< Jozuego 12 >

1 A ci są królowie ziemi, które pobili synowie Izraelscy, i posiedli ziemię ich za Jordanem ku wschodowi słońca, od potoku Arnon aż do góry Hermon, i wszystkę równinę ku wschodowi słońca:
ଇସ୍ରାଏଲ-ସନ୍ତାନଗଣ ଯେଉଁ ଦେଶୀୟ ରାଜାମାନଙ୍କୁ ବଧ କରି ଯର୍ଦ୍ଦନ ସେପାରି ସୂର୍ଯ୍ୟୋଦୟ ଆଡ଼େ ଅର୍ଣ୍ଣୋନ ଉପତ୍ୟକାରୁ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ଓ ପୂର୍ବଦିଗସ୍ଥିତ ସମସ୍ତ ପଦାଭୂମି ଅଧିକାର କଲେ, ସେମାନେ ଏହି।
2 Sehon, król Amorejski, który mieszkał w Hesebon, a panował od Aroer, które leży nad brzegiem potoku Arnon, i od połowy tegoż potoku i połowy Galaadu aż do potoku Jabok, gdzie są granice synów Ammonowych,
ହିଷ୍‍ବୋନ ନିବାସୀ ଇମୋରୀୟମାନଙ୍କ ସୀହୋନ ରାଜା, ସେ ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗର ଓ ଗିଲୀୟଦର ଅର୍ଦ୍ଧ ଦେଶଠାରୁ ଅମ୍ମୋନ-ସନ୍ତାନଗଣର ସୀମାସ୍ଥିତ ଯବ୍ବୋକ୍‍ ନଦୀ ପର୍ଯ୍ୟନ୍ତ
3 A od równin aż do morza Cynerot na wschód słońca, i aż do morza pustyni, do morza słonego na wschód, idąc ku Betsemot, i od południa pod górę Fazga.
ଓ ପଦାଭୂମିସ୍ଥିତ କିନ୍ନେରତ୍‍ ହ୍ରଦର ପୂର୍ବ ତୀର ପର୍ଯ୍ୟନ୍ତ ଓ ବେଥ୍-ଯିଶିମୋତର ପଥରେ ପଦାଭୂମିସ୍ଥିତ ଲବଣ ସମୁଦ୍ରର ପୂର୍ବ ତୀର ପର୍ଯ୍ୟନ୍ତ ଓ ପିସ୍ଗାର ଅଧଃସ୍ଥିତ ଦକ୍ଷିଣ ଦେଶରେ କର୍ତ୍ତୃତ୍ୱ କଲେ।
4 I granice Oga, króla Basańskiego, który był pozostał z Refaimów, a mieszkał w Astarot i w Edrej.
ପୁଣି ବାଶନୀୟ ଓଗ୍‍ ରାଜାର ଅଞ୍ଚଳ (ଅଧିକାର କଲେ) ସେ ଅବଶିଷ୍ଟ ରଫାୟୀୟ ବଂଶଜାତ, ସେ ଅଷ୍ଟାରୋତ୍‍ ଓ ଇଦ୍ରିୟୀରେ ବାସ କଲା,
5 Który też panował na górze Hermon, i w Selecha, i we wszystkiem Basan, aż do granic Gessurytów, i Mahachatytów, i nad połową Galaad ku granicy Sehona, króla Hesebońskiego.
ପୁଣି ସେ ହର୍ମୋଣ ପର୍ବତରେ ଓ ସଲଖାରେ ଓ ଗଶୂରୀୟମାନଙ୍କ ଓ ମାଖାଥୀୟମାନଙ୍କ ସୀମା ପର୍ଯ୍ୟନ୍ତ ସମୁଦାୟ ବାଶନ ଦେଶରେ ଓ ହିଷ୍‍ବୋନର ରାଜା ସୀହୋନର ସୀମା ପର୍ଯ୍ୟନ୍ତ ଗିଲୀୟଦର ଅର୍ଦ୍ଧ ଦେଶରେ କର୍ତ୍ତୃତ୍ୱ କଲେ।
6 Mojżesz, sługa Pański, i synowie Izraelscy, pobili je; i podał tę ziemię Mojżesz, sługa Pański, w dziedzictwo Rubenitom, i Gadytom, i połowie pokolenia Manasesowego.
ସଦାପ୍ରଭୁଙ୍କ ସେବକ ମୋଶା ଓ ଇସ୍ରାଏଲ-ସନ୍ତାନଗଣ ଏମାନଙ୍କୁ ବଧ କଲେ; ପୁଣି ସଦାପ୍ରଭୁଙ୍କ ସେବକ ମୋଶା ସେହି ଦେଶ ଅଧିକାର କରିବା ପାଇଁ ରୁବେନୀୟ ଓ ଗାଦୀୟ ଲୋକମାନଙ୍କୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଦେଲେ।
7 Ci też są królowie ziemi, które pobił Jozue, i synowie Izraelscy za Jordanem na zachód słońca, od Baalgad na polu Libańskiem, i aż do Halak, która idzie ku Seir, którą podał Jozue pokoleniom Izraelskim w dziedzictwo według działu ich.
ଯର୍ଦ୍ଦନ ଏପାରି ପଶ୍ଚିମ ଦିଗରେ ଲିବାନୋନର ସମସ୍ଥଳୀସ୍ଥିତ ବାଲ୍‍ଗାଦ୍‍ଠାରୁ ସେୟୀରଗାମୀ ହାଲକ୍‍ ପର୍ବତ ପର୍ଯ୍ୟନ୍ତ ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନଗଣ ଦେଶୀୟ ଯେଉଁ ଯେଉଁ ରାଜାଙ୍କୁ ବଧ କଲେ
8 Na górach, i na równinach, i w polach, i w niżynach, i na puszczy, i na południe ziemi Hetejczyka, Amorejczyka, i Chananejczyka, Ferezejczyka, Hewejczyka, i Jebuzejczyka.
ଓ ଯିହୋଶୂୟ ଯେଉଁ ଯେଉଁ ପର୍ବତମୟ ଦେଶ ଓ ତଳଭୂମି ଓ ପଦାଭୂମି ଓ ଅଧିତ୍ୟକା ଓ ପ୍ରାନ୍ତର ଓ ଦକ୍ଷିଣାଞ୍ଚଳସ୍ଥ ହିତ୍ତୀୟ, ଇମୋରୀୟ ଓ କିଣାନୀୟ ଓ ପରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନଙ୍କ ଦେଶ ଅଧିକାର କରିବା ପାଇଁ ସ୍ୱ ସ୍ୱ ବିଭାଗାନୁସାରେ ଇସ୍ରାଏଲ-ବଂଶମାନଙ୍କୁ ଦେଲେ, ସେହି ସବୁ ରାଜା ଏହି;
9 Król Jerycha jeden; król Haj, które jest w bok Betel, jeden.
ଯିରୀହୋର ରାଜା, ଏକ; ବେଥେଲ୍‍ର ନିକଟସ୍ଥ ଅୟର ରାଜା
10 Król Jeruzalem jeden; król Hebron jeden.
ଯିରୂଶାଲମର ରାଜା, ଏକ; ହିବ୍ରୋଣର ରାଜା, ଏକ;
11 Król Jerymot jeden; król Lachys jeden.
ଯର୍ମୂତର ରାଜା, ଏକ; ଲାଖୀଶ୍‍ର ରାଜା, ଏକ;
12 Król Heglon jeden; król Gazer jeden.
ଇଗ୍ଲୋନ୍‍ର ରାଜା, ଏକ; ଗେଷରର ରାଜା, ଏକ;
13 Król Dabir jeden; król Gader jeden.
ଦବୀରର ରାଜା, ଏକ; ଗେଦରର ରାଜା, ଏକ;
14 Król Horma jeden; król Hered jeden.
ହର୍ମାର ରାଜା, ଏକ; ଅରାଦର ରାଜା, ଏକ;
15 Król Lebni jeden; król Adullam jeden.
ଲିବ୍‍ନାର ରାଜା, ଏକ; ଅଦୁଲ୍ଲମର ରାଜା, ଏକ;
16 Król Maceda jeden; król Betel jeden.
ମକ୍କେଦାର ରାଜା, ଏକ; ବେଥେଲ୍‍ର ରାଜା, ଏକ;
17 Król Taffua jeden; król Hefer jeden.
ତପୂହର ରାଜା, ଏକ; ହେଫରର ରାଜା, ଏକ;
18 Król Afek jeden; król Saron jeden.
ଅଫେକର ରାଜା, ଏକ; ଲାଶାରୋଣର ରାଜା, ଏକ;
19 Król Madon jeden; król Hasor jeden.
ମାଦୋନର ରାଜା, ଏକ; ହାସୋରର ରାଜା, ଏକ;
20 Król Symron Meron jeden; król Aksaf jeden.
ଶିମ୍ରୋଣମରୋଣର ରାଜା, ଏକ; ଅକ୍‍ଷଫର ରାଜା, ଏକ;
21 Król Tenach jeden; król Mageddo jeden.
ତାନକ୍‍ର ରାଜା, ଏକ; ମଗିଦ୍ଦୋର ରାଜା, ଏକ;
22 Król Kades jeden; król Jachanam z Karmelu jeden.
କେଦଶର ରାଜା, ଏକ; କର୍ମିଲସ୍ଥ ଯଗ୍ନିୟାମର ରାଜା, ଏକ;
23 Król Dor z krainy Dor jeden; król Goim w Galgal jeden;
ଦୋର ଉପପର୍ବତସ୍ଥିତ ଦୋରର ରାଜା, ଏକ; ଗିଲ୍‍ଗଲ୍‍ସ୍ଥ ଗୋୟିମର ରାଜା, ଏକ;
24 Król Torsa jeden. Wszystkich królów trzydzieści i jeden.
ତିର୍ସାର ରାଜା, ଏକ; ସର୍ବସୁଦ୍ଧା ଏକତିରିଶ ରାଜା।

< Jozuego 12 >