< پیدایش 43 >

قحطی در کنعان همچنان ادامه داشت. 1
ଏହି ସମୟରେ ମଧ୍ୟଦେଶରେ ଅତିଶୟ ଦୁର୍ଭିକ୍ଷ ଥିଲା।
پس یعقوب از پسرانش خواست تا دوباره به مصر بروند و مقداری غله بخرند، زیرا غله‌ای که از مصر خریده بودند، تمام شده بود. 2
ଏଥିନିମନ୍ତେ ସେମାନେ ମିସର ଦେଶରୁ ଯେଉଁ ଶସ୍ୟ ଆଣିଥିଲେ, ସେହି ସବୁ ସମାପ୍ତ ହେବାରୁ ସେମାନଙ୍କ ପିତା ସେମାନଙ୍କୁ କହିଲେ, “ତୁମ୍ଭେମାନେ ପୁନର୍ବାର ଯାଇ ଆମ୍ଭମାନଙ୍କ ନିମନ୍ତେ କିଛି ଶସ୍ୟ କିଣି ଆଣ।”
ولی یهودا به او گفت: «آن مرد سخت به ما هشدار داده، گفت:”اگر برادرتان همراه شما نباشد، روی مرا نخواهید دید.“اگر بنیامین را با ما بفرستی ما به مصر می‌رویم تا برای تو غله بخریم.» 3
ତହିଁରେ ଯିହୁଦା ତାଙ୍କୁ କହିଲା, “ସେ ବ୍ୟକ୍ତି ଦୃଢ଼ ପ୍ରତିଜ୍ଞା କରି କହିଅଛି, ‘ତୁମ୍ଭମାନଙ୍କ ଭାଇ ତୁମ୍ଭମାନଙ୍କ ସଙ୍ଗରେ ନ ଥିଲେ, ତୁମ୍ଭେମାନେ ଆମ୍ଭର ମୁଖ ଦେଖି ପାରିବ ନାହିଁ।’
4
ଏଣୁ ଯଦି ତୁମ୍ଭେ ଆମ୍ଭମାନଙ୍କ ଭାଇକୁ ସଙ୍ଗରେ ପଠାଇବ, ତେବେ ଆମ୍ଭେମାନେ ତୁମ୍ଭ ପାଇଁ ଶସ୍ୟ କିଣିବାକୁ ଯିବୁ।
5
ମାତ୍ର ଯଦି ନ ପଠାଇବ, ତେବେ ଆମ୍ଭେମାନେ ଯିବୁ ନାହିଁ; କାରଣ ସେ ବ୍ୟକ୍ତି କହିଅଛି, ‘ତୁମ୍ଭମାନଙ୍କ ଭାଇ ତୁମ୍ଭମାନଙ୍କ ସଙ୍ଗରେ ନ ଥିଲେ, ତୁମ୍ଭେମାନେ ଆମ୍ଭର ମୁଖ ଦେଖି ପାରିବ ନାହିଁ।’”
یعقوب به آنها گفت: «چرا به او گفتید که برادر دیگری هم دارید؟ چرا با من چنین کردید؟» 6
ତହିଁରେ ଇସ୍ରାଏଲ କହିଲେ, “ତୁମ୍ଭମାନଙ୍କର ଆଉ ଏକ ଭାଇ ଅଛି, ଏହା ସେହି ମନୁଷ୍ୟକୁ କହି ମୋʼ ପ୍ରତି ଏପରି କୁବ୍ୟବହାର କାହିଁକି କଲ?”
گفتند: «آن مرد تمام جزئیات زندگی ما و خانوادهٔ ما را به دقت از ما پرسید و گفت:”آیا پدر شما هنوز زنده است؟ آیا برادر دیگری هم دارید؟“ما مجبور بودیم به سؤالات او پاسخ بدهیم. ما از کجا می‌دانستیم به ما می‌گوید:”برادرتان را نزد من بیاورید؟“» 7
ସେମାନେ କହିଲେ, “ସେ ଆମ୍ଭମାନଙ୍କ ଓ ଆମ୍ଭମାନଙ୍କ ଜ୍ଞାତିମାନଙ୍କ ବିଷୟ ସୂକ୍ଷ୍ମ ରୂପେ ପଚାରି କହିଲା, ‘ତୁମ୍ଭମାନଙ୍କ ପିତା କି ଆଜି ପର୍ଯ୍ୟନ୍ତ ବଞ୍ଚିଅଛନ୍ତି? ତୁମ୍ଭମାନଙ୍କର କି ଆଉ ଭାଇ ଅଛି?’ ଏଣୁ ଆମ୍ଭେମାନେ ସେହି କଥା ପ୍ରମାଣେ ଉତ୍ତର ଦେଇଥିଲୁ; ସେ ଯେ ‘ତୁମ୍ଭମାନଙ୍କ ଭାଇଙ୍କୁ ଏଠାକୁ ଆଣ ବୋଲି କହିବ, ଏହା ଆମ୍ଭେମାନେ କିପ୍ରକାରେ ଜାଣି ପାରନ୍ତୁ?’”
یهودا به پدرش گفت: «پسر را به من بسپار تا روانه شویم. در غیر این صورت ما و فرزندانمان از گرسنگی خواهیم مُرد. 8
ଯିହୁଦା ଆପଣା ପିତା ଇସ୍ରାଏଲଙ୍କୁ ଆହୁରି କହିଲା, “ତୁମ୍ଭେ ସେହି ଯୁବାକୁ ମୋʼ ସଙ୍ଗରେ ପଠାଇଦିଅ; ଆମ୍ଭେମାନେ ଉଠି ପ୍ରସ୍ଥାନ କରୁ, ତହିଁରେ ଆମ୍ଭେମାନେ ଓ ତୁମ୍ଭେ ଓ ବାଳକମାନେ, ସମସ୍ତେ ବଞ୍ଚିବା, ମରିବା ନାହିଁ।
من تضمین می‌کنم که او را سالم برگردانم. اگر او را نزد تو باز نیاوردم و در حضورت حاضر نساختم، گناهش تا ابد به گردن من باشد. 9
ମୁଁ ତାହାର ଲଗା ହେଲି, ମୋʼ ହସ୍ତରୁ ତାକୁ ବୁଝି ନେବ; ମୁଁ ଯଦି ତାକୁ ଆଣି ତୁମ୍ଭ ସମ୍ମୁଖରେ ନ ରଖେ, ତେବେ ସେହି ଦୋଷ ସର୍ବଦା ମୋʼ ଉପରେ ବର୍ତ୍ତିବ।
اگر موافقت کرده، او را همراه ما فرستاده بودی تا به حال به آنجا رفته و برگشته بودیم.» 10
ଯଦି ଆମ୍ଭମାନଙ୍କର ଏତେ ବିଳମ୍ବ ହୋଇ ନ ଥାʼନ୍ତା, ତେବେ ଆମ୍ଭେମାନେ ଦ୍ୱିତୀୟ ଥର ବାହୁଡ଼ି ଆସନ୍ତୁଣି।”
سرانجام یعقوب به ایشان گفت: «حال که اینچنین است از بهترین محصولاتی که در این سرزمین داریم، برای حاکم مصر به ارمغان ببرید. مقداری بلسان و عسل، کتیرا و مُر، پسته و بادام بار الاغهایتان نموده، به مصر بروید. 11
ତହୁଁ ସେମାନଙ୍କ ପିତା ଇସ୍ରାଏଲ ସେମାନଙ୍କୁ କହିଲେ, “ଯଦି ଏପରି ହୁଏ, ତେବେ ଗୋଟିଏ କର୍ମ କର; ତୁମ୍ଭେମାନେ ଆପଣା ଆପଣା ପାତ୍ରରେ ଏହି ଦେଶର ଉତ୍ତମ ଦ୍ରବ୍ୟ, ଅର୍ଥାତ୍‍, ଗୁଗ୍ଗୁଳ, ମଧୁ, ସୁଗନ୍ଧି ଦ୍ରବ୍ୟ, ଗନ୍ଧରସ, ପେସ୍ତା ଓ ବାଦାମ କିଛି କିଛି ଘେନି ସେହି ବ୍ୟକ୍ତିଙ୍କୁ ଭେଟି ଦିଅ।
دو برابر پولی را هم که دفعه پیش در کیسه‌هایتان گذاشته بودند با خودتان ببرید، شاید اشتباهی شده باشد. 12
ପୁଣି, ଆପଣା ଆପଣା ହସ୍ତରେ ଦ୍ୱିଗୁଣ ଟଙ୍କା ନିଅ ଓ ତୁମ୍ଭମାନଙ୍କ ପଟ-ମୁଖରେ ଯେଉଁ ଟଙ୍କା ଫେରି ଆସିଅଛି, ତାହା ମଧ୍ୟ ହସ୍ତରେ ନେଇଯାଅ; କେଜାଣି ତାହା ଭୁଲ୍ ହୋଇଥିବ।
در ضمن، برادرتان بنیامین نیز همراه شما خواهد آمد. 13
ପୁଣି, ଆପଣାମାନଙ୍କ ଭାଇଙ୍କୁ ଘେନି ଉଠି ପୁନର୍ବାର ସେହି ବ୍ୟକ୍ତି ନିକଟକୁ ଯାଅ।
امیدوارم که خدای قادر مطلق شما را مورد لطف آن مرد قرار دهد تا شمعون و بنیامین را برگرداند. اگر خواستِ خدا چنین است که بی‌اولاد شوم، بگذار بی‌اولاد شوم.» 14
ସର୍ବଶକ୍ତିମାନ ପରମେଶ୍ୱର ତୁମ୍ଭମାନଙ୍କୁ ସେହି ବ୍ୟକ୍ତି ନିକଟରେ ଏପରି ଅନୁଗ୍ରହପାତ୍ର କରନ୍ତୁ, ଯେପରି ସେ ତୁମ୍ଭମାନଙ୍କ ଅନ୍ୟ ଭାଇଙ୍କୁ ଓ ବିନ୍ୟାମୀନ୍‍କୁ ଛାଡ଼ିଦେବ। ମାତ୍ର ଯଦି ମୋତେ ପୁତ୍ରହୀନ ହେବାକୁ ହୁଏ, ତେବେ ପୁତ୍ରହୀନ ହେବି।”
پس ایشان هدایا و پولِ دو برابر برداشته، همراه بنیامین عازم مصر شدند و نزد یوسف رفتند. 15
ତହୁଁ ସେମାନେ ସେହି ଭେଟି ଦ୍ରବ୍ୟ ଓ ଦ୍ୱିଗୁଣ ଟଙ୍କା ଓ ବିନ୍ୟାମୀନ୍‍କୁ ସଙ୍ଗରେ ଘେନି ଯାତ୍ରା କରି ମିସର ଦେଶରେ ଯୋଷେଫଙ୍କ ସମ୍ମୁଖରେ ଠିଆ ହେଲେ।
چون یوسف بنیامین را همراه آنها دید، به پیشکار خانهٔ خود گفت: «امروز ظهر این مردان با من نهار خواهند خورد. آنها را به خانه ببر و برای خوراک تدارک ببین.» 16
ସେତେବେଳେ ଯୋଷେଫ ସେମାନଙ୍କ ସଙ୍ଗରେ ବିନ୍ୟାମୀନ୍‍କୁ ଦେଖି ଆପଣା ଗୃହାଧ୍ୟକ୍ଷକୁ କହିଲେ, “ଏହି ଲୋକମାନଙ୍କୁ ଆମ୍ଭ ଗୃହକୁ ନେଇଯାଅ ଓ ପଶୁ ମାରି ଖାଦ୍ୟଦ୍ରବ୍ୟ ପ୍ରସ୍ତୁତ କର; ଏମାନେ ମଧ୍ୟାହ୍ନ ସମୟରେ ଆମ୍ଭ ସଙ୍ଗରେ ଭୋଜନ କରିବେ।”
پس آن مرد طبق دستور یوسف عمل کرده، ایشان را به قصر یوسف برد. 17
ଏଥିରେ ସେହି ମନୁଷ୍ୟ ଯୋଷେଫଙ୍କର ଆଜ୍ଞାନୁସାରେ କର୍ମ କରି ସେମାନଙ୍କୁ ଯୋଷେଫଙ୍କ ଗୃହକୁ ନେଇଗଲା।
پسران یعقوب وقتی فهمیدند آنها را به کجا می‌برند، بی‌نهایت ترسان شدند و به یکدیگر گفتند: «شاید به خاطر آن پولی که در خورجینهای ما گذاشته شده بود، می‌خواهند ما را بگیرند و به اسارت خود درآورند و الاغهای ما را نیز تصاحب نمایند.» 18
ପୁଣି, ଯୋଷେଫଙ୍କ ଗୃହକୁ ନୀତ ହେବାରୁ ସେମାନେ ଭୀତ ହୋଇ ପରସ୍ପର କହିଲେ, “ପୂର୍ବେ ଆମ୍ଭମାନଙ୍କ ପଟରେ ଯେଉଁ ଟଙ୍କା ଫେରି ଯାଇଥିଲା, ତହିଁ ନିମନ୍ତେ ଆମ୍ଭମାନଙ୍କୁ ଏଠାକୁ ଆଣିଅଛନ୍ତି; ଏବେ ସେ ଆମ୍ଭମାନଙ୍କ ଉପରେ ପଡ଼ି ଆକ୍ରମଣ କରି ଆମ୍ଭମାନଙ୍କ ଗର୍ଦ୍ଦଭ ସବୁ ନେଇ ଆମ୍ଭମାନଙ୍କୁ ଦାସ ପରି ରଖିବ।”
برادران نزد پیشکار خانۀ یوسف رفتند و در درگاه خانه با او سخن گفتند: 19
ତେଣୁ ସେମାନେ ଯୋଷେଫଙ୍କ ଗୃହାଧ୍ୟକ୍ଷ ନିକଟକୁ ଯାଇ ଗୃହର ପ୍ରବେଶ ସ୍ଥାନରେ ତାହା ସହିତ କଥାବାର୍ତ୍ତା କରି କହିଲେ,
«ای آقا، دفعۀ اول که برای خرید غله به مصر آمدیم، 20
“ପ୍ରଭୋ, ଆମ୍ଭେମାନେ ପୂର୍ବେ ଶସ୍ୟ କିଣିବାକୁ ଆସିଥିଲୁ;
هنگام مراجعت چون خورجینهای خود را گشودیم، پولهایی را که برای خرید غله پرداخته بودیم در آنها یافتیم. حال، آن پولها را آورده‌ایم. 21
ପୁଣି, ଉତ୍ତରିବା ସ୍ଥାନରେ ଆପଣା ଆପଣା ପଟ ଫିଟାଇ ଦେଖିଲୁ ଯେ, ପ୍ରତି ଜଣର ପଟ-ମୁଖରେ ତାହାର ଟଙ୍କା, ଅର୍ଥାତ୍‍, ପୂର୍ଣ୍ଣ ତୌଲ ଅନୁସାରେ ଆମ୍ଭମାନଙ୍କର ଟଙ୍କା ଅଛି; ତାହା ଆମ୍ଭେମାନେ ହସ୍ତରେ ପୁନର୍ବାର ଆଣିଅଛୁ।
مقداری هم پول برای خرید این دفعه همراه خود آورده‌ایم. ما نمی‌دانیم آن پولها را چه کسی در خورجینهای ما گذاشته بود.» 22
ପୁଣି, ଶସ୍ୟ କିଣିବା ନିମନ୍ତେ ଆମ୍ଭେମାନେ ଆଉ ଟଙ୍କା ଆଣିଅଛୁ; ମାତ୍ର ସେହି ଟଙ୍କା ଆମ୍ଭମାନଙ୍କ ପଟରେ କିଏ ରଖିଥିଲା, ଆମ୍ଭେମାନେ ତାହା ଜାଣି ନାହୁଁ।”
پیشکار به آنها گفت: «نگران نباشید. خدای شما و خدای اجدادتان این ثروت را در خورجینهایتان گذاشته است، چون من پول غله‌ها را از شما گرفتم.» پس آن مرد شمعون را از زندان آزاد ساخته، نزد برادرانش آورد. 23
ତହିଁରେ ସେ ଗୃହାଧ୍ୟକ୍ଷ କହିଲା, “ତୁମ୍ଭମାନଙ୍କର ମଙ୍ଗଳ ହେଉ, ଭୟ କର ନାହିଁ; ତୁମ୍ଭମାନଙ୍କ ପରମେଶ୍ୱର ଓ ତୁମ୍ଭମାନଙ୍କ ପୈତୃକ ପରମେଶ୍ୱର ତୁମ୍ଭମାନଙ୍କ ପଟରେ ତୁମ୍ଭମାନଙ୍କୁ ଗୁପ୍ତ ଧନ ଦେଇଅଛନ୍ତି; ତୁମ୍ଭମାନଙ୍କ ଟଙ୍କା ମୋʼ ପାଖରେ ଥିଲା।” ତହୁଁ ସେ ଶିମୀୟୋନକୁ ବାହାର କରି ସେମାନଙ୍କ ନିକଟକୁ ଆଣିଲା।
سپس آنها را به داخل قصر برده، آب به ایشان داد تا پاهای خود را بشویند و برای الاغهایشان نیز علوفه فراهم نمود. 24
ଏଥିଉତ୍ତାରେ ସେ ସେମାନଙ୍କୁ ଯୋଷେଫଙ୍କ ଗୃହ ଭିତରକୁ ନେଇ ଜଳ ଦିଅନ୍ତେ, ସେମାନେ ପାଦ ପ୍ରକ୍ଷାଳନ କଲେ; ପୁଣି, ସେ ସେମାନଙ୍କ ଗର୍ଦ୍ଦଭମାନଙ୍କୁ ଆହାର ଦେଲା।
آنگاه آنها هدایای خود را آماده کردند تا ظهر که یوسف وارد می‌شود به او بدهند، زیرا به آنها گفته بودند که در آنجا نهار خواهند خورد. 25
ଆଉ ମଧ୍ୟାହ୍ନ ସମୟରେ ଯୋଷେଫ ଆସିବେ ବୋଲି ସେମାନେ ଭେଟି ଦ୍ରବ୍ୟ ସଜାଇଲେ; କାରଣ ସେମାନେ ସେଠାରେ ଭୋଜନ କରିବେ ବୋଲି ଶୁଣିଥିଲେ।
وقتی که یوسف به خانه آمد هدایای خود را به او تقدیم نموده، در حضور او تعظیم کردند. 26
ଏଥିଉତ୍ତାରେ ଯୋଷେଫ ଗୃହକୁ ଆସନ୍ତେ, ସେମାନେ ହସ୍ତସ୍ଥିତ ଭେଟି ଦ୍ରବ୍ୟ ତାଙ୍କ ନିକଟକୁ ଗୃହ ମଧ୍ୟରେ ଆଣି ତାଙ୍କୁ ଭୂମିଷ୍ଠ ପ୍ରମାଣ କଲେ।
یوسف از احوال ایشان پرسید و گفت: «پدر پیرتان که دربارهٔ او با من صحبت کردید چطور است؟ آیا هنوز زنده است؟» 27
ତହୁଁ ଯୋଷେଫ ସେମାନଙ୍କର ମଙ୍ଗଳ ବାର୍ତ୍ତା ପଚାରି କହିଲେ, “ତୁମ୍ଭମାନଙ୍କର ପିତା କି କୁଶଳରେ ଅଛନ୍ତି? ତୁମ୍ଭେମାନେ ଯେଉଁ ବୃଦ୍ଧ ଲୋକଙ୍କର କଥା କହୁଥିଲ, ସେ କି ଆଜି ପର୍ଯ୍ୟନ୍ତ ବଞ୍ଚିଅଛନ୍ତି?”
عرض کردند: «بله، او هنوز زنده و سالم است.» و بار دیگر در مقابل او تعظیم کردند. 28
ସେମାନେ କହିଲେ, “ଆପଣଙ୍କ ଦାସ ଆମ୍ଭମାନଙ୍କ ପିତା କୁଶଳରେ ଅଛନ୍ତି, ସେ ଆଜି ପର୍ଯ୍ୟନ୍ତ ବଞ୍ଚିଅଛନ୍ତି।” ତହୁଁ ସେମାନେ ମସ୍ତକ ନତ କରି ପ୍ରଣାମ କଲେ।
یوسف چون برادر تنی خود بنیامین را دید پرسید: «آیا این همان برادر کوچک شماست که درباره‌اش با من صحبت کردید؟» سپس به او گفت: «پسرم، خدا تو را برکت دهد.» 29
ସେତେବେଳେ ଯୋଷେଫ ଅନାଇ ଆପଣା ସହୋଦର ବିନ୍ୟାମୀନ୍‍କୁ ଦେଖି କହିଲେ, “ତୁମ୍ଭେମାନେ ଯେଉଁ ସାନ ଭାଇର କଥା କହିଥିଲ, ସେ କି ଏହି?” ଆଉ ସେ କହିଲେ, “ହେ ଆମ୍ଭର ପୁତ୍ର, ପରମେଶ୍ୱର ତୁମ୍ଭଙ୍କୁ ଅନୁଗ୍ରହ କରନ୍ତୁ।”
یوسف با دیدن برادرش آنچنان تحت تأثیر قرار گرفت که نتوانست از گریستن خودداری نماید؛ پس به جایی خلوت شتافت و در آنجا گریست. 30
ତହୁଁ ଭାଇ ପ୍ରତି ଯୋଷେଫଙ୍କର ଅନ୍ତଃକରଣ ସ୍ନେହରେ ଉତ୍ତପ୍ତ ହେବାରୁ ସେ ଶୀଘ୍ର ରୋଦନ କରିବାକୁ ସ୍ଥାନ ଖୋଜିଲେ; ପୁଣି, ସେ ଆପଣା କୋଠରିରେ ପ୍ରବେଶ କରି ସେଠାରେ ରୋଦନ କଲେ।
سپس صورت خود را شسته نزد برادرانش بازگشت و در حالی که بر خود مسلط شده بود، دستور داد غذا را بیاورند. 31
ଏଥିଉତ୍ତାରେ ସେ ମୁଖ ପ୍ରକ୍ଷାଳନ କରି ବାହାରକୁ ଆସିଲେ, ପୁଣି, ଆପଣାକୁ ସମ୍ଭାଳି “ଭକ୍ଷ୍ୟଦ୍ରବ୍ୟ ପରିବେଷଣ କରିବା ନିମନ୍ତେ” ଆଜ୍ଞା ଦେଲେ।
برای یوسف جداگانه سفره چیدند و برای برادرانش جداگانه. مصری‌هایی هم که در آنجا بودند از سفرهٔ دیگری غذا می‌خوردند، زیرا مصری‌ها عبرانی‌ها را نجس می‌دانستند. 32
ତହିଁରେ ଭୃତ୍ୟମାନେ ଯୋଷେଫଙ୍କ ନିମନ୍ତେ ଓ ତାଙ୍କ ଭାଇମାନଙ୍କ ନିମନ୍ତେ, ପୁଣି, ତାଙ୍କ ସଙ୍ଗେ ଭୋଜନକାରୀ ମିସରୀୟ ଲୋକମାନଙ୍କ ନିମନ୍ତେ ପୃଥକ ପୃଥକ ପରିବେଷଣ କଲେ, କାରଣ ଏବ୍ରୀୟମାନଙ୍କ ସହିତ ଭୋଜନ କରିବାର ମିସରୀୟମାନଙ୍କର ବ୍ୟବହାର ନ ଥିଲା; ତାହା ମିସରୀୟମାନଙ୍କର ଘୃଣିତ କର୍ମ।
یوسف برادرانش را برحسب سن ایشان بر سر سفره نشانید و آنها از این عمل او متعجب شدند. 33
ଏଥିଉତ୍ତାରେ ଯୋଷେଫଙ୍କ ସମ୍ମୁଖରେ ସେମାନଙ୍କର ଜ୍ୟେଷ୍ଠ ଜ୍ୟେଷ୍ଠ ସ୍ଥାନରେ ଓ କନିଷ୍ଠ କନିଷ୍ଠ ସ୍ଥାନରେ ବସିଲେ; ତହିଁରେ ସେମାନେ ପରସ୍ପର ଆଶ୍ଚର୍ଯ୍ୟ ବୋଧ କଲେ।
او از سفرهٔ خود به ایشان غذا داد و برای بنیامین پنج برابر سایرین غذا کشید. پس آن روز ایشان با یوسف خوردند و نوشیدند و شادی نمودند. 34
ପୁଣି, ସେ ଆପଣା ସମ୍ମୁଖରୁ ଭକ୍ଷ୍ୟଦ୍ରବ୍ୟ ଉଠାଇ ସେମାନଙ୍କୁ ପରିବେଷଣ କରାଇଲେ; ମାତ୍ର ସମସ୍ତଙ୍କ ଭାଗରୁ ବିନ୍ୟାମୀନ୍‍ର ଭାଗ ପାଞ୍ଚଗୁଣ ଅଧିକ ଥିଲା। ଏଥିରେ ସେମାନେ ପାନ କରି ତାଙ୍କ ସହିତ ଆନନ୍ଦ କଲେ।

< پیدایش 43 >