< I Koryntian 5 >
1 Słyszy się powszechnie o nierządzie wśród was, i to takim nierządzie, o jakim nie wspomina się nawet wśród pogan, że ktoś ma żonę [swego] ojca.
ପ୍ରକୃତରେ ଶୁଣାଯାଉଅଛି ଯେ, ତୁମ୍ଭମାନଙ୍କ ମଧ୍ୟରେ ବ୍ୟଭିଚାର ଅଛି, ଆଉ ଏପରି ବ୍ୟଭିଚାର, ଯାହାକି ଅଣଯିହୁଦୀମାନଙ୍କ ମଧ୍ୟରେ ସୁଦ୍ଧା ହୁଏ ନାହିଁ, ଏପରିକି ଜଣେ ଆପଣା ପିତାର ଭାର୍ଯ୍ୟାକୁ ରଖିଅଛି।
2 A wy wbiliście się w pychę, zamiast [tak] się smucić, aby został usunięty spośród was ten, kto się dopuścił tego czynu.
ପୁଣି, ଯେ ଏହି କର୍ମ କରିଅଛି, ସେ ଯେପରି ତୁମ୍ଭମାନଙ୍କ ମଧ୍ୟରୁ ଦୂର କରାଯାଏ, ଏଥିନିମନ୍ତେ ଶୋକାର୍ତ୍ତ ନ ହୋଇ ବରଂ କି ଗର୍ବ କରୁଅଛ?
3 Ja bowiem, nieobecny ciałem, lecz obecny duchem, już jakbym był obecny, osądziłem tego, który to uczynił.
କିନ୍ତୁ ମୁଁ ଶରୀରରେ ଅନୁପସ୍ଥିତ ହେଲେ ସୁଦ୍ଧା ଆତ୍ମାରେ ଉପସ୍ଥିତ ଥାଇ, ଯେ ଏହି ପ୍ରକାର କର୍ମ କରିଅଛି, ଉପସ୍ଥିତ ଥିଲା ପରି ପ୍ରଭୁ ଯୀଶୁଙ୍କ ନାମରେ ତାହାର ବିଚାର କରିସାରିଅଛି,
4 W imieniu naszego Pana Jezusa Chrystusa, gdy się zgromadzicie, [wy] i mój duch, z mocą naszego Pana Jezusa Chrystusa;
ଅର୍ଥାତ୍, ତୁମ୍ଭେମାନେ ଓ ମୋହର ଆତ୍ମା ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଶକ୍ତି ସହକାରେ ସମବେତ ହୋଇ ଏହା ସ୍ଥିର କରିଅଛୁ ଯେ,
5 Wydajcie takiego szatanowi na zatracenie ciała, żeby duch był zbawiony w dniu Pana Jezusa.
ଏପରି ଲୋକକୁ ଶରୀରର ବିନାଶ ନିମନ୍ତେ ଶୟତାନର ହସ୍ତରେ ସମର୍ପଣ କରିବା ଉଚିତ, ଯେପରି ପ୍ରଭୁ ଯୀଶୁଙ୍କ ଦିନରେ ତାହାର ଆତ୍ମା ରକ୍ଷା ପାଇ ପାରେ।
6 Wasze chlubienie się nie jest dobre. Czyż nie wiecie, że trochę zakwasu całe ciasto zakwasza?
ତୁମ୍ଭମାନଙ୍କର ଏପରି ଗର୍ବ କରିବା ଭଲ ନୁହେଁ। ତୁମ୍ଭେମାନେ କି ଜାଣ ନାହିଁ ଯେ, ଅଳ୍ପ ଖମୀର ସମସ୍ତ ମଇଦା ପିଣ୍ଡୁଳାକୁ ଖମୀରମୟ କରିଦିଏ?
7 Usuńcie więc stary zakwas, abyście byli nowym ciastem, jako że jesteście przaśni. Chrystus bowiem, nasza Pascha, został ofiarowany za nas.
ତୁମ୍ଭେମାନେ ତ ଖମୀରଶୂନ୍ୟ ଲୋକ, ଏଣୁ ଯେପରି ତୁମ୍ଭେମାନେ ନୂଆ ପିଣ୍ଡୁଳା ହୋଇପାର, ଏଥିପାଇଁ ପୁରୁଣା ଖମୀର ବାହାର କରିପକାଅ; କାରଣ ଆମ୍ଭମାନଙ୍କ ନିସ୍ତାର ପର୍ବର ମେଷଶାବକ, ଅର୍ଥାତ୍ ଖ୍ରୀଷ୍ଟ, ମଧ୍ୟ ବଳୀକୃତ ହୋଇଅଛନ୍ତି।
8 Obchodźmy zatem święto nie ze starym zakwasem ani z zakwasem złośliwości i przewrotności, ale w przaśnikach szczerości i prawdy.
ଅତଏବ ଆସ, ଆମ୍ଭେମାନେ ପୁରାତନ ଖମୀର କିଅବା ଦୁଷ୍ଟତା ଓ କୁକର୍ମରୂପ ଖମୀର ଦ୍ୱାରା ପର୍ବ ପାଳନ ନ କରି ସରଳତା ଓ ସତ୍ୟରୂପ ଖମୀରଶୂନ୍ୟ ରୁଟି ଦ୍ୱାରା ପର୍ବ ପାଳନ କରୁ।
9 Napisałem wam w liście, żebyście nie przestawali z rozpustnikami;
ବ୍ୟଭିଚାରୀମାନଙ୍କ ସହିତ ସମ୍ପର୍କ ନ ରଖିବା ପାଇଁ ମୁଁ ତୁମ୍ଭମାନଙ୍କୁ ମୋହର ପତ୍ରରେ ଲେଖିଥିଲି;
10 Ale nie z rozpustnikami tego świata w ogóle lub chciwymi, zdziercami czy bałwochwalcami, [bo] inaczej musielibyście opuścić ten świat.
ଏହି ଜଗତର ବ୍ୟଭିଚାରୀ କି ଧନଲୋଭୀ କି ପରଦ୍ରବ୍ୟ ଲୁଣ୍ଠନକାରୀ କି ପ୍ରତିମାପୂଜକମାନଙ୍କ ସହିତ ଯେ ଆଦୌ ସମ୍ପର୍କ ନ ରଖିବ, ତାହା ନୁହେଁ; ତାହାହେଲେ ତୁମ୍ଭମାନଙ୍କୁ ଜଗତରୁ ବାହାରିଯିବାକୁ ପଡ଼ିବ;
11 Teraz jednak napisałem wam, żebyście nie przestawali z takim, który nazywając się bratem, jest rozpustnikiem, chciwym, bałwochwalcą, złorzeczącym, pijakiem lub zdziercą. Z takim nawet nie jadajcie.
କିନ୍ତୁ ମୋହର ଲେଖିବାର ଭାବ ଏହା ଥିଲା ଯେ, ଯଦି କୌଣସି ଲୋକ ଭ୍ରାତା ବୋଲି ଖ୍ୟାତ ହୋଇ ବ୍ୟଭିଚାରୀ କି ଧନଲୋଭୀ କି ପ୍ରତିମାପୂଜକ କି ନିନ୍ଦକ କି ମତୁଆଳ କି ପରଦ୍ରବ୍ୟ ଲୁଣ୍ଠନକାରୀ ହୁଏ, ତେବେ ଏପରି ଲୋକ ସହିତ ସମ୍ପର୍କ ରଖ ନାହିଁ, ପୁଣି, ତାହା ସାଙ୍ଗରେ ଭୋଜନ ସୁଦ୍ଧା କର ନାହିଁ।
12 Po co mi bowiem sądzić tych, którzy są na zewnątrz? Czy wy nie sądzicie tych, którzy są wewnątrz?
କାରଣ ମଣ୍ଡଳୀ ବାହାର ଲୋକମାନଙ୍କର ବିଚାର କରିବାରେ ମୋହର କଅଣ ଅଛି? ମଣ୍ଡଳୀ ଭିତରେ ଯେଉଁମାନେ ଅଛନ୍ତି, ସେମାନଙ୍କର ବିଚାର କି ତୁମ୍ଭେମାନେ କର ନାହିଁ?
13 Tych, którzy są na zewnątrz, osądzi Bóg. Usuńcie więc złego spośród was samych.
କିନ୍ତୁ ଯେଉଁମାନେ ବାହାରେ ଅଛନ୍ତି, ସେମାନଙ୍କ ବିଚାର ଈଶ୍ବର କରିବେ। ସେହି ଦୁଷ୍ଟ ଲୋକକୁ ତୁମ୍ଭମାନଙ୍କ ମଧ୍ୟରୁ ବାହାର କରିଦିଅ।