< Sofoniasza 1 >
1 Słowo Pańskie, które się stało do Sofonijasza, syna Chusego, syna Godolijaszowego, syna Amaryjaszowego, syna Ezechyjaszowego, za dni Jozyjasza, syna Amonowego, króla Judzkiego.
ଆମୋନ୍ଙ୍କ ପୁତ୍ର ଯିହୁଦାର ରାଜା ଯୋଶୀୟର ଅଧିକାର ସମୟରେ, ହିଜକୀୟଙ୍କ ବୃଦ୍ଧ ପ୍ରପୌତ୍ର, ଅମରୀୟଙ୍କ ପ୍ରପୌତ୍ର, ଗଦଲୀୟଙ୍କ ପୌତ୍ର, କୂଶୀଙ୍କ ପୁତ୍ର ସଫନୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।
2 Wszystko zapewne zniosę z oblicza tej ziemi, mówi Pan.
ସଦାପ୍ରଭୁ କହନ୍ତି, “ଆମ୍ଭେ ଭୂମିରୁ ସମଗ୍ର ବସ୍ତୁ ନିଃଶେଷ ରୂପେ ସଂହାର କରିବା,”
3 Zniosę ludzi i bydło, zniosę ptastwo niebieskie i ryby morskie, i zgorszenie z niepobożnymi; wykorzenię człowieka z oblicza tej ziemi, mówi Pan.
“ଆମ୍ଭେ ମନୁଷ୍ୟ ଓ ପଶୁଗଣକୁ ସଂହାର କରିବା; ଆମ୍ଭେ ଆକାଶର ପକ୍ଷୀଗଣକୁ, ସମୁଦ୍ରର ମତ୍ସ୍ୟଗଣକୁ ଓ ଦୁଷ୍ଟଗଣ ସହିତ ବିଘ୍ନସକଳ ସଂହାର କରିବା; ଆଉ, ଆମ୍ଭେ ଭୂମିରୁ ମନୁଷ୍ୟକୁ ଉଚ୍ଛିନ୍ନ କରିବା,” ଏହା ସଦାପ୍ରଭୁ କହନ୍ତି।
4 Bo wyciągnę rękę moję na Judę, i na wszystkich obywateli Jeruzalemskich; wykorzenię z miejsca tego ostatki Baalowe, i popy jego z kapłanami;
ପୁଣି, “ଆମ୍ଭେ ଯିହୁଦାର ବିରୁଦ୍ଧରେ ଓ ଯିରୂଶାଲମର ନିବସୀସକଳର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା; ଆମ୍ଭେ ଏହି ସ୍ଥାନରୁ ବାଲ୍ର ଅବଶିଷ୍ଟାଂଶକୁ ଓ ଯାଜକଗଣ ସହିତ ପୁରୋହିତମାନଙ୍କର ନାମ;
5 I tych, którzy się kłaniają na dachach wojsku niebieskiemu, i tych, którzy kłaniając się przysięgają przez Pana, także i tych, którzy przysięgają przez Molocha swego;
ଆଉ, ଯେଉଁମାନେ ଛାତ ଉପରେ ଆକାଶର ବାହିନୀକୁ ପ୍ରଣାମ କରନ୍ତି ଓ ଯେଉଁମାନେ ସଦାପ୍ରଭୁଙ୍କ ନିକଟରେ ଶପଥ କରନ୍ତି ଓ ମାଲ୍କମ୍ ନାମରେ ଶପଥ କରି ପ୍ରଣାମ କରନ୍ତି;
6 I tych, którzy się odwracają od naśladowania Pana, i którzy nie szukają Pana, ani się pytają o nim.
ଆଉ, ଯେଉଁମାନେ ସଦାପ୍ରଭୁଙ୍କ ପଶ୍ଚାତ୍ଗମନରୁ ବିମୁଖ ହୋଇଅଛନ୍ତି; ପୁଣି, ଯେଉଁମାନେ ସଦାପ୍ରଭୁଙ୍କର ଅନ୍ଵେଷଣ କରି ନାହାନ୍ତି, କିଅବା ତାହାଙ୍କର ଅନୁସନ୍ଧାନ କରି ନାହାନ୍ତି, ସେସମସ୍ତଙ୍କୁ ଆମ୍ଭେ ଉଚ୍ଛିନ୍ନ କରିବା।”
7 Umilknij przed obliczem panującego Pana, gdyż bliski jest dzień Pański; bo Pan zgotował ofiarę, i poświęcił wezwanych swoich.
ତୁମ୍ଭେ ପ୍ରଭୁ ସଦାପ୍ରଭୁଙ୍କ ଛାମୁରେ ନୀରବ ହୁଅ; କାରଣ ସଦାପ୍ରଭୁଙ୍କର ଦିନ ସନ୍ନିକଟ; କାରଣ ସଦାପ୍ରଭୁ ଏକ ଯଜ୍ଞର ଆୟୋଜନ କରିଅଛନ୍ତି, ସେ ଆପଣା ନିମନ୍ତ୍ରିତଗଣକୁ ପବିତ୍ର କରିଅଛନ୍ତି।
8 A w dzień ofiary Pańskiej nawiedzę książąt i synów królewskich, i wszystkich, którzy się obłóczą w szaty cudzoziemskie.
ପୁଣି, ସଦାପ୍ରଭୁଙ୍କର ସେହି ଯଜ୍ଞ ଦିନ “ଆମ୍ଭେ ଅଧିପତିଗଣକୁ ଓ ରାଜପୁତ୍ରଗଣକୁ ଓ ବିଦେଶୀୟ ବସ୍ତ୍ରରେ ବସ୍ତ୍ରାନ୍ୱିତ ସମସ୍ତଙ୍କୁ ଦଣ୍ଡ ଦେବା।
9 Nawiedzę też dnia onego każdego, który próg przeskakuje, którzy napełniają domy panów swych łupiestwem i bezprawiem.
ଆଉ, ଯେଉଁମାନେ ଚୌକାଠ ଡେଇଁ କରି ଯାʼନ୍ତି, ଯେଉଁମାନେ ଆପଣାମାନଙ୍କ କର୍ତ୍ତାର ଗୃହ ଦୌରାତ୍ମ୍ୟରେ ଓ ପ୍ରବଞ୍ଚନାରେ ପରିପୂର୍ଣ୍ଣ କରନ୍ତି, ସେସମସ୍ତଙ୍କୁ ଆମ୍ଭେ ସେହି ଦିନ ଦଣ୍ଡ ଦେବା।”
10 A dnia onego, mówi Pan, będzie głos wołania od bramy rybnej, i narzekanie od drugiej strony ( miasta ), i skruszenie wielkie od pagórków.
ପୁଣି, ସଦାପ୍ରଭୁ କହନ୍ତି, “ସେହି ଦିନ ମତ୍ସ୍ୟଦ୍ୱାରଠାରୁ କ୍ରନ୍ଦନର ଶବ୍ଦ ଓ (ନଗରର) ଦ୍ୱିତୀୟ ବିଭାଗଠାରୁ ହାହାକାର ଶବ୍ଦ ଓ ଉପପର୍ବତଗଣରୁ ମହାଭଙ୍ଗର ଶବ୍ଦ ଶୁଣାଯିବ।
11 Narzekajcie wy, którzy mieszkacie wewnątrz: bo wygładzony będzie wszystek lud kupiecki, wygładzeni będą wszyscy, którzy srebro noszą.
ହେ ମକ୍ତେଶ ନିବାସୀଗଣ, ତୁମ୍ଭେମାନେ ହାହାକାର କର, କାରଣ କିଣାନର ଲୋକ ସମସ୍ତେ ବିନଷ୍ଟ ହୋଇଅଛନ୍ତି ଓ ରୌପ୍ୟ ବାହକ ସମସ୍ତେ ଉଚ୍ଛିନ୍ନ ହୋଇଅଛନ୍ତି।
12 I stanie się w on czas, że Jeruzalem szpiegować będę z pochodniami, i nawiedzę mężów, którzy polgnęli w drożdżach swoich, mówiąc w sercu swojem: Pan nie uczyni dobrze, ani źle uczyni.
ପୁଣି, ସେହି ସମୟରେ ଆମ୍ଭେ ପ୍ରଦୀପ ଜ୍ୱଳାଇ ଯିରୂଶାଲମର ଅନ୍ଵେଷଣ କରିବା; ଆଉ, ଯେଉଁମାନେ ଆପଣା ଆପଣା ମଳ ଉପରେ ସୁସ୍ଥିର ହୋଇ ବସିଅଛନ୍ତି ଓ ମନେ ମନେ କହନ୍ତି, ସଦାପ୍ରଭୁ ମଙ୍ଗଳ କରିବେ ନାହିଁ କିଅବା ଅମଙ୍ଗଳ କରିବେ ନାହିଁ, ସେମାନଙ୍କୁ ଆମ୍ଭେ ଦଣ୍ଡ ଦେବା।
13 Bo majętność ich przyjdzie na rozchwycenie, i domy ich na spustoszenie; pobudują domy, lecz w nich mieszkać nie będą; i będą sadzić winnice, ale z nich wina pić nie będą.
ପୁଣି, ସେମାନଙ୍କର ସମ୍ପତ୍ତି ଲୁଟିତ ହେବ ଓ ସେମାନଙ୍କର ଗୃହ ଧ୍ୱଂସସ୍ଥାନ ହେବ; ଆହୁରି ସେମାନେ ଗୃହ ନିର୍ମାଣ କରିବେ, ମାତ୍ର ତହିଁରେ ବାସ କରିବେ ନାହିଁ; ଆଉ, ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବେ, ମାତ୍ର ତହିଁରୁ ଦ୍ରାକ୍ଷାରସ ପାନ କରିବେ ନାହିଁ।”
14 Bliski jest wielki dzień Pański, bliski jest i spieszny bardzo głos dnia Pańskiego; tam i mocarz gorzko wołać będzie.
ସଦାପ୍ରଭୁଙ୍କର ମହାଦିନ ନିକଟବର୍ତ୍ତୀ, ତାହା ଅର୍ଥାତ୍, ସଦାପ୍ରଭୁଙ୍କର ଦିନର ଶବ୍ଦ ନିକଟବର୍ତ୍ତୀ ଓ ଅତି ଶୀଘ୍ର ଆସୁଅଛି; ବୀରପୁରୁଷ ସେହି ସ୍ଥାନରେ ଅତିଶୟ ରୋଦନ କରୁଅଛି।
15 Dzień gniewu będzie ten dzień, dzień utrapienia i ucisku, dzień zamięszania i spustoszenia, dzień ciemności i mroku, dzień obłoku i chmury;
ସେହି ଦିନ କ୍ରୋଧର ଦିନ, ସଙ୍କଟ ଓ କ୍ଳେଶର ଦିନ, ଉଜାଡ଼ ଓ ସର୍ବନାଶର ଦିନ, ଅନ୍ଧକାର ଓ ଘୋର ତିମିରର ଦିନ, ମେଘ ଓ ନିବିଡ଼ ଅନ୍ଧକାରର ଦିନ,
16 Dzień trąby i trąbienia przeciwko miastom obronnym i przeciwko basztom wysokim,
ତୂରୀଧ୍ୱନି ଓ ଭୟାନକ ନାଦର ଦିନ, ତାହା ପ୍ରାଚୀର-ବେଷ୍ଟିତ ନଗର ଓ ଉଚ୍ଚ ଚୂଡ଼ାସକଳର ବିପକ୍ଷରେ ଉପସ୍ଥିତ ହେବ।
17 W który ludzi utrapieniem ścisnę, że jako ślepi chodzić będą, ponieważ przeciwko Panu zgrzeszyli; i wylana będzie krew ich jako proch, a ciała ich jako gnój.
ପୁଣି, ଆମ୍ଭେ ମନୁଷ୍ୟମାନଙ୍କ ଉପରେ ଦୁଃଖ ଘଟାଇବା, ତହିଁରେ ସେମାନେ ଅନ୍ଧ ଲୋକ ପରି ବୁଲିବେ, କାରଣ ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛନ୍ତି; ଆଉ, ସେମାନଙ୍କର ରକ୍ତ ଧୂଳି ପରି ଓ ସେମାନଙ୍କର ମାଂସ ମଳ ପରି ଢଳାଯିବ।
18 Ani srebro ich, ani złoto ich nie będzie ich mogło wyrwać w dzień gniewu Pańskiego; bo ogniem zapalczywości jego będzie ta wszystka ziemia pożarta, przeto, że zapewne koniec prędki uczyni wszystkim obywatelom ziemi.
ପୁଣି, ସଦାପ୍ରଭୁଙ୍କ କ୍ରୋଧର ଦିନରେ ସେମାନଙ୍କର ରୂପା କିଅବା ସେମାନଙ୍କର ସୁନା ସେମାନଙ୍କୁ ଉଦ୍ଧାର କରି ପାରିବ ନାହିଁ; ମାତ୍ର ତାହାଙ୍କର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ଦେଶ ଗ୍ରାସିତ ହେବ; କାରଣ ସେ ଦେଶ ନିବାସୀ ସମସ୍ତଙ୍କୁ ନିଃଶେଷ କରିବେ, ହଁ, ଭୟାନକ ରୂପେ ନିଃଶେଷ କରିବେ।