< I Samuela 4 >
1 I stało się według mowy Samuelowej wszystkiemu Izraelowi. Bo gdy wyciągnął Izrael przeciw Filistynom na wojnę, a położył się obozem u Ebenezer, Filistynowie zaś położyli się obozem w Afeku;
ଆଉ ଶାମୁୟେଲଙ୍କ କଥା ସମସ୍ତ ଇସ୍ରାଏଲ ମଧ୍ୟରେ ପ୍ରଚଳିତ ହେଲା। ଏଥିଉତ୍ତାରେ ଇସ୍ରାଏଲ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରି ଏବନ୍-ଏଜର ନିକଟରେ ଛାଉଣି ସ୍ଥାପନ କଲେ ଓ ପଲେଷ୍ଟୀୟମାନେ ଅଫେକରେ ଛାଉଣି ସ୍ଥାପନ କଲେ।
2 I gdy się uszykowali Filistynowie przeciwko Izraelowi, a stoczyła się bitwa: tedy porażony jest Izrael od Filistynów, a pobito ich w onej bitwie na polu około czterech tysięcy mężów.
ତହୁଁ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଆପଣାମାନଙ୍କୁ ସଜାଇଲେ; ପୁଣି, ସେମାନେ ଯୁଦ୍ଧରେ ଲାଗନ୍ତେ, ଇସ୍ରାଏଲ ପଲେଷ୍ଟୀୟମାନଙ୍କ ସମ୍ମୁଖରେ ପରାଜିତ ହେଲେ ଓ ସେମାନେ ସେହି ଯୁଦ୍ଧକ୍ଷେତ୍ରସ୍ଥ ସୈନ୍ୟ ମଧ୍ୟରୁ ଊଣାଧିକ ଚାରି ସହସ୍ର ଲୋକ ବଧ କଲେ।
3 I wrócił się lud do obozu. I rzekli starsi Izraelscy: Przeczże nas dziś poraził Pan przed Filistynami? weźmijmyż do siebie z Sylo skrzynię przymierza Pańskiego, a niech przyjdzie między nas, a wybawi nas z rąk nieprzyjaciół naszych.
ତହୁଁ ଲୋକମାନେ ଛାଉଣିକୁ ଆସନ୍ତେ, ଇସ୍ରାଏଲର ପ୍ରାଚୀନବର୍ଗ କହିଲେ, “ସଦାପ୍ରଭୁ ଆଜି ପଲେଷ୍ଟୀୟମାନଙ୍କ ସମ୍ମୁଖରେ ଆମ୍ଭମାନଙ୍କୁ କାହିଁକି ପରାସ୍ତ କଲେ? ଆସ, ଯେପରି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆମ୍ଭମାନଙ୍କ ମଧ୍ୟକୁ ଆସି ତାହା ଆମ୍ଭମାନଙ୍କ ଶତ୍ରୁଗଣ ହସ୍ତରୁ ଆମ୍ଭମାନଙ୍କୁ ରକ୍ଷା କରିବ, ଏଥିପାଇଁ ଆମ୍ଭେମାନେ ଶୀଲୋରୁ ତାହା ଆପଣାମାନଙ୍କ ନିକଟକୁ ଆଣୁ।”
4 Przetoż posłał lud do Sylo, i wzięli stamtąd skrzynię przymierza Pana zastępów, siedzącego na Cherubinach; byli też tam dwaj synowie Heli z skrzynią przymierza Pańskiego, Ofni i Finees.
ତହିଁରେ ସେମାନେ ଶୀଲୋକୁ ଲୋକ ପଠାଇ କିରୂବମାନଙ୍କ ମଧ୍ୟରେ ଅବସ୍ଥିତ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେଠାରୁ ଆଣିଲେ; ସେତେବେଳେ ଏଲିଙ୍କର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ସେ ସ୍ଥାନରେ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ସଙ୍ଗେ ଥିଲେ।
5 A gdy przyszła skrzynia przymierza Pańskiego do obozu, zakrzyknął wszystek Izrael głosem wielkim, tak iż ziemia zabrzmiała.
ପୁଣି, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଛାଉଣିକୁ ଆସନ୍ତେ, ସମଗ୍ର ଇସ୍ରାଏଲ ଏପରି ମହା ଜୟଧ୍ୱନିରେ ଜୟଧ୍ୱନି କଲେ ଯେ, ପୃଥିବୀ କମ୍ପିଲା।
6 A usłyszawszy Filistynowie głos onego krzyku, rzekli: Cóż to za głos tak wielkiego wykrzykania w obozie Hebrejskim? I poznali, że skrzynia Pańska przyszła do obozu.
ତହୁଁ ପଲେଷ୍ଟୀୟମାନେ ସେହି ଜୟଧ୍ୱନି ଶୁଣି କହିଲେ, “ଏବ୍ରୀୟମାନଙ୍କ ଛାଉଣିରେ ଏହି ମହାଜୟଧ୍ୱନି ଶବ୍ଦର ଅଭିପ୍ରାୟ କଅଣ?” ଆଉ ସେମାନେ ଜାଣିଲେ ଯେ, ସଦାପ୍ରଭୁଙ୍କ ସିନ୍ଦୁକ ଛାଉଣିକୁ ଆସିଅଛି।
7 Przetoż zlękli się Filistynowie, gdyż mówiono: Przyszedł Bóg do obozu ich, i rzekli: Biada nam! bo nie było nic takowego przedtem.
ତହିଁରେ ପଲେଷ୍ଟୀୟମାନେ ଭୀତ ହୋଇ କହିଲେ, “ପରମେଶ୍ୱର ଛାଉଣିକୁ ଆସିଅଛନ୍ତି।” ଆହୁରି ସେମାନେ କହିଲେ, “ହାୟ ହାୟ! ପୂର୍ବରେ ଏପରି କେବେ ହୋଇ ନାହିଁ।
8 Biadaż nam! któż nas wybawi z rąk tych Bogów mocnych? cić to bogowie, którzy porazili Egipt wszelką plagą na puszczy.
ହାୟ ହାୟ! ଏହି ବଳବାନ ଦେବଗଣ ହସ୍ତରୁ ଆମ୍ଭମାନଙ୍କୁ କିଏ ଉଦ୍ଧାର କରିବ? ଏହି ଦେବଗଣ ପ୍ରାନ୍ତରରେ ସର୍ବପ୍ରକାର ଆଘାତ ଦ୍ୱାରା ମିସରୀୟମାନଙ୍କୁ ଆଘାତ କରିଥିଲେ।
9 Zmacniajcież się, a bądźcie mężami, o Filistynowie! byście snać nie służyli Hebrejczykom, jako oni wam służyli. Bądźcież tedy mężami, a potykajcie się.
ହେ ପଲେଷ୍ଟୀୟମାନେ, ତୁମ୍ଭେମାନେ ବଳବାନ ହୁଅ ଓ ପୁରୁଷତ୍ୱ ପ୍ରକାଶ କର, ତହିଁରେ ଏବ୍ରୀୟମାନେ ଯେପରି ତୁମ୍ଭମାନଙ୍କର ଦାସ ହୋଇଅଛନ୍ତି, ସେପରି ତୁମ୍ଭେମାନେ ସେମାନଙ୍କର ଦାସ ହେବ ନାହିଁ; ତୁମ୍ଭେମାନେ ପୁରୁଷତ୍ୱ ପ୍ରକାଶ କର ଓ ଯୁଦ୍ଧ କର।”
10 Zwiedli tedy bitwę Filistynowie, i porażony jest Izrael, a uciekał każdy do namiotu swego; i stała się porażka bardzo wielka, tak iż poległo z Izraela trzydzieści tysięcy piechoty.
ତହିଁରେ ପଲେଷ୍ଟୀୟମାନେ ଯୁଦ୍ଧ କଲେ ଓ ଇସ୍ରାଏଲ ପରାସ୍ତ ହୋଇ ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ପଳାଇଲେ; ସେତେବେଳେ ଅତି ମହାସଂହାର ହେଲା; କାରଣ ଇସ୍ରାଏଲ ମଧ୍ୟରୁ ତିରିଶ ହଜାର ପଦାତିକ ମାରା ପଡ଼ିଲେ।
11 Tamże skrzynia Boża wzięta jest, i dwaj synowie Heli polegli, Ofni i Finees.
ପୁଣି, ପରମେଶ୍ୱରଙ୍କ ସିନ୍ଦୁକ ଧରାପଡ଼ିଲା; ଆଉ ଏଲିଙ୍କର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ହତ ହେଲେ।
12 I bieżał niektóry z synów Benjaminowych z bitwy, a przyszedł do Sylo tegoż dnia, mając szaty rozdarte, a proch na głowie swojej.
ପୁଣି, ସୈନ୍ୟ ମଧ୍ୟରୁ ବିନ୍ୟାମୀନୀୟ ଜଣେ ଲୋକ ଦୌଡ଼ିଲା, ପୁଣି, ସେ ଆପଣା ବସ୍ତ୍ର ଚିରି ମସ୍ତକରେ ମାଟି ଦେଇ ସେହି ଦିନ ଶୀଲୋରେ ଉପସ୍ଥିତ ହେଲା।
13 A gdy przyszedł, oto, Heli siedział na stołku przy drodze wyglądając, bo się serce jego lękało o skrzynię Bożą; a przyszedłszy on mąż, opowiedzał miastu, i krzyczało wszysytko miasto.
ପୁଣି, ସେ ଉପସ୍ଥିତ ହେବା ସମୟରେ, ଦେଖ, ଏଲି ବାଟ ପାଖରେ ଅପେକ୍ଷା କରି ଆପଣା ଆସନରେ ବସି ରହିଅଛନ୍ତି; କାରଣ ପରମେଶ୍ୱରଙ୍କ ସିନ୍ଦୁକ ନିମନ୍ତେ ତାଙ୍କର ଅନ୍ତଃକରଣ କମ୍ପିତ ହେଉଥିଲା। ଏଥିରେ ସେହି ଲୋକ ନଗରକୁ ଆସି ସମ୍ବାଦ ଦିଅନ୍ତେ, ନଗରଯାକ କାନ୍ଦି ଉଠିଲେ।
14 A usłyszawszy Heli głos krzyku onego, rzekł: Cóż to za głos rozruchu tego? lecz on mąż spiesząc się, przyszedł, aby to oznajmił Heliemu.
ପୁଣି, ଏଲି ସେହି କ୍ରନ୍ଦନ ଶବ୍ଦ ଶୁଣି କହିଲେ, “ଏହି କୋଳାହଳ ଶବ୍ଦର ଅଭିପ୍ରାୟ କଅଣ?” ତହୁଁ ସେହି ଲୋକ ଶୀଘ୍ର ଆସି ଏଲିଙ୍କୁ ସମ୍ବାଦ ଦେଲା।
15 A Heli już miał dziewiędziesiąt i ośm lat, a oczy jego już się były zaćmiły, że nie mógł dojrzeć.
ସେସମୟରେ ଏଲି ଅଠାନବେ ବର୍ଷ ବୟସ୍କ ଥିଲେ ଓ ତାଙ୍କର ଚକ୍ଷୁ ସ୍ତବ୍ଧ ହେବାରୁ ସେ ଦେଖି ପାରିଲେ ନାହିଁ।
16 Tedy rzekł on mąż do Heliego: Ja idę z bitwy, jam zaiste z bitwy dziś uciekł. Do którego on rzekł: Cóż się tam stało, synu mój?
ପୁଣି, ସେହି ମନୁଷ୍ୟ ଏଲିଙ୍କୁ କହିଲା, “ଆମ୍ଭେ ସୈନ୍ୟ ମଧ୍ୟରୁ ଆଗତ ଲୋକ ଓ ଆମ୍ଭେ ଆଜି ସୈନ୍ୟ ମଧ୍ୟରୁ ପଳାଇ ଆସିଲୁ।” ତହିଁରେ ସେ କହିଲେ, “ହେ ପୁତ୍ର, କି କଥା ହେଲା?”
17 I odpowiedzał on poseł, i rzekł: Uciekł Izrael przed Filistynami i stała się wielka porażka ludu; tamże i dwaj synowie twoi legli, Ofni i Finees, i skrzynia Boża wzięta jest.
ତହୁଁ ସମାଚାର ଆଣିବା ଲୋକ ଉତ୍ତର କରି କହିଲା, “ଇସ୍ରାଏଲ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇଲେ ଓ ଲୋକମାନଙ୍କ ମଧ୍ୟରେ ମହାସଂହାର ହେଲା; ମଧ୍ୟ ତୁମ୍ଭର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ମଲେ, ପୁଣି, ପରମେଶ୍ୱରଙ୍କ ସିନ୍ଦୁକ ଧରାଗଲା।”
18 A gdy wspomniał skrzynię Bożą, spadł Heli z stołka na wznak u bramy, a złamawszy sobie szyję umarł; albowiem był człowiek stary i ociężały. A on sądził Izraela przez czterdzieści lat.
ଆଉ ସେ ପରମେଶ୍ୱରଙ୍କ ସିନ୍ଦୁକ ବିଷୟ କହିବା କ୍ଷଣେ ଏପରି ଘଟିଲା ଯେ, ଏଲି ଦ୍ୱାର ପାଖରେ ଆପଣା ଆସନରୁ ପଛଆଡ଼େ ପଡ଼ିଗଲେ, ତହୁଁ ତାଙ୍କର ବେକ ଭାଙ୍ଗିଯାଇ ସେ ମଲେ; କାରଣ ସେ ବୃଦ୍ଧ ଲୋକ ଓ ଭାରୀ ଥିଲେ। ସେ ଚାଳିଶ ବର୍ଷ ଇସ୍ରାଏଲର ବିଚାର କଲେ।
19 Synowa też jego, żona Fineesowa, będąc brzemienną i bliską porodzenia, gdy usłyszała oną nowinę, iż wzięta jest skrzynia Boża, i że umarł świekier jej, i mąż jej, tedy się nachyliła, i porodziła; bo przypadły na nię bole jej.
ସେସମୟରେ ତାଙ୍କର ପୁତ୍ରବଧୂ ପୀନହସ୍ର ଭାର୍ଯ୍ୟା ଗର୍ଭବତୀ, ପ୍ରସବକାଳ ନିକଟ ଥିଲା; ଏଣୁ ପରମେଶ୍ୱରଙ୍କ ସିନ୍ଦୁକ ଧରାଗଲା, ଆଉ ତାହାର ଶ୍ୱଶୁର ଓ ସ୍ୱାମୀ ମଲେ; ଏହି ସମ୍ବାଦ ଶୁଣିବାମାତ୍ରେ ସେ ଆଣ୍ଠୋଇପଡ଼ି ପ୍ରସବ କଲା; କାରଣ ସେହିକ୍ଷଣି ତାହାର ବେଦନା ଉପସ୍ଥିତ ହେଲା।
20 A gdy umierała, rzekły niewiasty, które były przy niej: Nie bój się, albowiemeś syna porodziła; ale ona nic nie odpowiedziała, ani tego przypuściła do serca swego.
ତହୁଁ ପ୍ରାୟ ତାହାର ମରଣ ସମୟରେ ତାହା ନିକଟରେ ଠିଆ ହୋଇଥିବା ସ୍ତ୍ରୀମାନେ ତାହାକୁ କହିଲେ, “ଭୟ କର ନାହିଁ, ତୁମ୍ଭେ ତ ପୁତ୍ର ପ୍ରସବ କରିଅଛ।” ମାତ୍ର ସେ କିଛି ଉତ୍ତର ଦେଲା ନାହିଁ, କିଅବା ତହିଁରେ ମନ ଦେଲା ନାହିଁ।
21 I nazwała dzieciątko Ichabod, mówiąc: Przeprowadziła się sława od Izraela, iż wzięto skrzynię Bożą, a iż umarł świekier jej, i mąż jej.
ଆଉ ପରମେଶ୍ୱରଙ୍କ ସିନ୍ଦୁକ ଧରାଯିବାରୁ ଓ ତାହାର ଶ୍ୱଶୁର ଆଉ ସ୍ୱାମୀ ହେତୁରୁ “ଇସ୍ରାଏଲ ମଧ୍ୟରୁ ଗୌରବ ଚାଲିଗଲା,” ଏହା କହି ସେ ବାଳକର ନାମ ଐକାବୋଦ (ହୀନ ଗୌରବ) ରଖିଲା।
22 Prztoż rzekła: Przeprowadziła się sława od Izraela; bo wzięto skrzynię Bożą.
ଆଉ ସେ କହିଲା, “ଇସ୍ରାଏଲ ମଧ୍ୟରୁ ଗୌରବ ଚାଲିଗଲା, କାରଣ ପରମେଶ୍ୱରଙ୍କ ସିନ୍ଦୁକ ଧରାଗଲା।”