< Salmos 74 >
1 Ó Deus, porque nos rejeitaste para sempre? Porque se accende a tua ira contra as ovelhas do teu pasto?
ଆସଫର ମସ୍କୀଲ୍। ହେ ପରମେଶ୍ୱର, ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ସଦାକାଳ ପରିତ୍ୟାଗ କରିଅଛ? ତୁମ୍ଭ ଚରାସ୍ଥାନର ମେଷଗଣ ବିରୁଦ୍ଧରେ କାହିଁକି ତୁମ୍ଭ କ୍ରୋଧାନଳର ଧୂମ ଉଠୁଅଛି?
2 Lembra-te da tua congregação que compraste desde a antiguidade, da vara da tua herança que remiste, este monte de Sião, em que habitaste.
ପୂର୍ବକାଳରେ ଯାହାକୁ ତୁମ୍ଭେ କିଣିଅଛ, ତୁମ୍ଭେ ଯାହାକୁ ଆପଣା ଅଧିକାରର ବଂଶ ହେବା ପାଇଁ ମୁକ୍ତ କରିଅଛ, ତୁମ୍ଭର ସେହି ମଣ୍ଡଳୀକୁ ଓ ତୁମ୍ଭର ବାସସ୍ଥାନ ସିୟୋନ ପର୍ବତକୁ ସ୍ମରଣ କର।
3 Levanta os teus pés para as perpetuas assolações, para tudo o que o inimigo tem feito de mal no sanctuario.
ଏହି ଚିରକାଳୀନ କାନ୍ଥଡ଼ା ଆଡ଼େ ଆପଣା ଚରଣ ପକାଅ, ଶତ୍ରୁ ଧର୍ମଧାମରେ ସବୁ ନାଶ କରିଅଛି।
4 Os teus inimigos bramam no meio das tuas synagogas; põem n'ellas as suas insignias por signaes.
ତୁମ୍ଭର ବିପକ୍ଷଗଣ ତୁମ୍ଭ ସମାଗମ-ସ୍ଥାନ ମଧ୍ୟରେ ଗର୍ଜ୍ଜନ କରିଅଛନ୍ତି; ସେମାନେ ଚିହ୍ନ ନିମନ୍ତେ ଆପଣାମାନଙ୍କ ଧ୍ୱଜା ସ୍ଥାପନ କରିଅଛନ୍ତି।
5 Cada qual se fez afamado, conforme levantara o machado contra a espessura do arvoredo.
ନିବିଡ଼ ଅରଣ୍ୟରେ କୁହ୍ରାଡ଼ି ଉଠାଇବା ଲୋକମାନଙ୍କ ପରି ସେମାନେ ଦେଖାଗଲେ।
6 Mas agora toda a obra entalhada por uma vez quebram com machados e martellos.
ପୁଣି, ଏବେ ସେମାନେ ଟାଙ୍ଗିଆ ଓ ହାତୁଡ଼ି ଦ୍ୱାରା ଏକାବେଳେ ତହିଁର ଖୋଦିତ କର୍ମସବୁ ଭାଙ୍ଗି ପକାନ୍ତି।
7 Lançaram fogo no teu sanctuario; profanaram, derribando-a até ao chão, a morada do teu nome.
ସେମାନେ ତୁମ୍ଭ ଧର୍ମଧାମରେ ଅଗ୍ନି ଲଗାଇ ଅଛନ୍ତି; ସେମାନେ ତୁମ୍ଭ ନାମର ବାସସ୍ଥାନକୁ ଅଶୁଚି କରି ଭୂମିସାତ୍ କରିଅଛନ୍ତି।
8 Disseram nos seus corações: Despojemol-os d'uma vez. Queimaram todas as synagogas de Deus na terra.
ସେମାନେ ମନେ ମନେ କହିଲେ, “ଆମ୍ଭେମାନେ ଏକାବେଳେ ସେମାନଙ୍କୁ ଉଚ୍ଛିନ୍ନ କରୁ;” ସେମାନେ ଦେଶ ମଧ୍ୟରେ ପରମେଶ୍ୱରଙ୍କର ସକଳ ସମାଗମ-ସ୍ଥାନ ଦଗ୍ଧ କରିଅଛନ୍ତି।
9 Já não vemos os nossos signaes, já não ha propheta: nem ha entre nós alguem que saiba até quando isto durara.
ଆମ୍ଭେମାନେ ନିଜ ଚିହ୍ନସବୁ ଦେଖୁ ନାହୁଁ; କୌଣସି ଭବିଷ୍ୟଦ୍ବକ୍ତା ଆଉ ନାହିଁ; କିଅବା ଏପରି କେତେ କାଳ ହେବ, ଏହା ଜାଣିବା ଲୋକ ଆମ୍ଭମାନଙ୍କ ମଧ୍ୟରେ କେହି ନାହିଁ।
10 Até quando, ó Deus, nos affrontará o adversario? Blasphemará o inimigo o teu nome para sempre?
ହେ ପରମେଶ୍ୱର, ବିପକ୍ଷ କେତେ କାଳ ନିନ୍ଦା କରିବ? ଶତ୍ରୁ କି ସଦାକାଳ ତୁମ୍ଭ ନାମ ନିନ୍ଦା କରିବ?
11 Porque retiras a tua mão, a saber, a tua dextra? tira-a de dentro do teu seio, e consome-os.
ତୁମ୍ଭେ ଆପଣା ହସ୍ତ, ଆପଣା ଦକ୍ଷିଣ ହସ୍ତ କାହିଁକି ସଂକୋଚି ରଖୁଅଛ? ଆପଣା ବକ୍ଷସ୍ଥଳରୁ ତାହା ବାହାର କରି ସେମାନଙ୍କୁ ସଂହାର କର।
12 Todavia Deus é o meu Rei desde a antiguidade, obrando a salvação no meio da terra.
ତଥାପି ପୃଥିବୀ ମଧ୍ୟରେ ପରିତ୍ରାଣ ସାଧନକାରୀ ପରମେଶ୍ୱର ପୂର୍ବରୁ ଆମ୍ଭର ରାଜା ଅଟନ୍ତି।
13 Tu dividiste o mar pela tua força; quebrantaste as cabeças dos dragões nas aguas.
ତୁମ୍ଭେ ଆପଣା ପରାକ୍ରମରେ ସମୁଦ୍ରକୁ ଦୁଇ ଭାଗ କଲ; ତୁମ୍ଭେ ଜଳରେ ନାଗଗଣର ମସ୍ତକ ଭାଙ୍ଗି ପକାଇଲ;
14 Fizeste em pedaços as cabeças do leviathan, e o déste por mantimento aos habitantes do deserto.
ତୁମ୍ଭେ ଲିବିୟାଥନର ମସ୍ତକ ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଲ, ତୁମ୍ଭେ ମରୁଭୂମିର ପଶୁମାନଙ୍କ ଖାଦ୍ୟ ନିମନ୍ତେ ତାହାକୁ ଦେଲ।
15 Fendeste a fonte e o ribeiro: seccaste os rios impetuosos.
ତୁମ୍ଭେ ନିର୍ଝର ଓ ପ୍ଲାବନକୁ ବିଭକ୍ତ କଲ; ତୁମ୍ଭେ ମହାନଦୀସବୁ ଶୁଷ୍କ କଲ।
16 Teu é o dia e tua é a noite: preparaste a luz e o sol.
ଦିବସ ତୁମ୍ଭର, ରାତ୍ରି ହିଁ ତୁମ୍ଭର; ତୁମ୍ଭେ ଦୀପ୍ତି ଓ ସୂର୍ଯ୍ୟ ପ୍ରସ୍ତୁତ କରିଅଛ।
17 Estabeleceste todos os limites da terra; verão e inverno tu os formaste.
ତୁମ୍ଭେ ପୃଥିବୀର ସମସ୍ତ ସୀମା ସ୍ଥାପନ କରିଅଛ; ତୁମ୍ଭେ ଗ୍ରୀଷ୍ମକାଳ ଓ ଶୀତକାଳ ସୃଷ୍ଟି କରିଅଛ।
18 Lembra-te d'isto: que o inimigo affrontou ao Senhor, e que um povo louco blasphemou o teu nome.
ହେ ସଦାପ୍ରଭୋ, ଶତ୍ରୁ ଧିକ୍କାର କରିଅଛି ଓ ମୂଢ଼ ଗୋଷ୍ଠୀୟମାନେ ତୁମ୍ଭ ନାମର ନିନ୍ଦା କରିଅଛନ୍ତି, ଏହା ସ୍ମରଣ କର।
19 Não entregues ás feras a alma da tua rola: não te esqueças para sempre da vida dos teus afflictos.
ତୁମ୍ଭ ଘୁଘୁର ପ୍ରାଣ ବନ୍ୟ ପଶୁକୁ ସମର୍ପଣ କର ନାହିଁ, ଆପଣା ଦୁଃଖୀ ଲୋକର ପ୍ରାଣ ଚିରକାଳ ବିସ୍ମୃତ ହୁଅ ନାହିଁ।
20 Attende ao teu concerto; pois os logares tenebrosos da terra estão cheios de moradas de crueldade.
ନିୟମ ପ୍ରତି ଦୃଷ୍ଟି ରଖ; କାରଣ ପୃଥିବୀର ଅନ୍ଧକାର ସ୍ଥାନସବୁ ଦୌରାତ୍ମ୍ୟର ବସତିରେ ପରିପୂର୍ଣ୍ଣ।
21 Oh, não volte envergonhado o opprimido: louvem o teu nome o afflicto e o necessitado.
ଉପଦ୍ରବଗ୍ରସ୍ତ ଲୋକ ଲଜ୍ଜିତ ହୋଇ ଫେରି ନ ଯାଉ! ଦରିଦ୍ର ଓ ଦୀନହୀନ ତୁମ୍ଭ ନାମର ପ୍ରଶଂସା କରନ୍ତୁ।
22 Levanta-te, ó Deus, pleiteia a sua propria causa; lembra-te da affronta que o louco te faz cada dia.
ହେ ପରମେଶ୍ୱର, ଉଠ, ଆପଣାର ବିବାଦ ନିଷ୍ପନ୍ନ କର; ମୂଢ଼ ଲୋକ କିପରି ସାରାଦିନ ତୁମ୍ଭଙ୍କୁ ଧିକ୍କାର କରୁଅଛି, ସ୍ମରଣ କର।
23 Não te esqueças dos gritos dos teus inimigos: o tumulto d'aquelles que se levantam contra ti augmenta continuamente.
ତୁମ୍ଭ ବିପକ୍ଷଗଣର ରବ ବିସ୍ମୃତ ହୁଅ ନାହିଁ; ତୁମ୍ଭ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କର କଳହ ନିରନ୍ତର ଉଠୁଅଛି।