; ଆହୁରି ସେମାନେ ଗୃହ ନିର୍ମାଣ କରିବେ, ମାତ୍ର ତହିଁରେ ବାସ କରିବେ ନାହିଁ; ଆଉ, ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବେ, ମାତ୍ର ତହିଁରୁ ଦ୍ରାକ୍ଷାରସ ପାନ କରିବେ ନାହିଁ।”
И благо ће се њихово разграбити и куће њихове опустошити; граде куће, али неће седети у њима; и саде винограде, али неће пити вино из њих.
14 ସଦାପ୍ରଭୁଙ୍କର ମହାଦିନ ନିକଟବର୍ତ୍ତୀ, ତାହା ଅର୍ଥାତ୍, ସଦାପ୍ରଭୁଙ୍କର ଦିନର ଶବ୍ଦ ନିକଟବର୍ତ୍ତୀ ଓ ଅତି ଶୀଘ୍ର ଆସୁଅଛି; ବୀରପୁରୁଷ ସେହି ସ୍ଥାନରେ ଅତିଶୟ ରୋଦନ କରୁଅଛି।
Близу је велики дан Господњи, близу је и иде врло брзо; глас ће бити дана Господњег, горко ће тада викати јунак.
15 ସେହି ଦିନ କ୍ରୋଧର ଦିନ, ସଙ୍କଟ ଓ କ୍ଳେଶର ଦିନ, ଉଜାଡ଼ ଓ ସର୍ବନାଶର ଦିନ, ଅନ୍ଧକାର ଓ ଘୋର ତିମିରର ଦିନ, ମେଘ ଓ ନିବିଡ଼ ଅନ୍ଧକାରର ଦିନ,
Тај је дан, дан када ће бити гнев, дан, када ће бити туга и мука, дан, када ће бити пустошење и затирање, дан, када ће бити мрак и тама, дан, када ће бити облак и магла.
16 ତୂରୀଧ୍ୱନି ଓ ଭୟାନକ ନାଦର ଦିନ, ତାହା ପ୍ରାଚୀର-ବେଷ୍ଟିତ ନଗର ଓ ଉଚ୍ଚ ଚୂଡ଼ାସକଳର ବିପକ୍ଷରେ ଉପସ୍ଥିତ ହେବ।
Дан, када ће бити трубљење и поклич на тврде градове и на високе углове.
17 ପୁଣି, ଆମ୍ଭେ ମନୁଷ୍ୟମାନଙ୍କ ଉପରେ ଦୁଃଖ ଘଟାଇବା, ତହିଁରେ ସେମାନେ ଅନ୍ଧ ଲୋକ ପରି ବୁଲିବେ, କାରଣ ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛନ୍ତି; ଆଉ, ସେମାନଙ୍କର ରକ୍ତ ଧୂଳି ପରି ଓ ସେମାନଙ୍କର ମାଂସ ମଳ ପରି ଢଳାଯିବ।
И притеснићу људе, те ће ићи као слепи, јер згрешише Господу; и крв ће се њихова просути као прах и телеса њихова као гној.
18 ପୁଣି, ସଦାପ୍ରଭୁଙ୍କ କ୍ରୋଧର ଦିନରେ ସେମାନଙ୍କର ରୂପା କିଅବା ସେମାନଙ୍କର ସୁନା ସେମାନଙ୍କୁ ଉଦ୍ଧାର କରି ପାରିବ ନାହିଁ; ମାତ୍ର ତାହାଙ୍କର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ଦେଶ ଗ୍ରାସିତ ହେବ; କାରଣ ସେ ଦେଶ ନିବାସୀ ସମସ୍ତଙ୍କୁ ନିଃଶେଷ କରିବେ, ହଁ, ଭୟାନକ ରୂପେ ନିଃଶେଷ କରିବେ।
Ни сребро њихово ни злато њихово неће их моћи избавити у дан гнева Господњег; и сву ће земљу прождрети огањ ревности Његове; јер ће брзо учинити крај свима становницима земаљским.