< Wiawia 19 >

1 A ni ansau Apolus mi Korint, Paulus kotin kakan sili sap en pali poa kan, ap lele dong Episus wasa a diarada tounpadak kai.
ଆପଲ୍ଲ କରିନ୍ଥ ସହରରେ ଥିବା ସମୟରେ ପାଉଲ ପାହାଡ଼ିଆ ଅଞ୍ଚଳ ଦେଇ ଯାତ୍ରା କରି ଏଫିସ ନଗରକୁ ଆସି କେତେକ ଶିଷ୍ୟଙ୍କ ଦେଖାପାଇଲେ।
2 A kotin masani ong irail: Komail aleer Ngen saraui ni omail posonlar? Irail potoan ong i: Se sota man rong, me Ngen saraui mia.
ସେ ସେମାନଙ୍କୁ ପଚାରିଲେ, ବିଶ୍ୱାସ କରିବା ସମୟରେ କଅଣ ତୁମ୍ଭେମାନେ ପବିତ୍ର ଆତ୍ମାଙ୍କୁ ପାଇଥିଲ? ସେମାନେ ତାହାଙ୍କୁ ଉତ୍ତର ଦେଲେ, ନା ପବିତ୍ର ଆତ୍ମା ଯେ ଦତ୍ତ ହୋଇଅଛନ୍ତି, ତାହା ସୁଦ୍ଧା ଆମ୍ଭେମାନେ ଶୁଣି ନାହୁଁ।
3 A ap kotin masani: A is, me komail paptais ong? Irail inda: Ong paptais en Ioanes.
ତେଣୁ ସେ ପଚାରିଲେ, ତେବେ ତୁମ୍ଭେମାନେ କାହିଁରେ ବାପ୍ତିଜିତ ହୋଇଥିଲ? ସେମାନେ କହିଲେ, ଯୋହନଙ୍କ ବାପ୍ତିସ୍ମରେ।
4 Paulus masani: Ioanes paptais ki paptais en kalula, ni a masani ong aramas akan, me ren poson i me pan pwarado mur i, i Iesus.
ସେଥିରେ ପାଉଲ କହିଲେ, ଯୋହନ ମନ-ପରିବର୍ତ୍ତନର ବାପ୍ତିସ୍ମରେ ବାପ୍ତିସ୍ମ ଦେଇ, ତାହାଙ୍କ ପରେ ଯେ ଆସିବେ, ତାହାଙ୍କଠାରେ ଅର୍ଥାତ୍‍ ଯୀଶୁଙ୍କଠାରେ ବିଶ୍ୱାସ କରିବାକୁ ହେବ ବୋଲି ଲୋକମାନଙ୍କୁ କହୁଥିଲେ।
5 Irail lao rongadar met, re ap paptais ong mar en Kaun Iesus.
ସେମାନେ ଏହା ଶୁଣି ପ୍ରଭୁ ଯୀଶୁଙ୍କ ନାମରେ ବାପ୍ତିଜିତ ହେଲେ,
6 Paulus lao kotin pwil po’rail lim a kan, Ngen saraui ap kotidi po’rail, irail ari lokaia ngil toror pasang o deideikop.
ଆଉ ପାଉଲ ସେମାନଙ୍କ ଉପରେ ହସ୍ତାର୍ପଣ କରନ୍ତେ ପବିତ୍ର ଆତ୍ମା ସେମାନଙ୍କ ଉପରେ ଅବତରଣ କଲେ, ପୁଣି, ସେମାନେ ନାନା ଭାଷାରେ କଥା କହିବାକୁ ଓ ଭାବବାଣୀ ମଧ୍ୟ କହିବାକୁ ଲାଗିଲେ।
7 A ir ol oko me ekriamen.
ସେମାନେ ସମସ୍ତେ ପ୍ରାୟ ବାର ଜଣ ପୁରୁଷ ଥିଲେ।
8 I ari kotin purepure nan sinakoke o aima padapadak saunipong silu, kapakaparok o kawewedar meakan duen wein Kot.
ପରେ ସେ ସମାଜଗୃହରେ ପ୍ରବେଶ କରି ତିନି ମାସ ପର୍ଯ୍ୟନ୍ତ ସାହସ ସହିତ ଈଶ୍ବରଙ୍କ ରାଜ୍ୟ ବିଷୟରେ ଉପଦେଶ ଦେଇ ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କରିବାକୁ ଲାଗିଲେ।
9 A akai lao kapitakailar, o so poson, o lokelokaia sued ong aramas akan duen lamalam, a ap saupei sang irail o katorela tounpadak kan, o padapadaki ong irail nan im en padak en Tiranus
କିନ୍ତୁ ସେତେବେଳେ କେତେକ ଲୋକ କଠିନ ଓ ଅବାଧ୍ୟ ହୋଇ ଲୋକସମୂହ ସାକ୍ଷାତରେ ଏହି ମାର୍ଗ ବିଷୟରେ ନିନ୍ଦା କରିବାକୁ ଲାଗିଲେ, ସେତେବେଳେ ସେ ସେମାନଙ୍କୁ ପରିତ୍ୟାଗ କରି ଶିଷ୍ୟମାନଙ୍କୁ ପୃଥକ୍ କଲେ, ଆଉ ପ୍ରତିଦିନ ତୁରାନ୍ନର ବିଦ୍ୟାଳୟରେ ଉପଦେଶ ଦେବାକୁ ଲାଗିଲେ।
10 Mepukat wiauier saunpar riau; toun Asien karos ari rongada masan en Kaun o, men Sus o men Krik karos.
ଏହିପରି ଦୁଇ ବର୍ଷ ପର୍ଯ୍ୟନ୍ତ ଚାଲିଲା; ସେଥିରେ ଏସିଆ-ନିବାସୀ ଯିହୁଦୀ ଓ ଗ୍ରୀକ୍‍ ସମସ୍ତେ ପ୍ରଭୁଙ୍କ ବାକ୍ୟ ଶ୍ରବଣ କଲେ।
11 O Kot me kotin wia kida lim en Paulus manaman kapuriamui akan.
ପୁଣି, ଈଶ୍ବର ପାଉଲଙ୍କ ହସ୍ତ ଦ୍ୱାରା ଅସାମାନ୍ୟ ଅଦ୍ଭୁତ କାର୍ଯ୍ୟ ସାଧନ କରୁଥିଲେ,
12 Re pil aleer lim en pudo o likau moa sang pali war a, pwilikidi ong me somau kan, somau o ap sare sang, o ngen sued akan keredi sang.
ଏପରିକି ତାହାଙ୍କ ଦେହରୁ ରୁମାଲ କିମ୍ବା ଗାମୁଛା ରୋଗୀମାନଙ୍କ ନିକଟକୁ ଅଣା ଯାଆନ୍ତେ ସେମାନଙ୍କଠାରୁ ରୋଗ ଛାଡ଼ିଯାଉଥିଲା ଓ ମନ୍ଦ-ଆତ୍ମାଗୁଡ଼ାକ ବାହାରିଯାଉଥିଲେ।
13 Men Sus widingok kai, me kin koko sili kati ani, ap song sakaraki dong irail, me tanwar en ngen sued kai, mar en Kaun Iesus, indada: Kit kaukilang komail Iesus, me Paulus kin padapadak due.
କିନ୍ତୁ ଭ୍ରମଣକାରୀ ଯିହୁଦୀ ଭୂତୁଡ଼ିଆମାନଙ୍କ ମଧ୍ୟରୁ କେତେକ ଜଣକୁ ଦୁଷ୍ଟ ଆତ୍ମା ଲାଗିଥିବା ଲୋକମାନଙ୍କ ଉପରେ ପ୍ରଭୁ ଯୀଶୁଙ୍କ ନାମ ଉଚ୍ଚାରଣ କରିବାକୁ ପ୍ରବୃତ୍ତ ହୋଇ କହିଲେ, ଯେଉଁ ଯୀଶୁଙ୍କୁ ପାଉଲ ପ୍ରଚାର କରୁଅଛନ୍ତି, ମୁଁ ତୁମ୍ଭମାନଙ୍କୁ ତାହାଙ୍କର ଆଦେଶ ଦେଉଅଛି।
14 A ol isimen mia nain samaro lapalap Skepas, ol en Sus amen, me wiadar mepukat.
ପୁଣି, ସ୍କେବା ନାମକ ଜଣେ ଯିହୁଦୀ ପ୍ରଧାନ ଯାଜକଙ୍କର ସାତ ପୁତ୍ର ଏହିପରି କରୁଥିଲେ।
15 A ngen sued sapeng irail indada: I asa Iesus, o i asa duen Paulus, a komail, is komail?
ସେଥିରେ ମନ୍ଦ-ଆତ୍ମା ସେମାନଙ୍କୁ ଉତ୍ତର ଦେଲା, ଆମ୍ଭେ ଯୀଶୁଙ୍କୁ ଜାଣୁ ଓ ପାଉଲଙ୍କୁ ଚିହ୍ନୁଁ; ମାତ୍ର ତୁମ୍ଭେମାନେ କିଏ?
16 A aramas o, me ngen sued mi poa, ap luse dong irail o kaloe irail edi. Ir ari tanga sang nan im o kiliso o kili olar.
ସେତେବେଳେ ମନ୍ଦ-ଆତ୍ମା ଲାଗିଥିବା ଲୋକଟା ସେମାନଙ୍କ ଉପରକୁ ଡେଇଁପଡ଼ି ସେ ଦୁଇ ଜଣଙ୍କୁ ପରାସ୍ତ କରି ସେମାନଙ୍କୁ ଏପରି ଆଘାତ କଲା ଯେ, ସେମାନେ ଉଲଗ୍ନ ଓ କ୍ଷତବିକ୍ଷତ ହୋଇ ସେହି ଘରୁ ବାହାରି ପଳାଇଗଲେ।
17 A met lok sili ren men Sus o Krik akan, me kauson Episus. O masak kipa irail edi, o mar en Kaun Iesus me lomuinlar kaualap.
ଏହି କଥା ଏଫିସ ନିବାସୀ ଯିହୁଦୀ ଓ ଗ୍ରୀକ୍‍ ସମସ୍ତେ ଜାଣିଲେ। ସେଥିରେ ସମସ୍ତେ ଭୀତ ହେଲେ, ଆଉ ପ୍ରଭୁ ଯୀଶୁଙ୍କ ନାମ ମହିମାନ୍ୱିତ ହେବାକୁ ଲାଗିଲା।
18 O me iang posonlar me toto kodo weokadar o kasaledar arail wiawia kan.
ପୁଣି, ବିଶ୍ୱାସୀମାନଙ୍କ ମଧ୍ୟରୁ ଅନେକେ ଆସି ଆପଣା ଆପଣା କର୍ମ ସ୍ୱୀକାର ଓ ପ୍ରକାଶ କରିବାକୁ ଲାଗିଲେ,
19 O pil me toto, me kati ani, wa pena nairail puk o isik ir ada mon karos; ir ari wadok pwain ar o diar, me a dok ong moni limenen.
ଆଉ ଯାଦୁକ୍ରିୟା କରୁଥିବା ଅନେକେ ଆପଣା ଆପଣା ପୁସ୍ତକ ଆଣି ଏକତ୍ର କରି ସମସ୍ତଙ୍କ ସାକ୍ଷାତରେ ପୋଡ଼ିପକାଇଲେ; ସେମାନେ ସେସବୁର ମୂଲ୍ୟ ହିସାବ କରି ତାହା ପଚାଶ ହଜାର ରୂପା ମୁଦ୍ରା ବୋଲି ଦେଖିଲେ।
20 Masan en Kaun ari pwaidar kaualap.
ଏହି ପ୍ରକାରେ ପ୍ରଭୁଙ୍କର ବାକ୍ୟ ପରାକ୍ରମରେ ବୃଦ୍ଧି ପାଇବାକୁ ଓ ଜୟଯୁକ୍ତ ହେବାକୁ ଲାଗିଲା।
21 Murin mepukat Paulus ap kotin inong iong ni ngen e kakan sili wein Masetonien o Akaia, ap kotilang Ierusalem masanidar: I lao milar wasa o, i pil pan kilang Rom.
ଏହି ସମସ୍ତ ବିଷୟ ଶେଷ ହେଲା ଉତ୍ତାରେ ପାଉଲ ମାକିଦନିଆ ଓ ଆଖାୟା ଦେଇ ଯିରୂଶାଲମ ସହରକୁ ଯିବା ନିମନ୍ତେ ମନରେ ସ୍ଥିର କରି କହିଲେ ଯେ ସେଠାକୁ ଗଲା ଉତ୍ତାରେ ମୋତେ ରୋମକୁ ମଧ୍ୟ ଯିବାକୁ ହେବ।
22 I ari kadarala Masetonien riamen, kisan me papa i: Timoteus o Erastus. A pein i kotikoteta mas nan Asien.
ପୁଣି, ଯେଉଁମାନେ ତାହାଙ୍କର ସେବା କରୁଥିଲେ, ସେମାନଙ୍କର ମଧ୍ୟରୁ ତୀମଥି ଓ ଏରାଷ୍ଟ, ଏହି ଦୁଇ ଜଣଙ୍କୁ ମାକିଦନିଆକୁ ପ୍ରେରଣ କରି ସେ ଆପେ କିଛି କାଳ ପର୍ଯ୍ୟନ୍ତ ଏସିଆରେ ରହିଲେ।
23 I ansau me moromorong laud wiauier pweki lamalam.
ପ୍ରାୟ ସେହି ସମୟରେ ଏହି ମାର୍ଗ ବିଷୟରେ ମହା ଗଣ୍ଡଗୋଳ ଉଠିଲା।
24 Pwe amen, me ad a Demetrius, saunmata amen, me kin wiada im en kaudok silper kan ong Diana, me kare ong irail, me kin wiawiada, moni toto.
କାରଣ ଦୀମିତ୍ରୀୟ ନାମକ ଜଣେ ସ୍ୱର୍ଣ୍ଣକାର ଆର୍ତ୍ତେମୀର ରୌପ୍ୟ ମନ୍ଦିର ନିର୍ମାଣ କରୁଥିଲା, ପୁଣି, ଶିଳ୍ପକାରମାନଙ୍କର ଯଥେଷ୍ଟ ଲାଭ କରାଯାଉଥିଲା।
25 I ap kapokon irail pena o toun dodok en song ota indada: Maing ko, komail asa, me dodok wet meid kadepa ong kitail, pwe i me kitail kapwapwaki.
ସେ ସେମାନଙ୍କୁ ଓ ସେହି ବ୍ୟବସାୟର କାରିଗରମାନଙ୍କୁ ଡାକି କହିଲା, ମହାଶୟମାନେ, ଏହି ବ୍ୟବସାୟ ଦ୍ୱାରା ଆମ୍ଭେମାନେ ଧନ ପ୍ରାପ୍ତ ହେଉ ବୋଲି ଆପଣମାନେ ଜାଣନ୍ତି;
26 A komail kilekilang o rongerong, me Paulus men et kin kaloedi o kawukila aramas toto a kaidin nan Episus eta, pwe pil koren iong nan Asien pon, ni a kin padaki ong aramas akan, me dene kaidin irail kot akan, me wiaui pan pa en aramas akan.
ଆଉ ହାତ ତିଆରି ଦେବତାମାନେ ଈଶ୍ବର ନୁହଁନ୍ତି ବୋଲି କହି ଏହି ପାଉଲ କେବଳ ଏଫିସରେ ନୁହେଁ, ମାତ୍ର ପ୍ରାୟ ସମସ୍ତ ଏସିଆରେ ବହୁତ ଲୋକଙ୍କୁ ମତାଇ ଭୁଲାଇଅଛି, ଏହା ଆପଣମାନେ ଦେଖୁଅଛନ୍ତି ଓ ଶୁଣୁଅଛନ୍ତି।
27 Mepukat meid apwal ong kitail. Pwe kaidin atail dodok eta me pan kamala, pwe pil im kaudok en kot Diana lapalap o a lingan, me toun Asien o sappa karos kin kaudoki ong pan sorela.
ଏଥିରେ ଯେ କେବଳ ଆମ୍ଭମାନଙ୍କ ଏହି ବ୍ୟବସାୟର ଦୁର୍ନାମ ହେବାର ଆଶଙ୍କା ଅଛି, ତାହା ନୁହେଁ, କିନ୍ତୁ ଯେଉଁ ମହାନ ଦେବୀ ଆର୍ତ୍ତେମୀଙ୍କୁ ସମସ୍ତ ଏସିଆ ଓ ଜଗତଯାକ ଉପାସନା କରନ୍ତି, ତାହା ମନ୍ଦିର ମଧ୍ୟ ନଗଣ୍ୟ ହୋଇପଡ଼ିବାର ଓ ତାହାଙ୍କ ମହିମାର ଗ୍ଲାନି ସୁଦ୍ଧା ଘଟିବାର ଆଶଙ୍କା ଅଛି।
28 Irail lao ronger mepukat, re ap makara kida kaualap o weriweradar indada: Meid lapalap Diana en men Episus!
ଏହି କଥା ଶୁଣି ସେମାନେ କ୍ରୋଧରେ ପରିପୂର୍ଣ୍ଣ ହୋଇ ଚିତ୍କାର କରି କହିବାକୁ ଲାଗିଲେ, ଏଫିସୀୟମାନଙ୍କର ଆର୍ତ୍ତେମୀ ମହାଦେବୀ ଅଟନ୍ତି।
29 A karos toun kanim o ap pingidar, wiaki eu, tangalang im en madong, tangaki Kaios o Aristarkus men Masetonien, me waroki ong Paulus oko.
ଏଥିରେ ନଗରଟି ଗଣ୍ଡଗୋଳରେ ପରିପୂର୍ଣ୍ଣ ହେଲା, ଆଉ ସେମାନେ ଏକଯୋଗରେ ପାଉଲଙ୍କ ସହଯାତ୍ରୀ ମାକିଦନିଆର ଗାୟ ଓ ଆରିସ୍ତାର୍ଖଙ୍କୁ ଧରି ବଡ଼ ବେଗରେ ରଙ୍ଗଭୂମିକୁ ଦୌଡ଼ିଗଲେ।
30 A Paulus lao pan kotilong nan pokon o, tounpadak kan ap sota mueid ong i.
ଏଥିରେ ପାଉଲ ଲୋକମାନଙ୍କ ଭିତରକୁ ଯିବାକୁ ଇଚ୍ଛା କଲେ, କିନ୍ତୁ ଶିଷ୍ୟମାନେ ତାହାଙ୍କୁ ଯିବାକୁ ଦେଲେ ନାହିଁ।
31 O saumas en Asien kai, me kompokepa kan, ilake dong i, panaui i, ender kotilang im en madong o.
ଆଉ ଏସିଆର ପ୍ରଧାନ କର୍ମକାରୀମାନଙ୍କ ମଧ୍ୟରୁ ସୁଦ୍ଧା କେତେକ ଜଣ ତାହାଙ୍କ ବନ୍ଧୁ ଥିବାରୁ ଲୋକ ପଠାଇ ରଙ୍ଗଭୂମି ମଧ୍ୟକୁ ଦୁଃସାହସ କରି ନ ଯିବାକୁ ତାହାଙ୍କୁ ଅନୁରୋଧ କଲେ।
32 Ari, akai wia eu song en lokaia, a akai eu, pwe pokon o pingidar. A me toto re’rail sasa karep en ar pokon pena.
ସେତେବେଳେ କେହି କେହି ଏ କଥା, କେହି କେହି ବା ସେ କଥା କହି ଚିତ୍କାର କରୁଥିଲେ, କାରଣ ସଭା ଗଣ୍ଡଗୋଳରେ ପରିପୂର୍ଣ୍ଣ ହୋଇଥିଲା, ଆଉ ସେମାନେ ଯେ କାହିଁକି ଏକତ୍ର ହୋଇଅଛନ୍ତି, ତାହା ଅଧିକାଂଶ ଜାଣି ନ ଥିଲେ।
33 Irail sikon sang nan pokon o Aleksander; Sus oko me sikonla i. A Aleksander olol ong irail, ap men sapeng pokon o.
ଆଉ ଯିହୁଦୀମାନେ ଆଲେକ୍‌ଜାଣ୍ଡରକୁ ଆଗକୁ ବାହାର କରି ଆଣିବାରୁ ଲୋକସମୂହ ମଧ୍ୟରୁ କେହି କେହି ତାହାକୁ ମତାଇଲେ; ସେଥିରେ ଆଲେକ୍‌ଜାଣ୍ଡର ହସ୍ତରେ ସଙ୍କେତ କରି ଲୋକମାନଙ୍କ ନିକଟରେ ସେମାନଙ୍କର ପକ୍ଷ ସମର୍ଥନ କରିବାକୁ ଇଚ୍ଛା କଲା।
34 Irail lao asa, me i kisan Sus oko, re ap wiaki eu weriwerada auer riau: Meid lapalap Diana en men Episus!
କିନ୍ତୁ ସେ ଜଣେ ଯିହୁଦୀ ବୋଲି ଯେତେବେଳେ ସେମାନେ ଜାଣିଲେ, ସେତେବେଳେ ସମସ୍ତେ ଏକସ୍ୱରରେ ପ୍ରାୟ ଦୁଇ ଘଣ୍ଟା ପର୍ଯ୍ୟନ୍ତ ଚିତ୍କାର କରି କହିବାକୁ ଲାଗିଲେ, ଏଫିସୀୟମାନଙ୍କର ଆର୍ତ୍ତେମୀ ମହାଦେବୀ ଅଟନ୍ତି।
35 A sauninting en kanim o lao kadukiedi pokon o, ap indada: Komail ol oko en Episus, is aramas, me sasa, me kanim en men Episus kin kaukaudoki ong Diana lapalap o dikedik, me pupedi sang nanlang?
ପରେ ନଗର-ବେବର୍ତ୍ତା ଲୋକସମୂହକୁ ଶାନ୍ତ କରାଇ କହିଲେ, ହେ ଏଫିସୀୟ ଲୋକମାନେ, ଏଫିସ ନଗରୀ ଯେ ମହାଦେବୀ ଆର୍ତ୍ତେମୀ ଓ ଆକାଶରୁ ପତିତ ପ୍ରତିମାର ମନ୍ଦିର ପରିଚାରିକା, ଏହା କିଏ ନ ଜାଣେ?
36 A ma sota, me pan kak kalikame mepukat, komail en nenenla o der wiada me sapung!
ଅତଏବ ଏହିସବୁ କଥା ଅଖଣ୍ଡନୀୟ ହେବାରୁ ତୁମ୍ଭମାନଙ୍କର ଶାନ୍ତ ହେବା ଓ ଅବିବେଚନାରେ କୌଣସି କର୍ମ ନ କରିବା ଉଚିତ।
37 Pwe komail ukedo ol pukat, me sota kin kuliada im en kaudok o, pil sota lalaue omail kot li.
କାରଣ ଏହି ଯେଉଁ ଲୋକମାନଙ୍କୁ ତୁମ୍ଭେମାନେ ଘେନି ଆସିଅଛ, ଏମାନେ ତ ମନ୍ଦିର ଲୁଣ୍ଠନକାରୀ ନୁହଁନ୍ତି, କିମ୍ବା ଆମ୍ଭମାନଙ୍କ ଦେବୀଙ୍କ ନିନ୍ଦକ ନୁହଁନ୍ତି।
38 A ma Demetrius o iang a kan mauki meakot ren amen, kapung ap pan wiaui, pwe saunkapung kai mia, ren kapukapung re’rail.
ଏଣୁ ଯଦି କାହାରି ବିରୁଦ୍ଧରେ ଦୀମିତ୍ରୀୟର ଓ ତାହାର ସଙ୍ଗୀ ଶିଳ୍ପକରମାନଙ୍କର କୌଣସି କଥା ଥାଏ, ତାହାହେଲେ ବିଚାରାଳୟ ଉନ୍ମୁକ୍ତ ଅଛି ଓ ଶାସନକର୍ତ୍ତାମାନେ ଅଛନ୍ତି; ସେମାନେ ପରସ୍ପର ବିରୁଦ୍ଧରେ ଅଭିଯୋଗ କରନ୍ତୁ।
39 A ma komail mauki eu song toror, i me pan kapungala nan kapung o.
କିନ୍ତୁ ଯଦି ତୁମ୍ଭମାନଙ୍କର ଅନ୍ୟ କୌଣସି ଦାବି ଥାଏ, ତେବେ ନିୟମିତ ସାଧାରଣ ସଭାରେ ତାହାର ମୀମାଂସା ହେବ।
40 Pwe kitail pan pukoki morong en ran wet, pwe sota karepen, me kitail en kapungki pokon wet ar tangatang pena.
କାରଣ ପ୍ରକୃତରେ ଆଜିର ଗଣ୍ଡଗୋଳ ଘେନି ଆମ୍ଭମାନଙ୍କ ବିରୁଦ୍ଧରେ ଅଭିଯୋଗ ହେବାର ଆଶଙ୍କା ଅଛି; ଆମ୍ଭେମାନେ ଏହି ଗଣ୍ଡଗୋଳର କୌଣସି କାରଣ ଦେଖାଇ ପାରିବୁ ନାହିଁ।
41 A lao masani ong irail mepukat, ap kadar pasang pokon o.
ଏହା କହି ସେ ସଭାସ୍ଥ ସମସ୍ତଙ୍କୁ ବିଦାୟ ଦେଲେ।

< Wiawia 19 >