< Objawienie 19 >

1 Potemem słyszał wielki głos wielkiego ludu na niebie, mówiącego: Halleluja! Zbawienie i chwała, i cześć, i moc Panu, Bogu naszemu.
ଏଥିଉତ୍ତାରେ ମୁଁ ସ୍ୱର୍ଗରେ ମହାଜନତାର ଶଦ୍ଦ ପରି ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, “ହାଲ୍ଲିଲୂୟା; ପରିତ୍ରାଣ, ଗୌରବ ଓ ପରାକ୍ରମ ଆମ୍ଭମାନଙ୍କ ଈଶ୍ବରଙ୍କର,
2 Bo prawdziwe i sprawiedliwe są sądy jego, iż osądził wszetecznicę onę wielką, która kaziła ziemię wszeteczeństwem swojem i pomścił się krwi sług swoich z ręki jej.
କାରଣ ତାହାଙ୍କ ବିଚାର ସତ୍ୟ ଓ ନ୍ୟାୟ; ଯେଉଁ ମହା ବେଶ୍ୟା ଆପଣା ବ୍ୟଭିଚାର ଦ୍ୱାରା, ପୃଥିବୀକୁ ଭ୍ରଷ୍ଟ କରିଥିଲା, ସେ ତାହାକୁ ଦଣ୍ଡ ଦେଇ ଆପଣା ଦାସମାନଙ୍କ ରକ୍ତପାତର ପରିଶୋଧ ତାହାଠାରୁ ନେଇଅଛନ୍ତି।”
3 I rzekli po wtóre: Halleluja! A dym jej wstępuje na wieki wieków. (aiōn g165)
ପୁଣି, ସେ ଦ୍ୱିତୀୟ ଥର କହିଲେ, “ହାଲ୍ଲିଲୂୟା; ତାହାର ଅଗ୍ନିର ଧୂମ ଯୁଗେ ଯୁଗେ ଉଠୁଥିବ।” (aiōn g165)
4 I upadli dwadzieścia i czterej starcy, i czworo zwierząt, a pokłonili się Bogu siedzącemu na stolicy, mówiąc: Amen, Halleluja!
ସେଥିରେ ସେହି ଚବିଶ ପ୍ରାଚୀନ ଓ ଚାରି ପ୍ରାଣୀ ଉବୁଡ଼ ହୋଇ ସିଂହାସନ ଉପବିଷ୍ଟ ଈଶ୍ବରଙ୍କୁ ପ୍ରଣାମ କରି କହିଲେ, “ଆମେନ୍‍ ହାଲ୍ଲିଲୂୟା।”
5 Tedy wyszedł głos z stolicy, mówiący: Chwalcie Boga naszego wszyscy słudzy jego i którzy się go boicie, i mali, i wielcy.
ସେତେବେଳେ ସିଂହାସନଠାରୁ ଗୋଟିଏ ଶଦ୍ଦ ନିର୍ଗତ ହୋଇ କହିଲା, “ହେ ଈଶ୍ବରଙ୍କ ଦାସମାନେ, ହେ ତାହାଙ୍କର ଭୟକାରୀ କ୍ଷୁଦ୍ର ଓ ମହାନ ଲୋକମାନେ, ତାହାଙ୍କର ପ୍ରଶଂସା କର।”
6 I słyszałem głos jako ludu wielkiego i jako głos wielu wód, i jako głos mocnych gromów, mówiących: Halleluja! iż ujął królestwo Pan Bóg wszechmogący.
ଆଉ ମୁଁ ମହାଜନତାର ଶବ୍ଦ ପରି ଏବଂ ବହୁ ଜଳକଲ୍ଲୋଳ ଓ ଘୋର ମେଘଗର୍ଜ୍ଜନ ଶଦ୍ଦ ପରି ଗୋଟିଏ ଶଦ୍ଦ ଏହା କହିବାର ଶୁଣିଲି, “ହାଲ୍ଲିଲୂୟା, କାରଣ ପ୍ରଭୁ ଆମ୍ଭମାନଙ୍କର ସର୍ବଶକ୍ତିମାନ ଈଶ୍ବର ରାଜତ୍ୱ ଗ୍ରହଣ କରିଅଛନ୍ତି।
7 Weselmy się i radujmy się, a dajmy mu chwałę; bo przyszło wesele Barankowe, a małżonka jego nagotowała się.
ଆସ, ଆମ୍ଭେମାନେ ଆନନ୍ଦ ଓ ଉଲ୍ଲାସ କରୁ, ଏବଂ ତାହାଙ୍କୁ ଗୌରବ ପ୍ରଦାନ କରୁ, କାରଣ ମେଷଶାବକଙ୍କ ବିବାହର ସମୟ ଉପସ୍ଥିତ, ଆଉ ତାହାଙ୍କ କନ୍ୟା ଆପଣାକୁ ସଜ୍ଜିତ କରିଅଛି।
8 I dano jej, aby się oblekła w bisior czysty i świetny; albowiem bisior są usprawiedliwienia świętych.
ତାହାକୁ ଶୁଭ୍ର ଓ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ର ପରିଧାନ କରିବା ନିମନ୍ତେ ଦିଆଗଲା; ସେହି ସୂକ୍ଷ୍ମ ବସ୍ତ୍ର ସାଧୁମାନଙ୍କର ଧାର୍ମିକ କର୍ମ।”
9 I rzekł mi: Napisz: Błogosławieni, którzy są wezwani na wieczerzę wesela Barankowego. I rzekł mi: Te słowa Boże są prawdziwe.
ସେତେବେଳେ ସେ ମୋତେ କହିଲେ, “ଲେଖ, ଯେଉଁମାନେ ମେଷଶାବକଙ୍କ ବିବାହଭୋଜକୁ ନିମନ୍ତ୍ରିତ, ସେମାନେ ଧନ୍ୟ। ଆଉ ସେ ମୋତେ କହିଲେ, ଏହିସବୁ ଈଶ୍ବରଙ୍କ ସତ୍ୟ ବାକ୍ୟ।”
10 I upadłem do nóg jego, abym się mu pokłonił; ale mi rzekł: Patrz, abyś tego nie czynił; bom jest spółsługa twój i braci twoich, którzy mają świadectwo Jezusowe. Bogu się kłaniaj; albowiem świadectwo Jezusowe jest duch proroctwa.
ତହିଁରେ ମୁଁ ତାହାଙ୍କୁ ପ୍ରଣାମ କରିବା ନିମନ୍ତେ ତାହାଙ୍କ ପାଦ ତଳେ ଉବୁଡ଼ ହେଲି। ସେଥିରେ ସେ ମୋତେ କହିଲେ, “ସାବଧାନ, ଏହା କର ନାହିଁ, ମୁଁ ତୁମ୍ଭର ଓ ଯୀଶୁଙ୍କ ସାକ୍ଷୀ ଯେ ତୁମ୍ଭର ଭାଇମାନେ, ସେମାନଙ୍କର ସହଦାସ; ଈଶ୍ବରଙ୍କୁ ପ୍ରଣାମ କର। ଯୀଶୁଙ୍କ ବିଷୟକ ସାକ୍ଷ୍ୟ ତ ସାର।”
11 I widziałem niebo otworzone, a oto koń biały, a tego, który siedział na nim, zwano Wiernym i Prawdziwym, a sądzi w sprawiedliwości i walczy.
ତତ୍ପରେ ମୁଁ ସ୍ୱର୍ଗକୁ ଉନ୍ମୁକ୍ତ ଦେଖିଲି, ଆଉ ଦେଖ, ଗୋଟିଏ ଶ୍ୱେତବର୍ଣ୍ଣ ଅଶ୍ୱ; ତାହାର ଆରୋହୀଙ୍କ ନାମ ବିଶ୍ୱସ୍ତ ଓ ସତ୍ୟ; ନ୍ୟାୟ ରୂପେ ବିଚାର ଓ ଯୁଦ୍ଧ କରନ୍ତି।
12 A oczy jego były jako płomień ognia, a na głowie jego wiele koron; i miał imię napisane, którego nikt nie zna, tylko on sam.
ତାହାଙ୍କ ଚକ୍ଷୁ ଅଗ୍ନିଶିଖା ସଦୃଶ, ତାହାଙ୍କ ମସ୍ତକରେ ଅନେକ ମୁକୁଟ, ଆଉ ତାହାଙ୍କର ଗୋଟିଏ ନାମ ଲିଖିତ ଅଛି, ସେହି ନାମ ତାହାଙ୍କ ବିନା ଅନ୍ୟ କେହି ଜାଣେ ନାହିଁ।
13 A przyodziany był szatą omoczoną we krwi, a imię jego zowią Słowo Boże.
ସେ ରକ୍ତ-ନିମଜ୍ଜିତ ବସ୍ତ୍ର ପରିହିତ, ପୁଣି, ତାହାଙ୍କର ନାମ ଈଶ୍ବରଙ୍କ ବାକ୍ୟ।
14 A wojska, które są na niebie, szły za nim na koniach białych, obleczone lnem cienkim, białym i czystym.
ସ୍ୱର୍ଗସ୍ଥ ସୈନ୍ୟବାହିନୀ ଶୁଭ୍ର ଓ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ର ପରିହିତ ହୋଇ ଶୁଭ୍ରବର୍ଣ୍ଣ ଅଶ୍ୱମାନଙ୍କ ଉପରେ ଆରୋହଣ କରି ତାହାଙ୍କ ପଶ୍ଚାତ୍‍ଗମନ କଲେ।
15 A z ust jego wychodził miecz ostry, aby nim bił narody; albowiem on je rządzić będzie laską żelazną, a on tłoczy prasę wina zapalczywości i gniewu Boga wszechmogącego.
ତାହାଙ୍କ ମୁଖରୁ ତୀକ୍ଷ୍ଣ ଖଡ୍ଗ ନିର୍ଗତ ହୁଏ, ତଦ୍ୱାରା ସେ ଜାତିସମୂହକୁ ଆଘାତ କରିବେ; ସେ ସେମାନଙ୍କୁ ଲୌହ ଦଣ୍ଡରେ ଶାସନ କରିବେ, ଆଉ ସେ ନିଜେ ସର୍ବଶକ୍ତିମାନ ଈଶ୍ବରଙ୍କ ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାକୁଣ୍ଡ ଚୂର୍ଣ୍ଣ କରିବେ।
16 A ma na szacie i na biodrach swoich imię napisane: Król królów i Pan panów.
ତାହାଙ୍କ ବସ୍ତ୍ରରେ, ତାହାଙ୍କ ଜଂଘଭାଗରେ ଏହି ନାମ ଲିଖିତ ଅଛି “ରାଜାମାନଙ୍କ ରାଜା ଓ ପ୍ରଭୁମାନଙ୍କର ପ୍ରଭୁ।”
17 I widziałem jednego Anioła stojącego w słońcu i wołającego głosem wielkim, mówiąc wszystkim ptakom latającym po pośrodku nieba: Chodźcie i zgromadźcie się na wieczerzę wielkiego Boga,
ତତ୍ପରେ ମୁଁ ଜଣେ ଦୂତଙ୍କୁ ସୂର୍ଯ୍ୟ ମଧ୍ୟରେ ଦଣ୍ଡାୟମାନ ହୋଇଥିବାର ଦେଖିଲି; ସେ ଆକାଶରେ ଉଡ଼ିବା ସମସ୍ତ ପକ୍ଷୀଙ୍କୁ ଉଚ୍ଚସ୍ୱରରେ ଡାକି କହିଲେ, ଆସ, ଈଶ୍ବରଙ୍କ ମହାଭୋଜରେ ଏକତ୍ର ହୁଅ,
18 Abyście jedli ciała królów i ciała hetmanów, i ciała mocarzy, i ciała koni, i siedzących na nich, i ciała wszystkich wolnych i niewolników, i małych, i wielkich.
ଯେପରି ତୁମ୍ଭେମାନେ ରାଜାମାନଙ୍କର, ସେନାପତିମାନଙ୍କର, ପରାକ୍ରମୀମାନଙ୍କର, ଅଶ୍ୱ ଓ ଅଶ୍ୱାରୋହୀମାନଙ୍କର, ସ୍ୱାଧୀନ ଓ ପରାଧୀନ, କ୍ଷୁଦ୍ର ଓ ମହାନ ସମସ୍ତ ଲୋକଙ୍କର ମାଂସ ଭୋଜନ କରିବ।
19 I widziałem bestyję i królów ziemskich, i wojska ich zebrane, aby stoczyli bitwę z siedzącym na koniu i z wojskiem jego.
ପରେ ମୁଁ ପଶୁକୁ ଏବଂ ପୃଥିବୀର ରାଜାମାନଙ୍କୁ ଓ ସେମାନଙ୍କର ସୈନ୍ୟବାହିନୀକୁ ସେହି ଅଶ୍ୱାରୋହୀ ଓ ତାହାଙ୍କ ସୈନ୍ୟବାହିନୀଙ୍କ ସହିତ ଯୁଦ୍ଧ କରିବା ନିମନ୍ତେ ଏକତ୍ର ହୋଇଥିବାର ଦେଖିଲି।
20 Ale pojmana jest bestyja, a z nią fałszywy on prorok, który czynił cuda przed nią, któremi zwodził tych, którzy przyjęli piętno bestyi i którzy się kłaniali obrazowi jej, i obaj wrzuceni są żywo do jeziora ognistego, gorejącego siarką. (Limnē Pyr g3041 g4442)
ସେଥିରେ ସେହି ପଶୁ ଧରାପଡ଼ିଲା, ଆଉ ଯେଉଁ ଭଣ୍ଡ ଭାବବାଦୀ ତାହାର ସାକ୍ଷାତରେ ଆଶ୍ଚର୍ଯ୍ୟକର୍ମଗୁଡ଼ିକ କରି ତଦ୍ୱାରା ପଶୁର ମୁଦ୍ରାଙ୍କ ପ୍ରାପ୍ତ ଲୋକମାନଙ୍କୁ ଓ ତାହାର ପ୍ରତିମାପୂଜକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ମଧ୍ୟ ତାହାର ସଙ୍ଗରେ ଧରାପଡ଼ିଲା; ସେମାନେ ଉଭୟେ ଜୀବିତ ଅବସ୍ଥାରେ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ନିକ୍ଷିପ୍ତ ହେଲେ। (Limnē Pyr g3041 g4442)
21 A drudzy pobici są mieczem tego, który siedział na koniu, wychodzącym z ust jego, a wszystkie ptaki nasycone są ciałami ich.
ଅବଶିଷ୍ଟ ଲୋକେ ସେହି ଅଶ୍ୱାରୋହୀଙ୍କ ମୁଖ ନିର୍ଗତ ଖଡ୍ଗ ଦ୍ୱାରା ହତ ହେଲେ; ସେଥିରେ ସମସ୍ତ ପକ୍ଷୀ ସେମାନଙ୍କର ମାଂସ ଭୋଜନ କରି ପରିତୃପ୍ତ ହେଲେ।

< Objawienie 19 >