< Objawienie 20 >
1 I zobaczyłem anioła zstępującego z nieba, mającego klucz do otchłani i wielki łańcuch w ręce. (Abyssos )
ପରେ ମୁଁ ଜଣେ ଦୂତଙ୍କୁ ସ୍ୱର୍ଗରୁ ଓହ୍ଲାଇ ଆସିବାର ଦେଖିଲି। ତାହାଙ୍କ ହସ୍ତରେ ପାତାଳକୁଣ୍ଡର ଚାବି ଓ ଗୋଟିଏ ବୃହତ୍ ଜଞ୍ଜିର ଥିଲା। (Abyssos )
2 I chwycił smoka, węża starodawnego, którym jest diabeł i szatan, i związał go na tysiąc lat.
ସେ ସେହି ସର୍ପ, ସେହି ପୁରାତନ ନାଗ, ଅର୍ଥାତ୍ ଦିଆବଳ ଓ ଶୟତାନକୁ ଧରି ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ବାନ୍ଧି ପକାଇଲେ,
3 I wrzucił go do otchłani, zamknął go i opieczętował, aby już nie zwodził narodów, aż się dopełni tysiąc lat. A potem musi być wypuszczony na krótki czas. (Abyssos )
ପୁଣି, ତାହାକୁ ପାତାଳକୁଣ୍ଡରେ ନିକ୍ଷେପ କରି ସେଥିର ମୁଖ ବନ୍ଦ କଲେ ଓ ତାହା ଉପରେ ମୁଦ୍ରାଙ୍କ ଦେଲେ, ଯେପରି ସେହି ଏକ ସହସ୍ର ବର୍ଷ ଶେଷ ନ ହେବା ପର୍ଯ୍ୟନ୍ତ ସେ ଜାତିସମୂହକୁ ଆଉ ଭ୍ରାନ୍ତ କରିପାରିବ ନାହିଁ; ଏହାପରେ ଅଳ୍ପ କାଳ ନିମନ୍ତେ ତାହାକୁ ମୁକ୍ତ ହେବାକୁ ହେବ। (Abyssos )
4 Zobaczyłem też trony i zasiedli na nich, i dano im władzę sądzenia. I [zobaczyłem] dusze ściętych z powodu świadectwa Jezusa i z powodu słowa Bożego oraz tych, którzy nie oddali pokłonu bestii ani jej wizerunkowi i nie przyjęli jej znamienia na czoło ani na rękę. I ożyli, i królowali z Chrystusem tysiąc lat.
ପରେ ମୁଁ ସିଂହାସନସମୂହ ଦେଖିଲି; ସେହିସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା। ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଈଶ୍ବରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକ ଛେଦନ ହୋଇଥିଲା, ପୁଣି, ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କଲେ।
5 A inni z umarłych nie ożyli, aż się dopełniło tysiąc lat. To jest pierwsze zmartwychwstanie.
ଅବଶିଷ୍ଟ ମୃତ ଲୋକମାନେ ସେହି ସହସ୍ର ବର୍ଷ ଶେଷ ନ ହେବା ପର୍ଯ୍ୟନ୍ତ ଜୀବିତ ହେଲେ ନାହିଁ। ଏହା ହିଁ ପ୍ରଥମ ପୁନରୁତ୍ଥାନ।
6 Błogosławiony i święty ten, kto ma udział w pierwszym zmartwychwstaniu. Nad nimi druga śmierć nie ma władzy, lecz będą kapłanami Boga i Chrystusa i będą z nim królować tysiąc lat.
ଯେଉଁମାନେ ପ୍ରଥମ ପୁନରୁତ୍ଥାନର ଅଂଶୀ ହୁଅନ୍ତି, ସେମାନେ ଧନ୍ୟ ଓ ପବିତ୍ର; ସେମାନଙ୍କ ଉପରେ ଦ୍ୱିତୀୟ ମୃତ୍ୟୁର କୌଣସି ଅଧିକାର ନାହିଁ, ବରଂ ସେମାନେ ଈଶ୍ବରଙ୍କ ଓ ଖ୍ରୀଷ୍ଟଙ୍କ ଯାଜକ ହୋଇ ଏକ ହଜାର ବର୍ଷ ପର୍ଯ୍ୟନ୍ତ ତାହାଙ୍କ ସହିତ ରାଜତ୍ୱ କରିବେ।
7 A gdy się skończy tysiąc lat, szatan zostanie wypuszczony ze swego więzienia.
ସେହି ଏକ ହଜାର ବର୍ଷ ଶେଷ ହୁଅନ୍ତେ ଶୟତାନ କାରାଗାରରୁ ମୁକ୍ତ ହେବ;
8 I wyjdzie, aby zwieść narody z czterech krańców ziemi, Goga i Magoga, by zgromadzić je do bitwy. A ich liczba [jest] jak piasek morski.
ସେଥିରେ ସେ ପୃଥିବୀର ଚାରି କୋଣରେ ଥିବା ଜାତିସମୂହକୁ, ଅର୍ଥାତ୍ ସମୁଦ୍ରର ବାଲୁକା ସଦୃଶ ଅସଂଖ୍ୟ ଯେ ଗୋଗ୍ ଓ ମାଗଗ୍, ସେମାନଙ୍କୁ ଭ୍ରାନ୍ତ କରି ଯୁଦ୍ଧ ନିମନ୍ତେ ଏକତ୍ର କରିବାକୁ ବାହାରିଯିବ।
9 I wyszli na szerokość ziemi, otoczyli obóz świętych i miasto umiłowane. Zstąpił jednak ogień od Boga z nieba i pochłonął ich.
ସେମାନେ ପୃଥିବୀର ପ୍ରଶସ୍ତ ସ୍ଥାନରେ ବିସ୍ତାରିତ ହୋଇ ସାଧୁମାନଙ୍କ ଶିବିର ଓ ପ୍ରିୟତମା ନଗରୀକୁ ବେଷ୍ଟନ କଲେ। ସେତେବେଳେ ସ୍ୱର୍ଗରୁ ଅଗ୍ନି ପଡ଼ି ସେମାନଙ୍କୁ ଗ୍ରାସ କଲା।
10 A diabeł, który ich zwodził, został wrzucony do jeziora ognia i siarki, gdzie [jest] bestia i fałszywy prorok. I będą męczeni we dnie i w nocy na wieki wieków. (aiōn , Limnē Pyr )
ଯେଉଁ ଶୟତାନ ସେମାନଙ୍କୁ ଭ୍ରାନ୍ତ କରିଥିଲା, ତାହାକୁ ଅଗ୍ନି ଓ ଗନ୍ଧକମୟ ହ୍ରଦରେ ନିକ୍ଷେପ କରାଗଲା, ସେଠାରେ ସେହି ପଶୁ ଓ ଭଣ୍ଡ ଭାବବାଦୀ ମଧ୍ୟ ଅଛନ୍ତି; ପୁଣି, ସେମାନେ ଦିବାରାତ୍ର ଯୁଗେ ଯୁଗେ ଯନ୍ତ୍ରଣା ଭୋଗ କରିବେ। (aiōn , Limnē Pyr )
11 I zobaczyłem wielki biały tron i zasiadającego na nim, sprzed którego oblicza uciekła ziemia i niebo, i nie znaleziono dla nich miejsca.
ତତ୍ପରେ ମୁଁ ଗୋଟିଏ ବୃହତ୍ ଶୁଭ୍ରବର୍ଣ୍ଣ ସିଂହାସନ ଓ ସେଠାରେ ବସିଥିବା ଜଣେ ବ୍ୟକ୍ତିଙ୍କୁ ଦର୍ଶନ କଲି; ତାହାଙ୍କ ସମ୍ମୁଖରୁ ପୃଥିବୀ ଓ ଆକାଶମଣ୍ଡଳ ପଳାୟନ କଲା, ସେମାନଙ୍କ ନିମନ୍ତେ ଆଉ ସ୍ଥାନ ମିଳିଲା ନାହିଁ।
12 I zobaczyłem umarłych, wielkich i małych, stojących przed Bogiem, i otwarto księgi. Otwarto też inną księgę, [księgę] życia. I osądzeni zostali umarli według tego, co było napisane w księgach, [to znaczy] według ich uczynków.
ପୁଣି, ମୁଁ କ୍ଷୁଦ୍ର ଓ ମହାନ ସମସ୍ତ ମୃତ ଲୋକଙ୍କୁ ସିଂହାସନର ସମ୍ମୁଖରେ ଠିଆ ହୋଇଥିବାର ଦେଖିଲି, ଆଉ ପୁସ୍ତକସବୁ ଫିଟାଗଲା; ପରେ ଜୀବନ ପୁସ୍ତକ ନାମକ ଆଉ ଗୋଟିଏ ପୁସ୍ତକ ଫିଟାଗଲା; ସେହି ପୁସ୍ତକମାନଙ୍କରେ ଲିଖିତ ବିଷୟ ପ୍ରମାଣେ ମୃତମାନେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ।
13 I wydało morze umarłych, którzy w nim byli, również śmierć i piekło wydały umarłych, którzy w nich byli. I zostali osądzeni, każdy według swoich uczynków. (Hadēs )
ସମୁଦ୍ର ଆପଣାର ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲା, ଆଉ ମୃତ୍ୟୁ ଓ ପାତାଳ ସେମାନଙ୍କ ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲେ; ପୁଣି, ସେମାନେ ପ୍ରତ୍ୟେକେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ। (Hadēs )
14 A śmierć i piekło zostały wrzucone do jeziora ognia. To jest druga śmierć. (Hadēs , Limnē Pyr )
ତତ୍ପରେ ମୃତ୍ୟୁ ଓ ପାତାଳକୁ ଅଗ୍ନିମୟ ହ୍ରଦରେ ପକାଗଲା। ଏହି ମୃତ୍ୟୁ, ଅର୍ଥାତ୍ ଅଗ୍ନିମୟ ହ୍ରଦ, ଦ୍ୱିତୀୟ ମୃତ୍ୟୁ। (Hadēs , Limnē Pyr )
15 I jeśli się ktoś nie znalazł zapisany w księdze życia, został wrzucony do jeziora ognia. (Limnē Pyr )
ଯାହାର ନାମ ଜୀବନ ପୁସ୍ତକରେ ଲେଖା ହୋଇଥିବାର ଦେଖା ନ ଗଲା, ତାହାକୁ ଅଗ୍ନିମୟ ହ୍ରଦରେ ପକାଗଲା। (Limnē Pyr )