< Ezechiela 32 >
1 W dwunastym roku, w dwunastym miesiącu, pierwszego [dnia] tego miesiąca, doszło do mnie słowo PANA mówiące:
ଏଥିଉତ୍ତାରେ ଦ୍ୱାଦଶ ବର୍ଷର ଦ୍ୱାଦଶ ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
2 Synu człowieczy, podnieś lament nad faraonem, królem Egiptu, i powiedz mu: Jesteś podobny do młodego lwa pośród narodów, jesteś jak wieloryb w morzu, gdyż bujając po swoich rzekach, mącisz wody swoimi nogami i mieszasz jego rzeki.
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ମିସରର ରାଜା ଫାରୋ ନିମନ୍ତେ ବିଳାପ କର, ଆଉ ତାହାକୁ କୁହ, ତୁମ୍ଭେ ଗୋଷ୍ଠୀୟମାନଙ୍କର ଯୁବା ସିଂହ ସଙ୍ଗେ ତୁଳନା କରାଯାଇଥିଲ, ତଥାପି ତୁମ୍ଭେ ଜଳଚର କୁମ୍ଭୀର ସଦୃଶ ଅଟ; ପୁଣି, ତୁମ୍ଭେ ଆପଣା ନଦୀସମୂହର ଜଳ ଅତିକ୍ରମ କରି ଓ ଆପଣା ପାଦରେ ଜଳ ହଲାଇ ସେମାନଙ୍କର ନଦୀସମୂହକୁ ଗୋଳିଆ କରିଅଛ।
3 Tak mówi Pan BÓG: Rozciągnę nad tobą swoją sieć w zgromadzeniu wielu narodów, a wyciągną cię w swoim niewodzie.
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭେ ଅନେକ ଗୋଷ୍ଠୀର ଏକ ସମାଜ ନେଇ ତୁମ୍ଭ ଉପରେ ଆମ୍ଭ ଜାଲ ପ୍ରସାରିବା ଓ ସେମାନେ ଆମ୍ଭ ଜାଲରେ ତୁମ୍ଭକୁ ଉପରକୁ ଆଣିବେ।
4 I zostawię cię na ziemi, porzucę cię na otwartym polu i sprawię, że obsiądzie cię wszelkie ptactwo niebieskie, i nasycę tobą zwierzęta całej ziemi.
ପୁଣି, ଆମ୍ଭେ ତୁମ୍ଭକୁ ସ୍ଥଳରେ ଛାଡ଼ିଦେବା, ଆମ୍ଭେ ତୁମ୍ଭକୁ ପଦାରେ ପକାଇଦେବା ଓ ଆକାଶର ପକ୍ଷସକଳକୁ ତୁମ୍ଭ ଉପରେ ବସାଇବା ଓ ସମୁଦାୟ ପୃଥିବୀର ପଶୁଗଣକୁ ତୁମ୍ଭ ଦ୍ୱାରା ତୃପ୍ତ କରାଇବା।
5 Rozrzucę twoje ciało po górach i napełnię doliny twoją wysokością.
ଆମ୍ଭେ ପର୍ବତଗଣର ଉପରେ ତୁମ୍ଭର ମାଂସ ପକାଇବା ଓ ତୁମ୍ଭର ଦୀର୍ଘ ଶବରେ ଉପତ୍ୟକାସକଳ ପୂର୍ଣ୍ଣ କରିବା।
6 Twoją ziemię, w której pływasz, napoję twoją krwią aż do gór, i rzeki będą napełnione tobą.
ଆହୁରି, ତୁମ୍ଭେ ଯେଉଁ ଦେଶରେ ପହଁରୁଅଛ, ସେହି ଦେଶକୁ ପର୍ବତ ପର୍ଯ୍ୟନ୍ତ ହିଁ ଆମ୍ଭେ ତୁମ୍ଭ ରକ୍ତରେ ସିକ୍ତ କରିବା ଓ ଜଳପ୍ରଣାଳୀସକଳ ତୁମ୍ଭ ରକ୍ତରେ ପରିପୂର୍ଣ୍ଣ ହେବ।
7 A gdy cię zgaszę, zakryję niebo i zaciemnię jego gwiazdy, słońce zakryję chmurą, a księżyc nie da swego światła.
ପୁଣି, ଆମ୍ଭେ ତୁମ୍ଭକୁ ନିର୍ବାଣ କରିବା ସମୟରେ ଆକାଶକୁ ଆଚ୍ଛନ୍ନ କରିବା ଓ ତହିଁର ନକ୍ଷତ୍ରଗଣକୁ ଅନ୍ଧକାରମୟ କରିବା; ଆମ୍ଭେ ସୂର୍ଯ୍ୟକୁ ମେଘାଚ୍ଛନ୍ନ କରିବା ଓ ଚନ୍ଦ୍ର ଆପଣାର ଜ୍ୟୋତ୍ସ୍ନା ଦେବ ନାହିଁ।
8 Wszystkie świecące światła na niebie zaciemnię z twojego powodu i sprowadzę ciemność na twoją ziemię, mówi Pan BÓG.
ଆକାଶର ସକଳ ଉଜ୍ଜ୍ୱଳ ଜ୍ୟୋତିକୁ ଆମ୍ଭେ ତୁମ୍ଭ ଉପରେ ଅନ୍ଧକାରମୟ କରିବା ଓ ତୁମ୍ଭ ଦେଶ ଉପରେ ଅନ୍ଧକାର ସ୍ଥାପନ କରିବା, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
9 Nadto zasmucę serce wielu narodów, gdy za moją sprawą nadejdzie [wieść] o twoim zniszczeniu do narodów, do ziem, których nie znałeś.
ଆହୁରି ଆମ୍ଭେ ତୁମ୍ଭର ଅଜ୍ଞାତ ଦେଶସମୂହ ପର୍ଯ୍ୟନ୍ତ ନାନା ଦେଶୀୟମାନଙ୍କ ମଧ୍ୟରେ ତୁମ୍ଭର ବିନାଶ ଘଟାଇବା ବେଳେ ଅନେକ ଗୋଷ୍ଠୀର ହୃଦୟ ବ୍ୟସ୍ତ କରିବା।
10 Tak, sprawię, że zdumieje się nad tobą wiele narodów, a ich królowie bardzo się zatrwożą z twojego powodu, gdy zacznę wywijać swoim mieczem przed nimi; i będą drżeć nieustannie – każdy o swoją duszę – w dniu twego upadku.
ହଁ, ଆମ୍ଭେ ଅନେକ ଗୋଷ୍ଠୀକୁ ତୁମ୍ଭର ବିଷୟରେ ଚମତ୍କୃତ କରାଇବା, ଆଉ ସେମାନଙ୍କ ରାଜାଗଣର ସାକ୍ଷାତରେ ଆମ୍ଭେ ଆପଣା ଖଡ୍ଗ ଚଳାଇବା ବେଳେ ସେମାନେ ଅତିଶୟ ଭୀତ ହେବେ; ଆଉ, ତୁମ୍ଭର ପତନ ଦିନ ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରାଣ ବିଷୟରେ ଭୟରେ କମ୍ପିତ ହେବେ।
11 Tak bowiem mówi Pan BÓG: Miecz króla Babilonu spadnie na ciebie.
କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ବାବିଲ ରାଜାର ଖଡ୍ଗ ତୁମ୍ଭକୁ ଆକ୍ରମଣ କରିବ।
12 Mieczami mocarzy powalę twoją rzeszę. Najokrutniejsi ze wszystkich narodów zniszczą pychę Egiptu i będzie zgładzone całe jego mnóstwo.
ଆମ୍ଭେ ତୁମ୍ଭର ଲୋକ ସମସ୍ତଙ୍କୁ ବୀରଗଣର ଖଡ୍ଗ ଦ୍ୱାରା ନିପାତ କରିବା; ସେମାନେ ସମସ୍ତେ ଗୋଷ୍ଠୀଗଣ ମଧ୍ୟରେ ଭୟଙ୍କର ଅଟନ୍ତି; ଆଉ, ସେମାନେ ମିସରର ଗର୍ବ ଚୂର୍ଣ୍ଣ କରିବେ ଓ ତହିଁର ଲୋକ ସମସ୍ତେ ବିନଷ୍ଟ ହେବେ।
13 Wytępię całe jego bydło znad wielkich wód, tak że nie zamąci ich stopa ludzka ani nie zamąci ich kopyto bydlęcia.
ଆହୁରି, ଆମ୍ଭେ ଅପାର ଜଳ ନିକଟରୁ ତହିଁର ସମସ୍ତ ପଶୁ ବିନାଶ କରିବା; ତହିଁରେ ମନୁଷ୍ୟର ଚରଣ ତାହା ଆଉ ହଲାଇବ ନାହିଁ, ଅବା ପଶୁଗଣର ଖୁରା ତାହା ଚହଲାଇବ ନାହିଁ।
14 Wtedy sprawię, że ich wody uspokoją się, a ich rzeki popłyną jak oliwa – mówi Pan BÓG.
ସେତେବେଳେ ଆମ୍ଭେ ସେମାନଙ୍କର ଜଳ ନିର୍ମଳ କରିବା ଓ ସେମାନଙ୍କର ନଦୀସମୂହକୁ ତୈଳ ପରି ବହାଇବା, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
15 Gdy zamienię ziemię Egiptu w spustoszenie, a ziemia zostanie pozbawiona tego, co ją napełnia, gdy pobiję wszystkich jej mieszkańców, wtedy poznają, że ja jestem PANEM.
ଯେତେବେଳେ ଆମ୍ଭେ ମିସର ଦେଶକୁ ଧ୍ୱଂସସ୍ଥାନ ଓ ଶୂନ୍ୟ କରିବା, ଯହିଁରେ ସେ ପରିପୂର୍ଣ୍ଣ ହୋଇଥିଲା, ସେହି ସବୁ ତହିଁରୁ ରହିତ କରିବା, ଯେତେବେଳେ ଆମ୍ଭେ ତନ୍ନିବାସୀ ସମସ୍ତଙ୍କୁ ଆଘାତ କରିବା, ସେତେବେଳେ ଆମ୍ଭେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
16 To jest lament, który podniosą nad nią. Córki narodów będą ją opłakiwać. Nad Egiptem i nad całą jego rzeszą będą lamentować, mówi Pan BÓG.
ଏହି ବିଳାପ ଗୀତ ଲୋକେ ଗାନ କରିବେ; ଗୋଷ୍ଠୀୟମାନଙ୍କର କନ୍ୟାଗଣ ବିଳାପ କରି ଏହା ଗାନ କରିବେ; ମିସରର ଉଦ୍ଦେଶ୍ୟରେ ଓ ତାହାର ସକଳ ଲୋକସମୂହର ଉଦ୍ଦେଶ୍ୟରେ ବିଳାପ କରି ଗାନ କରିବେ ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”
17 Potem, w dwunastym roku, piętnastego [dnia] miesiąca, doszło do mnie słowo PANA mówiące;
ଦ୍ୱାଦଶ ମାସର ପଞ୍ଚଦଶ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
18 Synu człowieczy, zawódź nad rzeszą Egiptu, zepchnij ją i córki tych sławnych narodów aż do najniższych stron ziemi, do tych, którzy zstępują do dołu.
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ମିସରର ଲୋକମାନଙ୍କ ବିଷୟରେ ହାହାକାର କର, ପୁଣି, ସେମାନଙ୍କୁ, ଅର୍ଥାତ୍, ତାହାକୁ ଓ ବିଖ୍ୟାତ ଗୋଷ୍ଠୀୟମାନଙ୍କର କନ୍ୟାଗଣକୁ ଗର୍ତ୍ତଗାମୀମାନଙ୍କ ସହିତ ଅଧୋଭୁବନରେ ପକାଇଦିଅ।
19 I [mów]: Kogo przewyższasz pięknem? Zstąp i połóż się z nieobrzezanymi.
ତୁମ୍ଭେ ସୌନ୍ଦର୍ଯ୍ୟରେ କାହା ଅପେକ୍ଷା ଅଧିକ? ତଳକୁ ଯାଅ ଓ ଅସୁନ୍ନତ ଲୋକମାନଙ୍କ ସହିତ ଶୟନ କର।
20 Padną pośród pobitych mieczem; został wydany pod miecz, wywleczcie go z całą jego rzeszą.
ସେମାନେ ଖଡ୍ଗ ଦ୍ୱାରା ହତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସେ ଖଡ୍ଗରେ ସମର୍ପିତ ହୋଇଅଛି; ତାହାକୁ ଓ ତାହାର ସମସ୍ତ ଲୋକଙ୍କୁ ଟାଣି ନିଅ।
21 Najmocniejsi z mocarzy będą do niego mówić spośród piekła wraz z jego pomocnikami. Zstąpili [tam], leżą z nieobrzezanymi pobitymi mieczem. (Sheol )
ବୀରଗଣ ମଧ୍ୟରେ ବଳବାନମାନେ ପାତାଳ ମଧ୍ୟରୁ ତାହାକୁ ଓ ତାହାର ସହାୟକାରୀମାନଙ୍କୁ କଥା କହିବେ; ସେମାନେ, ଅର୍ଥାତ୍, ଖଡ୍ଗ ଦ୍ୱାରା ହତ ଅସୁନ୍ନତ ଲୋକମାନେ ଓହ୍ଲାଇ ଯାଇଅଛନ୍ତି; ସେମାନେ ସ୍ଥିର ହୋଇ ଶୟନ କରନ୍ତି। (Sheol )
22 Tam [jest] Assur i cała jego rzesza, wokół niego [są] jego groby; wszyscy ci pobici upadli od miecza.
ଅଶୂର ଓ ତାହାର ସମସ୍ତ ଜନସମାଜ ସେଠାରେ ଅଛନ୍ତି; ତାହାର କବରସକଳ ତାହାର ଚତୁର୍ଦ୍ଦିଗରେ ଅଛି; ସେମାନେ ସମସ୍ତେ ହତ, ଖଡ୍ଗ ଦ୍ୱାରା ପତିତ ହୋଇଅଛନ୍ତି;
23 Ich groby są położone po stronach dołu, jego rzesza jest dokoła jego grobu. Ci wszyscy pobici polegli od miecza, ci, którzy szerzyli postrach w ziemi żyjących.
ଗର୍ତ୍ତର ଶେଷ ସୀମାରେ ସେମାନଙ୍କୁ କବର ଦିଆଯାଇଅଛି ଓ ତାହାର ଜନସମାଜ ତାହାର କବରର ଚତୁର୍ଦ୍ଦିଗରେ ଅଛି; ଯେଉଁମାନେ ଜୀବିତମାନଙ୍କ ଦେଶରେ ଭୟ ଜନ୍ମାଇଲେ ସେମାନେ ସମସ୍ତେ ହତ, ଖଡ୍ଗ ଦ୍ୱାରା ପତିତ ହୋଇଅଛନ୍ତି।
24 Tam [jest] Elam i cała jego rzesza dokoła jego grobu, ci wszyscy pobici upadli od miecza i zstąpili nieobrzezani do najgłębszych stron ziemi; szerzyli swój postrach w ziemi żyjących. Już znoszą swoją hańbę z tymi, którzy zstępują do dołu.
ସେହି ସ୍ଥାନରେ ଏଲମ୍ ଓ ତାହାର କବରର ଚତୁର୍ଦ୍ଦିଗରେ ତାହାର ସମସ୍ତ ଲୋକସମୂହ ଅଛି; ଯେଉଁମାନେ ଜୀବିତମାନଙ୍କ ଦେଶରେ ଭୟ ଜନ୍ମାଇଲେ, ସେମାନେ ସମସ୍ତେ ହତ, ଖଡ୍ଗ ଦ୍ୱାରା ପତିତ ହୋଇ ଅସୁନ୍ନତ ଅବସ୍ଥାରେ ଅଧୋଭୁବନକୁ ଓହ୍ଲାଇ ଯାଇଅଛନ୍ତି ଓ ଗର୍ତ୍ତଗାମୀମାନଙ୍କ ସହିତ ଆପଣାମାନଙ୍କ ଅପମାନ ଭୋଗ କରିଅଛନ୍ତି।
25 Postawili mu łoże pośród pobitych z całą jego rzeszą, wokół niego są jego groby. Wszyscy ci nieobrzezani są pobici mieczem. Ich postrach szerzył się w ziemi żyjących, ale już ponoszą swoją hańbę z tymi, którzy zstąpili do dołu, a wśród pobitych zostali położeni.
ହତ ଲୋକମାନଙ୍କ ମଧ୍ୟରେ ସେମାନେ ତାହାର ଓ ତାହା ସହିତ ତାହାର ସମସ୍ତ ଜନସମାଜର ଶଯ୍ୟା ପାତିଅଛନ୍ତି, ତାହାର ଚତୁର୍ଦ୍ଦିଗରେ ତାହାର କବରସବୁ ଅଛି; ସେମାନେ ସମସ୍ତେ ଅସୁନ୍ନତ ଅବସ୍ଥାରେ ଖଡ୍ଗ ଦ୍ୱାରା ପତିତ ହୋଇଅଛନ୍ତି; କାରଣ ସେମାନେ ଜୀବିତମାନଙ୍କ ଦେଶରେ ଭୟ ଜନ୍ମାଇଥିଲେ, ଏବେ ଗର୍ତ୍ତଗାମୀମାନଙ୍କ ସହିତ ଆପଣାମାନଙ୍କର ଅପମାନ ଭୋଗ କରିଅଛନ୍ତି; ସେ ହତ ଲୋକମାନଙ୍କ ମଧ୍ୟରେ ରଖାଯାଇଅଛି।
26 Tam [jest] Meszek, Tubal i cała jego rzesza, i wokoło niego jego groby. Ci wszyscy nieobrzezani [zostali] pobici mieczem, choć szerzyli swój postrach w ziemi żyjących.
ସେହି ସ୍ଥାନରେ ମେଶକ୍, ତୁବଲ୍ ଓ ତାହାର ସମସ୍ତ ଜନସମାଜ ଅଛନ୍ତି; ତାହାର ଚତୁର୍ଦ୍ଦିଗରେ ତାହାର କବରସବୁ ଅଛି; ସେମାନେ ସମସ୍ତେ ଅସୁନ୍ନତ ଅବସ୍ଥାରେ ଖଡ୍ଗ ଦ୍ୱାରା ପତିତ ହେଲେ; କାରଣ ସେମାନେ ଜୀବିତ ଲୋକମାନଙ୍କ ଦେଶରେ ଭୟ ଜନ୍ମାଇଥିଲେ।
27 Oni jednak nie będą leżeć z mocarzami, którzy spośród nieobrzezanych upadli i zstąpili do grobu ze swym orężem wojennym i położono im miecze pod głowy. Ich nieprawości zaś zostaną na ich kościach, chociaż byli postrachem dla mocarzy w ziemi żyjących. (Sheol )
ପୁଣି, ଅସୁନ୍ନତ ଲୋକମାନଙ୍କ ମଧ୍ୟରୁ ଯେଉଁ ବୀରମାନେ ପତିତ ହୋଇଅଛନ୍ତି, ଯେଉଁମାନେ ଆପଣା ଆପଣା ଯୁଦ୍ଧାସ୍ତ୍ର ସହିତ ପାତାଳକୁ ଓହ୍ଲାଇ ଯାଇଅଛନ୍ତି ଓ ଆପଣା ଆପଣା ଖଡ୍ଗ ଆପଣା ଆପଣା ମସ୍ତକର ତଳେ ରଖିଅଛନ୍ତି ଓ ସେମାନଙ୍କ ଅଧର୍ମ ସେମାନଙ୍କ ଅସ୍ଥି ଉପରେ ଅଛି, ସେମାନଙ୍କ ସହିତ ଏମାନେ ଶୟନ କରିବେ ନାହିଁ; କାରଣ ସେମାନେ ଜୀବିତମାନଙ୍କ ଦେଶରେ ବୀରଗଣର ପ୍ରତି ଭୟର ବିଷୟ ହୋଇଥିଲେ। (Sheol )
28 I ty będziesz skruszony wśród nieobrzezanych, i będziesz leżał pośród pobitych mieczem.
ମାତ୍ର ତୁମ୍ଭେ ଅସୁନ୍ନତମାନଙ୍କ ମଧ୍ୟରେ ଭଗ୍ନ ହେବ ଓ ଖଡ୍ଗ ଦ୍ୱାରା ହତ ଲୋକମାନଙ୍କ ସହିତ ଶୟନ କରିବ।
29 Tam [jest] Edom, jego królowie i wszyscy jego książęta, którzy zostali położeni ze swoją mocą i wraz z pobitymi mieczem. Ci będą leżeć z nieobrzezanymi i z tymi, którzy zstępują do dołu.
ସେହି ସ୍ଥାନରେ ଇଦୋମ, ତାହାର ରାଜାଗଣ ଓ ତାହାର ଅଧିପତିସକଳ ଅଛନ୍ତି, ସେମାନେ ଆପଣାମାନଙ୍କର ପରାକ୍ରମରେ ଖଡ୍ଗ ଦ୍ୱାରା ହତ ଲୋକମାନଙ୍କ ସହିତ ରଖା ଯାଇଅଛନ୍ତି; ସେମାନେ ଅସୁନ୍ନତ ଲୋକମାନଙ୍କ ଓ ଗର୍ତ୍ତଗାମୀମାନଙ୍କ ସହିତ ଶୟନ କରିବେ।
30 Tam [są] wszyscy książęta północy i wszyscy Sydończycy, którzy zstępują do pobitych; wstydzą się swego postrachu, jaki szerzyli swoją mocą, i leżą nieobrzezani z pobitymi mieczem. Znoszą swoją hańbę z tymi, którzy zstępują do dołu.
ସେହି ସ୍ଥାନରେ ଉତ୍ତର ଦେଶୀୟ ଅଧିପତିମାନେ, ସେମାନଙ୍କର ସମସ୍ତେ ଓ ଯାବତୀୟ ସୀଦୋନୀୟ ଲୋକ ଅଛନ୍ତି, ସେମାନେ ହତ ଲୋକମାନଙ୍କ ସହିତ ଓହ୍ଲାଇ ଯାଇଅଛନ୍ତି; ସେମାନେ ଆପଣାମାନଙ୍କର ପରାକ୍ରମ ଦ୍ୱାରା ଯେଉଁ ଭୟ ଜନ୍ମାଇଲେ, ତହିଁ ବିଷୟରେ ଲଜ୍ଜିତ ହୋଇଅଛନ୍ତି; ଆଉ, ଅସୁନ୍ନତ ଅବସ୍ଥାରେ ସେମାନେ ଖଡ୍ଗ ଦ୍ୱାରା ହତ ଲୋକମାନଙ୍କ ସହିତ ଶୟନ କରନ୍ତି ଓ ଗର୍ତ୍ତଗାମୀମାନଙ୍କ ସହିତ ଆପଣାମାନଙ୍କର ଅପମାନ ଭୋଗ କରନ୍ତି।
31 Zobaczy ich faraon i ucieszy się z całej swojej rzeszy, którą pobito mieczem, faraon i całe jego wojsko – mówi Pan BÓG.
ଫାରୋ ସେମାନଙ୍କୁ ଦେଖିବ ଓ ଆପଣାର ଲୋକସମୂହ ସମସ୍ତର ବିଷୟରେ ସାନ୍ତ୍ୱନା ପାଇବ; ହଁ, ଫାରୋ ଓ ତାହାର ସମସ୍ତ ସୈନ୍ୟ ଖଡ୍ଗ ଦ୍ୱାରା ହତ ହୋଇଅଛନ୍ତି, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
32 Szerzyłem bowiem swój postrach w ziemi żyjących i zostanie położony wśród nieobrzezanych z pobitymi mieczem – faraon i cała jego rzesza – mówi Pan BÓG.
କାରଣ ଆମ୍ଭେ ଜୀବିତମାନଙ୍କ ଦେଶରେ ତାହା ବିଷୟରେ ଭୟ ଜନ୍ମାଇଅଛୁ; ଆଉ ସେ, ଅର୍ଥାତ୍, ଫାରୋ ଓ ତାହାର ଲୋକସମୂହ ସମସ୍ତେ ଖଡ୍ଗ ଦ୍ୱାରା ହତ ଲୋକମାନଙ୍କ ସହିତ ଅସୁନ୍ନତ ଲୋକମାନଙ୍କ ମଧ୍ୟରେ ରଖାଯିବେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”