< Gênesis 4 >
1 E conheceu Adão a Eva, sua mulher, e ella concebeu e pariu a Caim, e disse: Alcancei do Senhor um varão.
ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟା ହବାଙ୍କର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ କୟିନ (ଅର୍ଥାତ୍ ଲାଭ) ନାମକ ଗୋଟିଏ ପୁତ୍ର ପ୍ରସବ କରି କହିଲେ, “ସଦାପ୍ରଭୁଙ୍କ ସାହାଯ୍ୟରେ ମୋହର ଏକ ନର ଲାଭ ହୋଇଅଛି।”
2 E pariu mais a seu irmão Abel: e Abel foi pastor de ovelhas, e Caim foi lavrador da terra.
ଏଥିଉତ୍ତାରେ ସେ ହେବଲ (ଅର୍ଥାତ୍ ଅସ୍ଥାୟୀ) ନାମକ ତାହାର ସହୋଦରକୁ ପ୍ରସବ କଲେ। ଏଥର ହେବଲ ମେଷପାଳକ ଓ କୟିନ କୃଷକ ହେଲେ।
3 E aconteceu ao cabo de dias que Caim trouxe do fructo da terra uma offerta ao Senhor.
ସମୟାନୁକ୍ରମେ କୟିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମିରୁ ଉତ୍ପନ୍ନ ଫଳ ଆଣି ଉତ୍ସର୍ଗ କଲେ।
4 E Abel tambem trouxe dos primogenitos das suas ovelhas, e da sua gordura: e attentou o Senhor para Abel e para a sua offerta,
ଆଉ ହେବଲ ମଧ୍ୟ ନିଜ ପଲର ପ୍ରଥମଜାତ କେତେକ ପଶୁ ଓ ସେମାନଙ୍କ ମେଦ ଉତ୍ସର୍ଗ କଲେ। ସଦାପ୍ରଭୁ ହେବଲଙ୍କୁ ଓ ତାଙ୍କର ନୈବେଦ୍ୟକୁ ଗ୍ରାହ୍ୟ କଲେ।
5 Mas para Caim e para a sua offerta não attentou. E irou-se Caim fortemente, e descaiu-lhe o seu semblante.
ମାତ୍ର କୟିନଙ୍କୁ ଓ ତାଙ୍କର ନୈବେଦ୍ୟକୁ ସେ ଅଗ୍ରାହ୍ୟ କଲେ। ଏହେତୁ କୟିନ ଅତି କ୍ରୋଧ କରି ଦୁଃଖିତ ହେଲେ।
6 E o Senhor disse a Caim: Porque te iraste? E porque descaiu o teu semblante?
ତହିଁରେ ସଦାପ୍ରଭୁ କୟିନଙ୍କୁ କହିଲେ, “ତୁମ୍ଭେ କାହିଁକି କ୍ରୋଧ କରୁଅଛ? ଆଉ କାହିଁକି ଦୁଃଖିତ ହେଉଅଛ?
7 Se bem fizeres, não haverá acceitação para ti? se não fizeres bem, o peccado jaz á porta, e para ti será o seu desejo, e sobre elle dominarás.
ସତ୍କର୍ମ କଲେ, କି ତୁମ୍ଭେ ଊର୍ଦ୍ଧ୍ୱମୁଖ ହେବ ନାହିଁ? ସତ୍କର୍ମ ନ କଲେ, ପାପ ଦ୍ୱାରରେ ଛକିଥାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ କର୍ତ୍ତୃତ୍ୱ କରିବା ଉଚିତ।”
8 E fallou Caim com o seu irmão Abel: e succedeu que, estando elles no campo, se levantou Caim contra o seu irmão Abel, e o matou.
ଏଥିଉତ୍ତାରେ କୟିନ ଆପଣା ଭାଇ ହେବଲ ସହିତ କଥାବାର୍ତ୍ତା କଲେ। ତହୁଁ ସେମାନେ କ୍ଷେତରେ ଥିବା ବେଳେ କୟିନ ଆପଣା ଭାଇ ହେବଲଙ୍କୁ ଆକ୍ରମଣ କରି ବଧ କଲେ।
9 E disse o Senhor a Caim: Onde está Abel, teu irmão? E elle disse: Não sei: sou eu guardador do meu irmão?
ଏଥିଉତ୍ତାରେ ସଦାପ୍ରଭୁ କୟିନଙ୍କୁ ପଚାରିଲେ, “ତୁମ୍ଭ ଭାଇ ହେବଲ କେଉଁଠାରେ?” ସେ କହିଲେ, “ମୁଁ ଜାଣେ ନାହିଁ, ମୁଁ କʼଣ ମୋʼ ଭାଇର ରକ୍ଷକ?”
10 E disse Deus: Que fizeste? A voz do sangue do teu irmão clama a mim desde a terra.
ସେ କହିଲେ, “ତୁମ୍ଭେ କଅଣ କରିଅଛ? ତୁମ୍ଭ ଭାଇର ରକ୍ତ ଭୂମିରୁ ଆମ୍ଭ ପ୍ରତି ଡାକ ପକାଉଅଛି।
11 E agora maldito és tu desde a terra, que abriu a sua bocca para receber o sangue do teu irmão da tua mão.
ଏଥିନିମନ୍ତେ ଯେଉଁ ଭୂମି ତୁମ୍ଭ ହସ୍ତରୁ ତୁମ୍ଭ ଭାଇର ରକ୍ତ ଗ୍ରହଣାର୍ଥେ ଆପଣା ମୁଖ ମୁକ୍ତ କରିଅଛି, ସେହି ଭୂମିରେ ଏବେ ତୁମ୍ଭେ ଶାପଗ୍ରସ୍ତ ହେଲ;
12 Quando lavrares a terra, não te dará mais a sua força: fugitivo e vagabundo serás na terra.
ଭୂମିରେ କୃଷିକର୍ମ କଲେ ହେଁ ତାହା ଆପଣା ଶକ୍ତି ଦେଇ ଆଉ ତୁମ୍ଭର ସେବା କରିବ ନାହିଁ; ତୁମ୍ଭେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେବ।”
13 Então disse Caim ao Senhor: É maior a minha maldade que a que possa ser perdoada.
କୟିନ ସଦାପ୍ରଭୁଙ୍କୁ କହିଲେ, “ମୋହର ଦଣ୍ଡ ଅସହ୍ୟ।
14 Eis que hoje me lanças da face da terra, e da tua face me esconderei; e serei fugitivo e vagabundo na terra, e será que todo aquelle que me achar, me matará.
ଦେଖ, ତୁମ୍ଭେ ଆଜି ମୋତେ ଏ ସ୍ଥାନରୁ ତଡ଼ି ଦେଲ, ତହିଁରେ ତୁମ୍ଭ ସମ୍ମୁଖରୁ ମୁଁ ଗୁପ୍ତ ହେବି; ଏହିରୂପେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେଲେ ଏପରି ହେବ ଯେ, କୌଣସି ଲୋକ ମୋତେ ପାଇଲେ ବଧ କରିବ।”
15 O Senhor porém disse-lhe: Portanto qualquer que matar a Caim, sete vezes será castigado. E poz o Senhor um signal em Caim, para que o não ferisse qualquer que o achasse.
ଆଉ ସଦାପ୍ରଭୁ ତାଙ୍କୁ କହିଲେ, “ଏହେତୁ କେହି କୟିନଙ୍କୁ ବଧ କଲେ, ତାହାର ସାତ ଗୁଣ ଦଣ୍ଡ ହେବ।” ପୁଣି, କେହି ତାଙ୍କୁ ଦେଖି ଯେପରି ବଧ ନ କରଇ, ଏଥିପାଇଁ ସଦାପ୍ରଭୁ କୟିନଙ୍କ ନିମନ୍ତେ ଏକ ଚିହ୍ନ ନିରୂପଣ କଲେ।
16 E saiu Caim de diante da face do Senhor, e habitou na terra de Nod, da banda do oriente do Eden.
ଏଥିଉତ୍ତାରେ କୟିନ ସଦାପ୍ରଭୁଙ୍କ ସମ୍ମୁଖରୁ ପ୍ରସ୍ଥାନ କରି ଏଦନର ପୂର୍ବଦିଗସ୍ଥ ନୋଦ ନାମକ ସ୍ଥାନରେ ବାସ କଲେ।
17 E conheceu Caim a sua mulher, e ella concebeu, e pariu a Enoch: e elle edificou uma cidade, e chamou o nome da cidade pelo nome de seu filho Enoch:
ଆଉ କୟିନ ଆପଣା ଭାର୍ଯ୍ୟାର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ ହନୋକକୁ ପ୍ରସବ କଲେ; ପୁଣି, ସେ ଏକ ନଗର ନିର୍ମାଣ କରି ଆପଣା ପୁତ୍ରର ନାମାନୁସାରେ ତହିଁର ନାମ ହନୋକ ଦେଲେ।
18 E a Enoch nasceu Irad, e Irad gerou a Mehujael, e Mehujael gerou a Methusael e Methusael gerou a Lamech.
ସେହି ହନୋକର ପୁତ୍ର ଈରଦ ଓ ଈରଦର ପୁତ୍ର ମହୁୟାୟେଲ ଓ ମହୁୟାୟେଲର ପୁତ୍ର ମଥୁଶାୟେଲ ଓ ମଥୁଶାୟେଲର ପୁତ୍ର ଲେମକ।
19 E tomou Lamech para si duas mulheres: o nome d'uma era Ada, e o nome da outra, Zilla.
ଏହି ଲେମକ ଦୁଇଟି ସ୍ତ୍ରୀ ବିବାହ କଲେ, ଏକର ନାମ ଆଦା ଓ ଅନ୍ୟର ନାମ ସିଲ୍ଲା ଥିଲା।
20 E Ada pariu a Jabal: este foi o pae dos que habitam em tendas, e teem gado.
ଆଦାର ଗର୍ଭରେ ଜାବଳ ଜନ୍ମିଲା, ସେ ତମ୍ବୁନିବାସୀ ପଶୁପାଳକମାନଙ୍କର ଆଦିପୁରୁଷ ଥିଲା।
21 E o nome do seu irmão era Jubal: este foi o pae de todos os que tocam harpa e orgão.
ତାହାର ଭାଇର ନାମ ଯୁବଳ, ସେ ବୀଣା ଓ ବଂଶୀବାଦକମାନଙ୍କର ଆଦିପୁରୁଷ ଥିଲା।
22 E Zilla tambem pariu a Tubalcaim, mestre de toda a obra de cobre e de ferro: e a irmã de Tubalcaim foi Naama.
ସିଲ୍ଲାର ଗର୍ଭରେ ତୁବଲ୍-କୟିନ ଜନ୍ମିଲା, ସେ ପିତ୍ତଳ ଓ ଲୌହର ନାନା ପ୍ରକାର ଅସ୍ତ୍ର ନିର୍ମାଣକାରୀ ଥିଲା; ତୁବଲ୍-କୟିନର ନୟମା ନାମ୍ନୀ ଏକ ଭଗ୍ନୀ ଥିଲା।
23 E disse Lamech a suas mulheres: Ada e Zilla, ouvi a minha voz; vós, mulheres de Lamech, escutae o meu dito; porque eu matei um varão por minha ferida, e um mancebo por minha pisadura.
ଏଥିଉତ୍ତାରେ ଲେମକ ଆପଣା ଭାର୍ଯ୍ୟାମାନଙ୍କୁ କହିଲେ, “ଆଗୋ ଆଦା ଓ ସିଲ୍ଲା, ମୋʼ କଥା ଶୁଣ; ଆଗୋ ଲେମକର ଭାର୍ଯ୍ୟାଗଣ, ତୁମ୍ଭେମାନେ ମୋʼ ବାକ୍ୟରେ କର୍ଣ୍ଣପାତ କର; ମୁଁ ଆଘାତର ପରିଶୋଧରେ ଜଣେ ମନୁଷ୍ୟକୁ ଓ ପ୍ରହାରର ପରିଶୋଧରେ ଜଣେ ଯୁବାକୁ ବଧ କରିଅଛି;
24 Porque sete vezes Caim será castigado; mas Lamech setenta vezes sete.
ଯଦି କୟିନର ବଧର ପ୍ରତିଫଳ ସାତ ଗୁଣ ହୁଏ, ତେବେ ଲେମକର ପ୍ରତିଫଳ ସତସ୍ତରି ଗୁଣ ନିଶ୍ଚୟ ହେବ।”
25 E tornou Adão a conhecer a sua mulher; e ella pariu um filho, e chamou o seu nome Seth; porque, disse ella, Deus me deu outra semente em logar de Abel; porquanto Caim o matou.
ଏଥିଉତ୍ତାରେ ଆଦମ ପୁନଶ୍ଚ ଆପଣା ଭାର୍ଯ୍ୟାଙ୍କର ସହବାସ କରନ୍ତେ, ସେ ଏକ ପୁତ୍ର ପ୍ରସବ କରି ତାହାର ନାମ ଶେଥ (ଅର୍ଥାତ୍ ପ୍ରତିନିଧି) ଦେଲେ; ଯେହେତୁ ସେ କହିଲେ, “ପରମେଶ୍ୱର ହେବଲର ପ୍ରତିନିଧି ରୂପେ ଆଉ ଗୋଟିଏ ପୁତ୍ର ମୋତେ ଦେଇଅଛନ୍ତି, କାରଣ କୟିନ ତାକୁ ବଧ କରିଥିଲା।”
26 E a Seth mesmo tambem nasceu um filho; e chamou o seu nome Enos: então se começou a invocar o nome do Senhor.
ତହୁଁ ଶେଥର ମଧ୍ୟ ଏକ ପୁତ୍ର ଜନ୍ମିଲା; ଆଉ ସେ ତାହାର ନାମ ଈନୋଶ ଦେଲା। ଏହି ସମୟରେ ମନୁଷ୍ୟମାନେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବାକୁ ଲାଗିଲେ।