< اول پادشاهان 13 >

یک روز وقتی یربعام پادشاه کنار مذبح بیت‌ئیل ایستاده بود تا قربانی کند، یک نبی که به دستور خداوند از یهودا آمده بود به او نزدیک شد. 1
ପୁଣି, ଯାରବୀୟାମ ଧୂପ ଜ୍ୱଳାଇବା ପାଇଁ ଯଜ୍ଞବେଦି ନିକଟରେ ଛିଡ଼ା ହେବା ସମୟରେ ଦେଖ, ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯିହୁଦାରୁ ପରମେଶ୍ୱରଙ୍କ ଏକ ଲୋକ ବେଥେଲ୍‍ରେ ଉପସ୍ଥିତ ହେଲା।
او به فرمان خداوند خطاب به مذبح گفت: «ای مذبح، ای مذبح، خداوند می‌فرماید که پسری به نام یوشیا در خاندان داوود متولد می‌شود و کاهنان بتخانه‌ها را که در اینجا بخور می‌سوزانند، روی تو قربانی می‌کند و استخوانهای انسان روی آتش تو می‌سوزاند!» 2
ପୁଣି, ସେ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯଜ୍ଞବେଦି ବିରୁଦ୍ଧରେ ଉଚ୍ଚସ୍ୱର କରି କହିଲା, “ହେ ଯଜ୍ଞବେଦି, ଯଜ୍ଞବେଦି, ସଦାପ୍ରଭୁ ଏହିପରି କହନ୍ତି; ଦେଖ, ଦାଉଦ-ବଂଶରେ ଯୋଶୀୟ ନାମରେ ଏକ ସନ୍ତାନ ଜନ୍ମିବ; ପୁଣି, ଉଚ୍ଚସ୍ଥଳୀର ଯେଉଁ ଯାଜକମାନେ ତୁମ୍ଭ ଉପରେ ଧୂପ ଜ୍ୱଳାଉ ଅଛନ୍ତି, ସେମାନଙ୍କୁ ତୁମ୍ଭ ଉପରେ ସେ ବଳିଦାନ କରିବ ଓ ଲୋକମାନେ ମନୁଷ୍ୟର ଅସ୍ଥି ତୁମ୍ଭ ଉପରେ ଦଗ୍ଧ କରିବେ।”
سپس اضافه کرد: «این مذبح شکافته خواهد شد و خاکسترش به اطراف پراکنده خواهد گردید تا بدانید آنچه می‌گویم از جانب خداوند است!» 3
ଆହୁରି ସେ ଲୋକ ସେହି ଦିନ ଏକ ଚିହ୍ନ ଦେଇ କହିଲା, “ସଦାପ୍ରଭୁଙ୍କ କଥିତ ଚିହ୍ନ ଏହି; ଦେଖ, ଏହି ବେଦି ଫାଟିଯିବ ଓ ତହିଁ ଉପରିସ୍ଥ ଭସ୍ମ ଅଜାଡ଼ି ହୋଇ ପଡ଼ିବ।”
یربعام پادشاه وقتی سخنان نبی را که به ضد مذبح بیت‌ئیل گفته بود شنید، دست خود را به طرف او دراز کرده دستور داد او را بگیرند. ولی دست پادشاه همان‌طور که دراز شده بود، خشک شد به طوری که نتوانست دست خود را حرکت بدهد! 4
ତହିଁରେ ପରମେଶ୍ୱରଙ୍କ ଲୋକ ବେଥେଲ୍‍ସ୍ଥିତ ଯଜ୍ଞବେଦି ବିରୁଦ୍ଧରେ ଉଚ୍ଚସ୍ୱର କରି ଯେଉଁ କଥା କହିଲା, ଯାରବୀୟାମ ରାଜା ତାହା ଶୁଣି ଯଜ୍ଞବେଦିଠାରୁ ହସ୍ତ ବଢ଼ାଇ କହିଲେ, “ତାହାକୁ ଧର।” ଏଥିରେ ସେ ତାହା ବିରୁଦ୍ଧରେ ଯେଉଁ ହସ୍ତ ବଢ଼ାଇ ଥିଲେ; ତାହା ଶୁଷ୍କ ହୋଇଗଲା, ତେଣୁ ସେ ତାହା ଆଉ ଫେରାଇ ପାରିଲେ ନାହିଁ।
در این موقع، مذبح هم شکافته شد و خاکستر آن به اطراف پراکنده شد، درست همان‌طور که آن نبی به فرمان خداوند گفته بود. 5
ମଧ୍ୟ ପରମେଶ୍ୱରଙ୍କ ଲୋକ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯେଉଁ ଚିହ୍ନ ଦେଇଥିଲା, ତଦନୁସାରେ ଯଜ୍ଞବେଦି ଫାଟିଗଲା ଓ ଯଜ୍ଞବେଦିରୁ ଭସ୍ମ ଅଜାଡ଼ି ହୋଇ ପଡ଼ିଲା।
یربعام پادشاه به آن نبی گفت: «تمنا دارم دعا کنی و از خداوند، خدای خود بخواهی دست مرا به حالت اول برگرداند.» پس او نزد خداوند دعا کرد و دست پادشاه به حالت اول برگشت. 6
ସେତେବେଳେ ରାଜା ପରମେଶ୍ୱରଙ୍କ ଲୋକକୁ ଉତ୍ତର କରି କହିଲେ, “ଯେପରି ମୋହର ହସ୍ତ ପୂର୍ବ ପରି ହୁଏ, ଏଥିପାଇଁ ତୁମ୍ଭେ ଆପଣା ପରମେଶ୍ୱର ସଦାପ୍ରଭୁଙ୍କ ଅନୁଗ୍ରହ ନିବେଦନ କର ଓ ମୋʼ ପାଇଁ ପ୍ରାର୍ଥନା କର।” ତହିଁରେ ପରମେଶ୍ୱରଙ୍କ ଲୋକ ସଦାପ୍ରଭୁଙ୍କଠାରେ ନିବେଦନ କରନ୍ତେ, ରାଜାଙ୍କର ହସ୍ତ ସୁସ୍ଥ ହୋଇ ପୂର୍ବ ପରି ହୋଇଗଲା।
آنگاه پادشاه به نبی گفت: «به کاخ من بیا و خوراک بخور. می‌خواهم به تو پاداشی بدهم.» 7
ତହୁଁ ରାଜା ପରମେଶ୍ୱରଙ୍କ ଲୋକଙ୍କୁ କହିଲେ, “ମୋʼ ସଙ୍ଗେ ଗୃହକୁ ଆସି ଆରାମ କର, ମୁଁ ତୁମ୍ଭକୁ ପୁରସ୍କାର ଦେବି।”
ولی آن نبی به پادشاه گفت: «اگر حتی نصف کاخ سلطنتی خود را به من بدهی همراه تو نمی‌آیم. در اینجا نه نان می‌خورم و نه آب می‌نوشم؛ 8
ଏଥିରେ ପରମେଶ୍ୱରଙ୍କ ଲୋକ ରାଜାଙ୍କୁ କହିଲା, “ଯେବେ ତୁମ୍ଭେ ଆପଣା ଗୃହର ଅର୍ଦ୍ଧେକ ମୋତେ ଦେବ, ତେବେ ହେଁ ମୁଁ ତୁମ୍ଭ ସଙ୍ଗେ ଯିବି ନାହିଁ କିଅବା ଏହି ସ୍ଥାନରେ ଅନ୍ନ ଭୋଜନ କି ଜଳ ପାନ କରିବି ନାହିଁ,
زیرا خداوند به من فرموده که تا وقتی در اینجا هستم نه نان بخورم و نه آب بنوشم و حتی از راهی که آمده‌ام به یهودا برنگردم!» 9
କାରଣ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ମୋତେ ଏହି ଆଜ୍ଞା ଦିଆଯାଇଅଛି ଯେ, ତୁମ୍ଭେ ଅନ୍ନ ଭୋଜନ କରିବ ନାହିଁ, କି ଜଳ ପାନ କରିବ ନାହିଁ, କିଅବା ଯେଉଁ ପଥରେ ଯାଉଅଛ, ସେହି ପଥରେ ଫେରି ଆସିବ ନାହିଁ।”
پس او از راه دیگری رهسپار یهودا شد. 10
ତହୁଁ ସେ ଅନ୍ୟ ପଥରେ ଗଲା, ଯେଉଁ ପଥରେ ବେଥେଲ୍‍କୁ ଆସିଥିଲା, ସେ ପଥରେ ସେ ଫେରିଲା ନାହିଁ।
در آن زمان در شهر بیت‌ئیل نبی پیری زندگی می‌کرد. پسرانش دربارهٔ نبی تازه وارد به او خبر دادند و گفتند که چه کرده و به پادشاه چه گفته است. 11
ସେହି ବେଥେଲ୍‍ରେ ଜଣେ ପ୍ରାଚୀନ ଭବିଷ୍ୟଦ୍‍ବକ୍ତା ବାସ କରୁଥିଲା; ଆଉ ତାହାର ପୁତ୍ରମାନଙ୍କ ମଧ୍ୟରୁ ଜଣେ ତାହା ନିକଟକୁ ଆସି ସେହି ଦିନ ପରମେଶ୍ୱରଙ୍କ ଲୋକ ବେଥେଲ୍‍ରେ ଯାହା ଯାହା କରିଥିଲା, ତାହାସବୁ ତାହାକୁ ଜଣାଇଲା; ମଧ୍ୟ ରାଜାଙ୍କୁ ସେ ଯେଉଁ ଯେଉଁ କଥା କହିଥିଲା, ତାହା ସେମାନେ ଆପଣା ପିତାକୁ ଜଣାଇଲେ।
نبی پیر پرسید: «او از کدام راه رفت؟» پسرانش راهی را که آن نبی رفته بود، به پدرشان نشان دادند. 12
ତହିଁରେ ସେମାନଙ୍କ ପିତା ସେମାନଙ୍କୁ ପଚାରିଲା, “ସେ କେଉଁ ପଥରେ ଗଲା?” ଯିହୁଦାରୁ ଆଗତ ପରମେଶ୍ୱରଙ୍କ ଲୋକ ଯେଉଁ ପଥରେ ଯାଇଥିଲା, ତାହା ତାହାର ପୁତ୍ରମାନେ ଦେଖିଥିଲେ।
پیرمرد گفت: «زود الاغ مرا آماده کنید!» پسران او الاغ را برایش حاضر کردند و او سوار شده، 13
ଏଥିରେ ସେ ଆପଣା ପୁତ୍ରମାନଙ୍କୁ କହିଲା, “ମୋʼ ପାଇଁ ଗଧ ସଜାଅ।” ତହୁଁ ସେମାନେ ତାହା ପାଇଁ ଗଧ ସଜାନ୍ତେ, ସେ ତହିଁରେ ଚଢ଼ିଲା।
به دنبال آن نبی رفت و او را زیر یک درخت بلوط نشسته یافت. پس از او پرسید: «آیا تو همان نبی یهودا هستی؟» جواب داد: «بله، خودم هستم.» 14
ଏଉତ୍ତାରେ ସେ ପରମେଶ୍ୱରଙ୍କ ଲୋକର ପଛେ ପଛେ ଯାଇ ଏକ ଅଲୋନ ବୃକ୍ଷ ମୂଳେ ତାହାକୁ ବସିଥିବାର ଦେଖିଲା; ପୁଣି, ସେ ତାହାକୁ ପଚାରିଲା, “ତୁମ୍ଭେ କି ଯିହୁଦାରୁ ଆଗତ ପରମେଶ୍ୱରଙ୍କ ଲୋକ?” ସେ କହିଲା, “ହଁ, ମୁଁ।”
نبی پیر به او گفت: «همراه من به خانه‌ام بیا تا با هم خوراکی بخوریم.» 15
ତେବେ ସେ ତାହାକୁ କହିଲା, “ମୋʼ ସଙ୍ଗେ ଗୃହକୁ ଆସ ଓ ଅନ୍ନ ଭୋଜନ କର।”
اما او در جواب گفت: «نه، من نمی‌توانم بیایم، چون خداوند به من دستور داده که در بیت‌ئیل چیزی نخورم و ننوشم و حتی از آن راهی که آمده‌ام به خانه برنگردم.» 16
ତହିଁରେ ସେ କହିଲା, “ମୁଁ ତୁମ୍ଭ ସଙ୍ଗେ ଫେରି ନ ପାରେ, କି ତୁମ୍ଭ ସଙ୍ଗେ ଗୃହକୁ ଯାଇ ନ ପାରେ; କିଅବା ଏହି ସ୍ଥାନରେ ତୁମ୍ଭ ସଙ୍ଗେ ମୁଁ ଅନ୍ନ ଭୋଜନ କରିବି ନାହିଁ, କି ଜଳ ପାନ କରିବି ନାହିଁ;
17
କାରଣ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ମୋତେ କୁହାଯାଇଅଛି, ତୁମ୍ଭେ ସେସ୍ଥାନରେ ଅନ୍ନ ଭୋଜନ କରିବ ନାହିଁ, କି ଜଳ ପାନ କରିବ ନାହିଁ, କିଅବା ଯେଉଁ ପଥରେ ଯାଉଅଛ, ସେ ପଥରେ ଫେରି ଆସିବ ନାହିଁ।”
پیرمرد به او گفت: «من هم مثل تو نبی هستم و فرشته‌ای از جانب خداوند پیغام داده که تو را پیدا کنم و با خود به خانه ببرم و به تو نان و آب بدهم.» اما او دروغ می‌گفت. 18
ଏଥିରେ ସେ ତାହାକୁ କହିଲା, “ମୁଁ ମଧ୍ୟ ତୁମ୍ଭ ପରି ଜଣେ ଭବିଷ୍ୟଦ୍‍ବକ୍ତା; ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଏକ ଦୂତ ମୋତେ ଏହି କଥା କହିଲେ, ଯେପରି ସେ ଅନ୍ନ ଭୋଜନ ଓ ଜଳ ପାନ କରିବ, ଏଥିପାଇଁ ତୁମ୍ଭେ ତାହାକୁ ଫେରାଇ ଆପଣା ସଙ୍ଗେ ଗୃହକୁ ଆଣ।” ମାତ୍ର ସେ ତାହାକୁ ମିଥ୍ୟା କହିଲା।
پس آن دو با هم به شهر برگشتند و او در خانهٔ آن نبی پیر خوراک خورد. 19
ଏହେତୁ ସେ ତାହା ସଙ୍ଗେ ଫେରିଯାଇ ତାହା ଗୃହରେ ଅନ୍ନ ଭୋଜନ ଓ ଜଳ ପାନ କଲା।
در حالی که آنها هنوز بر سر سفره بودند پیغامی از جانب خداوند به آن نبی پیر رسید 20
ଏଉତ୍ତାରେ ସେମାନେ ମେଜ ନିକଟରେ ବସିଥିବା ବେଳେ ଏପରି ହେଲା ଯେ, ଯେଉଁ ଭବିଷ୍ୟଦ୍‍ବକ୍ତା ତାହାକୁ ଫେରାଇ ଆଣିଥିଲା, ତାହା ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା।
و او هم به نبی یهودا گفت: «خداوند می‌فرماید که چون از دستور او سرپیچی کردی و در جایی که به تو گفته بود نان نخوری و آب ننوشی، نان خوردی و آب نوشیدی، بنابراین جنازهٔ تو در گورستان اجدادت دفن نخواهد شد!» 21
ଏଥିରେ ସେ ଯିହୁଦାରୁ ଆଗତ ପରମେଶ୍ୱରଙ୍କ ଲୋକକୁ ଉଚ୍ଚସ୍ୱରରେ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟର ବିରୁଦ୍ଧାଚରଣ କରିଅଛ, ପୁଣି, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯାହା ଆଜ୍ଞା କରିଥିଲେ, ତୁମ୍ଭେ ତାହା ପାଳନ କରି ନାହଁ;
22
ମାତ୍ର ଫେରି ଆସିଅଛ, ପୁଣି, ଯେଉଁ ସ୍ଥାନରେ ଅନ୍ନ ଭୋଜନ ନ କର ଓ ଜଳ ପାନ ନ କର, ବୋଲି ସେ ତୁମ୍ଭକୁ କହିଥିଲେ, ‘ସେହି ସ୍ଥାନରେ ତୁମ୍ଭେ ଅନ୍ନ ଭୋଜନ କରିଅଛ ଓ ଜଳ ପାନ କରିଅଛ;’ ଏହେତୁ ତୁମ୍ଭ ଶବ ତୁମ୍ଭ ପିତୃଲୋକମାନଙ୍କ କବରରେ ପ୍ରବିଷ୍ଟ ନୋହିବ।”
بعد از صرف غذا، نبی پیر، الاغ نبی یهودا را آماده کرد 23
ଏଥିରେ ସେ ଅନ୍ନ ଭୋଜନ ଓ ଜଳ ପାନ କଲା ଉତ୍ତାରେ ତାହା ପାଇଁ, ଅର୍ଥାତ୍‍, ସେ ଯାହାକୁ ଫେରାଇ ଆଣିଥିଲା, ସେହି ଭବିଷ୍ୟଦ୍‍ବକ୍ତା ପାଇଁ ଗଧ ସଜାଇଲା।
و او را روانهٔ سفر نمود؛ ولی در بین راه، شیری به او برخورد و او را درید. کسانی که از آن راه می‌گذشتند، جنازهٔ نبی یهودا را در وسط راه و شیر و الاغ را ایستاده در کنار او دیدند. پس به بیت‌ئیل که نبی پیر در آن زندگی می‌کرد، آمدند و به مردم خبر دادند. 24
ତହୁଁ ସେ ଯାତ୍ରା କରନ୍ତେ, ପଥ ମଧ୍ୟରେ ଏକ ସିଂହ ତାହାକୁ ଭେଟି ବଧ କଲା। ପୁଣି, ପଥ ମଧ୍ୟରେ ତାହାର ଶବ ପଡ଼ି ରହିଲା ଓ ଗଧ ତାହା ନିକଟରେ ଠିଆ ହେଲା; ସିଂହ ମଧ୍ୟ ସେହି ଶବ ନିକଟରେ ଠିଆ ହେଲା।
25
ଏଉତ୍ତାରେ ଦେଖ, ଲୋକମାନେ ଯାଉ ଯାଉ ପଥ ମଧ୍ୟରେ ଶବ ପଡ଼ିଥିବାର ଓ ଶବ ପାଖରେ ସିଂହ ଠିଆ ହୋଇଥିବାର ଦେଖିଲେ; ତହୁଁ ସେମାନେ ଆସି ସେହି ପ୍ରାଚୀନ ଭବିଷ୍ୟଦ୍‍ବକ୍ତାର ନିବାସ-ନଗରରେ ତାହା ଜଣାଇଲେ।
وقتی این خبر به گوش نبی پیر رسید او گفت: «این جنازهٔ آن نبی است که از فرمان خداوند سرپیچی کرد. پس خداوند هم آن شیر را فرستاد تا او را بدرد. او مطابق کلام خداوند کشته شد.» 26
ଏଥିରେ ଯେଉଁ ଭବିଷ୍ୟଦ୍‍ବକ୍ତା ତାହାଙ୍କୁ ପଥରୁ ଫେରାଇ ଆଣିଥିଲା, ସେ ସେହି କଥା ଶୁଣି କହିଲା, “ଯେ ସଦାପ୍ରଭୁଙ୍କ ବାକ୍ୟର ବିରୁଦ୍ଧାଚରଣ କରିଥିଲା, ଏ ପରମେଶ୍ୱରଙ୍କ ସେହି ଲୋକ; ଏହେତୁ ତାହା ପ୍ରତି କଥିତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସଦାପ୍ରଭୁ ତାହାକୁ ସିଂହ ହସ୍ତରେ ସମର୍ପଣ କରନ୍ତେ, ସେ ତାହାକୁ ବିଦୀର୍ଣ୍ଣ କରି ବଧ କରିଅଛି।”
بعد او به پسران خود گفت: «زود الاغ مرا آماده کنید.» آنها الاغش را آماده کردند. 27
ଏଣୁ ସେ ଆପଣା ପୁତ୍ରମାନଙ୍କୁ କହିଲା, “ମୋʼ ପାଇଁ ଗଧ ସଜାଅ।” ତହୁଁ ସେମାନେ ଗଧ ସଜାଇଲେ।
او رفت و جنازهٔ آن نبی را پیدا کرد و دید که شیر و الاغ هنوز در کنار جسد ایستاده‌اند. شیر نه جسد را خورده بود و نه الاغ را. 28
ଏଥିରେ ସେ ଯାଇ ପଥ ମଧ୍ୟରେ ତାହାର ଶବ ପଡ଼ିଥିବାର, ପୁଣି, ଗଧ ଓ ସିଂହ ଶବ ନିକଟରେ ଠିଆ ହୋଇଥିବାର ଦେଖିଲା; ସିଂହ ଶବ ଖାଇ ନ ଥିଲା, କି ଗଧକୁ ବିଦୀର୍ଣ୍ଣ କରି ନ ଥିଲା।
پس جنازه را روی الاغ گذاشت و به شهر آورد تا برایش سوگواری کرده، او را دفن نماید. 29
ପୁଣି, ସେ ଭବିଷ୍ୟଦ୍‍ବକ୍ତା ପରମେଶ୍ୱରଙ୍କ ଲୋକର ଶବ ଉଠାଇ ନେଇ ଗଧ ଉପରେ ଥୋଇ ତାହା ଫେରାଇ ଆଣିଲା; ଆଉ ସେହି ପ୍ରାଚୀନ ଭବିଷ୍ୟଦ୍‍ବକ୍ତା ଶୋକ କରିବା ପାଇଁ ଓ ତାହାକୁ କବର ଦେବା ପାଇଁ ଆପଣା ନଗରକୁ ଆସିଲା।
او جنازهٔ نبی یهودا را در قبرستان خاندان خود دفن کرد. بعد برای او ماتم گرفته، گفتند: «ای برادر… ای برادر…» 30
ପୁଣି, ସେ ଆପଣା କବରରେ ତାହାର ଶବ ଥୋଇଲା; ତହୁଁ ସେମାନେ, “ହାୟ, ମୋହର ଭାଇ!” ବୋଲି ତାହା ଲାଗି ବିଳାପ କଲେ।
آنگاه نبی پیر به پسران خود گفت: «وقتی من مُردم، در همین قبر دفنم کنید تا استخوانهای من در کنار استخوانهای این نبی بماند. 31
ଆଉ ସେ ତାହାକୁ କବର ଦେଲା ଉତ୍ତାରେ ଆପଣା ପୁତ୍ରମାନଙ୍କୁ କହିଲା, “ମୁଁ ମଲେ, ଯେଉଁ କବରରେ ପରମେଶ୍ୱରଙ୍କ ଏହି ଲୋକ କବର ପାଇଅଛି, ତହିଁରେ ମୋତେ କବର ଦେଇ ତାହାର ଅସ୍ଥି ପାଖରେ ମୋହର ଅସ୍ଥି ରଖିବ।
هر چه او به فرمان خداوند دربارهٔ مذبح بیت‌ئیل و بتخانه‌های شهرهای سامره گفت، به‌یقین واقع خواهد شد.» 32
କାରଣ ସେ ବେଥେଲ୍‍ସ୍ଥ ଯଜ୍ଞବେଦି ବିରୁଦ୍ଧରେ ଓ ଶମରୀୟାର ନାନା ନଗରସ୍ଥିତ ଉଚ୍ଚସ୍ଥଳୀର ସମସ୍ତ ଗୃହ ବିରୁଦ୍ଧରେ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଉଚ୍ଚସ୍ୱରରେ ଯାହା କହିଅଛି, ତାହା ନିଶ୍ଚୟ ସଫଳ ହେବ।”
و اما یربعام، پادشاه اسرائیل، با وجود اخطار نبی یهودا از راه بد خود برنگشت و همچنان برای بتخانه‌های خود از میان مردم عادی کاهن تعیین می‌کرد، به طوری که هر که می‌خواست کاهن شود یربعام او را به کاهنی منصوب می‌کرد. 33
ଏ ଘଟଣା ଉତ୍ତାରେ ଯାରବୀୟାମ ଆପଣା କୁପଥରୁ ଫେରିଲେ ନାହିଁ, ମାତ୍ର ପୁନର୍ବାର ସମୁଦାୟ ଲୋକଙ୍କ ମଧ୍ୟରୁ ଉଚ୍ଚସ୍ଥଳୀର ଯାଜକ ନିଯୁକ୍ତ କଲେ; ସମସ୍ତ ଉଚ୍ଚସ୍ଥଳୀ ପାଇଁ ଯେପରି ଯାଜକ ହେବେ ଏଥିପାଇଁ ଯେ ଇଚ୍ଛା କଲା, ତାହାକୁ ସେ ନିଯୁକ୍ତ କଲେ।
این گناه یربعام بود که سرانجام به نابودی تمام خاندان او منجر شد. 34
ମାତ୍ର ଏହି କାର୍ଯ୍ୟ ଯାରବୀୟାମ-ବଂଶକୁ ଉଚ୍ଛିନ୍ନ କରିବା ପାଇଁ ଓ ପୃଥିବୀରୁ ଲୁପ୍ତ କରିବା ପାଇଁ ତହିଁ ପ୍ରତି ପାପର କାରଣ ହେଲା।

< اول پادشاهان 13 >