< I Kronik 14 >
1 Potem posłał Hiram, król Tyrski, posłów do Dawida, i drzewa cedrowe, i murarzy i cieśli, aby mu zbudowali dom.
ଏଥିଉତ୍ତାରେ ସୋରର ରାଜା ହୂରମ୍ ଦାଉଦଙ୍କ ନିକଟକୁ ଦୂତଗଣ ଓ ତାଙ୍କ ପାଇଁ ଗୃହ ନିର୍ମାଣ କରିବାକୁ ଏରସ କାଷ୍ଠ ଓ ରାଜମିସ୍ତ୍ରୀ ଓ ବଢ଼େଇମାନଙ୍କୁ ପଠାଇଲା।
2 I poznał Dawid, iż go utwierdził Pam królem nad Izraelem, a iż wywyższył królestwo jego dla ludu swego Izraelskiego.
ତହିଁରେ ସଦାପ୍ରଭୁ ଯେ ଦାଉଦଙ୍କୁ ଇସ୍ରାଏଲର ରାଜପଦରେ ସ୍ଥିର କଲେ, ଏହା ସେ ବୁଝିଲେ, କାରଣ ତାହାଙ୍କ ଲୋକ ଇସ୍ରାଏଲ ସକାଶୁ ତାଙ୍କର ରାଜ୍ୟ ଉନ୍ନତିପ୍ରାପ୍ତ ହୋଇଥିଲା।
3 (I pojął Dawid więcej żon w Jeruzalemie, a spłodził Dawid więcej synów i córek.
ପୁଣି, ଦାଉଦ ଯିରୂଶାଲମରେ ଆହୁରି ଭାର୍ଯ୍ୟା ଗ୍ରହଣ କଲେ; ତହିଁରେ ଦାଉଦଙ୍କର ଆହୁରି ପୁତ୍ରକନ୍ୟା ଜାତ ହେଲେ।
4 A teć są imiona tych, którzy mu się urodzili w Jeruzalemie: Samna, i Sobab, Natan, i Salomon,
ଯିରୂଶାଲମରେ ତାଙ୍କର ଯେଉଁ ଯେଉଁ ସନ୍ତାନ ଜନ୍ମିଲେ, ସେମାନଙ୍କର ନାମ; ଶମ୍ମୂୟ, ଶୋବବ୍, ନାଥନ, ଶଲୋମନ,
5 I Ibchar, i Elisua, i Elfalet,
ୟିଭର, ଇଲୀଶୂୟ, ଇଲ୍ପେଲଟ୍,
6 I Noga, i Nefeg, i Jafija,
ନୋଗହ, ନେଫଗ୍, ଯାଫୀୟ,
7 I Elisama, i Beelijada, i Elifelet.)
ଇଲୀଶାମା, ବୀଲୀୟାଦା ଓ ଇଲୀଫେଲଟ୍।
8 Wtem usłyszawszy Filistynowie, że był pomazany Dawid za króla nad wszystkim Izraelem, wyciągnęli wszyscy Filistynowie, aby szukali Dawida. Co gdy usłyszał Dawid, wyszedł przeciwko nim.
ଏଉତ୍ତାରେ ଦାଉଦ ସମୁଦାୟ ଇସ୍ରାଏଲ ଉପରେ ରାଜାଭିଷିକ୍ତ ହୋଇଅଛନ୍ତି, ଏହା ପଲେଷ୍ଟୀୟମାନେ ଶୁଣନ୍ତେ, ସମସ୍ତ ପଲେଷ୍ଟୀୟ ଲୋକ ଦାଉଦଙ୍କୁ ଅନ୍ୱେଷଣ କରିବାକୁ ଗଲେ; ତହୁଁ ଦାଉଦ ତାହା ଶୁଣି ସେମାନଙ୍କ ବିରୁଦ୍ଧରେ ବାହାରିଲେ।
9 Bo Filistynowie przyciągnąwszy rozpostarli się w dolinie Rafaim.
ଏହି ସମୟରେ ପଲେଷ୍ଟୀୟମାନେ ରଫାୟୀମ ତଳଭୂମିରେ ଚଢ଼ାଉ କରିଥିଲେ।
10 I radził się Dawid Boga, mówiąc: Mamli iść przeciw Filistynom? a podaszli ich w ręce moje? I odpowiedział mu Pan: Idź a podam ich w ręce twoje.
ଏଥିରେ ଦାଉଦ ପରମେଶ୍ୱରଙ୍କୁ ପଚାରି କହିଲେ, “ମୁଁ କʼଣ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଉଠି ଯିବି? ତୁମ୍ଭେ କʼଣ ସେମାନଙ୍କୁ ମୋʼ ହସ୍ତରେ ସମର୍ପଣ କରିବ?” ତହିଁରେ ସଦାପ୍ରଭୁ ତାଙ୍କୁ କହିଲେ, “ଉଠିଯାଅ, କାରଣ ଆମ୍ଭେ ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା।”
11 A gdy oni przyciągnęli do Baal Perazym, poraził ich tam Dawid, i rzekł Dawid: Rozerwał Bóg nieprzyjacioły moje przez rękę moję, jako się rozrywają wody; a przetoż nazwano imię miejsca onego Baal Perazym.
ତହୁଁ ସେମାନେ ବାଲ୍-ପରାସୀମ୍କୁ ଆସନ୍ତେ, ଦାଉଦ ସେଠାରେ ସେମାନଙ୍କୁ ଆଘାତ କଲେ; ତହିଁରେ ଦାଉଦ କହିଲେ, “ପରମେଶ୍ୱର ମୋʼ ହସ୍ତରେ ମୋହର ଶତ୍ରୁମାନଙ୍କୁ ଜଳ ଦ୍ୱାରା ସେତୁଭଙ୍ଗ ତୁଲ୍ୟ ଭଗ୍ନ କରିଅଛନ୍ତି।” ଏହେତୁ ସେମାନେ ସେହି ସ୍ଥାନର ନାମ “ବାଲ୍-ପରାସୀମ୍” ରଖିଲେ।
12 I zostawili tam bogi swoje; a Dawid rozkazał, aby je spalono ogniem.
ଆଉ ସେଠାରେ ସେମାନେ ଆପଣାମାନଙ୍କ ଦେବତାମାନଙ୍କୁ ଛାଡ଼ି ଯାଇଥିଲେ; ପୁଣି, ଦାଉଦ ଆଜ୍ଞା କରନ୍ତେ, ସେହି ସବୁ ଅଗ୍ନିରେ ଦଗ୍ଧ କରାଗଲା।
13 Lecz zebrawszy się znowu Filistynowie rozpostarli się w dolinie.
ଏଥିଉତ୍ତାରେ ପଲେଷ୍ଟୀୟମାନେ ପୁନର୍ବାର ତଳିଭୂମିରେ ଚଢ଼ାଉ କଲେ।
14 Przetoż radził się znowu Dawid Boga. I rzekł mu Bóg: Nie ciągnij za nimi, ale się odwróć od nich, abyś na nich natarł przeciwko morwom.
ତହିଁରେ ଦାଉଦ ପରମେଶ୍ୱରଙ୍କୁ ପୁନର୍ବାର ପଚାରନ୍ତେ, ପରମେଶ୍ୱର ତାଙ୍କୁ କହିଲେ, “ତୁମ୍ଭେ ସେମାନଙ୍କ ପଶ୍ଚାତ୍ ଯାଅ ନାହିଁ; ସେମାନଙ୍କ ନିକଟରୁ ଫେରିଯାଇ ତୂତ ବୃକ୍ଷ ସମ୍ମୁଖରେ ସେମାନଙ୍କୁ ଆକ୍ରମଣ କର।
15 A gdy usłyszysz szum idącego po wierzchach morwowych, tedy wynijdziesz do bitwy; bo wyszedł Bóg przed tobą, aby poraził wojska Filistyńskie.
ପୁଣି, ତୁମ୍ଭେ ତୂତ ବୃକ୍ଷ ତୋଟା ଉପରେ ସୈନ୍ୟଗମନର ଶବ୍ଦ ଶୁଣିଲେ, ଯୁଦ୍ଧକୁ ବାହାରିବ; କାରଣ ପରମେଶ୍ୱର ପଲେଷ୍ଟୀୟ ସୈନ୍ୟଦଳକୁ ଆଘାତ କରିବା ପାଇଁ ତୁମ୍ଭ ସମ୍ମୁଖରେ ଅଗ୍ରସର ହେବେ।”
16 I uczynił Dawid, jako mu był rozkazał Bóg; i porazili wojska Filistyńskie od Gabaon aż do Gazer.
ତହିଁରେ ପରମେଶ୍ୱର ଯେପରି ଆଜ୍ଞା କଲେ, ଦାଉଦ ସେହିପରି କଲେ; ପୁଣି, ସେମାନେ ଗିବୀୟୋନ୍ଠାରୁ ଗେଷର ପର୍ଯ୍ୟନ୍ତ ପଲେଷ୍ଟୀୟ ସୈନ୍ୟଦଳକୁ ଆଘାତ କଲେ।
17 A tak rozsławiło się imię Dawidowe po wszystkich ziemiach: i sprawił to Pan, że był straszny wszystkim narodom.
ତହିଁରେ ଦାଉଦଙ୍କର ସୁଖ୍ୟାତି ସର୍ବଦେଶରେ ବ୍ୟାପିଗଲା; ପୁଣି, ସଦାପ୍ରଭୁ ସବୁ ଗୋଷ୍ଠୀ ମଧ୍ୟରେ ତାଙ୍କ ବିଷୟରେ ଭୟ ଜନ୍ମାଇଲେ।