< 1 Samuel 4 >

1 E veio a palavra de Samuel a todo o Israel: e Israel saiu ao encontro, à peleja, aos philisteus, e se acamparam junto a Eben-ezer: e os philisteus se acamparam junto a Afek.
ଆଉ ଶାମୁୟେଲଙ୍କ କଥା ସମସ୍ତ ଇସ୍ରାଏଲ ମଧ୍ୟରେ ପ୍ରଚଳିତ ହେଲା। ଏଥିଉତ୍ତାରେ ଇସ୍ରାଏଲ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରି ଏବନ୍‍-ଏଜର ନିକଟରେ ଛାଉଣି ସ୍ଥାପନ କଲେ ଓ ପଲେଷ୍ଟୀୟମାନେ ଅଫେକରେ ଛାଉଣି ସ୍ଥାପନ କଲେ।
2 E os philisteus se dispozeram em ordem de batalha, para sair ao encontro a Israel; e, estendendo-se a peleja, Israel foi ferido diante dos philisteus, porque feriram na batalha, no campo, uns quatro mil homens.
ତହୁଁ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଆପଣାମାନଙ୍କୁ ସଜାଇଲେ; ପୁଣି, ସେମାନେ ଯୁଦ୍ଧରେ ଲାଗନ୍ତେ, ଇସ୍ରାଏଲ ପଲେଷ୍ଟୀୟମାନଙ୍କ ସମ୍ମୁଖରେ ପରାଜିତ ହେଲେ ଓ ସେମାନେ ସେହି ଯୁଦ୍ଧକ୍ଷେତ୍ରସ୍ଥ ସୈନ୍ୟ ମଧ୍ୟରୁ ଊଣାଧିକ ଚାରି ସହସ୍ର ଲୋକ ବଧ କଲେ।
3 E tornando o povo ao arraial, disseram os anciãos de Israel: Porque nos feriu o Senhor hoje diante dos philisteus? tragamos de Silo a arca do concerto do Senhor, e venha no meio de nós, para que nos livre da mão de nossos inimigos.
ତହୁଁ ଲୋକମାନେ ଛାଉଣିକୁ ଆସନ୍ତେ, ଇସ୍ରାଏଲର ପ୍ରାଚୀନବର୍ଗ କହିଲେ, “ସଦାପ୍ରଭୁ ଆଜି ପଲେଷ୍ଟୀୟମାନଙ୍କ ସମ୍ମୁଖରେ ଆମ୍ଭମାନଙ୍କୁ କାହିଁକି ପରାସ୍ତ କଲେ? ଆସ, ଯେପରି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆମ୍ଭମାନଙ୍କ ମଧ୍ୟକୁ ଆସି ତାହା ଆମ୍ଭମାନଙ୍କ ଶତ୍ରୁଗଣ ହସ୍ତରୁ ଆମ୍ଭମାନଙ୍କୁ ରକ୍ଷା କରିବ, ଏଥିପାଇଁ ଆମ୍ଭେମାନେ ଶୀଲୋରୁ ତାହା ଆପଣାମାନଙ୍କ ନିକଟକୁ ଆଣୁ।”
4 Enviou pois o povo a Silo, e trouxeram de lá a arca do concerto do Senhor dos exércitos, que habita entre os cherubins: e os dois filhos de Eli, Hophni e Phineas estavam ali com a arca do concerto de Deus.
ତହିଁରେ ସେମାନେ ଶୀଲୋକୁ ଲୋକ ପଠାଇ କିରୂବମାନଙ୍କ ମଧ୍ୟରେ ଅବସ୍ଥିତ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେଠାରୁ ଆଣିଲେ; ସେତେବେଳେ ଏଲିଙ୍କର ଦୁଇ ପୁତ୍ର ହଫ୍ନି ଓ ପୀନହସ୍‍ ସେ ସ୍ଥାନରେ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ସଙ୍ଗେ ଥିଲେ।
5 E sucedeu que, vindo a arca do concerto do Senhor ao arraial, todo o Israel jubilou com grande júbilo, até que a terra estremeceu.
ପୁଣି, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଛାଉଣିକୁ ଆସନ୍ତେ, ସମଗ୍ର ଇସ୍ରାଏଲ ଏପରି ମହା ଜୟଧ୍ୱନିରେ ଜୟଧ୍ୱନି କଲେ ଯେ, ପୃଥିବୀ କମ୍ପିଲା।
6 E os philisteus, ouvindo a voz do júbilo, disseram: Que voz de tão grande júbilo é esta no arraial dos hebreus? então souberam que a arca do Senhor era vinda ao arraial.
ତହୁଁ ପଲେଷ୍ଟୀୟମାନେ ସେହି ଜୟଧ୍ୱନି ଶୁଣି କହିଲେ, “ଏବ୍ରୀୟମାନଙ୍କ ଛାଉଣିରେ ଏହି ମହାଜୟଧ୍ୱନି ଶବ୍ଦର ଅଭିପ୍ରାୟ କଅଣ?” ଆଉ ସେମାନେ ଜାଣିଲେ ଯେ, ସଦାପ୍ରଭୁଙ୍କ ସିନ୍ଦୁକ ଛାଉଣିକୁ ଆସିଅଛି।
7 Pelo que os philisteus se atemorisaram; porque diziam: Deus veio ao arraial. E diziam mais: Ai de nós! que tal nunca jamais sucedeu antes.
ତହିଁରେ ପଲେଷ୍ଟୀୟମାନେ ଭୀତ ହୋଇ କହିଲେ, “ପରମେଶ୍ୱର ଛାଉଣିକୁ ଆସିଅଛନ୍ତି।” ଆହୁରି ସେମାନେ କହିଲେ, “ହାୟ ହାୟ! ପୂର୍ବରେ ଏପରି କେବେ ହୋଇ ନାହିଁ।
8 Ai de nós! quem nos livrará da mão destes grandiosos deuses? estes são os deuses que feriram aos egípcios com todas as pragas junto ao deserto.
ହାୟ ହାୟ! ଏହି ବଳବାନ ଦେବଗଣ ହସ୍ତରୁ ଆମ୍ଭମାନଙ୍କୁ କିଏ ଉଦ୍ଧାର କରିବ? ଏହି ଦେବଗଣ ପ୍ରାନ୍ତରରେ ସର୍ବପ୍ରକାର ଆଘାତ ଦ୍ୱାରା ମିସରୀୟମାନଙ୍କୁ ଆଘାତ କରିଥିଲେ।
9 Esforçai-vos, e sede homens, ó philisteus, para que porventura não venhais a servir aos hebreus, como eles serviram a vós; sede pois homens, e pelejai.
ହେ ପଲେଷ୍ଟୀୟମାନେ, ତୁମ୍ଭେମାନେ ବଳବାନ ହୁଅ ଓ ପୁରୁଷତ୍ୱ ପ୍ରକାଶ କର, ତହିଁରେ ଏବ୍ରୀୟମାନେ ଯେପରି ତୁମ୍ଭମାନଙ୍କର ଦାସ ହୋଇଅଛନ୍ତି, ସେପରି ତୁମ୍ଭେମାନେ ସେମାନଙ୍କର ଦାସ ହେବ ନାହିଁ; ତୁମ୍ଭେମାନେ ପୁରୁଷତ୍ୱ ପ୍ରକାଶ କର ଓ ଯୁଦ୍ଧ କର।”
10 Então pelejaram os philisteus, e Israel foi ferido, e fugiram cada um para a sua tenda; e foi tão grande o estrago, que cairam de Israel trinta mil homens de pé.
ତହିଁରେ ପଲେଷ୍ଟୀୟମାନେ ଯୁଦ୍ଧ କଲେ ଓ ଇସ୍ରାଏଲ ପରାସ୍ତ ହୋଇ ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ପଳାଇଲେ; ସେତେବେଳେ ଅତି ମହାସଂହାର ହେଲା; କାରଣ ଇସ୍ରାଏଲ ମଧ୍ୟରୁ ତିରିଶ ହଜାର ପଦାତିକ ମାରା ପଡ଼ିଲେ।
11 E foi tomada a arca de Deus: e os dois filhos de Eli, Hophni e Phineas, morreram.
ପୁଣି, ପରମେଶ୍ୱରଙ୍କ ସିନ୍ଦୁକ ଧରାପଡ଼ିଲା; ଆଉ ଏଲିଙ୍କର ଦୁଇ ପୁତ୍ର ହଫ୍ନି ଓ ପୀନହସ୍‍ ହତ ହେଲେ।
12 Então correu da batalha um homem de Benjamin, e chegou no mesmo dia a Silo: e trazia os vestidos rotos, e terra sobre a cabeça.
ପୁଣି, ସୈନ୍ୟ ମଧ୍ୟରୁ ବିନ୍ୟାମୀନୀୟ ଜଣେ ଲୋକ ଦୌଡ଼ିଲା, ପୁଣି, ସେ ଆପଣା ବସ୍ତ୍ର ଚିରି ମସ୍ତକରେ ମାଟି ଦେଇ ସେହି ଦିନ ଶୀଲୋରେ ଉପସ୍ଥିତ ହେଲା।
13 E, chegando ele, eis que Eli estava assentado sobre uma cadeira, vigiando ao pé do caminho; porquanto o seu coração estava tremendo pela arca de Deus: entrando pois aquele homem a anunciar isto na cidade, toda a cidade gritou.
ପୁଣି, ସେ ଉପସ୍ଥିତ ହେବା ସମୟରେ, ଦେଖ, ଏଲି ବାଟ ପାଖରେ ଅପେକ୍ଷା କରି ଆପଣା ଆସନରେ ବସି ରହିଅଛନ୍ତି; କାରଣ ପରମେଶ୍ୱରଙ୍କ ସିନ୍ଦୁକ ନିମନ୍ତେ ତାଙ୍କର ଅନ୍ତଃକରଣ କମ୍ପିତ ହେଉଥିଲା। ଏଥିରେ ସେହି ଲୋକ ନଗରକୁ ଆସି ସମ୍ବାଦ ଦିଅନ୍ତେ, ନଗରଯାକ କାନ୍ଦି ଉଠିଲେ।
14 E Eli, ouvindo a voz do grito, disse: Que voz de alvoroço é esta? Então chegou aquele homem a grande pressa, e veio, e o anunciou a Eli.
ପୁଣି, ଏଲି ସେହି କ୍ରନ୍ଦନ ଶବ୍ଦ ଶୁଣି କହିଲେ, “ଏହି କୋଳାହଳ ଶବ୍ଦର ଅଭିପ୍ରାୟ କଅଣ?” ତହୁଁ ସେହି ଲୋକ ଶୀଘ୍ର ଆସି ଏଲିଙ୍କୁ ସମ୍ବାଦ ଦେଲା।
15 E era Eli da idade de noventa e oito anos: e estavam os seus olhos tão escurecidos, que já não podia ver.
ସେସମୟରେ ଏଲି ଅଠାନବେ ବର୍ଷ ବୟସ୍କ ଥିଲେ ଓ ତାଙ୍କର ଚକ୍ଷୁ ସ୍ତବ୍ଧ ହେବାରୁ ସେ ଦେଖି ପାରିଲେ ନାହିଁ।
16 E disse aquele homem a Eli: Eu sou o que venho da batalha; porque eu fugi hoje da batalha. E disse ele: Que coisa sucedeu, filho meu?
ପୁଣି, ସେହି ମନୁଷ୍ୟ ଏଲିଙ୍କୁ କହିଲା, “ଆମ୍ଭେ ସୈନ୍ୟ ମଧ୍ୟରୁ ଆଗତ ଲୋକ ଓ ଆମ୍ଭେ ଆଜି ସୈନ୍ୟ ମଧ୍ୟରୁ ପଳାଇ ଆସିଲୁ।” ତହିଁରେ ସେ କହିଲେ, “ହେ ପୁତ୍ର, କି କଥା ହେଲା?”
17 Então respondeu o que trazia as novas, e disse: Israel fugiu de diante dos philisteus, e houve também grande desfeita entre o povo: e, de mais disto, também teus dois filhos, Hophni e Phineas, morreram, e a arca de Deus é tomada.
ତହୁଁ ସମାଚାର ଆଣିବା ଲୋକ ଉତ୍ତର କରି କହିଲା, “ଇସ୍ରାଏଲ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇଲେ ଓ ଲୋକମାନଙ୍କ ମଧ୍ୟରେ ମହାସଂହାର ହେଲା; ମଧ୍ୟ ତୁମ୍ଭର ଦୁଇ ପୁତ୍ର ହଫ୍ନି ଓ ପୀନହସ୍‍ ମଲେ, ପୁଣି, ପରମେଶ୍ୱରଙ୍କ ସିନ୍ଦୁକ ଧରାଗଲା।”
18 E sucedeu que, fazendo ele menção da arca de Deus, Eli caiu da cadeira para traz, da banda da porta, e quebrou-se-lhe o pescoço e morreu: porquanto o homem era velho e pesado; e tinha ele julgado a Israel quarenta anos.
ଆଉ ସେ ପରମେଶ୍ୱରଙ୍କ ସିନ୍ଦୁକ ବିଷୟ କହିବା କ୍ଷଣେ ଏପରି ଘଟିଲା ଯେ, ଏଲି ଦ୍ୱାର ପାଖରେ ଆପଣା ଆସନରୁ ପଛଆଡ଼େ ପଡ଼ିଗଲେ, ତହୁଁ ତାଙ୍କର ବେକ ଭାଙ୍ଗିଯାଇ ସେ ମଲେ; କାରଣ ସେ ବୃଦ୍ଧ ଲୋକ ଓ ଭାରୀ ଥିଲେ। ସେ ଚାଳିଶ ବର୍ଷ ଇସ୍ରାଏଲର ବିଚାର କଲେ।
19 E, estando sua nora, a mulher de Phineas, grávida, e próxima ao parto, e ouvindo estas novas, de que a arca de Deus era tomada, e de que seu sogro e seu marido morreram, encurvou-se e pariu; porquanto as dores lhe sobrevieram.
ସେସମୟରେ ତାଙ୍କର ପୁତ୍ରବଧୂ ପୀନହସ୍‍ର ଭାର୍ଯ୍ୟା ଗର୍ଭବତୀ, ପ୍ରସବକାଳ ନିକଟ ଥିଲା; ଏଣୁ ପରମେଶ୍ୱରଙ୍କ ସିନ୍ଦୁକ ଧରାଗଲା, ଆଉ ତାହାର ଶ୍ୱଶୁର ଓ ସ୍ୱାମୀ ମଲେ; ଏହି ସମ୍ବାଦ ଶୁଣିବାମାତ୍ରେ ସେ ଆଣ୍ଠୋଇପଡ଼ି ପ୍ରସବ କଲା; କାରଣ ସେହିକ୍ଷଣି ତାହାର ବେଦନା ଉପସ୍ଥିତ ହେଲା।
20 E, ao tempo em que ia morrendo, disseram as mulheres que estavam com ela: Não temas, pois pariste um filho. ela porém não respondeu, nem fez caso disso.
ତହୁଁ ପ୍ରାୟ ତାହାର ମରଣ ସମୟରେ ତାହା ନିକଟରେ ଠିଆ ହୋଇଥିବା ସ୍ତ୍ରୀମାନେ ତାହାକୁ କହିଲେ, “ଭୟ କର ନାହିଁ, ତୁମ୍ଭେ ତ ପୁତ୍ର ପ୍ରସବ କରିଅଛ।” ମାତ୍ର ସେ କିଛି ଉତ୍ତର ଦେଲା ନାହିଁ, କିଅବା ତହିଁରେ ମନ ଦେଲା ନାହିଁ।
21 E chamou ao menino Icabod, dizendo: Foi-se a glória de Israel. Porquanto a arca de Deus foi levada presa, e por causa de seu sogro e de seu marido.
ଆଉ ପରମେଶ୍ୱରଙ୍କ ସିନ୍ଦୁକ ଧରାଯିବାରୁ ଓ ତାହାର ଶ୍ୱଶୁର ଆଉ ସ୍ୱାମୀ ହେତୁରୁ “ଇସ୍ରାଏଲ ମଧ୍ୟରୁ ଗୌରବ ଚାଲିଗଲା,” ଏହା କହି ସେ ବାଳକର ନାମ ଐକାବୋଦ (ହୀନ ଗୌରବ) ରଖିଲା।
22 E disse: De Israel a glória é levada presa: pois é tomada a arca de Deus.
ଆଉ ସେ କହିଲା, “ଇସ୍ରାଏଲ ମଧ୍ୟରୁ ଗୌରବ ଚାଲିଗଲା, କାରଣ ପରମେଶ୍ୱରଙ୍କ ସିନ୍ଦୁକ ଧରାଗଲା।”

< 1 Samuel 4 >