< Zachariasza 10 >

1 Żądajcie od Pana dżdżu czasu potrzebnego, a Pan uczyni obłoki dżdżyste, a deszcz obfity da wam i każdemu trawę na polu.
ତୁମ୍ଭେମାନେ ଶେଷ ବୃଷ୍ଟି ସମୟରେ ସଦାପ୍ରଭୁଙ୍କ ନିକଟରେ, ଅର୍ଥାତ୍‍, ଯେ ବିଜୁଳିର ସୃଷ୍ଟି କରନ୍ତି, ସେହି ସଦାପ୍ରଭୁଙ୍କ ନିକଟରେ ବୃଷ୍ଟି ମାଗ ତହିଁରେ ସେ ପ୍ରଚୁର ବୃଷ୍ଟି ଦେଇ ପ୍ରତ୍ୟେକ ଜଣଙ୍କ କ୍ଷେତ୍ରରେ ତୃଣ ଦେବେ।
2 Bo obrazy mówią próżność, a wieszczkowie prorokują kłamstwo i sny próżne opowiadają, daremnie cieszą; dlatego poszli w niewolę, jako trzoda, utrapieni są, że nie mieli pasterza.
କାରଣ ଦେବାଦେବୀଗଣ ଅସାର କଥା କହିଅଛନ୍ତି ଓ ମନ୍ତ୍ରପାଠକମାନେ ମିଥ୍ୟା ଦର୍ଶନ ପାଇଅଛନ୍ତି ଓ ସେମାନେ ମିଥ୍ୟା ସ୍ୱପ୍ନର କଥା କହିଅଛନ୍ତି, ସେମାନେ ବୃଥାରେ ସାନ୍ତ୍ୱନା ଦିଅନ୍ତି; ଏଥିପାଇଁ ଲୋକମାନେ ମେଷଗଣ ପରି ଆପଣା ଆପଣା ପଥରେ ଗମନ କରନ୍ତି, ସେମାନେ କ୍ଳେଶଯୁକ୍ତ ଅଟନ୍ତି, କାରଣ ସେମାନଙ୍କର ପାଳକ କେହି ନାହାନ୍ତି।
3 Przeciwko takim pasterzom zapaliła się popędliwość moja, a te kozły nawiedzę; ale trzodę swoję, dom Judzki, nawiedzi Pan zastępów, i wystawi ich jako ubranego konia do boju.
“ପାଳକମାନଙ୍କ ବିରୁଦ୍ଧରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହୋଇଅଛି ଓ ଆମ୍ଭେ ଅଧ୍ୟକ୍ଷଗଣକୁ ଶାସ୍ତି ଦେବା; କାରଣ ସୈନ୍ୟାଧିପତି ସଦାପ୍ରଭୁ ଆପଣା ପଲ ଯିହୁଦା ବଂଶର ତତ୍ତ୍ୱାନୁସନ୍ଧାନ କରିଅଛନ୍ତି ଓ ସେମାନଙ୍କୁ ଆପଣାର ସୁନ୍ଦର ଯୁଦ୍ଧ-ଅଶ୍ୱ ତୁଲ୍ୟ କରିବେ।
4 Od niego węgiel, od niego gwóźdź, od niego łuk wojenny, od niego także wynijdzie wszelki poborca;
ତାଙ୍କଠାରୁ କୋଣର ପ୍ରସ୍ତର, ତାଙ୍କଠାରୁ ପ୍ରେକ, ତାଙ୍କଠାରୁ ଯୁଦ୍ଧ-ଧନୁ, ତାଙ୍କଠାରୁ ପ୍ରତ୍ୟେକ ଶାସନକାରୀ ଏକତ୍ର ଉତ୍ପନ୍ନ ହେବେ।
5 I będą jako mocarze depczący w błoto po ulicach w bitwie, i walczyć będą, bo Pan z nimi; a zawstydzą tych, którzy wsiadaja na koń.
ପୁଣି, ସେମାନେ ବୀରଗଣ ତୁଲ୍ୟ ହୋଇ ଯୁଦ୍ଧରେ ଆପଣାମାନଙ୍କର ଶତ୍ରୁଗଣକୁ ବାଟର କାଦୁଅରେ ଦଳି ପକାଇବେ ଓ ସେମାନେ ଯୁଦ୍ଧ କରିବେ, କାରଣ ସଦାପ୍ରଭୁ ସେମାନଙ୍କର ସହବର୍ତ୍ତୀ ଅଟନ୍ତି ଓ ଅଶ୍ୱାରୋହୀମାନେ ଲଜ୍ଜିତ ହେବେ।
6 I umocnię dom Judowy, a dom Józefowy wybawię, i w pokoju ich osadzę, bo mam litość nad nimi; i będą, jakobym ich nie odrzucił; bom Ja jest Pan, Bóg ich, a wysłucham ich.
ଆଉ, ଆମ୍ଭେ ଯିହୁଦା-ବଂଶକୁ ବଳବାନ କରିବା ଓ ଆମ୍ଭେ ଯୋଷେଫର ବଂଶକୁ ଉଦ୍ଧାର କରିବା ଓ ଆମ୍ଭେ ସେମାନଙ୍କୁ ପୁନର୍ବାର ଆଣିବା, କାରଣ ସେମାନଙ୍କ ପ୍ରତି ଆମ୍ଭର ଦୟା ଅଛି; ଆଉ, ଆମ୍ଭ ଦ୍ୱାରା ପରିତ୍ୟକ୍ତ ନୋହିଲା ଲୋକର ତୁଲ୍ୟ ସେମାନେ ହେବେ; କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା।
7 I będą Efraimczycy jako mocarz, a rozweseli się jako od wina serce ich; a synowie ich widząc to weselić się będą, i rozraduje się serce ich w Panu.
ପୁଣି, ଇଫ୍ରୟିମର ଲୋକମାନେ ବୀରପୁରୁଷ ପରି ହେବେ ଓ ଦ୍ରାକ୍ଷାରସରେ ଆନନ୍ଦ କଲା ପରି ସେମାନଙ୍କ ଅନ୍ତଃକରଣ ଆନନ୍ଦ କରିବ; ହଁ, ସେମାନଙ୍କର ସନ୍ତାନଗଣ ତାହା ଦେଖିବେ ଓ ଆନନ୍ଦ କରିବେ; ସେମାନଙ୍କର ଅନ୍ତଃକରଣ ସଦାପ୍ରଭୁଙ୍କଠାରେ ଉଲ୍ଲସିତ ହେବ।
8 Zaświsnę na nich, a zgromadzę ich, bo ich odkupię; i będą rozmnożeni, jako przedtem rozmnożeni byli.
ଆମ୍ଭେ ସେମାନଙ୍କ ପାଇଁ ଶୀଷ୍‍ ଶବ୍ଦ କରି ସେମାନଙ୍କୁ ଏକତ୍ର କରିବା; କାରଣ ଆମ୍ଭେ ସେମାନଙ୍କୁ ମୁକ୍ତ କରିବା ଓ ସେମାନେ ଯେପରି ବହୁବଂଶ ହୋଇଥିଲେ, ସେପରି ବହୁବଂଶ ହେବେ।
9 I rozsieję ich między narody, aby na miejscach dalekich wspomnieli na mię, a żywi będąc z synami swoimi nawrócili się.
ପୁଣି, ଆମ୍ଭେ ଯେବେ ଗୋଷ୍ଠୀଗଣ ମଧ୍ୟରେ ସେମାନଙ୍କୁ ବିଚ୍ଛିନ୍ନ କରିବା ତେବେ ସେମାନେ ନାନା ଦୂର ଦେଶରେ ଆମ୍ଭକୁ ସ୍ମରଣ କରିବେ; ଆଉ, ସେମାନେ ଆପଣା ଆପଣା ସନ୍ତାନଗଣର ସହିତ ଜୀବିତ ହୋଇ ରହିବେ ଓ ଫେରି ଆସିବେ।
10 A tak ich przywiodę z ziemi Egipskiej, i z Assyryi zgromadzę ich, a do ziemi Galaad i do Libanu przywiodę ich; ale im miejsca stawać nie będzie.
ଆହୁରି, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ପୁନର୍ବାର ଫେରାଇ ଆଣିବା ଓ ଅଶୂର ଦେଶରୁ ସେମାନଙ୍କୁ ସଂଗ୍ରହ କରିବା; ଆଉ, ଆମ୍ଭେ ସେମାନଙ୍କୁ ଗିଲୀୟଦ ଓ ଲିବାନୋନ ଦେଶକୁ ଆଣିବା ଯେପର୍ଯ୍ୟନ୍ତ ସେମାନଙ୍କ ନିମନ୍ତେ ସ୍ଥାନ ଅଣ୍ଟିବ ନାହିଁ।
11 Przetoż dla ciasności przez morze przejdzie, i rozbije na morzu wały, i wyschną wszystkie głębokości rzeki; tedy będzie zniżona pycha Assyryi, a sceptr od Egiptu odjęty będzie.
ପୁଣି, ସେ ଦୁଃଖରୂପ ସାଗର ପାରି ହେବେ ଓ ସମୁଦ୍ରର ତରଙ୍ଗ ସମୂହକୁ ପ୍ରହାର କରିବେ ଓ ନୀଳ ନଦୀର ଗଭୀର ସ୍ଥାନସକଳ ଶୁଷ୍କ ହେବ; ତହିଁରେ ଅଶୂରର ଗର୍ବ ଖର୍ବ ହେବ ଓ ମିସରର ରାଜଦଣ୍ଡ ଦୂରୀକୃତ ହେବ।
12 Zmocnię ich też w Panu, a w imieniu jego chodzić będą, mówi Pan.
ପୁଣି, ଆମ୍ଭେ ସଦାପ୍ରଭୁଙ୍କଠାରେ ସେମାନଙ୍କୁ ବଳବାନ କରିବା ଓ ସେମାନେ ତାହାଙ୍କ ନାମରେ ଗମନାଗମନ କରିବେ,” ଏହା ସଦାପ୍ରଭୁ କହନ୍ତି।

< Zachariasza 10 >