< تثنیه 2 >

آنگاه طبق دستور خداوند بازگشتیم و از راهی که به سوی دریای سرخ می‌رود به بیابان رفتیم. سالهای زیادی در اطراف ناحیهٔ کوه سعیر سرگردان بودیم. سرانجام خداوند فرمود: 1
ଏଥିଉତ୍ତାରେ ମୋʼ ପ୍ରତି କଥିତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଆମ୍ଭେମାନେ ଫେରି ସୂଫ ସାଗର ପଥ ଦେଇ ପ୍ରାନ୍ତର ଆଡ଼େ ଯାତ୍ରା କଲୁ; ପୁଣି ସେୟୀର ପର୍ବତ ବୁଲି ଆସିବାକୁ ଆମ୍ଭମାନଙ୍କୁ ଅନେକ ଦିନ ଲାଗିଲା।
2
ତହୁଁ ସଦାପ୍ରଭୁ ମୋତେ କହିଲେ,
«به اندازهٔ کافی در این کوهستان سرگردان بوده‌اید. حال به سمت شمال بروید. 3
“ତୁମ୍ଭେମାନେ ଯଥେଷ୍ଟ ସମୟ ଏହି ପର୍ବତ ବୁଲିଅଛ; ଏବେ ଉତ୍ତର ଦିଗକୁ ଫେର।
به قوم بگو که ایشان از مرز سرزمینی خواهند گذشت که به برادرانشان ادومی‌ها تعلق دارد. (ادومی‌ها از نسل عیسو هستند و در سعیر زندگی می‌کنند.) آنها از شما خواهند ترسید، 4
ତୁମ୍ଭେ ଲୋକମାନଙ୍କୁ ଏହି ଆଜ୍ଞା ଦିଅ, ‘ସେୟୀର ନିବାସୀ ତୁମ୍ଭମାନଙ୍କ ଭ୍ରାତୃଗଣର, ଅର୍ଥାତ୍‍, ଏଷୌ ସନ୍ତାନଗଣର ସୀମା ଦେଇ ତୁମ୍ଭମାନଙ୍କୁ ଯିବାକୁ ହେବ; ତହିଁରେ ସେମାନେ ଭୀତ ହେବେ; ଏଣୁ ତୁମ୍ଭେମାନେ ଅତି ସାବଧାନ ହୁଅ।
ولی شما با ایشان نجنگید، چون من تمام سرزمین کوهستانی سعیر را به عنوان ملک دائمی به ایشان داده‌ام و حتی یک وجب از زمین ایشان را به شما نخواهم داد. 5
ସେମାନଙ୍କ ସହିତ ଯୁଦ୍ଧ କର ନାହିଁ; କାରଣ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ ଦେଶରୁ କିଛି ଦେବା ନାହିଁ। ଏକ ପାଦ ପରିମିତ ଭୂମି ହିଁ ଦେବା ନାହିଁ; ଯେହେତୁ ଆମ୍ଭେ ଏଷୌକୁ ଅଧିକାରାର୍ଥେ ସେୟୀର ପର୍ବତ ଦେଇଅଛୁ।
در آنجا به ازای آب و غذایی که مصرف می‌کنید، پول بپردازید. 6
ତୁମ୍ଭେମାନେ ରୂପା (ଟଙ୍କା) ଦେଇ ସେମାନଙ୍କଠାରୁ ଅନ୍ନ କିଣି ଭୋଜନ କରିବ ଓ ରୂପା ଦେଇ ଜଳ କିଣି ପାନ କରିବ।
خداوند، خدایتان در تمام چهل سالی که در این بیابان بزرگ سرگردان بوده‌اید با شما بوده و قدم به قدم از شما مراقبت نموده است. او در تمام کارهایتان به شما برکت داده و شما هیچوقت محتاج به چیزی نبوده‌اید.» 7
କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ହସ୍ତର ସମସ୍ତ କର୍ମରେ ତୁମ୍ଭଙ୍କୁ ଆଶୀର୍ବାଦ କରିଅଛନ୍ତି; ସେ ଏହି ବିସ୍ତୀର୍ଣ୍ଣ ପ୍ରାନ୍ତରରେ ତୁମ୍ଭ ଯିବାର ଜାଣିଅଛନ୍ତି; ଏହି ଚାଳିଶ ବର୍ଷସାରା ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ହୋଇଅଛନ୍ତି; ତୁମ୍ଭର କିଛି ଅଭାବ ହୋଇ ନାହିଁ।’”
بنابراین ما از کنار سعیر که برادرانمان از نسل عیسو در آنجا زندگی می‌کردند گذشتیم و جاده‌ای را که به سمت جنوب به اِیلَت و عصیون جابر می‌رود قطع نموده، رو به شمال به طرف بیابان موآب کوچ کردیم. 8
ଏଉତ୍ତାରେ ଆମ୍ଭେମାନେ ସେୟୀର ନିବାସୀ ଆପଣା ଭ୍ରାତୃଗଣ ଏଷୌ-ସନ୍ତାନମାନଙ୍କ ନିକଟ ଦେଇ ଏଲତ୍‍ ଓ ଇତ୍‍ସିୟୋନ-ଗେବର ପଦାଭୂମିର ପଥଠାରୁ ଯାତ୍ରା କଲୁ। ତହୁଁ ଆମ୍ଭେମାନେ ଫେରି ମୋୟାବ-ପ୍ରାନ୍ତର ପଥ ଦେଇ ଯାତ୍ରା କଲୁ।
آنگاه خداوند به ما چنین هشدار داد: «با موآبی‌ها که از نسل لوط هستند کاری نداشته باشید و با ایشان وارد جنگ نشوید. من شهر عار را به ایشان داده‌ام و هیچ زمینی را از سرزمین ایشان به شما نخواهم داد.» 9
ତହିଁରେ ସଦାପ୍ରଭୁ ମୋତେ କହିଲେ, “ମୋୟାବକୁ କ୍ଳେଶ ଦିଅ ନାହିଁ, ଅବା ସେମାନଙ୍କ ସହିତ ଯୁଦ୍ଧ କର ନାହିଁ; କାରଣ ଆମ୍ଭେ ତୁମ୍ଭକୁ ଅଧିକାରାର୍ଥେ ସେମାନଙ୍କ ଦେଶରୁ କିଛି ଦେବା ନାହିଁ; ଯେହେତୁ ଆମ୍ଭେ ଲୋଟର ସନ୍ତାନଗଣକୁ ଆର ନଗର ଅଧିକାରାର୍ଥେ ଦେଇଅଛୁ।”
(ایمی‌ها که قبیلهٔ بسیار بزرگی بودند قبلاً در آن ناحیه سکونت داشتند و مثل غولهای عناقی بلند قد بودند. 10
(ପୂର୍ବେ ସେହି ସ୍ଥାନରେ ଏମୀୟ ଲୋକମାନେ ବାସ କରୁଥିଲେ, ସେମାନେ ବଳବାନ ଓ ଅନେକ ଓ ଅନାକୀୟମାନଙ୍କ ପରି ଉଚ୍ଚ ଥିଲେ।
ایمی‌ها و عناقی‌ها غالباً رفائی خوانده می‌شوند، ولی موآبی‌ها ایشان را ایمی می‌خوانند. 11
ଅନାକୀୟମାନଙ୍କ ତୁଲ୍ୟ ସେମାନେ ମଧ୍ୟ ରଫାୟୀୟମାନଙ୍କ ମଧ୍ୟରେ ଗଣିତ ଥିଲେ, ମାତ୍ର ମୋୟାବୀୟ ଲୋକମାନେ ସେମାନଙ୍କୁ ଏମୀୟ ବୋଲି କହିଲେ।
در روزگار پیشین حوری‌ها در سعیر سکونت داشتند، ولی ادومی‌ها یعنی قوم عیسو آنها را بیرون رانده، جایشان را گرفتند، همان‌طور که اسرائیل مردم کنعان را که خداوند سرزمینشان را به اسرائیل بخشیده بود، بیرون راندند.) 12
ପୁଣି ପୂର୍ବେ ହୋରୀୟ ଲୋକମାନେ ସେୟୀରରେ ବାସ କଲେ, ମାତ୍ର ଏଷୌର ସନ୍ତାନଗଣ ସେମାନଙ୍କୁ ଅଧିକାରଚ୍ୟୁତ କଲେ ଓ ଆପଣାମାନଙ୍କ ସମ୍ମୁଖରୁ ସେମାନଙ୍କୁ ବିନଷ୍ଟ କରି ସେମାନଙ୍କ ସ୍ଥାନରେ ବାସ କଲେ; ଯେରୂପେ ଇସ୍ରାଏଲ ସଦାପ୍ରଭୁଙ୍କ ଦତ୍ତ ଆପଣା ଅଧିକାର-ଭୂମିରେ କଲେ)।
خداوند فرمود: «اکنون برخیزید و از رود زارَد بگذرید.» ما چنین کردیم. 13
“ଏବେ ତୁମ୍ଭେମାନେ ଉଠ ଓ ସେରଦ୍‍ ନଦୀ ପାର ହୁଅ।” ତହିଁରେ ଆମ୍ଭେମାନେ ସେରଦ୍‍ ନଦୀ ପାର ହେଲୁ।
سی و هشت سال پیش، ما قادش را ترک گفته بودیم. همان‌طور که خداوند فرموده بود، در این مدت تمام جنگجویان ما از بین رفتند. 14
କାଦେଶ-ବର୍ଣ୍ଣେୟଠାରୁ ସେରଦ୍‍ ନଦୀ ପାର ହେବା ପର୍ଯ୍ୟନ୍ତ ଆମ୍ଭମାନଙ୍କୁ ଅଠତିରିଶି ବର୍ଷ ଲାଗିଲା, ସେହି ସମୟରେ ସଦାପ୍ରଭୁଙ୍କ ଶପଥ ଅନୁସାରେ ଛାଉଣି ମଧ୍ୟରୁ ସେହି ପୁରୁଷର ସମସ୍ତ ଯୋଦ୍ଧା ଉଚ୍ଛିନ୍ନ ହୋଇଥିଲେ।
خداوند بر ضد آنها بود و سرانجام همهٔ آنها را از بین برد. 15
କାରଣ ଛାଉଣି ମଧ୍ୟରୁ ସେମାନଙ୍କୁ ସମ୍ପୂର୍ଣ୍ଣ ଲୋପ କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ ହସ୍ତ ଥିଲା।
پس از اینکه تمام جنگجویان مردند 16
ଏହିରୂପେ ସେହି ସମସ୍ତ ଯୋଦ୍ଧା ମରି ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେଲା ଉତ୍ତାରେ
خداوند به من فرمود: 17
ସଦାପ୍ରଭୁ ମୋତେ କହିଲେ,
«امروز باید از شهر عار که در مرز موآب است بگذرید. 18
“ଆଜି ତୁମ୍ଭକୁ ମୋୟାବର ସୀମା ଆର ଦେଇ ଯିବାକୁ ହେବ;
وقتی به سرزمین عمونی‌ها که از نسل لوط هستند نزدیک شدید با آنها کاری نداشته باشید و با ایشان وارد جنگ نشوید، زیرا هیچ زمینی را از سرزمینی که به ایشان بخشیده‌ام، به شما نخواهم داد.» 19
ପୁଣି ତୁମ୍ଭେ ଅମ୍ମୋନ-ସନ୍ତାନଗଣର ସମ୍ମୁଖରେ ଉପସ୍ଥିତ ହେଲେ ସେମାନଙ୍କୁ କ୍ଳେଶ ଦିଅ ନାହିଁ, କି ସେମାନଙ୍କ ସଙ୍ଗେ ଯୁଦ୍ଧ କର ନାହିଁ, କାରଣ ଆମ୍ଭେ ଅଧିକାରାର୍ଥେ ତୁମ୍ଭକୁ ଅମ୍ମୋନ-ସନ୍ତାନଗଣର ଦେଶରୁ କିଛି ଦେବା ନାହିଁ; ଯେହେତୁ ଆମ୍ଭେ ଲୋଟର ସନ୍ତାନଗଣକୁ ତାହା ଅଧିକାର କରିବା ପାଇଁ ଦେଇଅଛୁ।”
(آن ناحیه نیز زمانی محل سکونت رفائی‌ها که عمونی‌ها ایشان را زَمزُمی می‌خوانند، بود. 20
(ସେହି ଦେଶ ମଧ୍ୟ ରଫାୟୀୟମାନଙ୍କ ଦେଶ ବୋଲି ଗଣିତ; ପୂର୍ବେ ରଫାୟୀୟମାନେ ସେଠାରେ ବାସ କରୁଥିଲେ; ମାତ୍ର ଅମ୍ମୋନୀୟମାନେ ସେମାନଙ୍କୁ ସମ୍ସୁମ୍ମୀୟ ବୋଲି କହିଲେ;
آنها قبیلهٔ بسیار بزرگی بودند و مثل عناقی‌ها قد بلندی داشتند، ولی خداوند ایشان را هنگام ورود عمونی‌ها از بین برد و عمونی‌ها به جای ایشان در آنجا سکونت کردند. 21
ସେମାନେ ବଳବାନ ଓ ଅନେକ ଓ ଅନାକୀୟମାନଙ୍କ ପରି ଉଚ୍ଚ ଲୋକ ଥିଲେ; ମାତ୍ର ସଦାପ୍ରଭୁ ଅମ୍ମୋନୀୟମାନଙ୍କ ସମ୍ମୁଖରୁ ସେମାନଙ୍କୁ ବିନଷ୍ଟ କଲେ; ପୁଣି ସେମାନେ ସେମାନଙ୍କୁ ଅଧିକାରଚ୍ୟୁତ କରି ସେମାନଙ୍କ ସ୍ଥାନରେ ବସତି କଲେ।
خداوند به همین گونه به قوم عیسو در کوه سعیر کمک کرده بود و آنها حوری‌ها را که قبل از ایشان در آنجا سکونت داشتند از بین برده و تا امروز به جای ایشان ساکن شده‌اند. 22
ସେ ସେୟୀର ନିବାସୀ ଏଷୌ-ସନ୍ତାନଗଣ ନିମନ୍ତେ ସେହିରୂପ କର୍ମ କରିଥିଲେ, ଅର୍ଥାତ୍‍, ସେମାନଙ୍କ ସମ୍ମୁଖରୁ ହୋରୀୟମାନଙ୍କୁ ବିନଷ୍ଟ କଲେ, ତହିଁରେ ଏଷୌ-ସନ୍ତାନଗଣ ସେମାନଙ୍କୁ ଅଧିକାରଚ୍ୟୁତ କରି ଆଜି ପର୍ଯ୍ୟନ୍ତ ସେମାନଙ୍କ ସ୍ଥାନରେ ବାସ କରୁଅଛନ୍ତି।
وضع مشابه دیگر، زمانی اتفاق افتاد که مردم کفتور به قبیلهٔ عِوی‌ها که تا حدود غزه در دهکده‌های پراکنده‌ای سکونت داشتند حمله نموده، آنها را هلاک کردند و به جای ایشان ساکن شدند.) 23
ପୁଣି କପ୍ତୋରରୁ ଆଗତ କପ୍ତୋରୀୟ ଲୋକମାନେ ଘସା ପର୍ଯ୍ୟନ୍ତ ଗ୍ରାମମାନଙ୍କରେ ବାସକାରୀ ଅବ୍ବୀୟମାନଙ୍କୁ ବିନଷ୍ଟ କରି ସେମାନଙ୍କ ସ୍ଥାନରେ ବାସ କଲେ)।
آنگاه خداوند فرمود: «از رود ارنون گذشته، به سرزمین سیحونِ اموری، پادشاه حشبون داخل شوید. من او را و سرزمینش را به شما داده‌ام. با او بجنگید و سرزمین او را به تصرف خود درآورید. 24
“ତୁମ୍ଭେମାନେ ଉଠ ଓ ଯାତ୍ରା କରି ଅର୍ଣ୍ଣୋନ-ଉପତ୍ୟକା ପାର ହୁଅ; ଦେଖ, ଆମ୍ଭେ ହିଷ୍‍ବୋନର ରାଜା ଇମୋରୀୟ ସୀହୋନକୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କରିଅଛୁ; ତାହା ଅଧିକାର କରିବାକୁ ଆରମ୍ଭ କର ଓ ତାହା ସଙ୍ଗେ ଯୁଦ୍ଧ କର।
از امروز ترس شما را بر دل مردم سراسر جهان می‌گذارم. آنها آوازهٔ شما را می‌شنوند و به وحشت می‌افتند.» 25
ଆଜି ଆମ୍ଭେ ସମସ୍ତ ଆକାଶମଣ୍ଡଳର ଅଧଃସ୍ଥିତ ଲୋକମାନଙ୍କ ମନରେ ତୁମ୍ଭ ବିଷୟକ ଆଶଙ୍କା ଓ ଭୟ ଜନ୍ମାଇବାକୁ ଆରମ୍ଭ କରିବା, ସେମାନେ ତୁମ୍ଭ ବିଷୟର ସମ୍ବାଦ ଶୁଣିଲେ ତୁମ୍ଭ ସକାଶୁ କମ୍ପିତ ଓ ବ୍ୟଥିତ ହେବେ।”
سپس از صحرای قدیموت سفیرانی با پیشنهاد صلح نزد سیحون، پادشاه حِشبون فرستادم. 26
ଆଉ ମୁଁ କଦେମୋତ୍‍ ପ୍ରାନ୍ତରରୁ ହିଷ୍‍ବୋନର ରାଜା ସୀହୋନ ନିକଟକୁ ବାର୍ତ୍ତାବହମାନଙ୍କ ଦ୍ୱାରା ଏହି ଶାନ୍ତି ସୂଚକ ବାକ୍ୟ କହି ପଠାଇଲି,
پیشنهاد ما این بود: «اجازه دهید از سرزمین شما عبور کنیم. از جادهٔ اصلی خارج نخواهیم شد و به طرف مزارع اطراف آن نخواهیم رفت. 27
“ତୁମ୍ଭ ଦେଶ ଦେଇ ମୋତେ ଯିବାକୁ ଦିଅ, ମୁଁ ବାଟେ ବାଟେ ଯିବି, ଦକ୍ଷିଣରେ କି ବାମରେ ଫେରିବି ନାହିଁ।
هنگام عبور برای هر لقمه نانی که بخوریم و هر جرعه آبی که بنوشیم، پول خواهیم داد. تنها چیزی که می‌خواهیم، اجازهٔ عبور از سرزمین شماست. 28
ସେୟୀର ନିବାସୀ ଏଷୌ-ସନ୍ତାନଗଣ ଓ ଆର ନିବାସୀ ମୋୟାବୀୟ ଲୋକମାନେ ମୋʼ ପ୍ରତି ଯେରୂପ କଲେ, ତଦ୍ରୂପ ତୁମ୍ଭେ କର;
ادومی‌های نسل عیسو که ساکن سعیرند اجازهٔ عبور از سرزمین خود را به ما دادند. موآبی‌ها هم که پایتختشان در عار است همین کار را کردند. ما از راه اردن به سرزمینی که خداوند، خدایمان به ما داده است می‌رویم.» 29
ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଯେଉଁ ଦେଶ ଦେଉଅଛନ୍ତି, ଆମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯେପର୍ଯ୍ୟନ୍ତ ସେହି ଦେଶରେ ଉପସ୍ଥିତ ନ ହେଉ, ସେପର୍ଯ୍ୟନ୍ତ ତୁମ୍ଭେ ରୂପା ନେଇ ମୋତେ ଭୋଜନର ଅନ୍ନ ଦିଅ ଓ ରୂପା ନେଇ ପିଇବାର ଜଳ ଦିଅ ମୁଁ କେବଳ ଆପଣା ପାଦ ଦେଇ ପାର ହୋଇଯିବି।”
ولی سیحون پادشاه حِشبون موافقت نکرد، زیرا خداوند، خدای شما او را سختدل گردانید تا او را به دست اسرائیل نابود کند، همچنانکه الان شده است. 30
ମାତ୍ର ହିଷ୍‍ବୋନର ରାଜା ସୀହୋନ ଆପଣା ଦେଶ ମଧ୍ୟଦେଇ ଯିବା ପାଇଁ ଆମ୍ଭମାନଙ୍କୁ ଅନୁମତି ଦେଲା ନାହିଁ, କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ହସ୍ତରେ ଆଜିର ନ୍ୟାୟ ତାହାକୁ ସମର୍ପଣ କରିବା ପାଇଁ ତାହାର ମନ କଠିନ କଲେ ଓ ତାହାର ହୃଦୟ ଶକ୍ତ କଲେ।
آنگاه خداوند به من فرمود: «اکنون به تدریج سرزمین سیحون پادشاه را به شما می‌دهم. پس شروع به تصرف و تصاحب این سرزمین کن.» 31
ପୁଣି ସଦାପ୍ରଭୁ ମୋତେ କହିଲେ, “ଦେଖ, ଆମ୍ଭେ ସୀହୋନକୁ ଓ ତାହାର ଦେଶକୁ ତୁମ୍ଭ ଆଗରେ ସମର୍ପଣ କରିବାକୁ ପ୍ରବୃତ୍ତ ହେଲୁଣି ତୁମ୍ଭେ ତାହାର ଦେଶ ଅଧିକାର କରିବାକୁ ପ୍ରବୃତ୍ତ ହୁଅ।”
آنگاه سیحون پادشاه به ما اعلان جنگ داد و نیروهایش را در یاهص بسیج کرد. 32
ସେତେବେଳେ ସୀହୋନ, ସେ ଓ ତାହାର ସମସ୍ତ ପ୍ରଜା ଆମ୍ଭମାନଙ୍କ ବିରୁଦ୍ଧରେ ବାହାରି ଯହସରେ ଯୁଦ୍ଧ କରିବାକୁ ଆସିଲେ।
ولی خداوند، خدایمان او را به ما تسلیم نمود و ما او را با تمام پسران و افرادش کشتیم و تمامی شهرهایش را به تصرف خود درآورده، همهٔ مردان و زنان و اطفال را از بین بردیم. 33
ତେବେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ଆଗରେ ତାହାକୁ ସମର୍ପଣ କଲେ; ତହିଁରେ ଆମ୍ଭେମାନେ ତାହାକୁ ଓ ତାହାର ପୁତ୍ରଗଣକୁ ଓ ତାହାର ସମସ୍ତ ପ୍ରଜାଙ୍କୁ ବଧ କଲୁ।
34
ଆଉ ସେହି ସମୟରେ ଆମ୍ଭେମାନେ ତାହାର ସମସ୍ତ ନଗର ହସ୍ତଗତ କରି ସ୍ତ୍ରୀ ଓ ବାଳକ ସମେତ ପ୍ରତ୍ୟେକ ବସତି-ନଗର ସମ୍ପୂର୍ଣ୍ଣ ରୂପେ ବିନଷ୍ଟ କଲୁ; ଆମ୍ଭେମାନେ କାହାକୁ ହିଁ ବଞ୍ଚାଇ ରଖିଲୁ ନାହିଁ।
به غیر از گله‌هایشان، موجود دیگری را زنده نگذاشتیم. این گله‌ها را هم با غنایمی که از تسخیر شهرها به چنگ آورده بودیم با خود بردیم. 35
କେବଳ ପଶୁଗଣକୁ ଓ ଯେ ଯେ ନଗର ହସ୍ତଗତ କରିଥିଲୁ, ତହିଁର ଲୁଟିତ ଦ୍ରବ୍ୟସବୁକୁ ଆମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଗ୍ରହଣ କଲୁ।
ما از عروعیر که در کنارهٔ درهٔ ارنون است تا جلعاد، همهٔ شهرها را به تصرف خود درآوردیم. حتی یک شهر هم در برابر ما قادر به مقاومت نبود، زیرا خداوند، خدایمان تمامی آنها را به ما داده بود. 36
ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗରଠାରୁ ଗିଲୀୟଦ ପର୍ଯ୍ୟନ୍ତ ଏକ ନଗର ହିଁ ଆମ୍ଭମାନଙ୍କ ଶକ୍ତିର ଅତିରିକ୍ତ ନ ଥିଲା; ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ଆଗରେ ସମଗ୍ର ସମର୍ପଣ କଲେ।
ولی ما به سرزمین بنی‌عمون و به رود یبوق و شهرهای کوهستانی یعنی جاهایی که خداوند، خدایمان قدغن فرموده بود، نزدیک نشدیم. 37
କେବଳ ଅମ୍ମୋନ-ସନ୍ତାନମାନଙ୍କ ଦେଶ, ଅର୍ଥାତ୍‍, ଯବ୍ବୋକ୍‍ ନଦୀର ପାର୍ଶ୍ୱସ୍ଥ ପ୍ରଦେଶ ଓ ପର୍ବତମୟ ସକଳ ନଗର ପ୍ରଭୃତି ଯେଉଁ ଦେଶ ବିଷୟରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ନିଷେଧ କରିଥିଲେ; ତହିଁ ନିକଟରେ ତୁମ୍ଭେ ଉପସ୍ଥିତ ହେଲ ନାହିଁ।

< تثنیه 2 >