< تثنیه 23 >

مردی که بیضه‌هایش له شده و یا آلت تناسلی‌اش بریده شده باشد، نباید داخل جماعت خداوند شود. 1
ଚୂର୍ଣ୍ଣକୋଷ କିଅବା ଛିନ୍ନଲିଙ୍ଗ ବ୍ୟକ୍ତି ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ।
شخص حرامزاده و فرزندان او تا ده نسل نباید وارد جماعت خداوند شوند. 2
ଜାରଜ ବ୍ୟକ୍ତି ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ; ଦଶ ପୁରୁଷ ପର୍ଯ୍ୟନ୍ତ ତାହାର କେହି ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ।
از قوم عمونی یا موآبی هیچ‌کس وارد جماعت خداوند نشود حتی بعد از نسل دهم. 3
ଅମ୍ମୋନୀୟ କି ମୋୟାବୀୟ ଲୋକ ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ; ଦଶ ପୁରୁଷ ପର୍ଯ୍ୟନ୍ତ ଚିରକାଳ ସେମାନଙ୍କର କେହି ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ।
این دستور بدان سبب است که وقتی از مصر بیرون آمدید این قومها با نان و آب از شما استقبال نکردند و حتی بلعام، پسر بعور، اهل فتور را از بین‌النهرین اجیر کردند تا شما را لعنت کند. 4
କାରଣ ତୁମ୍ଭେମାନେ ମିସରରୁ ବାହାର ହୋଇ ଆସିବା ବେଳେ ସେମାନେ ଅନ୍ନ ଓ ଜଳ ନେଇ ତୁମ୍ଭମାନଙ୍କୁ ପଥରେ ଭେଟିଲେ ନାହିଁ; ପୁଣି ସେମାନେ ତୁମ୍ଭମାନଙ୍କୁ ଅଭିଶାପ ଦେବା ନିମନ୍ତେ ତୁମ୍ଭ ପ୍ରତିକୂଳରେ ଅରାମନହରୟିମ୍‍ସ୍ଥ ପଥୋର ନିବାସୀ ବିୟୋରର ପୁତ୍ର ବିଲୀୟମ୍‍କୁ ବେତନ ଦେଲେ।
ولی یهوه خدایتان به بلعام گوش نکرد و در عوض چون شما را دوست داشت آن لعنت را به برکت تبدیل نمود. 5
ତଥାପି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ବିଲୀୟମ୍‍ର କଥା ଶୁଣିବାକୁ ସମ୍ମତ ହେଲେ ନାହିଁ। ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପ୍ରେମ କରିବାରୁ ସେହି ଅଭିଶାପକୁ ଆଶୀର୍ବାଦରେ ପରିଣତ କଲେ।
پس هرگز تا زمانی که زنده هستید نباید با عمونی‌ها و موآبی‌ها صلح کنید و با آنها رابطهٔ دوستی برقرار نمایید. 6
ତୁମ୍ଭେ ଯାବଜ୍ଜୀବନ ଚିରକାଳ ସେମାନଙ୍କର ଶାନ୍ତି ଓ ମଙ୍ଗଳ ଲୋଡ଼ିବ ନାହିଁ।
ولی ادومی‌ها را دشمن نشمارید، زیرا برادران شما هستند. مصری‌ها را نیز دشمن نشمارید، زیرا زمانی در میان ایشان زندگی می‌کردید. 7
ତୁମ୍ଭେ ଇଦୋମୀୟ ଲୋକକୁ ଘୃଣା କରିବ ନାହିଁ; କାରଣ ସେ ତୁମ୍ଭର ଭାଇ; ତୁମ୍ଭେ ମିସରୀୟ ଲୋକକୁ ଘୃଣା କରିବ ନାହିଁ, କାରଣ ତୁମ୍ଭେ ତାହାର ଦେଶରେ ପ୍ରବାସୀ ଥିଲ।
نسل سوم ادومی‌ها و مصری‌ها می‌توانند به جماعت خداوند داخل شوند. 8
ସେମାନଙ୍କ ତୃତୀୟ ପୁରୁଷରେ ଉତ୍ପନ୍ନ ସନ୍ତାନଗଣ ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବେ।
در زمان جنگ، مردانی که در اردوگاه هستند باید از هر نوع ناپاکی دوری کنند. کسی که به خاطر انزال شبانه، نجس می‌شود باید از اردوگاه خارج گردد 9
ତୁମ୍ଭେ ଆପଣା ଶତ୍ରୁମାନଙ୍କ ବିରୁଦ୍ଧରେ ଯୁଦ୍ଧଯାତ୍ରା କରିବା ସମୟରେ ଆପଣାକୁ ସକଳ ମନ୍ଦ ବିଷୟରୁ ରକ୍ଷା କରିବ।
10
ତୁମ୍ଭମାନଙ୍କ ମଧ୍ୟରେ ଯଦି କୌଣସି ବ୍ୟକ୍ତି ରାତ୍ରିଘଟିତ କୌଣସି ଅଶୁଚିତାରେ ଅଶୁଚି ହୁଏ, ତେବେ ସେ ଛାଉଣି ଭିତରୁ ବାହାରି ଯିବ, ସେ ଛାଉଣି ମଧ୍ୟରେ ପ୍ରବେଶ କରିବ ନାହିଁ।
و تا غروب بیرون بماند. سپس خود را شسته، هنگام غروب بازگردد. 11
ମାତ୍ର ସନ୍ଧ୍ୟା ଉପସ୍ଥିତ ହେଲେ, ସେ ଜଳରେ ସ୍ନାନ କରିବ ଓ ସୂର୍ଯ୍ୟ ଅସ୍ତ ହେଲା ଉତ୍ତାରେ ସେ ଛାଉଣି ଭିତରକୁ ଆସିବ।
مستراحها باید بیرون اردوگاه باشند. 12
ଆଉ ତୁମ୍ଭେ ମଧ୍ୟ ବାହାରକୁ ଯିବା ନିମନ୍ତେ ଛାଉଣି ବାହାରେ ଏକ ସ୍ଥାନ କରିବ;
هر کس باید در بین ابزار خود وسیله‌ای برای کندن زمین داشته باشد و بعد از هر بار قضای حاجت، با آن گودالی حفر کند و مدفوعش را بپوشاند. 13
ତୁମ୍ଭେ ଆପଣା ସାମଗ୍ରୀ ସଙ୍ଗେ ଗୋଟିଏ ଖଣତି ରଖିବ; ପୁଣି ତୁମ୍ଭେ ବାହାରକୁ ବସିବା ସମୟରେ ତଦ୍ଦ୍ୱାରା ଖୋଳିବ ଓ ନିର୍ଗତ ମଳକୁ ପୋତି ପକାଇବ।
اردوگاه باید پاک باشد، چون خداوند در میان شما قدم می‌زند تا شما را محافظت فرماید و دشمنانتان را مغلوب شما سازد. اگر او چیز ناپسندی ببیند، ممکن است روی خود را از شما برگرداند. 14
କାରଣ ତୁମ୍ଭକୁ ରକ୍ଷା କରିବା ପାଇଁ ଓ ତୁମ୍ଭ ସମ୍ମୁଖରେ ତୁମ୍ଭ ଶତ୍ରୁମାନଙ୍କୁ ସମର୍ପଣ କରିବା ପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଛାଉଣି ମଧ୍ୟରେ ଗମନାଗମନ କରନ୍ତି, ଏନିମନ୍ତେ ସେ ଯେପରି ତୁମ୍ଭ ମଧ୍ୟରେ ଲଜ୍ଜାକର ବିଷୟ ନ ଦେଖନ୍ତି ଓ ତୁମ୍ଭ ନିକଟରୁ ବିମୁଖ ନ ହୁଅନ୍ତି, ଏଥିପାଇଁ ତୁମ୍ଭ ଛାଉଣି ପବିତ୍ର ହେବ।
اگر برده‌ای از نزد اربابش فرار کرده، به شما پناه آورد، نباید او را مجبور کنید که نزد اربابش برگردد. 15
ଯେଉଁ ଦାସ ଆପଣା ସ୍ୱାମୀ ନିକଟରୁ ପଳାଇ ତୁମ୍ଭ ନିକଟକୁ ଆସିଅଛି, ତୁମ୍ଭେ ତାହାକୁ ତାହାର ସେହି ସ୍ୱାମୀ ହସ୍ତରେ ସମର୍ପଣ କରିବ ନାହିଁ।
بگذارید در هر شهری که مایل است در میان شما زندگی کند و بر او ظلم نکنید. 16
ସେ ତୁମ୍ଭର କୌଣସି ଏକ ନଗର-ଦ୍ୱାରରେ ଆପଣା ଇଚ୍ଛାମତ ମନୋନୀତ ସ୍ଥାନରେ ତୁମ୍ଭ ମଧ୍ୟରେ ବାସ କରିବ, ତୁମ୍ଭେ ତାହା ପ୍ରତି ଅତ୍ୟାଚାର କରିବ ନାହିଁ।
از دختران اسرائیلی کسی نباید در معبد بت‌پرستان روسپیگری کند، و از پسران اسرائیلی کسی نباید لوّاط شود. 17
ଇସ୍ରାଏଲର କନ୍ୟାମାନଙ୍କ ମଧ୍ୟରୁ କେହି ବେଶ୍ୟାବୃତ୍ତି କରିବ ନାହିଁ, କିଅବା ଇସ୍ରାଏଲର ପୁତ୍ରମାନଙ୍କ ମଧ୍ୟରୁ କେହି ସଦୋମୀ ହେବ ନାହିଁ।
هیچگونه هدیه‌ای را که از درآمد یک روسپی یا یک لواط تهیه شده باشد به خانهٔ خداوند نیاورید، چون هر دو در نظر یهوه خدایتان نفرت‌انگیز هستند. 18
ତୁମ୍ଭେ କୌଣସି ମାନତ ନିମନ୍ତେ କୌଣସି ବେଶ୍ୟାର ବେତନ କିଅବା କୁକ୍କୁରର ମୂଲ୍ୟ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଗୃହକୁ ଆଣିବ ନାହିଁ; କାରଣ ସେ ଉଭୟ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଘୃଣ୍ୟ ବିଷୟ ଅଟନ୍ତି।
وقتی به برادر اسرائیلی خود پول، غذا یا هر چیز دیگری قرض می‌دهید، از او بهره نگیرید. 19
ତୁମ୍ଭେ ସୁଧ ନିମନ୍ତେ, ଅର୍ଥାତ୍‍, ରୂପାର ସୁଧ, ଖାଦ୍ୟସାମଗ୍ରୀର ସୁଧ, କିଅବା ଯେକୌଣସି ଦ୍ରବ୍ୟ ସୁଧ ନିମନ୍ତେ ଦିଆଯାଏ, ତହିଁର ସୁଧ ପାଇବା ନିମନ୍ତେ ଆପଣା ଭାଇକୁ ଋଣ ଦେବ ନାହିଁ।
از یک غریبه می‌توانید بهره بگیرید، ولی نه از یک اسرائیلی. اگر این قانون را رعایت کنید خداوند، خدایتان زمانی که وارد سرزمین موعود شوید به شما برکت خواهد داد. 20
ତୁମ୍ଭେ ସୁଧ ନିମନ୍ତେ ବିଦେଶୀକୁ ଋଣ ଦେଇ ପାର; ମାତ୍ର ସୁଧ ପାଇବା ନିମନ୍ତେ ଆପଣା ଭାଇକୁ ଋଣ ଦେବ ନାହିଁ; ତହିଁରେ ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଆଶୀର୍ବାଦ କରିବେ।
هنگامی که برای خداوند نذر می‌کنید نباید در وفای آن تأخیر کنید، چون خداوند می‌خواهد نذرهای خود را به موقع ادا کنید. ادا نکردن نذر، گناه محسوب می‌شود. 21
ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ମାନତ ମନାସିଲେ, ତାହା ଦେବାକୁ ବିଳମ୍ବ କରିବ ନାହିଁ; କାରଣ ତାହା ତୁମ୍ଭର ପାପ ହେବ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅବଶ୍ୟ ତୁମ୍ଭଠାରୁ ତାହା ଆଦାୟ କରିବେ।
(ولی اگر از نذر کردن خودداری کنید، گناهی انجام نداده‌اید.) 22
ମାତ୍ର ଯେବେ ମାନତ ନ କର, ତେବେ ତହିଁରେ ପାପ ହେବ ନାହିଁ।
بعد از اینکه نذر کردید باید دقت کنید هر چه را که گفته‌اید ادا کنید، زیرا با میل خود به خداوند، خدایتان نذر کرده‌اید. 23
ଯାହା ତୁମ୍ଭ ଓଷ୍ଠରୁ ନିର୍ଗତ ହୋଇଅଛି, ତାହା କରିବାକୁ ମନୋଯୋଗ କରିବ; ତୁମ୍ଭେ ଆପଣା ମୁଖରେ ପ୍ରତିଜ୍ଞା କରି ଯେରୂପ ସ୍ୱେଚ୍ଛାଦତ୍ତ ଉପହାର ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ମାନତ କରିଅଛ, ତଦନୁସାରେ କରିବ।
از انگورهای تاکستان دیگران، هر قدر که بخواهید می‌توانید بخورید، اما نباید انگور را در ظرف ریخته با خود ببرید. 24
ତୁମ୍ଭେ ଆପଣା ପ୍ରତିବାସୀର ଦ୍ରାକ୍ଷାକ୍ଷେତ୍ରକୁ ଗଲେ, ସ୍ଵେଚ୍ଛାନୁସାରେ ଆପଣା ତୃପ୍ତି ପର୍ଯ୍ୟନ୍ତ ଦ୍ରାକ୍ଷାଫଳ ଭୋଜନ କରି ପାରିବ; ମାତ୍ର ତୁମ୍ଭେ ଆପଣା ପାତ୍ରରେ କିଛି ରଖିବ ନାହିଁ।
همین‌طور وقتی داخل کشتزار همسایهٔ خود می‌شوید، می‌توانید با دست خود خوشه‌ها را بچینید و بخورید، ولی حق داس زدن ندارید. 25
ତୁମ୍ଭେ ଆପଣା ପ୍ରତିବାସୀର ବଢ଼ନ୍ତା ଶସ୍ୟକ୍ଷେତ୍ରକୁ ଗଲେ, ଆପଣା ହାତରେ ଶିଷା ଛିଣ୍ଡାଇ ଖାଇ ପାରିବ; ମାତ୍ର ତୁମ୍ଭେ ଆପଣା ପ୍ରତିବାସୀର ବଢ଼ନ୍ତା ଶସ୍ୟରେ ଦାଆ ଚଳାଇବ ନାହିଁ।

< تثنیه 23 >