< 1 Samuel 11 >
1 Então subiu Nahas, amonita, e sitiou a Jabez-gilead: e disseram todos os homens de Jabez a Nahas: Faze aliança conosco, e te serviremos.
ଏଥିଉତ୍ତାରେ ଅମ୍ମୋନୀୟ ନାହଶ୍ ଆସି ଯାବେଶ-ଗିଲୀୟଦ ସମ୍ମୁଖରେ ଛାଉଣି ସ୍ଥାପନ କଲା; ତହିଁରେ ଯାବେଶର ସମସ୍ତ ଲୋକ ନାହଶ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସହିତ ଏକ ନିୟମ ସ୍ଥିର କର, ତେବେ ଆମ୍ଭେମାନେ ତୁମ୍ଭର ସେବା କରିବା।”
2 Porém Nahas, amonita, lhes disse: Com esta condição farei aliança convosco: que a todos vos arranque o olho direito, e assim ponha esta afronta sobre todo o Israel.
ତହୁଁ ଅମ୍ମୋନୀୟ ନାହଶ୍ ସେମାନଙ୍କୁ ଉତ୍ତର କଲା, “ତୁମ୍ଭ ସମସ୍ତଙ୍କର ଦକ୍ଷିଣ ଚକ୍ଷୁ ଉପୁଡ଼ାଗଲେ ମୁଁ ତୁମ୍ଭମାନଙ୍କ ସହିତ ନିୟମ ସ୍ଥିର କରିବି; ଆଉ ମୁଁ ତଦ୍ଦ୍ୱାରା ସମସ୍ତ ଇସ୍ରାଏଲ ଉପରେ ଅପମାନ ଥୋଇବି।”
3 Então os anciãos de Jabez lhe disseram: Deixa-nos por sete dias, para que enviemos mensageiros por todos os termos de Israel, e, não havendo ninguém que nos livre, então sairemos a ti.
ତେବେ ଯାବେଶର ପ୍ରାଚୀନମାନେ ତାହାକୁ କହିଲେ, “ସାତ ଦିନ ଆମ୍ଭମାନଙ୍କୁ ଛାଡ଼ିଦିଅ, ଆମ୍ଭେମାନେ ଇସ୍ରାଏଲ ସୀମାର ସର୍ବତ୍ର ଦୂତ ପଠାଇବା; ତହିଁରେ କେହି ଯେବେ ଆମ୍ଭମାନଙ୍କୁ ଉଦ୍ଧାର କରିବାକୁ ନ ଥାଏ, ତେବେ ଆମ୍ଭେମାନେ ବାହାର ହୋଇ ତୁମ୍ଭ ନିକଟକୁ ଆସିବୁ।”
4 E, vindo os mensageiros a Gibeah de Saul, falaram estas palavras aos ouvidos do povo. Então todo o povo levantou a sua voz, e chorou.
ଏଥିଉତ୍ତାରେ ଦୂତମାନେ ଶାଉଲଙ୍କ ବାସସ୍ଥାନ ଗିବୀୟାକୁ ଆସି ଲୋକମାନଙ୍କ କର୍ଣ୍ଣଗୋଚରରେ ସେହି ସବୁ କଥା କହିଲେ; ତହିଁରେ ସମସ୍ତ ଲୋକ ଆପଣା ଆପଣା ରବ ଉଠାଇ ରୋଦନ କଲେ।
5 E eis que Saul vinha do campo, atráz dos bois; e disse Saul: Que tem o povo, que chora? E contaram-lhe as palavras dos homens de Jabez.
ଏହି ସମୟରେ ଦେଖ, ଶାଉଲ କ୍ଷେତ୍ରରୁ ବଳଦମାନଙ୍କ ପଛେ ଆସୁ ଆସୁ ଉପସ୍ଥିତ ହେଲେ; ଆଉ ଶାଉଲ ପଚାରିଲେ, “ଲୋକମାନଙ୍କର କଅଣ ହେଲା ଯେ, ସେମାନେ ରୋଦନ କରୁଅଛନ୍ତି?” ତହିଁରେ ସେମାନେ ଯାବେଶର ଲୋକମାନଙ୍କ କଥା ତାଙ୍କୁ ଜଣାଇଲେ।
6 Então o espírito de Deus se apoderou de Saul, ouvindo estas palavras: e acendeu-se em grande maneira a sua ira.
ସେହି କଥା ଶୁଣିବାମାତ୍ରେ ପରମେଶ୍ୱରଙ୍କ ଆତ୍ମା ଶାଉଲଙ୍କୁ ଆକ୍ରାନ୍ତ କରନ୍ତେ, ତାଙ୍କର କ୍ରୋଧ ଅତିଶୟ ପ୍ରଜ୍ୱଳିତ ହେଲା।
7 E tomou um par de bois, e cortou-os em pedaços, e os enviou a todos os termos de Israel pelas mãos dos mensageiros, dizendo: Qualquer que não sair atráz de Saul e atráz de Samuel, assim se fará aos seus bois. Então caiu o temor do Senhor sobre o povo, e sairam como um só homem
ତହୁଁ ସେ ଏକ ହଳ ବଳଦ ନେଇ ଖଣ୍ଡ ଖଣ୍ଡ କରି କାଟିଲେ ଓ ଦୂତମାନଙ୍କ ହସ୍ତରେ ଇସ୍ରାଏଲ ସୀମାର ସର୍ବତ୍ର ତାହା ପଠାଇ କହିଲେ, “ଯେକେହି ବାହାରି ଶାଉଲ ଓ ଶାମୁୟେଲଙ୍କର ପଶ୍ଚାଦ୍ଗମନ ନ କରେ, ତାହାର ବଳଦମାନଙ୍କ ପ୍ରତି ଏହିପରି କରାଯିବ।” ତହୁଁ ସଦାପ୍ରଭୁଙ୍କଠାରୁ ଲୋକମାନଙ୍କ ଉପରେ ଆଶଙ୍କା ପଡ଼ନ୍ତେ, ସେମାନେ ଏକ ମନୁଷ୍ୟ ପରି ବାହାର ହୋଇ ଆସିଲେ।
8 E contou-os em Bezek: e houve dos filhos de Israel trezentos mil, e dos homens de Judá trinta mil.
ତେବେ ସେ ବେଷକରେ ସେମାନଙ୍କୁ ଗଣନା କଲେ; ତହିଁରେ ଇସ୍ରାଏଲ-ସନ୍ତାନଗଣ ତିନି ଲକ୍ଷ ଓ ଯିହୁଦାର ତିରିଶ ହଜାର ଲୋକ ହେଲେ।
9 Então disseram aos mensageiros que vieram: Assim direis aos homens de Jabez-gilead: Amanhã, em aquecendo o sol, vos virá livramento. Vindo pois os mensageiros, e anunciando-o aos homens de Jabez, se alegraram.
ଏଥିଉତ୍ତାରେ ସେମାନେ ସେହି ଆଗତ ଦୂତମାନଙ୍କୁ କହିଲେ, “ତୁମ୍ଭେମାନେ ଯାବେଶ-ଗିଲୀୟଦର ଲୋକମାନଙ୍କୁ କୁହ, କାଲି ଖରା ବେଳେ ତୁମ୍ଭେମାନେ ଉଦ୍ଧାର ପାଇବ;” ତହିଁରେ ଦୂତମାନେ ଆସି ଯାବେଶର ଲୋକମାନଙ୍କୁ ତାହା ଜଣାନ୍ତେ, ସେମାନେ ଆନନ୍ଦିତ ହେଲେ।
10 E os homens de Jabez disseram: amanhã sairemos a vós; então nos fareis conforme a tudo o que parecer bem aos vossos olhos.
ଏନିମନ୍ତେ ଯାବେଶର ଲୋକମାନେ (ନାହଶ୍କୁ) କହିଲେ, “କାଲି ଆମ୍ଭେମାନେ ତୁମ୍ଭମାନଙ୍କ ନିକଟକୁ ବାହାର ହୋଇ ଯିବା, ତହିଁରେ ତୁମ୍ଭମାନଙ୍କ ଦୃଷ୍ଟିକି ଯାହା ଭଲ ଦିଶେ, ତାହା ଆମ୍ଭ ସମସ୍ତଙ୍କ ପ୍ରତି କରିବ।”
11 E sucedeu que ao outro dia Saul pôs o povo em três companhias, e vieram ao meio do arraial pela vela da manhã, e feriram a Ammon, até que o dia aqueceu: e sucedeu que os restantes se espalharam, que não ficaram dois deles juntos.
ପରଦିନ ଶାଉଲ ଲୋକମାନଙ୍କୁ ତିନି ଦଳ କଲେ; ତେଣୁ ସେମାନେ ପ୍ରଭାତୀୟ ପ୍ରହରରେ ଅମ୍ମୋନୀୟମାନଙ୍କ ଛାଉଣି ମଧ୍ୟକୁ ଯାଇ ଖରାବେଳ ପର୍ଯ୍ୟନ୍ତ ସେମାନଙ୍କୁ ସଂହାର କଲେ; ତହିଁରେ ସେମାନଙ୍କର ଅବଶିଷ୍ଟ ଲୋକମାନେ ଏପରି ଛିନ୍ନଭିନ୍ନ ହେଲେ ଯେ, ସେମାନଙ୍କର ଦୁଇ ଜଣ ଏକତ୍ର ରହିଲେ ନାହିଁ।
12 Então disse o povo a Samuel: Quem é aquele que dizia que Saul não reinaria sobre nós? dai cá aqueles homens, e os mataremos.
ଏଥିଉତ୍ତାରେ ଲୋକମାନେ ଶାମୁୟେଲଙ୍କୁ କହିଲେ, “କିଏ କହୁଥିଲା କି, ‘ଶାଉଲ ଆମ୍ଭମାନଙ୍କ ଉପରେ ରାଜା ହେବ?’ ସେହି ଲୋକମାନଙ୍କୁ ଆଣ, ଆମ୍ଭେମାନେ ସେମାନଙ୍କୁ ବଧ କରିବା।”
13 Porém Saul disse: Hoje não morrerá nenhum, pois hoje tem obrado o Senhor um livramento em Israel.
ମାତ୍ର ଶାଉଲ କହିଲେ, “ଆଜି କୌଣସି ଲୋକର ପ୍ରାଣଦଣ୍ଡ ହେବ ନାହିଁ, କାରଣ ଆଜି ସଦାପ୍ରଭୁ ଇସ୍ରାଏଲ ମଧ୍ୟରେ ଉଦ୍ଧାର ସାଧନ କରିଅଛନ୍ତି।”
14 E disse Samuel ao povo: Vinde, vamos nós a Gilgal, e renovemos ali o reino.
ଏଥିଉତ୍ତାରେ ଶାମୁୟେଲ ଲୋକମାନଙ୍କୁ କହିଲେ, “ଆସ, ଆମ୍ଭେମାନେ ଗିଲ୍ଗଲ୍କୁ ଯାଇ ସେଠାରେ ପୁନର୍ବାର ରାଜତ୍ୱ ସ୍ଥିର କରିବା।”
15 E todo o povo partiu para Gilgal, e levantaram ali a Saul por rei perante o Senhor em Gilgal, e ofereceram ali ofertas pacíficas perante o Senhor: e Saul se alegrou muito ali com todos os homens de Israel.
ତହିଁରେ ସମସ୍ତ ଲୋକ ଗିଲ୍ଗଲ୍କୁ ଗଲେ ଓ ସେହି ଗିଲ୍ଗଲ୍ରେ ସଦାପ୍ରଭୁଙ୍କ ସମ୍ମୁଖରେ ଶାଉଲଙ୍କୁ ରାଜା କଲେ; ଆଉ ସେସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନେ ମଙ୍ଗଳାର୍ଥକ ବଳିଦାନ କଲେ; ପୁଣି, ସେହି ସ୍ଥାନରେ ଶାଉଲ ଓ ଇସ୍ରାଏଲର ସମସ୍ତ ଲୋକ ମହାଆନନ୍ଦ କଲେ।