< تثنیه 19 >

هنگامی که یهوه خدایتان قومهایی را که سرزمینشان را به شما می‌دهد، نابود کند و شما در شهرها و خانه‌هایشان ساکن شوید، 1
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁମାନଙ୍କର ଦେଶ ଦେବେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେହି ଦେଶୀୟ ଲୋକମାନଙ୍କୁ ଉଚ୍ଛିନ୍ନ କଲେ ଓ ତୁମ୍ଭେ ସେମାନଙ୍କୁ ଅଧିକାର କରି ସେମାନଙ୍କ ନଗରରେ ଓ ସେମାନଙ୍କ ଗୃହରେ ବାସ କଲେ,
آنگاه باید سه شهر به عنوان پناهگاه تعیین کنید تا اگر کسی نادانسته شخصی را بکشد، بتواند به آنجا فرار کرده، در امان باشد. کشورتان را به سه منطقه تقسیم کنید به طوری که هر کدام از این سه شهر در یکی از آن سه منطقه واقع گردد. جاده‌هایی را که به این شهرها می‌روند خوب نگه دارید. 2
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ଅଧିକାରାର୍ଥେ ଯେଉଁ ଦେଶ ଦିଅନ୍ତି, ତୁମ୍ଭର ସେହି ଦେଶ ମଧ୍ୟରେ ତୁମ୍ଭେ ଆପଣା ପାଇଁ ତିନୋଟି ନଗର ପୃଥକ କରିବ।
3
ତୁମ୍ଭେ ଆପଣା ପାଇଁ ପଥ ପ୍ରସ୍ତୁତ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଅଧିକାର କରାଇବେ, ତୁମ୍ଭେ ସେହି ଦେଶର ଭୂମି ତିନି ଭାଗ କରିବ, ତହିଁରେ ପ୍ରତ୍ୟେକ ନରହତ୍ୟାକାରୀ ସେଠାକୁ ପଳାଇ ଯାଇ ପାରିବ।
اگر کسی نادانسته مرتکب قتل شود می‌تواند به یکی از این شهرها فرار کرده، در آنجا پناه گیرد. 4
ଯେଉଁ ନରହତ୍ୟାକାରୀ ସେହି ସ୍ଥାନକୁ ପଳାଇ ବଞ୍ଚିପାରେ, ତାହାର କଥା ଏହି କେହି ଯେବେ ପୂର୍ବେ ହିଂସା ନ କରି ଆପଣା ପ୍ରତିବାସୀକୁ ଅଜ୍ଞାତସାରରେ ବଧ କରେ;
برای مثال، اگر مردی با همسایهٔ خود برای بریدن هیزم به جنگل برود و سر تبر از دسته‌اش جدا شده، باعث قتل همسایه‌اش گردد، آن مرد می‌تواند به یکی از این شهرها گریخته، در امان باشد. 5
ଯଥା, କେହି ଆପଣା ପ୍ରତିବାସୀ ସଙ୍ଗରେ କାଠ ହାଣିବାକୁ ବନକୁ ଗଲା, ପୁଣି ଗଛ ହାଣିବା ପାଇଁ ତାହାର ହସ୍ତ କୁହ୍ରାଡ଼ି ଉଞ୍ଚାନ୍ତେ, କୁହ୍ରାଡ଼ି-ମୁଣ୍ଡ ବେଣ୍ଟରୁ ଖସି ପ୍ରତିବାସୀ ଉପରେ ପଡ଼ିଲା, ତହିଁରେ ସେ ମଲା; ଏପରି ଲୋକ ସେହି ନଗରମାନ ମଧ୍ୟରୁ ଏକ ନଗରକୁ ପଳାଇ ବଞ୍ଚିବ।
بدین ترتیب مدعی خون مقتول نمی‌تواند او را بکشد. این شهرها باید پراکنده باشند تا همه بتوانند به آن دسترسی داشته باشند و گرنه مدعی خشمگین، ممکن است قاتل بی‌گناه را بکشد. 6
ନୋହିଲେ ରକ୍ତର ପ୍ରତିହନ୍ତା ତପ୍ତଚିତ୍ତ ହୋଇ ନରହତ୍ୟାକାରୀର ପଛେ ଗୋଡ଼ାଇ ଦୂର ପଥ ସକାଶୁ ତାହାକୁ ଧରି ପ୍ରାଣରେ ମାରି ପକାଇବ; ମାତ୍ର ସେ ଲୋକ ପ୍ରାଣଦଣ୍ଡ ଯୋଗ୍ୟ ନୁହେଁ, କାରଣ ସେ ପୂର୍ବେ ତାହାକୁ ହିଂସା କରି ନ ଥିଲା।
7
ଏନିମନ୍ତେ ମୁଁ ତୁମ୍ଭକୁ ଆପଣା ନିମନ୍ତେ ତିନୋଟି ନଗର ପୃଥକ କରିବାକୁ କହି ଆଜ୍ଞା ଦେଉଅଛି।
اگر یهوه خدایتان طبق وعده‌ای که با سوگند به پدران شما داده است مرزهای سرزمینتان را وسیعتر کند و تمام سرزمینی را که وعده داده است، به شما ببخشد، 8
ଆଉ ମୁଁ ଆଜି ତୁମ୍ଭକୁ ଯେଉଁ ଯେଉଁ ଆଜ୍ଞା ଦେଉଅଛି, ତୁମ୍ଭେ ତାହାସବୁ ପାଳନ କରି ଯାବଜ୍ଜୀବନ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପ୍ରେମ କଲେ ଓ ତାହାଙ୍କ ପଥରେ ଚାଲିଲେ,
در این صورت باید سه شهر پناهگاه دیگر نیز داشته باشید. (البته او وقتی این سرزمین را به شما خواهد داد که از کلیهٔ فرمانهایی که امروز به شما می‌دهم اطاعت نموده یهوه خدایتان را دوست بدارید و همواره در راه او گام بردارید.) 9
ଯେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ଆପଣା ଶପଥ ଅନୁସାରେ ତୁମ୍ଭ ସୀମା ବୃଦ୍ଧି କରନ୍ତି ଓ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ପ୍ରତିଜ୍ଞାତ ସମସ୍ତ ଦେଶ ତୁମ୍ଭକୁ ଦିଅନ୍ତି; ତେବେ ତୁମ୍ଭେ ସେହି ତିନି ନଗର ବ୍ୟତୀତ ତୁମ୍ଭ ପାଇଁ ଆଉ ତିନୋଟି ନଗର ନିରୂପଣ କରିବ;
چنین عمل کنید تا در سرزمینی که خداوند به شما می‌دهد اشخاص بی‌گناه کشته نشوند و خون کسی به گردن شما نباشد. 10
ନୋହିଲେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଅଧିକାରାର୍ଥେ ଦିଅନ୍ତି, ତହିଁ ମଧ୍ୟରେ ନିର୍ଦ୍ଦୋଷର ରକ୍ତପାତ ହେବ, ତହୁଁ ତୁମ୍ଭ ଉପରେ ରକ୍ତପାତର ଅପରାଧ ବର୍ତ୍ତିବ।
ولی اگر کسی از همسایهٔ خود نفرت داشته باشد و با قصد قبلی او را بکشد و سپس به یکی از شهرهای پناهگاه فرار نماید، 11
ମାତ୍ର କେହି ଯେବେ ଆପଣା ପ୍ରତିବାସୀକୁ ହିଂସା କରି ତାହା ପାଇଁ ଛକି ବସେ ଓ ତାହାର ପ୍ରତିକୂଳରେ ଉଠି ତାହାକୁ ପ୍ରାଣରେ ମାରେ ଓ ସେ ମରନ୍ତେ, ଏହି ନଗରମାନ ମଧ୍ୟରୁ କୌଣସି ଏକ ନଗରକୁ ପଳାଏ;
آنگاه مشایخ شهر باید دنبال او فرستاده، او را بازگردانند و تحویل مدعی خون مقتول بدهند تا او را بکشد. 12
ତେବେ ତାହାର ନଗରସ୍ଥ ପ୍ରାଚୀନମାନେ ଲୋକ ପଠାଇ ସେସ୍ଥାନରୁ ତାହାକୁ ଅଣାଇବେ ଓ ତାହାକୁ ବଧ କରିବା ପାଇଁ ରକ୍ତର ପ୍ରତିହନ୍ତା ହସ୍ତରେ ସମର୍ପଣ କରିବେ।
به او رحم نکنید! اسرائیل را از خون بی‌گناه پاک کنید تا در همهٔ کارهایتان کامیاب باشید. 13
ତୁମ୍ଭର ଚକ୍ଷୁ ତାହାକୁ ଦୟା କରିବ ନାହିଁ, ମାତ୍ର ତୁମ୍ଭେ ଇସ୍ରାଏଲ ମଧ୍ୟରୁ ନିର୍ଦ୍ଦୋଷ ରକ୍ତପାତର ଅପରାଧ ଦୂର କରିବ, ତହିଁରେ ତୁମ୍ଭର ମଙ୍ଗଳ ହେବ।
هنگامی که وارد سرزمینی شدید که خداوند، خدایتان به شما می‌دهد، مواظب باشید مرزهای ملک همسایه‌تان را که از قدیم تعیین شده است به نفع خود تغییر ندهید. 14
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭେ ଯାହା ଅଧିକାର କରିବ, ତୁମ୍ଭର ସେହି ଅଧିକାରରେ ପୂର୍ବକାଳର ଲୋକମାନଙ୍କ ଦ୍ୱାରା ସ୍ଥାପିତ ତୁମ୍ଭ ସୀମାର ଚିହ୍ନ ଘୁଞ୍ଚାଇବ ନାହିଁ।
هرگز کسی را بر اساس شهادت یک نفر محکوم نکنید. حداقل دو یا سه شاهد باید وجود داشته باشند. 15
ମନୁଷ୍ୟ କୌଣସି ଅପରାଧ କି କୌଣସି ପାପ କଲେ, ତାହାର କୃତ ସେହି ପାପ ଲାଗି ଏକ ସାକ୍ଷୀ ତାହାର ପ୍ରତିକୂଳରେ ଉଠିବ ନାହିଁ; ଦୁଇ ସାକ୍ଷୀଙ୍କ ମୁଖ ଦ୍ୱାରା କିଅବା ତିନି ସାକ୍ଷୀଙ୍କ ମୁଖ ଦ୍ୱାରା ବିଚାର ନିଷ୍ପନ୍ନ ହେବ।
اگر کسی شهادت دروغ بدهد و ادعا کند که شخصی را هنگام ارتکاب جرمی دیده است، 16
ଯେବେ ଅଧର୍ମୀ ସାକ୍ଷୀ କାହାରି ବିରୁଦ୍ଧରେ ଉଠି ଅବିଧି କାର୍ଯ୍ୟ ବିଷୟରେ ସାକ୍ଷ୍ୟ ଦିଏ,
هر دو نفر باید به نزد کاهنان و قضاتی که در آن موقع در حضور خداوند مشغول خدمتند، آورده شوند. 17
ତେବେ ଯେଉଁ ଦୁଇ ବ୍ୟକ୍ତି ମଧ୍ୟରେ ବିରୋଧ ଥାଏ, ସେ ଦୁହେଁ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ସମୟର ଯାଜକ ଓ ବିଚାରକର୍ତ୍ତାମାନଙ୍କ ଆଗରେ ଠିଆ ହେବେ।
قضات باید این امر را به دقت تحقیق کنند. اگر معلوم شد که شاهد دروغ می‌گوید، 18
ତହୁଁ ବିଚାରକର୍ତ୍ତାମାନେ ଯତ୍ନପୂର୍ବକ ଅନୁସନ୍ଧାନ କରିବେ; ଆଉ ଦେଖ, ସେ ସାକ୍ଷୀ ଯେବେ ମିଥ୍ୟାସାକ୍ଷୀ ଓ ଆପଣା ଭାଇ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେଇଥାଏ;
مجازاتش باید همان باشد که او فکر می‌کرد مرد دیگر به آن محکوم می‌شد. به این طریق شرارت را از میان خود پاک خواهید کرد. 19
ତେବେ ସେ ଆପଣା ଭାଇ ପ୍ରତି ଯେପରି କରିବାକୁ କଳ୍ପନା କରିଥିଲା, ତାହା ପ୍ରତି ତୁମ୍ଭେମାନେ ସେହିପରି କରିବ; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।
بعد از آن، کسانی که این خبر را بشنوند از دروغ گفتن در جایگاه شهود خواهند ترسید. 20
ପୁଣି ଅବଶିଷ୍ଟ ଲୋକମାନେ ତାହା ଶୁଣି ଭୟ କରିବେ ଓ ସେହି ସମୟାବଧି ତୁମ୍ଭ ମଧ୍ୟରେ ଆଉ ସେରୂପ ମନ୍ଦ କର୍ମ କରିବେ ନାହିଁ।
به شاهد دروغگو نباید رحم کنید. حکم شما در این گونه موارد باید چنین باشد: جان به عوض جان، چشم به عوض چشم، دندان به عوض دندان، دست به عوض دست و پا به عوض پا. 21
ତୁମ୍ଭର ଚକ୍ଷୁ ଦୟା କରିବ ନାହିଁ; ପ୍ରାଣ ପରିଶୋଧରେ ପ୍ରାଣ, ଚକ୍ଷୁ ପରିଶୋଧରେ ଚକ୍ଷୁ, ଦନ୍ତ ପରିଶୋଧରେ ଦନ୍ତ, ହସ୍ତ ପରିଶୋଧରେ ହସ୍ତ, ପାଦ ପରିଶୋଧରେ ପାଦ ନିଆଯିବ।

< تثنیه 19 >