< Jeremiasza 38 >
1 I usłyszał Sefatyjasz, syn Matanowy, i Godolijasz, syn Fassurowy, i Juchal, syn Selemijaszowy, i Fassur, syn Melchijaszowy, słowa, które Jeremijasz mówił do wszystkiego ludu, mówiąc:
ଏଥିଉତ୍ତାରେ ମତ୍ତନର ପୁତ୍ର ଶଫଟୀୟ, ପଶ୍ହୂର ପୁତ୍ର ଗଦଲୀୟ, ଶେଲିମୀୟର ପୁତ୍ର ଯିହଖଲ ଓ ମଲ୍କୀୟର ପୁତ୍ର ପଶ୍ହୂର, ସମସ୍ତ ଲୋକଙ୍କ ନିକଟରେ ଯିରିମୀୟଙ୍କ କଥିତ ଏହି ବାକ୍ୟ ଶୁଣିଲେ, ଯଥା,
2 Tak mówi Pan: Ktoby został w tem mieście, zginie od miecza, od głodu i od moru; ale ktoby wyszedł do Chaldejczyków, żyć będzie, a będzie mu dusza jego za korzyść, i żyw zostanie.
“ସଦାପ୍ରଭୁ ଏହି କଥା କହନ୍ତି, ଯେକେହି ଏହି ନଗରରେ ରହିବ, ସେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ; ମାତ୍ର ଯେକେହି ବାହାର ହୋଇ କଲ୍ଦୀୟମାନଙ୍କ ନିକଟକୁ ଯିବ, ସେ ବଞ୍ଚିବ, ତାହାର ପ୍ରାଣ ତାହା ପ୍ରତି ଲୁଟିତ ଦ୍ରବ୍ୟ ତୁଲ୍ୟ ହେବ ଓ ସେ ବଞ୍ଚିବ।”
3 Tak mówi Pan: Pewnie podane będzie to miasto w ręce wojska króla Babilońskiego, i weźmie je.
ସଦାପ୍ରଭୁ ଏହି କଥା କହନ୍ତି, “ଏହି ନଗର ବାବିଲ ରାଜାର ସୈନ୍ୟ ହସ୍ତରେ ନିଶ୍ଚୟ ସମର୍ପିତ ହେବ ଓ ସେ ତାହା ହସ୍ତଗତ କରିବ।”
4 Przetoż rzekli oni książęta do króla: Niech umrze ten mąż, ponieważ on osłabia ręce mężów walecznych, pozostałych w tem mieście, i ręce wszystkiego ludu, mówiąc do nich takie słowa; albowiem ten mąż nie szuka pokoju ludowi temu, ale złego.
ତହିଁରେ ଅଧିପତିମାନେ ରାଜାକୁ କହିଲେ, “ଆମ୍ଭେମାନେ ବିନୟ କରୁଅଛୁ, ଏହି ଲୋକର ପ୍ରାଣଦଣ୍ଡର ଆଜ୍ଞା ହେଉ; କାରଣ ସେ ଏହି ପ୍ରକାର କଥା କହି ଏହି ନଗରରେ ଥିବା ଅବଶିଷ୍ଟ ଯୋଦ୍ଧାମାନଙ୍କ ହସ୍ତ ଓ ସକଳ ଲୋକଙ୍କ ହସ୍ତ ଦୁର୍ବଳ କରୁଅଛି; ପୁଣି, ଏ ବ୍ୟକ୍ତି ଏହି ଲୋକମାନଙ୍କର ମଙ୍ଗଳ ନୁହେଁ, କେବଳ ଅମଙ୍ଗଳର ଚେଷ୍ଟା କରୁଅଛି।”
5 Tedy rzekł król Sedekijasz: Oto jest w ręce waszej; bo król nic zgoła nie może przeciwko wam.
ଏଥିରେ ସିଦିକୀୟ ରାଜା କହିଲା, “ଦେଖ, ସେ ତୁମ୍ଭମାନଙ୍କ ହସ୍ତରେ ଅଛି; କାରଣ ରାଜା ତୁମ୍ଭମାନଙ୍କ ବିରୁଦ୍ଧରେ କୌଣସି କାର୍ଯ୍ୟ କରିବା ଲୋକ ନୁହନ୍ତି।”
6 A tak wzięli Jeremijasza, który był w sieni straży, i wrzucili go do dołu Malchyjasza, syna królewskiego, i puścili Jeremijasza po powrozach; a w tym dole nie było nic wody, tylko błoto, a tak tonął Jeremijasz w onem błocie.
ତହିଁରେ ସେମାନେ ଯିରିମୀୟଙ୍କୁ ଧରି ପ୍ରହରୀ ପ୍ରାଙ୍ଗଣସ୍ଥିତ, ମଲ୍କୀୟ ରାଜପୁତ୍ରର କୂପରେ ପକାଇଦେଲେ; ଅର୍ଥାତ୍, ସେମାନେ ରଜ୍ଜୁ ଦ୍ୱାରା ଯିରିମୀୟଙ୍କୁ ଓହ୍ଲାଇ ଦେଲେ। ପୁଣି, ସେହି କୂପରେ ଜଳ ନ ଥିଲା, କେବଳ ପଙ୍କ ଥିଲା। ଆଉ, ଯିରିମୀୟ ସେହି ପଙ୍କରେ ମଗ୍ନପ୍ରାୟ ହେଲେ।
7 Ale gdy usłyszał Ebedmelech Murzyn, dworzanin, który był w domu królewskim, że Jeremijasza podano do dołu, (a król siedział w bramie Benjaminowej, )
ଏଥିମଧ୍ୟରେ ସେମାନେ ଯିରିମୀୟଙ୍କୁ କୂପରେ ପକାଇ ଦେଇଅଛନ୍ତି ବୋଲି, ରାଜଗୃହସ୍ଥିତ ଏବଦ୍-ମେଲକ ନାମକ ଜଣେ କୂଶୀୟ ନପୁଂସକ ଲୋକ ଶୁଣିଲା; ସେସମୟରେ ରାଜା ବିନ୍ୟାମୀନ୍ ଦ୍ୱାରରେ ଉପବିଷ୍ଟ ଥିଲା।
8 Wnet wyszedł Ebedmelech z domu królewskiego, i rzekł do króla, mówiąc:
ଏବଦ୍-ମେଲକ ରାଜଗୃହରୁ ବାହାରି ରାଜାକୁ କହିଲା,
9 Królu, panie mój! źle uczynili ci mężowie wszystko, co uczynili Jeremijaszowi prorokowi, że go wrzucili do tego dołu; boćby był umarł na pierwszem miejscu od głodu, ponieważ już niemasz żadnego chleba w mieście.
“ହେ ଆମ୍ଭର ପ୍ରଭୁ ମହାରାଜ, ଏହି ଲୋକମାନେ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ପ୍ରତି ନିତାନ୍ତ ମନ୍ଦ ବ୍ୟବହାର କରିଅଛନ୍ତି, ସେମାନେ ତାଙ୍କୁ କୂପରେ ପକାଇଅଛନ୍ତି; ସେ ଯେଉଁଠାରେ ଅଛନ୍ତି, ଦୁର୍ଭିକ୍ଷ ସକାଶୁ ସେଠାରେ ସେ ମଲା ପରି ଅଛନ୍ତି, କାରଣ ନଗରରେ ଆଉ ରୁଟି ନାହିଁ।”
10 Przetoż rozkazał król Ebedmelechowi Murzynowi, mówiąc: Weźmij z sobą stąd trzydzieści mężów, a wyciągnij Jeremijasza proroka z tego dołu, niżby umarł.
ସେତେବେଳେ ରାଜା କୂଶୀୟ ଏବଦ୍-ମେଲକକୁ ଆଜ୍ଞା କଲା, “ତୁମ୍ଭେ ଏଠାରୁ ତିରିଶ ଜଣ ଲୋକ ଆପଣା ସଙ୍ଗରେ ନେଇ ଯିରିମୀୟ ଭବିଷ୍ୟଦ୍ବକ୍ତା ମରିବା ପୂର୍ବରୁ ତାଙ୍କୁ କୂପରୁ ବାହାର କରି ଆଣ।”
11 Tedy wziął Ebedmelech onych mężów z sobą, i wszedł do domu królewskiego pod skarbnicę, i nabrał stamtąd starych szmacisk podartych, szmacisk, mówię, zbótwiałych, które spuścił do Jeremijasza do onego dołu po powrozach.
ତହିଁରେ ଏବଦ୍-ମେଲକ ଆପଣା ସଙ୍ଗେ ସେହି ଲୋକମାନଙ୍କୁ ନେଇ ରାଜଗୃହକୁ ଯାଇ ଭଣ୍ଡାରର ତଳରୁ କେତେଗୁଡ଼ିଏ ପୁରୁଣା ତ୍ୟକ୍ତ ବସ୍ତ୍ର ଓ ଚିରାକନା ନେଲା, ଆଉ ରଜ୍ଜୁ ଦ୍ୱାରା ସେସବୁ କୂପରେ ଯିରିମୀୟଙ୍କୁ ଦେଲା।
12 I rzekł Ebidmelech Murzyn do Jeremijasza: Nuże podłóż te stare podarte i zbótwiałe szmaciska pod pachy rąk twoich pod powrozy; i uczynił tak Jeremijasz.
ପୁଣି, କୂଶୀୟ ଏବଦ୍-ମେଲକ ଯିରିମୀୟଙ୍କୁ କହିଲା, “ସେହି ପୁରୁଣା ତ୍ୟକ୍ତ ବସ୍ତ୍ର ଓ ଚିରାକନା ଆପଣା କକ୍ଷମୂଳରେ ରଜ୍ଜୁ ତଳେ ଦିଅ।”
13 I wyciągnęli tedy Jeremijasza powrozami, i dobyli go z onego dołu; i siedział Jeremijasz w sieni straży.
ତହିଁରେ ଯିରିମୀୟ ସେପରି କଲେ। ତହୁଁ ସେମାନେ ରଜ୍ଜୁ ଧରି ଟାଣି ଯିରିମୀୟଙ୍କୁ କୂପରୁ ବାହାର କରି ଆଣିଲେ। ପୁଣି, ଯିରିମୀୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ।
14 Tedy posłał król Sedekijasz i wziął Jeremijasza proroka do siebie do trzecich drzwi, które były przy domu Pańskim. I rzekł król Jeremijaszowi: Spytam cię o jednę rzecz, nie taj nic przedemną.
ଏଥିଉତ୍ତାରେ ସିଦିକୀୟ ରାଜା ଲୋକ ପଠାଇ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ସଦାପ୍ରଭୁଙ୍କ ଗୃହର ତୃତୀୟ ପ୍ରବେଶ ସ୍ଥାନରେ ଆପଣା ନିକଟକୁ ଅଣାଇଲା। ଆଉ, ରାଜା ଯିରିମୀୟଙ୍କୁ କହିଲା, “ମୁଁ ତୁମ୍ଭକୁ ଗୋଟିଏ କଥା ପଚାରିବି; ତୁମ୍ଭେ ମୋʼ ଠାରୁ କିଛି ଗୋପନ କରିବ ନାହିଁ।”
15 I rzekł Jeremijasz do króla Sedekijasza: Jeźlić co powiem, pewnie mię zabijesz? A jeźlić co poradzę, nie usłuchasz mię.
ତେବେ ଯିରିମୀୟ ସିଦିକୀୟକୁ କହିଲେ, “ମୁଁ ଯଦି ଆପଣଙ୍କୁ ତାହା ଜଣାଇବି, ତେବେ ଆପଣ କି ମୋତେ ନିଶ୍ଚୟ ବଧ କରିବେ ନାହିଁ? ଆଉ, ମୁଁ ଯଦି ଆପଣଙ୍କୁ ପରାମର୍ଶ ଦେବି, ତେବେ ଆପଣ ମୋʼ କଥା ଶୁଣିବେ ନାହିଁ।”
16 Tedy przysiągł król Sedekijasz Jeremijaszowi potajemnie, mówiąc: Jeko żyje Pan, który nam tę duszę stworzył, że cię nie zabiję, ani cię wydam w rękę mężów tych, którzy szukają duszy twojej.
ତହିଁରେ ସିଦିକୀୟ ରାଜା ଗୋପନରେ ଯିରିମୀୟଙ୍କ ନିକଟରେ ଶପଥ କରି କହିଲା, “ଆମ୍ଭମାନଙ୍କର ଏହି ଜୀବାତ୍ମାର ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କର ଶପଥ, ମୁଁ ତୁମ୍ଭକୁ ବଧ କରିବି ନାହିଁ, କିଅବା ତୁମ୍ଭ ପ୍ରାଣନାଶର ଚେଷ୍ଟାକାରୀ ଏହି ଲୋକମାନଙ୍କ ହସ୍ତରେ ସମର୍ପଣ କରିବି ନାହିଁ।”
17 I rzekł Jeremijasz do Sedekijasza: Tak mówi Pan, Bóg zastępów, Bóg Izraelski: Jeźli dobrowolnie wynijdziesz do książąt króla Babilońskiego, tedy żyć będzie dusza twoja, a to miasto nie będzie spalone ogniem; a tak żyw zostaniesz ty i dom twój;
ସେତେବେଳେ ଯିରିମୀୟ ସିଦିକୀୟକୁ କହିଲେ, “ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଯଦି ତୁମ୍ଭେ ବାହାର ହୋଇ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଯିବ, ତେବେ ତୁମ୍ଭର ପ୍ରାଣ ବଞ୍ଚିବ ଓ ଏହି ନଗର ଅଗ୍ନିରେ ଦଗ୍ଧ ହେବ ନାହିଁ; ପୁଣି, ତୁମ୍ଭେ ଓ ତୁମ୍ଭ ପରିବାର ବଞ୍ଚିବ।
18 Ale jeźli nie wynijdziesz do książąt króla Babilońskiego, pewnie będzie podane to miasto w rękę Chaldejczyków, i spalą je ogniem, a i ty nie ujdziesz ręki ich.
ମାତ୍ର ଯଦି ତୁମ୍ଭେ ବାହାର ହୋଇ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଯିବ ନାହିଁ, ତେବେ ଏହି ନଗର କଲ୍ଦୀୟମାନଙ୍କ ହସ୍ତରେ ସମର୍ପିତ ହେବ ଓ ସେମାନେ ଅଗ୍ନିରେ ତାହା ଦଗ୍ଧ କରିବେ, ଆଉ ତୁମ୍ଭେ ସେମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ।”
19 Tedy rzekł król Sedekijasz do Jeremijasza: Bardzo się boję Żydów, którzy pouciekali do Chaldejczyków, bym snać nie był wydany w rękę ich, a szydziliby ze mnie.
ଏଥିରେ ସିଦିକୀୟ ରାଜା ଯିରିମୀୟଙ୍କୁ କହିଲା, “ଯେଉଁ ଯିହୁଦୀ ଲୋକମାନେ କଲ୍ଦୀୟମାନଙ୍କ ପକ୍ଷକୁ ଯାଇଅଛନ୍ତି, ସେମାନଙ୍କୁ ମୁଁ ଭୟ କରୁଅଛି, କେଜାଣି ଲୋକେ ମୋତେ ସେମାନଙ୍କ ହସ୍ତରେ ସମର୍ପଣ କରିବେ, ଆଉ ସେମାନେ ମୋତେ ପରିହାସ କରିବେ।”
20 I rzekł Jeremijasz: Nie wydadzą, słuchaj proszę głosu Pańskiego, któryć ja opowiadam, a będzieć dobrze, i żyć będzie dusza twoja;
ମାତ୍ର ଯିରିମୀୟ କହିଲେ, “ସେମାନେ ଆପଣଙ୍କୁ ସମର୍ପଣ କରିବେ ନାହିଁ। ବିନୟ କରୁଅଛି, ମୋʼ ଦ୍ୱାରା କଥିତ ସଦାପ୍ରଭୁଙ୍କର ବାକ୍ୟ ଆପଣ ମାନନ୍ତୁ; ତହିଁରେ ଆପଣଙ୍କର ମଙ୍ଗଳ ହେବ ଓ ଆପଣଙ୍କ ପ୍ରାଣ ବଞ୍ଚିବ।
21 A jeźli się będziesz zbraniał wynijść, tedy to jest słowo, które mi Pan pokazał:
ମାତ୍ର ଯଦି ଆପଣ ବାହାରି ଯିବା ପାଇଁ ଅସମ୍ମତ ହୁଅନ୍ତି, ତେବେ ସଦାପ୍ରଭୁ ଯେଉଁ କଥା ମୋତେ ଜଣାଇ ଅଛନ୍ତି, ତାହା ଏହି:
22 Że oto wszystkie niewiasty, które zostały w domu króla Judzkiego, będą wywiedzione do książąt króla Babilońskiego, a te same rzeką: Namówili cię, i otrzymali to na tobie przyjaciele twoi, że ulgnęły w błocie nogi twoje, i cofnęły się nazad.
ଦେଖନ୍ତୁ, ଯେତେ ସ୍ତ୍ରୀଲୋକ ଯିହୁଦାର ରାଜଗୃହରେ ଅବଶିଷ୍ଟ ଅଛନ୍ତି, ସେମାନେ ସମସ୍ତେ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଅଣାଯିବେ, ଆଉ ସେହି ସ୍ତ୍ରୀମାନେ କହିବେ, ‘ତୁମ୍ଭର ସୁହୃଦମାନେ ତୁମ୍ଭକୁ ପ୍ରବର୍ତ୍ତାଇ ତୁମ୍ଭକୁ ପରାସ୍ତ କରିଅଛନ୍ତି; ଆଉ, ଏବେ ତୁମ୍ଭର ପାଦ ପଙ୍କରେ ମଗ୍ନ ହେବାରୁ ସେମାନେ ତୁମ୍ଭଠାରୁ ବିମୁଖ ହୋଇଅଛନ୍ତି।’
23 Wszystkie także żony twoje i synów twoich wywiodą do Chaldejczyków, i ty sam nie ujdziesz ręki ich, owszem ręką króla Babilońskiego będziesz pojmany, i to miasto spalą ogniem.
ପୁଣି, ଲୋକମାନେ ଆପଣଙ୍କ ଭାର୍ଯ୍ୟା ଓ ସନ୍ତାନ ସମସ୍ତଙ୍କୁ ବାହାର କରି କଲ୍ଦୀୟମାନଙ୍କ ନିକଟକୁ ଆଣିବେ; ଆଉ, ଆପଣ ସେମାନଙ୍କ ହସ୍ତରୁ ରକ୍ଷା ପାଇବେ ନାହିଁ, ମାତ୍ର ବାବିଲ ରାଜାର ହସ୍ତରେ ଧରାଯିବେ ଓ ଆପଣ ଏହି ନଗରକୁ ଅଗ୍ନିରେ ଦଗ୍ଧ କରାଇବେ।”
24 Tedy rzekł Sedekijasz do Jeremijasza: Niechaj nikt nie wie o tem, abyś nie umarł;
ଏଥିରେ ସିଦିକୀୟ ଯିରିମୀୟଙ୍କୁ କହିଲା, “ଏସବୁ କଥା କେହି ନ ଜାଣୁ, ତହିଁରେ ତୁମ୍ଭେ ମରିବ ନାହିଁ।
25 A jeźliby książęta usłyszawszy, żem mówił z tobą, przyszli do ciebie, i rzeklić: Powiedz nam, proszę, coś mówił z królem, nie taj przed nami, a nie zabijemy cię: co z tobą król mówił?
ମାତ୍ର ମୁଁ ତୁମ୍ଭ ସଙ୍ଗେ କଥାବାର୍ତ୍ତା କରିଅଛି ବୋଲି ଯଦି ଅଧିପତିମାନେ ଶୁଣନ୍ତି ଓ ତୁମ୍ଭ ନିକଟକୁ ଆସି କହନ୍ତି, ‘ତୁମ୍ଭେ ରାଜାଙ୍କୁ କି କି କଥା କହିଅଛ, ତାହା ଆମ୍ଭମାନଙ୍କୁ ଜଣାଅ; ସେ କଥା, ମଧ୍ୟ ରାଜା ତୁମ୍ଭକୁ ଯାହା କହିଅଛନ୍ତି, ତାହା, ଆମ୍ଭମାନଙ୍କଠାରୁ ଗୋପନ ନ କର, ତହିଁରେ ଆମ୍ଭେମାନେ ତୁମ୍ଭକୁ ବଧ କରିବୁ ନାହିଁ।’
26 Tedy im rzeczesz: Przełożyłem prośbę moję przed królem, aby mię zaś nie kazał odwiść do domu Jonatanowego, żebym tam nie umarł.
ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ମୋତେ ଯୋନାଥନ ଗୃହରେ ମରିବା ପାଇଁ ରାଜା ଯେପରି ଫେରି ନ ପଠାନ୍ତି, ଏଥିପାଇଁ ମୁଁ ତାଙ୍କ ଛାମୁରେ ନିବେଦନ କଲି।’”
27 A zeszli się wszyscy książęta do Jeremijasza, i pytali go; który im powiedział według tego wszsytkiego, jako mu był król rozkazał. A tak milcząc odeszli od niego, gdyż się to było nie ogłosiło.
ଏଥିଉତ୍ତାରେ ଅଧିପତି ସମସ୍ତେ ଯିରିମୀୟଙ୍କ ନିକଟକୁ ଆସି ତାଙ୍କୁ ପଚାରିଲେ; ତହିଁରେ ସେ ରାଜାଙ୍କ ଆଜ୍ଞାନୁସାରେ ଏହିସବୁ କଥା ସେମାନଙ୍କୁ ଜଣାଇଲେ। ତହୁଁ ସେମାନେ ତାଙ୍କ ସଙ୍ଗେ କଥା କହିବାର ତ୍ୟାଗ କଲେ; କାରଣ କଥା ପ୍ରକାଶ ପାଇଲା ନାହିଁ।
28 A Jeremijasz siedział w sieni straży aż do onego dnia, którego wzięto Jeruzalem, gdzie był, gdy dobywano Jeruzalemu.
ତହିଁରେ ଯିରୂଶାଲମର ପରାଜୟ ଦିନ ପର୍ଯ୍ୟନ୍ତ ଯିରିମୀୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ।