< Liczb 18 >
1 Potem rzekł Pan do Aarona: Ty i synowie twoi, i dom ojca twego z tobą, poniesiecie nieprawość świątnicy. I ty i synowie twoi z tobą poniesiecie nieprawość kapłaństwa waszego.
ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଓ ତୁମ୍ଭର ପିତୃବଂଶ, ତୁମ୍ଭେମାନେ ପବିତ୍ର ସ୍ଥାନଘଟିତ ଅପରାଧ ବହିବ; ପୁଣି, ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଯାଜକତ୍ୱ-ପଦଘଟିତ ଅପରାଧ ବୋହିବ।
2 Bracią także twoję, pokolenie Lewiego, ród ojca twego, przypuścisz do siebie, aby byli przy tobie, i posługowali tobie; a ty i synowie twoi z tobą służyć będziecie przed namiotem świadectwa.
ଆଉ ତୁମ୍ଭେ ଲେବୀ ବଂଶୀୟ ତୁମ୍ଭର ଭ୍ରାତୃଗଣକୁ, ଅର୍ଥାତ୍, ତୁମ୍ଭର ପିତୃବଂଶୀୟମାନଙ୍କୁ ଆପଣା ସଙ୍ଗେ ନିକଟକୁ ଆଣ, ସେମାନେ ତୁମ୍ଭ ସହିତ ଯୋଗ ଦେବେ ଓ ତୁମ୍ଭର ସେବା କରିବେ; ମାତ୍ର ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ସାକ୍ଷ୍ୟ-ତମ୍ବୁ ସମ୍ମୁଖରେ ରହିବ।
3 Oni będą przestrzegali rozkazania twego, i pilnowali wszystkiego namiotu; wszakże do naczynia śwątnicy, i do ołtarza, przystępować nie będą, aby nie pomarli, i oni i wy.
ପୁଣି, ସେମାନେ ତୁମ୍ଭର ରକ୍ଷଣୀୟ ଓ ସମୁଦାୟ ତମ୍ବୁର ରକ୍ଷଣୀୟ ରକ୍ଷା କରିବେ; ଯେପରି ସେମାନେ, ଅବା ତୁମ୍ଭେମାନେ ନ ମର, ଏଥିପାଇଁ ସେମାନେ କେବଳ ପବିତ୍ର ସ୍ଥାନର ପାତ୍ର ନିକଟକୁ ଓ ବେଦି ନିକଟକୁ ଯିବେ ନାହିଁ।
4 I przyłączą się do ciebie, pilnie strzegąc namiotu zgromadzenia w każdej usłudze namiotu; a nikt obcy niechaj się nie mięsza między was.
ସେମାନେ ତୁମ୍ଭ ସହିତ ଯୋଗ ଦେଇ ତମ୍ବୁର ସମସ୍ତ ସେବାକର୍ମ ଅନୁସାରେ ସମାଗମ-ତମ୍ବୁର ରକ୍ଷଣୀୟ ରକ୍ଷା କରିବେ, ଆଉ କୌଣସି ଅନ୍ୟ ବଂଶୀୟ ଲୋକ ସେମାନଙ୍କ ନିକଟକୁ ଯିବ ନାହିଁ।
5 Wy tedy pilnie strzeżcie świątnicy, i usługi ołtarzowej, by się napotem nie wzruszył gniew przeciwko synom Izraelskim.
ପୁଣି, ଇସ୍ରାଏଲ-ସନ୍ତାନଗଣ ପ୍ରତି ଯେପରି ଆଉ କ୍ରୋଧ ଉପସ୍ଥିତ ନ ହୁଏ, ଏଥିପାଇଁ ତୁମ୍ଭେମାନେ ପବିତ୍ର ସ୍ଥାନର ରକ୍ଷଣୀୟ ଓ ବେଦିର ରକ୍ଷଣୀୟ ରକ୍ଷା କରିବ।
6 Bom oto ja obrał bracią waszę Lewity, z pośród synów Izraelskich, wam za dar, oddane Panu, aby odprawowali usługę w namiocie zgromadzenia.
ଆଉ ଆମ୍ଭେ, ଦେଖ, ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ତୁମ୍ଭମାନଙ୍କର ଭ୍ରାତୃଗଣ ଲେବୀୟମାନଙ୍କୁ ଗ୍ରହଣ କରିଅଛୁ, ସେମାନେ ସମାଗମ-ତମ୍ବୁର ସେବାକର୍ମ ନିମନ୍ତେ ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦତ୍ତ ଦାନ ଅଟନ୍ତି।
7 Ale ty i synowie twoi z tobą, przestrzegać będziecie kapłaństwa waszego przy każdej usłudze ołtarzowej, i za zasłoną służyć będziecie; urząd kapłaństwa waszego dałem wam darmo; gdyby kto obcy przystąpił, umrze.
ଏଣୁ ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ, ତୁମ୍ଭେମାନେ ବେଦି ସମ୍ବନ୍ଧୀୟ ସକଳ ବିଷୟରେ ଓ ବିଚ୍ଛେଦ ବସ୍ତ୍ର ଭିତରେ ଆପଣାର ଯାଜକତ୍ୱ ପାଳନ କରିବ ଓ ତୁମ୍ଭେମାନେ ସେବା କରିବ। ଆମ୍ଭେ (ଆପଣା) ଦାନଜନିତ ସେବା ରୂପେ ତୁମ୍ଭମାନଙ୍କୁ ଯାଜକତ୍ୱ ପଦ ଦେଲୁ; ମାତ୍ର ଯେଉଁ ଅନ୍ୟ ବଂଶୀୟ ଲୋକ ନିକଟକୁ ଆସେ, ତାହାର ପ୍ରାଣଦଣ୍ଡ ହେବ।”
8 Nadto mówił Pan do Aarona: Otom ja dał tobie pod straż ofiary moje podnoszone; wszystkie rzeczy poświęcone od synów Izraelskich tobiem je dał dla pomazania, i synom twoim prawem wiecznem.
ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ଆହୁରି ଆମ୍ଭେ, ଦେଖ, ଆମ୍ଭେ ଆପଣା ଉତ୍ତୋଳନୀୟ ଉପହାର, ଅର୍ଥାତ୍, ଇସ୍ରାଏଲ-ସନ୍ତାନଗଣର ସମସ୍ତ ପବିତ୍ରୀକୃତ ଦ୍ରବ୍ୟର ଭାର ତୁମ୍ଭଙ୍କୁ ଦେଲୁ, ତୁମ୍ଭର ଅଭିଷେକ ସକାଶୁ ତୁମ୍ଭକୁ ଓ ତୁମ୍ଭର ସନ୍ତାନଗଣକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ତାହାସବୁ ଦେଲୁ।
9 To będzie twoje z rzeczy poświęconych, które nie bywają palone. Każda ofiara ich, bądź ofiara śniedna ich, bądź ofiara za grzech ich, albo ofiara za występek ich, cokolwiek mi oddawać będą to będzie rzeczą poświęconą tobie i synom twoim,
ଅଗ୍ନିକୃତ ମହାପବିତ୍ର ଉପହାର ମଧ୍ୟରୁ ରକ୍ଷିତ ଏହାସବୁ ତୁମ୍ଭର ହେବ; ଆମ୍ଭ ଉଦ୍ଦେଶ୍ୟରେ ସେମାନେ ଯାହା ଉତ୍ସର୍ଗ କରିବେ, ଏପରି ସେମାନଙ୍କର ପ୍ରତ୍ୟେକ ଉପହାର, ଅର୍ଥାତ୍, ସେମାନଙ୍କର ପ୍ରତ୍ୟେକ ଭକ୍ଷ୍ୟ ନୈବେଦ୍ୟ ଓ ସେମାନଙ୍କର ପ୍ରତ୍ୟେକ ପାପାର୍ଥକ ବଳି ଓ ସେମାନଙ୍କର ପ୍ରତ୍ୟେକ ଦୋଷାର୍ଥକ ବଳି ତୁମ୍ଭ ଓ ତୁମ୍ଭ ପୁତ୍ରଗଣ ନିମନ୍ତେ ମହାପବିତ୍ର ହେବ।
10 Na miejscu najświętszem jadać to będziesz; wszelki mężczyzna będzie jadł z tego; rzeczą poświęconą to będzie tobie.
ତୁମ୍ଭେ ତାହା ମହାପବିତ୍ର ଦ୍ରବ୍ୟ ଭାବି ତହିଁରୁ ଭୋଜନ କରିବ; ପ୍ରତ୍ୟେକ ପୁରୁଷ ତହିଁରୁ ଭୋଜନ କରିବ; ତାହା ତୁମ୍ଭ ପ୍ରତି ପବିତ୍ର ହେବ।
11 To też twoje będzie, ofiara podnoszenia darów ich ze wszystkiemi ofiarami tam i sam obracania synów Izraelskich; tobiem je dał, i synom twoim, i córkom twoim z tobą, prawem wiecznem; każdy czysty w domu twoim będzie je jadł.
ଆଉ ଏହା ତୁମ୍ଭର ଅଟେ; ଅର୍ଥାତ୍, ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ଦୋଳନୀୟ ନୈବେଦ୍ୟର ଦାନ ମଧ୍ୟରୁ ଉତ୍ତୋଳନୀୟ ଉପହାର; ଆମ୍ଭେ ଅନନ୍ତକାଳୀନ ଅଧିକାରାର୍ଥେ ତାହାସବୁ ତୁମ୍ଭକୁ ଓ ତୁମ୍ଭ ସହିତ ତୁମ୍ଭର ପୁତ୍ର ଓ କନ୍ୟାଗଣଙ୍କୁ ଦେଲୁ; ତୁମ୍ଭ ଗୃହସ୍ଥିତ ପ୍ରତ୍ୟେକ ଶୁଚି ଲୋକ ତାହା ଭୋଜନ କରିବ।
12 Każdą co najprzedniejszą oliwę, i każde co najlepsze wino, i zboże, pierwiastki ich, które ofiarują Panu, tobiem je dał.
ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କର ସମସ୍ତ ଉତ୍ତମ ତୈଳ ଓ ସମସ୍ତ ଉତ୍ତମ ଦ୍ରାକ୍ଷାଫଳ ଓ ଶସ୍ୟ, ଯେଉଁ ଯେଉଁ ପ୍ରଥମଜାତ ଫଳ ଉତ୍ସର୍ଗ କରିବେ, ତାହାସବୁ ଆମ୍ଭେ ତୁମ୍ଭକୁ ଦେଲୁ।
13 Pierwociny ze wszystkich rzeczy, które będą w ziemi ich, które przyniosą Panu, twoje będą; każdy czysty w domu twoim jadać je będzie.
ସେମାନେ ଆପଣା ଆପଣା ଭୂମିରୁ ଉତ୍ପନ୍ନ ଯେଉଁସବୁ ପ୍ରଥମ ପକ୍ୱ ଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେହି ସବୁ ତୁମ୍ଭର ହେବ; ତୁମ୍ଭ ଗୃହସ୍ଥିତ ପ୍ରତ୍ୟେକ ଶୁଚି ଲୋକ ତାହା ଭୋଜନ କରିବ।
14 Wszystko, cokolwiek jest poślubione w Izraelu, twoje będzie.
ଇସ୍ରାଏଲ ମଧ୍ୟରେ ସମସ୍ତ ଉତ୍ସର୍ଗୀକୃତ ବସ୍ତୁସବୁ ତୁମ୍ଭର ହେବ।
15 Cokolwiek otwiera żywot wszelkiego ciała, a bywa ofiarowane Panu, tak z ludzi jako z bydła, twoje będzie; ale pierworodne z ludzi okupisz, także pierworodne nieczystego bydła okupisz.
ସେମାନେ ମନୁଷ୍ୟ କିମ୍ବା ପଶୁମାନଙ୍କ ମଧ୍ୟରୁ ଯେଉଁ ସମସ୍ତ ପ୍ରଥମଜାତ ଗର୍ଭର ଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେହି ସମସ୍ତ ତୁମ୍ଭର ହେବ; ତଥାପି ତୁମ୍ଭେ ମନୁଷ୍ୟର ପ୍ରଥମଜାତକୁ ଅବଶ୍ୟ ମୁକ୍ତ କରିବ, ପୁଣି, ତୁମ୍ଭେ ଅଶୁଚି ପଶୁର ପ୍ରଥମଜାତକୁ ମୁକ୍ତ କରିବ।
16 A okup jego, gdy mu miesiąc minie, dasz według szacunku twego pięć syklów srebra według sykla świątnicy; dwadzieścia pieniędzy waży sykiel.
ପୁଣି, ଯେଉଁମାନେ ଏକ ମାସ ବୟସ୍କ ଅବଧି ମୁକ୍ତ କରାଯିବେ, ସେହି ସମସ୍ତଙ୍କୁ ତୁମ୍ଭର ନିରୂପଣୀୟ ମୂଲ୍ୟରେ ପବିତ୍ର ସ୍ଥାନର କୋଡ଼ିଏ ଗେରା ପରିମିତ ଶେକଲ ଅନୁସାରେ ପାଞ୍ଚ ଶେକଲ ରୂପାରେ ମୁକ୍ତ କରିବ।
17 Ale pierworodnego od krowy, albo pierworodnego od owcy, albo pierworodnego od kozy, nie dasz na okup; bo poświęcone są; krew ich wylejesz na ołtarz, a tłustość ich zapalisz na ofiarę ognistą dla wdzięcznej wonności Panu.
ମାତ୍ର ତୁମ୍ଭେ ଗୋରୁର ପ୍ରଥମଜାତକୁ ଅବା ମେଷର ପ୍ରଥମଜାତକୁ ଅବା ଛାଗର ପ୍ରଥମଜାତକୁ ମୁକ୍ତ କରିବ ନାହିଁ, ସେମାନେ ପବିତ୍ର; ତୁମ୍ଭେ ବେଦି ଉପରେ ସେମାନଙ୍କର ରକ୍ତ ସେଚନ କରିବ, ପୁଣି, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ନିମନ୍ତେ ସେମାନଙ୍କର ମେଦ ଦଗ୍ଧ କରିବ।
18 Ale mięso ich twoje będzie; jako mostek podnoszenia, i jako łopatka prawa, twoje będą.
ଆଉ ସେମାନଙ୍କର ମାଂସ ତୁମ୍ଭର ହେବ, ଯେପରି ଦୋଳନୀୟ ନୈବେଦ୍ୟାର୍ଥକ ବକ୍ଷ ଓ ଦକ୍ଷିଣ ଚଟୁଆ, ସେପରି ତାହା ତୁମ୍ଭର ହେବ।
19 Wszystkie ofiary podnoszenia z rzeczy poświęconych, które przynosić będą synowie Izraelscy Panu, dałem tobie, i synom twym, i córkom twoim z tobą, prawem wiecznem; ustawa to nienaruszona, i wieczna przed Panem, tobie i nasieniu twemu z tobą.
ଇସ୍ରାଏଲ-ସନ୍ତାନଗଣ ଯେଉଁ ସମସ୍ତ ବସ୍ତୁ ପବିତ୍ର କରି ଉତ୍ତୋଳନୀୟ ଉପହାର ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେସକଳ ଆମ୍ଭେ ଅନନ୍ତକାଳୀନ ଅଧିକାରାର୍ଥେ ତୁମ୍ଭକୁ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ର ଓ କନ୍ୟାଗଣଙ୍କୁ ଦେଲୁ; ତୁମ୍ଭ ଓ ତୁମ୍ଭ ସଙ୍ଗେ ତୁମ୍ଭ ବଂଶ ପକ୍ଷରେ ଏହା ସଦାପ୍ରଭୁଙ୍କ ସାକ୍ଷାତରେ ଅନନ୍ତକାଳୀନ ଲବଣର ନିୟମ।”
20 Potem mówił Pan do Aarona: W ziemi ich dziedzictwa mieć nie będziesz, i działu nie będziesz miał między nimi; Jam dział twój, i dziedzictwo twoje w pośród synów Izraelskich.
ଆହୁରି ସଦାପ୍ରଭୁ ହାରୋଣଙ୍କୁ କହିଲେ, “ସେମାନଙ୍କ ଭୂମିରେ ତୁମ୍ଭର କୌଣସି ଅଧିକାର ରହିବ ନାହିଁ; ଓ ସେମାନଙ୍କ ମଧ୍ୟରେ ତୁମ୍ଭର କୌଣସି ବାଣ୍ଟ ରହିବ ନାହିଁ; ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ଆମ୍ଭେ ହିଁ ତୁମ୍ଭର ବାଣ୍ଟ ଓ ତୁମ୍ଭର ଅଧିକାର।
21 Synom zaś Lewiego otom dał wszystkę dziesięcinę w Izraelu dziedzicznie za służbę ich, którą wykonywają służąc około namiotu zgromadzenia.
ଆଉ ଦେଖ, ଲେବୀ-ସନ୍ତାନଗଣ ଯେଉଁ ସେବାକାର୍ଯ୍ୟ କରନ୍ତି, ସମାଗମ-ତମ୍ବୁ ସମ୍ବନ୍ଧୀୟ ସେମାନଙ୍କ ସେହି ସେବାକାର୍ଯ୍ୟର ପରିଶୋଧରେ ଆମ୍ଭେ ସେମାନଙ୍କ ଅଧିକାରାର୍ଥେ ଇସ୍ରାଏଲ ମଧ୍ୟରେ ସମସ୍ତ ଦଶମାଂଶ ଦେଲୁ।
22 A niechaj nie przystępują więcej synowie Izraelscy do namiotu zgromadzenia, aby nie ponieśli grzechu i nie pomarli;
ଆଉ ଇସ୍ରାଏଲ-ସନ୍ତାନଗଣଙ୍କ ପାପ ବୋହି ଯେପରି ନ ମରନ୍ତି, ଏଥିପାଇଁ, ଏହି ସମୟଠାରୁ ସେମାନେ ସମାଗମ-ତମ୍ବୁ ନିକଟକୁ ଆସିବେ ନାହିଁ।
23 Ale sami Lewitowie odprawować będą usługę około namiotu zgromadzenia, i sami poniosą nieprawość swoję. Ustawa to wieczna będzie w narodziech waszych, aby w pośród synów Izraelskich dziedzictwa nie mieli.
ମାତ୍ର ଲେବୀୟମାନେ ସମାଗମ-ତମ୍ବୁର ସେବାକାର୍ଯ୍ୟ କରିବେ ଓ ସେମାନେ ଆପଣା ଆପଣା ଅପରାଧ ବୋହିବେ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମସ୍ଥାୟୀ ଅନନ୍ତକାଳୀନ ବିଧି, ପୁଣି, ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ କୌଣସି ଅଧିକାର ପାଇବେ ନାହିଁ।
24 Albowiem dziesięciny synów Izraelskich które przynosić będą na ofiarę podnoszenia Panu, dałem Lewitom za dziedzictwo; przetoż rzekłem do nich: W pośród synów Izraelskich nie będą mieli dziedzictwa.
କାରଣ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ରୂପେ ଯେଉଁ ଦଶମାଂଶ ଉତ୍ସର୍ଗ କରନ୍ତି, ତାହା ଆମ୍ଭେ ଲେବୀୟମାନଙ୍କୁ ଅଧିକାରାର୍ଥେ ଦେଲୁ; ଏହେତୁ ଆମ୍ଭେ ସେମାନଙ୍କ ବିଷୟରେ କହିଲୁ, ‘ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସେମାନେ କୌଣସି ଅଧିକାର ପାଇବେ ନାହିଁ।’”
25 Potem rzekł Pan do Mojżesza mówiąc:
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
26 Mów też do Lewitów, a powiedz im: Gdy weźmiecie od synów Izraelskich dziesięciny, którem ja wam dał od nich za dziedzictwo wasze, tedy ofiarować będziecie ofiarę podnoszenia Panu dziesiątą część dziesięcin.
“ଆହୁରି ତୁମ୍ଭେ ଲେବୀୟମାନଙ୍କୁ କହିବ, ଆମ୍ଭେ ତୁମ୍ଭମାନଙ୍କ ଅଧିକାରାର୍ଥେ ଇସ୍ରାଏଲ-ସନ୍ତାନଗଣଠାରୁ ଯେଉଁ ଦଶମାଂଶ ତୁମ୍ଭମାନଙ୍କୁ ଦେଲୁ, ‘ତାହା ଯେଉଁ ସମୟରେ ତୁମ୍ଭେ ସେମାନଙ୍କଠାରୁ ଗ୍ରହଣ କରିବ, ସେହି ସମୟରେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ରୂପେ ସେହି ଦଶମାଂଶର ଦଶମାଂଶ ଉତ୍ସର୍ଗ କରିବ।
27 A poczytana wam będzie ta ofiara wasza jako zboże z bojewiska, i jako obfitość wina z prasy.
ତୁମ୍ଭମାନଙ୍କ ଏହି ଉତ୍ତୋଳନୀୟ ଉପହାର ଖଳାର ଶସ୍ୟ ତୁଲ୍ୟ ଓ ଦ୍ରାକ୍ଷାଯନ୍ତ୍ରର ପୂର୍ଣ୍ଣତା ତୁଲ୍ୟ ତୁମ୍ଭମାନଙ୍କ ପକ୍ଷରେ ଗଣାଯିବ।
28 Tak wy też ofiarować będziecie ofiarę podnoszenia Panu ze wszystkich dziesięcin waszych, które weźmiecie od synów Izraelskich, a oddacie z nich ofiarę podnoszenia Panu, Aaronowi kapłanowi:
ଏହିରୂପେ ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣଠାରୁ ଯେଉଁ ଦଶମାଂଶ ଗ୍ରହଣ କରିବ, ତହିଁରୁ ତୁମ୍ଭେମାନେ ହିଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ; ପୁଣି, ତହିଁରୁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉତ୍ତୋଳନୀୟ ଉପହାର ହାରୋଣ ଯାଜକକୁ ଦେବ।
29 Ze wszystkich dochodów waszych ofiarować będziecie wszelką ofiarę podnoszenia Panu; ze wszystkiego co najlepsze jest, ofiarujecie cząstkę poświęconą.
ତୁମ୍ଭମାନଙ୍କର ପ୍ରାପ୍ତ ସମସ୍ତ ଦାନ ମଧ୍ୟରୁ ସେ ସଦାପ୍ରଭୁଙ୍କ ଉତ୍ତୋଳନୀୟ ଉପହାର, ଅର୍ଥାତ୍, ତହିଁର ସମସ୍ତ ଉତ୍ତମ ଦ୍ରବ୍ୟରୁ ତହିଁର ପବିତ୍ର ଅଂଶ ଉତ୍ସର୍ଗ କରିବ।’
30 Powiesz im też: Gdy oddawać będziecie z tego, co najlepsze jest, tedy poczytano będzie Lewitom jako urodzaje z bojewiska; i jako urodzaj z prasy.
ଏହେତୁ ତୁମ୍ଭେ ସେମାନଙ୍କୁ କହିବ, ‘ତୁମ୍ଭେମାନେ ଯେଉଁ ସମୟରେ ତହିଁରୁ ଉତ୍ତମ ଦ୍ରବ୍ୟ ଉତ୍ତୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ, ସେହି ସମୟରେ ତାହା ଲେବୀୟମାନଙ୍କ ପକ୍ଷରେ ଖଳାରୁ ଉତ୍ପନ୍ନ ଦ୍ରବ୍ୟ ଓ ଦ୍ରାକ୍ଷାଯନ୍ତ୍ରରୁ ଉତ୍ପନ୍ନ ଦ୍ରବ୍ୟ ବୋଲି ଗଣାଯିବ।
31 I będziecie to jeść na każdem miejscu, wy i czeladź wasza; albowiem to jest zapłata wasza za służbę waszę przy namiocie zgromadzenia;
ପୁଣି, ତୁମ୍ଭେମାନେ ଓ ତୁମ୍ଭମାନଙ୍କ ପରିଜନଗଣ ସବୁ ସ୍ଥାନରେ ତାହା ଭୋଜନ କରିବ; କାରଣ ତାହା ସମାଗମ-ତମ୍ବୁରେ କୃତ ତୁମ୍ଭମାନଙ୍କ ସେବାକାର୍ଯ୍ୟ ପରିଶୋଧରେ ତୁମ୍ଭମାନଙ୍କର ପୁରସ୍କାର ଅଟେ।
32 I nie poniesiecie za to grzechu, gdy ofiarować będziecie co najlepszego jest z tego, i nie splugawicie rzeczy poświęconych od synów Izraelskich, i nie pomrzecie.
ଆଉ ତହିଁରୁ ସେହି ଉତ୍ତମ ଦ୍ରବ୍ୟ ଉପହାର ରୂପେ ଉତ୍ସର୍ଗ କଲେ, ତୁମ୍ଭେମାନେ ତଦ୍ଦ୍ୱାରା ଘଟିତ କୌଣସି ପାପ ବୋହିବ ନାହିଁ; ପୁଣି, ତୁମ୍ଭେମାନେ ଯେପରି ନ ମର, ଏଥିପାଇଁ ଇସ୍ରାଏଲ-ସନ୍ତାନଗଣର ପବିତ୍ର ଦ୍ରବ୍ୟ ଅପବିତ୍ର କରିବ ନାହିଁ।’”