< Jeremias 2 >
1 E veiu a mim a palavra do Senhor, dizendo:
ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
2 Vae, e clama aos ouvidos de Jerusalem, dizendo: Assim diz o Senhor: Lembro-me de ti, da beneficencia da tua mocidade, e do amor dos teus desposorios, quando andavas após mim no deserto, n'uma terra que se não semeava.
“ଯାଅ ଓ ଯିରୂଶାଲମର କର୍ଣ୍ଣଗୋଚରରେ ପ୍ରଚାର କରି କୁହ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭ ଯୌବନାବସ୍ଥାର ଭକ୍ତି, ତୁମ୍ଭ ବିବାହ ସମୟର ପ୍ରେମ, ତୁମ୍ଭେ ପ୍ରାନ୍ତରରେ ଅବୁଣା ଦେଶରେ କିରୂପେ ଆମ୍ଭ ପଶ୍ଚାଦ୍ଗମନ କଲ, ଏହା ତୁମ୍ଭ ପକ୍ଷରେ ଆମ୍ଭେ ସ୍ମରଣ କରୁଅଛୁ।
3 Então Israel era sanctidade para o Senhor, e as primicias da sua novidade: todos os que comiam eram tidos por culpados; o mal vinha sobre elles, diz o Senhor.
ଇସ୍ରାଏଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର, ତାହାଙ୍କ ଆୟର ପ୍ରଥମ ଫଳ ସ୍ୱରୂପ ଥିଲା। ଯେଉଁମାନେ ତାହାକୁ ଗ୍ରାସ କରନ୍ତି, ସେସମସ୍ତେ ଦୋଷୀ ଗଣାଯିବେ; ସେମାନଙ୍କ ପ୍ରତି ଅମଙ୍ଗଳ ଘଟିବ,” ଏହା ସଦାପ୍ରଭୁ କହନ୍ତି।
4 Ouvi a palavra do Senhor, ó casa de Jacob, e todas as familias da casa de Israel:
ହେ ଯାକୁବର ବଂଶ, ଆଉ ହେ ଇସ୍ରାଏଲ ବଂଶର ଗୋଷ୍ଠୀସବୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ;
5 Assim diz o Senhor: Que injustiça acharam vossos paes em mim, para se alongarem de mim, e se foram após a vaidade, e se tornaram levianos?
ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭଠାରେ କେଉଁ ଅନ୍ୟାୟ ଦେଖିଲେ ଯେ, ସେମାନେ ଆମ୍ଭଠାରୁ ଦୂରକୁ ଯାଇଅଛନ୍ତି ଓ ଅସାର ପ୍ରତିମାଗଣର ପଶ୍ଚାଦ୍ଗମନ କରି ନିଜେ ଅସାର ହୋଇଅଛନ୍ତି?
6 E não disseram: Onde está o Senhor, que nos fez subir da terra do Egypto? que nos guiou pelo deserto, por uma terra de charnecas, e de covas, por uma terra de sequidão e sombra de morte, por uma terra pela qual ninguem passava, e homem nenhum morava n'ella?
ଅଥବା ‘ଯେ ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ଯେ ପ୍ରାନ୍ତରର, ମରୁଭୂମି ଓ ଗର୍ତ୍ତମୟ ଦେଶର, ଆଉ ନିର୍ଜଳ ଓ ମୃତ୍ୟୁୁଚ୍ଛାୟାରୂପ ଦେଶର, ପୁଣି ପଥିକବିହୀନ ଓ ନିବାସୀଶୂନ୍ୟ ଦେଶର ମଧ୍ୟରେ ଆମ୍ଭମାନଙ୍କୁ କଢ଼ାଇ ଆଣିଲେ, ସେହି ସଦାପ୍ରଭୁ କାହାନ୍ତି,’ ଏହା ସେମାନେ କହିଲେ ନାହିଁ।
7 E eu vos introduzi n'uma terra fertil, para comerdes o seu fructo e o seu bem; mas quando entrastes n'ella contaminastes a minha terra, e da minha herança fizestes uma abominação.
ପୁଣି, ତୁମ୍ଭେମାନେ ଯେପରି ଫଳ ଓ ଅତ୍ୟୁତ୍ତମ ଦ୍ରବ୍ୟ ଭୋଜନ କରିବ, ଏଥିପାଇଁ ଆମ୍ଭେ ତୁମ୍ଭମାନଙ୍କୁ ଏକ ଅତି ଉର୍ବରା ଦେଶକୁ ଆଣିଲୁ; ମାତ୍ର ତୁମ୍ଭେମାନେ ପ୍ରବେଶ କରି ଆମ୍ଭ ଦେଶକୁ ଅଶୁଚି ଓ ଆମ୍ଭ ଅଧିକାରକୁ ଘୃଣାସ୍ପଦ କଲ।
8 Os sacerdotes não disseram: Onde está o Senhor? E os que tratavam da lei não me conheciam, e os pastores prevaricavam contra mim, e os prophetas prophetizavam por Baal, e andavam após o que de nada aproveita.
‘ସଦାପ୍ରଭୁ କାହାନ୍ତି,’ ଏହା ଯାଜକମାନେ କହିଲେ ନାହିଁ, ଆଉ ଯେଉଁମାନେ ବ୍ୟବସ୍ଥା ହସ୍ତରେ ଧରନ୍ତି, ସେମାନେ ଆମ୍ଭକୁ ଜାଣିଲେ ନାହିଁ; ଶାସନକର୍ତ୍ତାମାନେ ମଧ୍ୟ ଆମ୍ଭ ବିରୁଦ୍ଧରେ ଅଧର୍ମାଚରଣ କଲେ, ଆଉ ଭବିଷ୍ୟଦ୍ବକ୍ତାମାନେ ବାଲ୍ଦେବ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ ଓ ନିଷ୍ଫଳ ବସ୍ତୁମାନର ପଶ୍ଚାଦ୍ଗମନ କଲେ।
9 Portanto ainda contenderei comvosco, diz o Senhor; e até com os filhos de vossos filhos contenderei.
ଏହେତୁ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କ ସହିତ ଆହୁରି ପ୍ରତିବାଦ କରିବା ଓ ତୁମ୍ଭମାନଙ୍କ ସନ୍ତାନଗଣର ସନ୍ତାନ ସହିତ ଆମ୍ଭେ ପ୍ରତିବାଦ କରିବା।
10 Porque, passae ás ilhas de Chittim, e vêde; e enviae a Kedar, e attentae bem, e vêde se succedeu coisa similhante.
ପାର ହୋଇ କିତ୍ତୀୟମାନଙ୍କର ଦ୍ୱୀପସମୂହକୁ ଯାଇ ଦେଖ, ଆଉ କେଦାରକୁ ଲୋକ ପଠାଅ ଓ ସୂକ୍ଷ୍ମ ରୂପେ ବିବେଚନା କର; ଆଉ ଦେଖ, ଏପରି କାର୍ଯ୍ୟ କି କେବେ ହୋଇଅଛି?
11 Houve alguma nação que tenha trocado os seus deuses, ainda que não sejam deuses? Todavia o meu povo trocou a sua gloria pelo que de nada aproveita.
ଦେବତାମାନେ ଈଶ୍ୱର ନୋହିଲେ ହେଁ କୌଣସି ଦେଶୀୟ ଲୋକେ କି ଆପଣା ଦେବତାମାନଙ୍କୁ ବଦଳ କରିଅଛନ୍ତି? ମାତ୍ର ଆମ୍ଭର ଲୋକମାନେ ନିଷ୍ଫଳ ବସ୍ତୁ ନିମନ୍ତେ ଆପଣାମାନଙ୍କର ଗୌରବସ୍ୱରୂପଙ୍କୁ ବଦଳ କରିଅଛନ୍ତି।
12 Espantae-vos d'isto, ó céus! e pasmae; e sêde grandemente assolados, diz o Senhor.
ହେ ଆକାଶମଣ୍ଡଳ, ଏଥିରେ ଚମତ୍କୃତ ହୁଅ ଓ ମହାଭୟଗ୍ରସ୍ତ ହୋଇ ସଙ୍କୁଚିତ ହୁଅ, ଏହା ସଦାପ୍ରଭୁ କହନ୍ତି।
13 Porque o meu povo fez duas maldades: a mim me deixaram, o manancial de aguas vivas, e cavaram cisternas, cisternas fendidas, que já não reteem aguas.
କାରଣ ଆମ୍ଭର ଲୋକମାନେ ଦୁଇଟି ଦୋଷ କରିଅଛନ୍ତି; ସେମାନେ ଅମୃତ ଜଳର ନିର୍ଝର ସ୍ୱରୂପ ଯେ ଆମ୍ଭେ, ଆମ୍ଭକୁ ପରିତ୍ୟାଗ କରିଅଛନ୍ତି, ପୁଣି ଆପଣାମାନଙ୍କ ନିମନ୍ତେ ନାନା କୂପ ଖୋଳିଅଛନ୍ତି, ସେସବୁ ଭଗ୍ନ କୂପ, ଜଳଧାରଣ କରି ନ ପାରେ।
14 Acaso é Israel um servo, ou nascido em casa? porque pois veiu a ser preza?
ଇସ୍ରାଏଲ କି ଦାସ? ସେ କି ଗୃହଜାତ ଜନ୍ମରୁ ଦାସ? ତେବେ ସେ କାହିଁକି ଲୁଟିତ ଦ୍ରବ୍ୟ ହୋଇଅଛି?
15 Os filhos de leão bramaram sobre elle, levantaram a sua voz; e pozeram a sua terra em assolação; as suas cidades se queimaram, e ninguem habita n'ellas.
ଯୁବା ସିଂହମାନେ ତାହା ଉପରେ ଗର୍ଜ୍ଜନ ଓ ହୁଙ୍କାର କରିଅଛନ୍ତି ଓ ସେମାନେ ତାହାର ଦେଶ ଉଜାଡ଼ କରିଅଛନ୍ତି; ତାହାର ନଗରସବୁ ଦଗ୍ଧ ହୋଇ ନିବାସବିହୀନ ହୋଇଅଛି।
16 Até os filhos de Noph e de Tachphanes te quebraram o alto da cabeça.
ଆହୁରି ନୋଫର ଓ ତଫନ୍ହେଷର ସନ୍ତାନଗଣ ତୁମ୍ଭ ମସ୍ତକର ମୁକୁଟକୁ ଭାଙ୍ଗିଅଛନ୍ତି।
17 Porventura tu não te fazes isto a ti mesmo? pois deixas ao Senhor teu Deus, no tempo em que elle te guia pelo caminho.
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପଥରେ କଢ଼ାଇ ଘେନିଯିବା ସମୟରେ ତୁମ୍ଭେ ତାହାଙ୍କୁ ପରିତ୍ୟାଗ କରିବାରୁ ଏହା କି ଆପଣା ପ୍ରତି ଆପେ ଘଟାଇ ନାହଁ?
18 Agora, pois, que te importa a ti o caminho do Egypto, para beberes as aguas de Sihor? e que te importa a ti o caminho da Assyria, para beberes as aguas do rio?
ଆଉ, ଏବେ ଶୀହୋରର ଜଳ ପାନ କରିବା ନିମନ୍ତେ ତୁମ୍ଭେ ମିସରର ପଥରେ କାହିଁକି ଯାଉଅଛ? ଅଥବା ଫରାତ୍ ନଦୀର ଜଳ ପାନ କରିବା ନିମନ୍ତେ ତୁମ୍ଭେ ଅଶୂରର ପଥରେ କାହିଁକି ଯାଉଅଛ?
19 A tua malicia te castigará, e os teus apartamentos te reprehenderão: sabe, pois, e vê, quão mal e amargo é deixares ao Senhor teu Deus, e não teres o meu temor comtigo, diz o Senhor Jehovah dos Exercitos.
ତୁମ୍ଭ ନିଜର ଦୁଷ୍ଟତା ତୁମ୍ଭକୁ ଶାସ୍ତି ଦେବ ଓ ତୁମ୍ଭର ବିପଥଗମନ ତୁମ୍ଭକୁ ଅନୁଯୋଗ କରିବ; ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପରିତ୍ୟାଗ କରିବାର ଓ ଆମ୍ଭ ବିଷୟକ ଭୟ ତୁମ୍ଭ ମଧ୍ୟରେ ନ ଥିବାର ଯେ ମନ୍ଦ ଓ ତିକ୍ତ ବିଷୟ, ଏହା ଜ୍ଞାତ ହୋଇ ବୁଝ।
20 Quando eu já ha muito quebrava o teu jugo, e rompia as tuas ataduras, dizias tu: Nunca mais transgredirei; comtudo em todo o outeiro alto e debaixo de toda a arvore verde te andas encurvando e fornicando.
ପୂର୍ବକାଳରେ ଆମ୍ଭେ ତୁମ୍ଭର ଯୁଆଳି ଭାଙ୍ଗି ତୁମ୍ଭର ବନ୍ଧନସକଳ ଛେଦନ କଲୁ; ଆଉ, ତୁମ୍ଭେ କହିଲ, ‘ଆମ୍ଭେ ଦାସ୍ୟକର୍ମ କରିବା ନାହିଁ;’ କାରଣ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ସବୁଜ ବୃକ୍ଷ ତଳେ ତୁମ୍ଭେ ବ୍ୟଭିଚାର କରିବା ପାଇଁ ନତ ହୋଇଅଛ।
21 Eu mesmo te plantei por vide excellente, e todo fiel semente: como pois te tornaste para mim uma planta degenerada de vide estranha?
ତଥାପି ଆମ୍ଭେ ତୁମ୍ଭକୁ ସର୍ବତୋଭାବେ ପ୍ରକୃତ ବୀଜରୁ ଉତ୍ପନ୍ନ ଉତ୍ତମ ଦ୍ରାକ୍ଷାଲତା କରି ରୋପଣ କରିଥିଲୁ; ତେବେ ତୁମ୍ଭେ କିପରି ଆମ୍ଭ ନିକଟରେ ବିଜାତୀୟ ଦ୍ରାକ୍ଷାଲତାରୁ ଉତ୍ପନ୍ନ ବିକୃତ ଚାରା ହେଲ?
22 Pelo que ainda que te laves com salitre, e amontoes sabão, comtudo a tua iniquidade está apontada diante de mim, diz o Senhor Jehovah.
ପ୍ରଭୁ, ସଦାପ୍ରଭୁ କହନ୍ତି, ଯଦ୍ୟପି ତୁମ୍ଭେ ଆପଣାକୁ ସୋଡ଼ାରେ ଧୌତ କର ଓ ବହୁତ ସାବୁନ ଲଗାଅ, ତଥାପି ଆମ୍ଭ ଦୃଷ୍ଟିରେ ତୁମ୍ଭ ଅଧର୍ମ ଚିହ୍ନିତ ହୋଇ ରହିଅଛି।
23 Como dizes logo: Não estou contaminado nem andei após os baalins? vê o teu caminho no valle, conhece o que fizeste: dromedaria ligeira és, que anda torcendo os seus caminhos.
‘ଆମ୍ଭେ ଅଶୁଚି ନୋହୁଁ, ଆମ୍ଭେ ବାଲ୍ ଦେବଗଣର ପଶ୍ଚାଦ୍ଗାମୀ ହୋଇ ନାହୁଁ ବୋଲି’ ତୁମ୍ଭେ କିପରି କହିପାର? ଉପତ୍ୟକାରେ ତୁମ୍ଭ ଗତାୟାତ ପଥ ଦେଖ, ଯାହା ତୁମ୍ଭେ କରିଅଛ, ତାହା ଜ୍ଞାତ ହୁଅ; ତୁମ୍ଭେ ଆପଣା ପଥରେ ଭ୍ରମଣକାରିଣୀ ଦ୍ରୁତଗାମିନୀ ଉଷ୍ଟ୍ରୀ;
24 Jumenta montez, acostumada ao deserto, que, conforme o desejo da sua alma, sorve o vento, quem deteria o seu encontro? todos os que a buscarem, não se cançarão; no mez d'ella a acharão.
ତୁମ୍ଭେ ପ୍ରାନ୍ତର ପରିଚିତା ବନ୍ୟ ଗର୍ଦ୍ଦଭୀ ଅଟ; ସେ ଆପଣା ଅଭିଳାଷକ୍ରମେ ବାୟୁ ଆଘ୍ରାଣ କରେ, ତାହାର ଋତୁ ସମୟରେ କିଏ ତାହାକୁ ଫେରାଇ ପାରଇ? ତାହାର ଅନ୍ବେଷଣକାରୀମାନଙ୍କର ଆପଣାମାନଙ୍କୁ କ୍ଳାନ୍ତ କରିବାର ପ୍ରୟୋଜନ ନାହିଁ; ସେମାନେ ତାହାର ନିୟମିତ ମାସରେ ତାହାକୁ ପାଇବେ।
25 Retem o teu pé de ser descalço, e a tua garganta de ter sêde: porém tu dizes: Não ha esperança: não; porque amo os estranhos, e após elles andarei
‘ତୁମ୍ଭେ ଆପଣା ଚରଣ ପାଦୁକାରହିତ ଓ କଣ୍ଠ ଶୁଷ୍କ ହେବାକୁ ଦିଅ ନାହିଁ; ମାତ୍ର ତୁମ୍ଭେ କହିଲ, ଆଉ ଭରସା ନାହିଁ; ନା, କାରଣ ମୁଁ ବିଦେଶୀୟମାନଙ୍କୁ ପ୍ରେମ କରିଅଛି ଓ ମୁଁ ସେମାନଙ୍କର ପଶ୍ଚାଦ୍ଗାମିନୀ ହେବି।’
26 Como fica confundido o ladrão quando o apanham, assim se confundem os da casa de Israel; elles, os seus reis, os seus principes, e os seus sacerdotes, e os seus prophetas,
ଚୋର ଧରା ପଡ଼ିଲେ ଯେପରି ଲଜ୍ଜିତ ହୁଏ, ସେପରି ଇସ୍ରାଏଲ ବଂଶ, ସେମାନଙ୍କର ରାଜାଗଣ, ସେମାନଙ୍କର ଅଧିପତିଗଣ, ସେମାନଙ୍କର ଯାଜକଗଣ ଓ ସେମାନଙ୍କର ଭବିଷ୍ୟଦ୍ବକ୍ତାଗଣ ସମସ୍ତେ ଲଜ୍ଜିତ ହୋଇଅଛନ୍ତି;
27 Que dizem ao páu: Tu és meu pae; e á pedra: Tu me geraste; porque me viraram as costas, e não o rosto: porém no tempo do seu trabalho dirão: Levanta-te, e livra-nos.
ସେମାନେ ଖଣ୍ଡେ କାଠମୁଣ୍ଡାକୁ କହନ୍ତି, ‘ତୁମ୍ଭେ ଆମ୍ଭର ପିତା’ ଓ ପଥରକୁ କହନ୍ତି, ‘ତୁମ୍ଭେ ଆମ୍ଭକୁ ଜନ୍ମ କରିଅଛ,’ ସେମାନେ ଆମ୍ଭ ଆଡ଼କୁ ମୁଖ ନ ଫେରାଇ ଆପଣା ଆପଣା ପିଠି ଫେରାଇ ଅଛନ୍ତି; ବିପଦ ସମୟରେ ସେମାନେ କହିବେ, ‘ତୁମ୍ଭେ ଉଠ, ଆମ୍ଭମାନଙ୍କୁ ଉଦ୍ଧାର କର।’
28 Onde pois estão os teus deuses, que fizeste para ti? que se levantem, se te podem livrar no tempo do teu trabalho: porque os teus deuses, ó Judah, são tantos em numero como as tuas cidades.
ମାତ୍ର ତୁମ୍ଭେ ନିଜ ପାଇଁ ଯେଉଁ ଦେବତାମାନଙ୍କୁ ନିର୍ମାଣ କରିଅଛ, ସେମାନେ କାହାନ୍ତି? ସେମାନେ ଉଠନ୍ତୁ, ଯେବେ ପାରନ୍ତି, ତେବେ ତୁମ୍ଭ ବିପଦ ସମୟରେ ତୁମ୍ଭକୁ ଉଦ୍ଧାର କରନ୍ତୁ; କାରଣ ହେ ଯିହୁଦା, ତୁମ୍ଭ ନଗରସମୂହର ସଂଖ୍ୟା ପ୍ରମାଣେ ତୁମ୍ଭର ଦେବତାମାନେ ଅଛନ୍ତି।
29 Porque contendeis comigo? todos vós transgredistes contra mim, diz o Senhor.
ତୁମ୍ଭେମାନେ କାହିଁକି ଆମ୍ଭ ସଙ୍ଗେ ବିବାଦ କରିବ? ସଦାପ୍ରଭୁ କହନ୍ତି, ତୁମ୍ଭେ ସମସ୍ତେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛ।
30 Em vão castigareis os vossos filhos; não acceitarão o castigo: a vossa espada devorou os vossos prophetas como um leão destruidor.
ଆମ୍ଭେ ବ୍ୟର୍ଥରେ ତୁମ୍ଭ ସନ୍ତାନଗଣକୁ ଆଘାତ କରିଅଛୁ; ସେମାନେ ଶାସ୍ତି ଗ୍ରାହ୍ୟ କଲେ ନାହିଁ; ତୁମ୍ଭମାନଙ୍କର ନିଜ ଖଡ୍ଗ, ବିନାଶକ ସିଂହ ତୁଲ୍ୟ ତୁମ୍ଭମାନଙ୍କର ଭବିଷ୍ୟଦ୍ବକ୍ତାଗଣଙ୍କୁ ଗ୍ରାସ କରିଅଛି।
31 Oh geração! considerae vós a palavra do Senhor: porventura tenho eu sido para Israel um deserto? ou uma terra da mais espessa escuridão? porque pois diz o meu povo: Temos determinado nunca mais vir a ti.
ହେ ବର୍ତ୍ତମାନ କାଳର ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଆଲୋଚନା କର, ଆମ୍ଭେ କି ଇସ୍ରାଏଲ ପ୍ରତି ପ୍ରାନ୍ତର ସ୍ୱରୂପ, ଅବା ନିବିଡ଼ ଅନ୍ଧକାରମୟ ଦେଶ ସ୍ୱରୂପ ହୋଇଅଛୁ? ଆମ୍ଭର ଲୋକମାନେ କାହିଁକି କହୁଅଛନ୍ତି, ‘ଆମ୍ଭେମାନେ ବନ୍ଧନଛିଣ୍ଡା ହୋଇଅଛୁ; ଆମ୍ଭେମାନେ ଆଉ ତୁମ୍ଭ ନିକଟକୁ ଆସିବୁ ନାହିଁ?’
32 Porventura esquece-se a virgem dos seus enfeites, ou a esposa dos seus sendaes? todavia o meu povo se esqueceu de mim, innumeraveis dias.
କନ୍ୟା କି ଆପଣା ଅଳଙ୍କାର ଓ ବିବାହିତା କନ୍ୟା କି ଆପଣା ଭୂଷଣ ପାସୋରି ପାରେ? ତଥାପି ଆମ୍ଭର ଲୋକେ ଆମ୍ଭକୁ ଅସଂଖ୍ୟ ଦିନ ପାସୋରିଅଛନ୍ତି।
33 Porque enfeitas o teu caminho, para buscares o amor? de sorte que até ás malignas ensinaste os teus caminhos.
ତୁମ୍ଭେ ପ୍ରେମର ଚେଷ୍ଟାରେ କିପରି ଆପଣା ପଥ ସଜାଡ଼ୁଅଛ! ଏହି କାରଣରୁ ଦୁଷ୍ଟା ସ୍ତ୍ରୀମାନଙ୍କୁ ହିଁ ତୁମ୍ଭେ ଆପଣା ପଥ ଶିଖାଇଅଛ।
34 Até nas orlas dos teus vestidos se achou o sangue das almas dos innocentes e necessitados: o que não achei minando, mas em todas estas coisas.
ଆହୁରି, ତୁମ୍ଭ ବସ୍ତ୍ରର ଅଞ୍ଚଳରେ ନିର୍ଦ୍ଦୋଷ ଦୀନହୀନମାନଙ୍କ ପ୍ରାଣର ରକ୍ତ ଦେଖାଯାଏ; ତାହା ସିନ୍ଧି କାଟିବା ସ୍ଥାନରେ ନୁହେଁ, ମାତ୍ର ଏହିସବୁର ଉପରେ ଆମ୍ଭେ ଦେଖିଅଛୁ।
35 E ainda dizes: Devéras que estou innocente, pois já a sua ira se desviou de mim: eis que entrarei em juizo comtigo, porquanto dizes: Não pequei.
ତଥାପି ତୁମ୍ଭେ କହିଲ, ‘ଆମ୍ଭେ ନିର୍ଦ୍ଦୋଷ; ଅବଶ୍ୟ ଆମ୍ଭଠାରୁ ତାହାଙ୍କର କ୍ରୋଧ ଫେରିଅଛି।’ ତୁମ୍ଭେ କହୁଅଛ, ‘ଆମ୍ଭେ ପାପ କରି ନାହୁଁ,’ ଏହେତୁ ଦେଖ, ଆମ୍ଭେ ତୁମ୍ଭର ବିଚାର କରିବା।
36 Porque te desvias tanto, mudando o teu caminho? tambem do Egypto serás envergonhada, como foste envergonhada da Assyria.
ତୁମ୍ଭେ ଆପଣା ପଥ ପରିବର୍ତ୍ତନ କରିବା ପାଇଁ କାହିଁକି ଏଣେତେଣେ ମିଥ୍ୟାରେ ଏତେ ଭ୍ରମଣ କରୁଅଛ? ତୁମ୍ଭେ ଅଶୂରର ବିଷୟରେ ଯେପରି ଲଜ୍ଜିତା ହୋଇଥିଲ, ସେପରି ମିସରର ବିଷୟରେ ହେଁ ଲଜ୍ଜିତା ହେବ।
37 Tambem d'aquelle sairás com as mãos sobre a tua cabeça; porque o Senhor rejeitou as tuas confianças, e não prosperarás com ellas
ତୁମ୍ଭେ ଆପଣା ମୁଣ୍ଡରେ ହାତ ଦେଇ ତାହା ନିକଟରୁ ମଧ୍ୟ ବାହାରି ଯିବ; କାରଣ ସଦାପ୍ରଭୁ ତୁମ୍ଭର ବିଶ୍ୱାସପାତ୍ରମାନଙ୍କୁ ଅଗ୍ରାହ୍ୟ କରିଅଛନ୍ତି ଓ ସେମାନଙ୍କ ଦ୍ୱାରା ତୁମ୍ଭେ କୃତକାର୍ଯ୍ୟ ହେବ ନାହିଁ।