< Wagalatiya 1 >
1 Neni Paulu ntumintumi, neni wera ndiri ntumintumi kwa kusyagulwa na wantu ama kutumwa na wantu kumbiti nsyagulitwi na Yesu Kristu na Mlungu yakawera Tati ulaa yakamzyukisiyiti Yesu.
ମୁଁ ପାଉଲ, ଜଣେ ପ୍ରେରିତ ମନୁଷ୍ୟଠାରୁ ନୁହେଁ, କିମ୍ବା ମନୁଷ୍ୟମାନଙ୍କ ଦ୍ୱାରା ନୁହେଁ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଏବଂ ଯେଉଁ ପିତା ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ତାହାଙ୍କ ଦ୍ୱାରା,
2 Neni na walongu woseri yawawera pamuhera naneni, tuwalembera mwenga shipinga sha wantu yawamjimira Yesu yawawera aku Galatiya.
ଆଉ ମୋହର ସାଙ୍ଗରେ ଥିବା ଭାଇ ସମସ୍ତେ ଗାଲାତୀୟ ଅଞ୍ଚଳରେ ଥିବା ମଣ୍ଡଳୀ-ସମୂହକୁ ପତ୍ର;
3 Manemu na ponga gaweri pamuhera na mwenga kulawa kwa Mlungu Tati gwetu na kwa Mtuwa Yesu Kristu,
ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ;
4 yakalilaviyiti ulamweni toziya ya vidoda vya twenga su kapati kutukolopola mupasipanu padoda, teratera na mafiliru gakuwi mweni yakawera Mlungu na Tati gwetu. (aiōn )
ସେ ଆମ୍ଭମାନଙ୍କ ପିତା ଈଶ୍ବରଙ୍କ ଇଚ୍ଛାନୁସାରେ ଏହି ପାପମୟ ଜଗତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ ଆମ୍ଭମାନଙ୍କ ପାପ ନିମନ୍ତେ ଆପଣାକୁ ପ୍ରଦାନ କଲେ; (aiōn )
5 Kwakuwi Mlungu kuweri na ukwisa mashaka goseri! Yina haa. (aiōn )
ଯୁଗେ ଯୁଗେ ତାହାଙ୍କର ଗୌରବ ହେଉ। ଆମେନ୍। (aiōn )
6 Nankulikangasha nentu kuwera katepu hera mwenga mumleka ulii yakawashemiti kupitira manemu ga Kristu na vinu mfata ujumbi wa ntambu yingi yawushemwa Shisoweru Shiwagira,
ଖ୍ରୀଷ୍ଟଙ୍କ ଅନୁଗ୍ରହରେ ଯେ ତୁମ୍ଭମାନଙ୍କୁ ଆହ୍ୱାନ କଲେ, ତାହାଙ୍କଠାରୁ ତୁମ୍ଭେମାନେ ଯେ ଏତେ ଶୀଘ୍ର ବିମୁଖ ହୋଇ ଅନ୍ୟ ସୁସମାଚାର ପ୍ରତି ଅନୁରକ୍ତ ହେଉଅଛ, ଏଥିରେ ମୁଁ ଚମତ୍କୃତ ହେଉଅଛି;
7 kumbiti nakaka kwana Shisoweru Shiwagira shimu hera sha nakaka. Ntakula ntambu ayi toziya kwana wantu wankuwavuluvusiya na yawafira kushipotuziya Shisoweru Shiwagira sha Kristu.
ତାହା ଅନ୍ୟ ସୁସମାଚାର ସୁଦ୍ଧା ନୁହେଁ, କେବଳ କେତେକ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛନ୍ତି ଓ ଖ୍ରୀଷ୍ଟଙ୍କ ସୁସମାଚାରକୁ ବିକୃତ କରିବାକୁ ଇଚ୍ଛା କରୁଅଛନ୍ତି।
8 Mlungu kampangili muntu yoseri yakawubwera ujumbi wa ntambu yingi na Shisoweru Shiwagira shatuwabwereriti, ata handa muntu ayu kawera yumu gwetu ama kawera ntumintumi kulawa kumpindi.
କିନ୍ତୁ ଯେଉଁ ସୁସମାଚାର ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ, ଯଦି ଆମ୍ଭେମାନେ କିମ୍ବା ସ୍ୱର୍ଗରୁ ଦୂତ ହେଲେ ମଧ୍ୟ ତା ବ୍ୟତୀତ ଅନ୍ୟ ସୁସମାଚାର ପ୍ରଚାର କରେ, ତେବେ ସେ ଶ୍ରାପଗ୍ରସ୍ତ ହେଉ।
9 Ntambu yatulongiti pamberi na vinu nankulonga kayi muntu yoseri pakawabwerera ujumbi umonga yawaushema Shisoweru Shiwagira ntambu yingi na shilii Shisoweru shiwagira shatuwabwereriti, muntu ayu kapangilwi na Mlungu.
ଯେପରି ଆମ୍ଭେମାନେ ପୂର୍ବରେ କହିଅଛୁ, ସେହିପରି ମୁଁ ଏବେ ଆଉ ଥରେ କହୁଅଛି, ଯେଉଁ ସୁସମାଚାର ତୁମ୍ଭେମାନେ ଗ୍ରହଣ କରିଥିଲ, ତା ବ୍ୟତୀତ ଯଦି କୌଣସି ଲୋକ ଅନ୍ୟ ସୁସମାଚାର ତୁମ୍ଭମାନଙ୍କ ନିକଟରେ ପ୍ରଚାର କରେ, ତେବେ ସେ ଶ୍ରାପଗ୍ରସ୍ତ ହେଉ।
10 Hashi, ntakula aga kwa kufira shibali sha wantu? Ndala! Neni nfira shibali sha Mlungu. Ama nankufira kuwafiriziya wantu? Ndala! Menfiri kuwafiriziya wantu, neni menweri ndiri nakamu ntumintumi gwa Kristu.
ମୁଁ କି ଏବେ ମନୁଷ୍ୟମାନଙ୍କର କିମ୍ବା ଈଶ୍ବରଙ୍କର ପ୍ରିୟପାତ୍ର ହେବାକୁ ଯତ୍ନ କରୁଅଛି? ଅବା ମନୁଷ୍ୟମାନଙ୍କୁ କି ସନ୍ତୁଷ୍ଟ କରିବାକୁ ଚେଷ୍ଟା କରୁଅଛି? ଯଦି ମୁଁ ଏବେ ସୁଦ୍ଧା ମନୁଷ୍ୟମାନଙ୍କୁ ସନ୍ତୁଷ୍ଟ କରୁଥାଆନ୍ତି, ତେବେ ମୁଁ ଖ୍ରୀଷ୍ଟଙ୍କର ଦାସ ହୁଅନ୍ତି ନାହିଁ।
11 Walongu wangu, nfira muvimani kuwera Shisoweru Shiwagira shanuwabweririti shilawiti ndiri kwa wantu.
କାରଣ, ହେ ଭାଇମାନେ, ଯେଉଁ ସୁସମାଚାର ମୋʼ ଦ୍ୱାରା ପ୍ରଚାରିତ ହୋଇଅଛି, ସେ ସମ୍ବନ୍ଧରେ ତୁମ୍ଭମାନଙ୍କୁ ଜଣାଉଅଛି ଯେ, ତାହା ମନୁଷ୍ୟର ମତାନୁସାରେ ନୁହେଁ;
12 Neni nuwuwanka ndiri ujumbi awu kulawa kwa muntu yoseri ama kufundwa na muntu, kumbiti Yesu Kristu mweni ndo yakang'ubutuliriti.
ଯେଣୁ ମୁଁ ତାହା ମନୁଷ୍ୟଠାରୁ ପାଇ ନାହିଁ କିଅବା ଶିକ୍ଷା କରି ନାହିଁ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତ୍ୟାଦେଶ ଦ୍ୱାରା ପାଇଅଛି।
13 Mwenga mpikaniriti kala kuusu makaliru gangu ga makashu panweriti munjira ya Shiyawudi ya kumfata Mlungu na ntambu yanuwatabisiyiti nentu shipinga sha wantu yawamjimira Yesu na kujera kuwahoziya nakamu.
ପୂର୍ବେ ଯିହୁଦୀ ଧର୍ମରେ ମୋହର ଆଚରଣ ସମ୍ବନ୍ଧରେ ତୁମ୍ଭେମାନେ ତ ଶୁଣିଅଛ, ମୁଁ ଈଶ୍ବରଙ୍କ ମଣ୍ଡଳୀ କି ଅତିରିକ୍ତ ଭାବରେ ତାଡ଼ନା କରୁଥିଲି ଓ ତାହା ଉଚ୍ଛିନ୍ନ କରିବାକୁ ଚେଷ୍ଟା କରୁଥିଲି,
14 Naneni nendereyiti nentu mudini ya Shiyawudi kuliku Wayawudi wavuwa wa vinja vyangu, toziya neni nweriti na bidii nkulu ya kuvikola vitiba vya wambuyi wangu.
ଆଉ, ମୋହର ପିତୃ-ପୁରୁଷଙ୍କ ପରମ୍ପରାଗତ ରୀତିନୀତି ନିମନ୍ତେ ଅତ୍ୟନ୍ତ ଉଦ୍ଯୋଗୀ ହୋଇ ମୋହର ସମବୟସ୍କ ସ୍ୱଜାତି ଲୋକମାନଙ୍କ ମଧ୍ୟରେ ଅନେକଙ୍କଠାରୁ ବଳି ଯିହୁଦୀ ଧର୍ମରେ ଅଗ୍ରସର ହେଉଥିଲି।
15 Kumbiti payimfiriziyiti Mlungu yakansyaguriti kwanjira mumtima mwa mawu gwangu na kunshema kwa manemu gakuwi,
କିନ୍ତୁ ଯେ ମୋହର ମାତାଙ୍କ ଉଦରରୁ ମୋତେ ପୃଥକ୍ କରିଥିଲେ ଓ ଆପଣା ଅନୁଗ୍ରହରେ ମୋତେ ଆହ୍ୱାନ କଲେ,
16 su kang'ubutuliriti Mwana gwakuwi, mpati kumbwera pakati pa wantu yawawera ndiri Wayawudi. Ntugira ndiri kukosiya kosiya kwa muntu yoseri,
ସେ ଯେତେବେଳେ ଆପଣା ପୁତ୍ରଙ୍କୁ ମୋʼ ଠାରେ ପ୍ରକାଶ କରିବା ନିମନ୍ତେ ସନ୍ତୁଷ୍ଟ ହେଲେ, ଯେପରି ମୁଁ ଅଣଯିହୁଦୀମାନଙ୍କ ମଧ୍ୟରେ ସୁସମାଚାର ପ୍ରଚାର କରେ, ସେତେବେଳେ ମୁଁ ମନୁଷ୍ୟଠାରୁ କୌଣସି ପରାମର୍ଶ ନ ନେଇ
17 ama ng'enditi ndiri Yerusalemu kuwalola walii yawaweriti wantumintumi pamberi paneni, kumbiti ng'enditi kwanja kumkowa gwa Arabiya na shakapanu mbuyiti lushi lwa Dameski.
କିଅବା ମୋʼ ପୂର୍ବରେ ନିଯୁକ୍ତ ପ୍ରେରିତମାନଙ୍କ ନିକଟକୁ ଯିରୂଶାଲମ ସହରକୁ ନ ଯାଇ ସେହିକ୍ଷଣି ଆରବ ଦେଶକୁ ବାହାରିଗଲି; ପୁନଶ୍ଚ ମୁଁ ଦମ୍ମେଶକ ସହରକୁ ବାହୁଡ଼ି ଆସିଲି।
18 Shakapanu pa vinja mitatu, ng'enditi ku Yerusalemu kuliwona na Kefa na nulikaliti pamuhera nayomberi kwa mashaka lilongu na muhanu.
ତାହା ପରେ ତିନି ବର୍ଷ ଉତ୍ତାରେ ମୁଁ ପିତରଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ଯିରୂଶାଲମ ସହରକୁ ଗଲି ଓ ତାହାଙ୍କ ସହିତ ପନ୍ଦର ଦିନ ରହିଲି।
19 Kumbiti nuwawoniti ndiri wantumintumi wamonga ira Yakobu mpusu gwa Mtuwa Yesu.
କିନ୍ତୁ ପ୍ରଭୁଙ୍କ ଭାଇ ଯାକୁବଙ୍କ ଛଡ଼ା ପ୍ରେରିତମାନଙ୍କର ଅନ୍ୟ କାହାରିକୁ ଦେଖିଲି ନାହିଁ।
20 Mlungu kapitawu gwangu kuwera aga ganuwalembera mpayira ndiri.
ମୁଁ ଯେଉଁ ସବୁ ବିଷୟ ତୁମ୍ଭମାନଙ୍କୁ ଲେଖୁଅଛି, ଦେଖ, ଈଶ୍ବରଙ୍କ ସାକ୍ଷାତରେ କହୁଅଛି, ମୁଁ ମିଥ୍ୟା କହୁ ନାହିଁ
21 Shakapanu ng'enditi mumikowa ya Siriya na Kilikiya.
ପରେ ମୁଁ ସିରିୟା ଓ କିଲିକିୟା ଅଞ୍ଚଳକୁ ଗଲି।
22 Mushipindi ashi neni namweni manikana ndiri kwa shipinga sha wantu yawamjimira Yesu shawawera aku Yudeya.
ଯିହୂଦିୟା ପ୍ରଦେଶର ଖ୍ରୀଷ୍ଟାଶ୍ରିତ ମଣ୍ଡଳୀ-ସମୂହ ନିକଟରେ ମୁଁ ବ୍ୟକ୍ତିଗତ ଭାବରେ ପରିଚିତ ନ ଥିଲି;
23 Shawashimaniti ndo shirii shawashipikaniriti hera kuwera, “Muntu ulii yakatutabisiyiti mashaka gagapititi, vinu kankuyibwera njimiru iraa ilii kwa shipindi shimu kajeriti kuyiharabisiya.”
ସେମାନେ କେବଳ ଶୁଣୁଥିଲେ, ଏବଂ ଯେଉଁ ବ୍ୟକ୍ତି ପୂର୍ବେ ଆମ୍ଭମାନଙ୍କୁ ତାଡ଼ନା କରୁଥିଲେ, ଏବଂ ଥରେ ଯେଉଁ ବିଶ୍ୱାସମତକୁ ଉଚ୍ଛିନ୍ନ କରିବାକୁ ଚେଷ୍ଟା କରୁଥିଲେ, ସେ ଏବେ ସୁସମାଚାର ପ୍ରଚାର କରୁଅଛନ୍ତି;
24 Na womberi wamkwisiti Mlungu toziya ya neni.
ଆଉ ସେମାନେ ମୋʼ ସକାଶେ ଈଶ୍ବରଙ୍କ ପ୍ରଶଂସା କରୁଥିଲେ।