< 2 Coríntios 12 >

1 Em verdade que não convém glóriar-me; mas passarei às visões e revelações do Senhor.
ଯଦ୍ୟପି ଦର୍ପ କରିବା ହିତକର ନୁହେଁ, ତଥାପି ମୋତେ ଦର୍ପ କରିବାକୁ ପଡ଼ୁଅଛି; ମୁଁ ପ୍ରଭୁଙ୍କ ଦର୍ଶନ ଓ ପ୍ରକାଶିତ ବିଷୟ କହିବି।
2 Conheço um homem em Cristo que há quatorze anos (se no corpo não sei, se fora do corpo não sei: Deus o sabe) foi arrebatado até ao terceiro céu.
ମୁଁ ଖ୍ରୀଷ୍ଟାଶ୍ରିତ ଜଣେ ଲୋକକୁ ଜାଣେ, ସେ ଚଉଦ ବର୍ଷ ପୂର୍ବେ ତୃତୀୟ ସ୍ୱର୍ଗ ପର୍ଯ୍ୟନ୍ତ ନୀତ ହେଲା, (ସେ ଶରୀରରେ ଥିଲା କି ଶରୀରର ବାହାରେ ଥିଲା, ମୁଁ ଜାଣେ ନାହିଁ; ଈଶ୍ବର ଜାଣନ୍ତି)।
3 E sei que o tal homem (se no corpo, se fora do corpo, não sei; Deus o sabe)
ହଁ, ମୁଁ ଏହିପରି ଜଣେ ଲୋକକୁ ଜାଣେ, ସେ ପାରଦୀଶକୁ ନୀତ ହେଲା (ସେ ଶରୀରରେ ଥିଲା କି ଶରୀରର ବାହାରେ ଥିଲା, ମୁଁ ଜାଣେ ନାହିଁ; ଈଶ୍ବର ଜାଣନ୍ତି)।
4 Foi arrebatado ao paraíso; e ouviu palavras inefáveis, de que ao homem não é lícito falar.
ଆଉ ଯାହା ମନୁଷ୍ୟ ପକ୍ଷରେ କହିବା ବିଧେୟ ନୁହେଁ, ଏପରି ଅକଥନୀୟ ବାକ୍ୟ ଶ୍ରବଣ କଲା।
5 De um tal me glóriarei eu, mas de mim mesmo não me glóriarei, senão nas minhas fraquezas.
ଏହିପରି ଜଣକ ବିଷୟରେ ମୁଁ ଦର୍ପ କରିବି, କିନ୍ତୁ ମୋʼ ନିଜ ବିଷୟରେ ମୋହର ଦୁର୍ବଳତା ବିନା ଆଉ କାହିଁରେ ଦର୍ପ କରିବି ନାହିଁ।
6 Porque, se quizer glóriar-me, não serei néscio, porque direi a verdade; porém deixo isto, para que ninguém cuide de mim mais do que em mim vê ou de mim ouve.
ଆଉ ଦର୍ପ କରିବାକୁ ଇଚ୍ଛା କଲେ ହେଁ ମୁଁ ନିର୍ବୋଧ ହେବି ନାହିଁ, ଯେଣୁ ମୁଁ ସତ୍ୟ କହିବି କିନ୍ତୁ କାଳେ କୌଣସି ଲୋକ ମୋତେ ଯେପ୍ରକାର ଦେଖେ କିମ୍ବା ମୋʼଠାରୁ ଯେପ୍ରକାର ଶୁଣେ, ମୋʼ ପ୍ରତି ପ୍ରକାଶିତ ବିଷୟରେ ଅତ୍ୟଧିକ ଶ୍ରେଷ୍ଠତା ହେତୁ ଯେପରି ମୋʼ ବିଷୟରେ ଅଧିକ ବୋଧ ନ କରେ, ଏଥିପାଇଁ ମୁଁ କ୍ଷାନ୍ତ ହୋଇଥାଏ।
7 E para que me não exaltasse pelas excelências das revelações, foi-me dado um espinho na carne, a saber, um mensageiro de Satanás para me esbofetear, para que me não exalte.
ଏଣୁ ମୁଁ ଯେପରି ଅତିଶୟ ଗର୍ବୀ ନ ହୁଏ, ଏଥିନିମନ୍ତେ ମୋହର ଶରୀରରେ ଗୋଟିଏ କଣ୍ଟକ ଦିଆଗଲା, ମୋତେ ପ୍ରହାର କରିବା ପାଇଁ ଶୟତାନର ଦୂତକୁ ପଠାଗଲା, ଯେପରି ମୁଁ ଅତିଶୟ ଗର୍ବୀ ନ ହୁଏ।
8 Á cerca do qual três vezes orei ao Senhor para que se desviasse de mim.
ଯେପରି ତାହା ମୋʼଠାରୁ ଦୂର ହୁଏ, ଏଥିପାଇଁ ମୁଁ ପ୍ରଭୁଙ୍କୁ ସେ ବିଷୟରେ ତିନି ଥର ବିନତି କଲି।
9 E disse-me: A minha graça te basta, porque o meu poder se aperfeiçoa na fraqueza. De boa vontade pois me glóriarei nas minhas fraquezas, para que em mim habite o poder de Cristo.
ଆଉ, ସେ ମୋତେ କହିଅଛନ୍ତି, “ଆମ୍ଭର ଅନୁଗ୍ରହ ତୁମ୍ଭ ନିମନ୍ତେ ଯଥେଷ୍ଟ, କାରଣ ଦୁର୍ବଳତାରେ ଆମ୍ଭର ଶକ୍ତି ସିଦ୍ଧ ହୁଏ।” ଅତଏବ, ଯେପରି ଖ୍ରୀଷ୍ଟଙ୍କ ଶକ୍ତି ମୋ ଉପରେ ଅବସ୍ଥାନ କରେ, ଏଥିପାଇଁ ମୁଁ ଅତି ଆନନ୍ଦରେ ବରଂ ମୋହର ଦୁର୍ବଳତାରେ ଦର୍ପ କରିବି।
10 Pelo que sinto prazer nas fraquezas, nas injúrias, nas necessidades, nas perseguições, nas angústias por amor de Cristo. Porque quando estou fraco então sou forte.
ତେଣୁ ଖ୍ରୀଷ୍ଟଙ୍କ ନିମନ୍ତେ ଦୁର୍ବଳତାରେ, ଅପମାନରେ, ଦୁର୍ଦ୍ଦଶାରେ, ତାଡ଼ନାରେ, ସଙ୍କଟରେ ମୁଁ ସନ୍ତୁଷ୍ଟ ହୁଏ; କାରଣ ଯେତେବେଳେ ମୁଁ ଦୁର୍ବଳ, ସେତେବେଳେ ମୁଁ ବଳବାନ।
11 Fui néscio em glóriar-me; vós me constrangestes, porque eu devia ser louvado por vós, visto que em nada fui inferior aos mais excelentes apóstolos; ainda que nada sou.
ମୁଁ ନିର୍ବୋଧ ହୋଇଅଛି, ତୁମ୍ଭେମାନେ ମୋତେ ବାଧ୍ୟ କଲ, କାରଣ ମୋହର ପ୍ରଶଂସା କରିବା ତୁମ୍ଭମାନଙ୍କର ଉଚିତ୍ ଥିଲା; ଯେଣୁ ଯଦ୍ୟପି ମୁଁ କିଛି ନୁହେଁ, ତଥାପି କୌଣସି ବିଷୟରେ ସେହି ଶ୍ରେଷ୍ଠତମ ପ୍ରେରିତମାନଙ୍କ ଅପେକ୍ଷା ଊଣା ନୁହେଁ।
12 Os sinais do meu apostolado foram efetuados entre vós com toda a paciência, por sinais, prodígios e maravilhas.
ଯେ ସମସ୍ତ ଚିହ୍ନ ଓ ଅଦ୍ଭୁତ କର୍ମ ପୁଣି, ଶକ୍ତିର କାର୍ଯ୍ୟ ପ୍ରେରିତଙ୍କ ଲକ୍ଷଣ ସ୍ୱରୂପ, ସେହିସବୁ ପ୍ରକୃତରେ ତୁମ୍ଭମାନଙ୍କ ମଧ୍ୟରେ ସମ୍ପୂର୍ଣ୍ଣ ଧୈର୍ଯ୍ୟ ସହକାରେ ସାଧିତ ହୋଇଅଛି।
13 Porque, em que tendes vós sido inferiores às outras igrejas, a não ser que eu mesmo vos não fui pesado? perdoai-me este agravo.
କାରଣ ମୁଁ ନିଜେ ଯେ ତୁମ୍ଭମାନଙ୍କର ଭାର ସ୍ୱରୂପ ହୋଇ ନାହିଁ, ଏହି ଗୋଟିଏ ବିଷୟ ଛଡ଼ା ଅବଶିଷ୍ଟ ମଣ୍ଡଳୀ-ସମୂହଠାରୁ ତୁମ୍ଭେମାନେ କାହିଁରେ ନିକୃଷ୍ଟ ହୋଇଅଛ? ମୋହର ଏହି ଦୋଷ କ୍ଷମା କର।
14 Eis aqui estou pronto para terceira vez ir ter convosco, e não vos serei pesado, pois que não busco o que é vosso, mas sim a vós; porque não devem os filhos entesourar para seus pais, mas os pais para os filhos.
ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଏହି ତୃତୀୟ ଥର ପ୍ରସ୍ତୁତ ଅଛି, ଆଉ ମୁଁ ତୁମ୍ଭମାନଙ୍କର ଭାର ସ୍ୱରୂପ ହେବି ନାହିଁ, କାରଣ ମୁଁ ତୁମ୍ଭମାନଙ୍କର ଧନ ନ ଖୋଜି ତୁମ୍ଭମାନଙ୍କୁ ଖୋଜୁଅଛି। ଯେଣୁ ସନ୍ତାନସନ୍ତତିମାନଙ୍କର ପିତାମାତାମାନଙ୍କ ନିମନ୍ତେ ସଞ୍ଚୟ କରିବା ଉଚିତ୍ ନୁହେଁ, ମାତ୍ର ସନ୍ତାନସନ୍ତତିମାନଙ୍କ ନିମନ୍ତେ ପିତାମାତାଙ୍କର ସଞ୍ଚୟ କରିବା ଉଚିତ।
15 E eu de muito boamente gastarei, e me deixarei gastar pelas vossas almas, ainda que, amando-vos cada vez mais, seja menos amado.
ଆଉ, ମୁଁ ତୁମ୍ଭମାନଙ୍କ ଆତ୍ମା ନିମନ୍ତେ ମହାନନ୍ଦରେ ବ୍ୟୟ କରିବି, ହଁ, ମୋହର ପ୍ରାଣ ସୁଦ୍ଧା ବ୍ୟୟ କରିବି। ମୁଁ ତୁମ୍ଭମାନଙ୍କୁ ଅଧିକ ପ୍ରଚୁରଭାବେ ପ୍ରେମ କରୁଅଛି ବୋଲି କଅଣ ଊଣା ପ୍ରେମ ପ୍ରାପ୍ତ ହେଉଅଛି?
16 Porém seja assim; eu não vos fui pesado, mas, sendo astuto, vos tomei com dolo.
କିନ୍ତୁ ଯାହା ହେଉ, ମୁଁ ନିଜେ ତୁମ୍ଭମାନଙ୍କୁ ଭାରଗ୍ରସ୍ତ କଲି ନାହିଁ, ମାତ୍ର ଧୂର୍ତ୍ତ ହୋଇ ମୁଁ ତୁମ୍ଭମାନଙ୍କୁ ଛଳରେ ଧରିଲି!
17 Porventura aproveitei-me de vós por algum daqueles que vos enviei?
ମୁଁ ତୁମ୍ଭମାନଙ୍କ ନିକଟକୁ ଯେଉଁମାନଙ୍କୁ ପଠାଇଅଛି, ସେମାନଙ୍କ ମଧ୍ୟରୁ କୌଣସି ଜଣକ ଦ୍ୱାରା କି ତୁମ୍ଭମାନଙ୍କଠାରୁ କିଛି ଲାଭ କରିଅଛି?
18 Roguei a Tito, e enviei com ele um irmão. Porventura Tito se aproveitou de vós? Não andamos porventura no mesmo espírito, sobre as mesmas pisadas?
ମୁଁ ତୀତସଙ୍କୁ ଯିବା ନିମନ୍ତେ ଅନୁରୋଧ କରିଥିଲି, ପୁଣି, ତାହାଙ୍କ ସହିତ ସେହି ଭାଇଙ୍କୁ ପଠାଇଥିଲି। ତୀତସ କି ତୁମ୍ଭମାନଙ୍କଠାରୁ କିଛି ଲାଭ କରିଅଛନ୍ତି? ଆମ୍ଭେମାନେ କଅଣ ଏକ ଆତ୍ମାରେ ଆଚରଣ କରି ନାହୁଁ? ଆମ୍ଭେମାନେ କଅଣ ଏକ ପଦଚିହ୍ନରେ ଗମନ କରି ନାହୁଁ?
19 Cuidais que ainda nos desculpamos convosco? falamos em Cristo perante Deus, e tudo isto, ó amados, para vossa edificação.
ଏପର୍ଯ୍ୟନ୍ତ ତୁମ୍ଭେମାନେ ଭାବୁଅଛ ଯେ, ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ଦୋଷ କଟାଉଅଛୁ। ଈଶ୍ବରଙ୍କ ସାକ୍ଷାତରେ ଖ୍ରୀଷ୍ଟଙ୍କ ସେବକ ସ୍ୱରୂପେ ଆମ୍ଭେମାନେ କଥା କହୁଅଛୁ। କିନ୍ତୁ ହେ ପ୍ରିୟମାନେ, ସମସ୍ତ ବିଷୟ ତୁମ୍ଭମାନଙ୍କ ନିଷ୍ଠା ନିମନ୍ତେ କହୁଅଛୁ।
20 Porque temo que, quando chegar, vos não ache tais quais eu quizera, e eu seja achado de vós tal qual vós não quizereis: que de alguma maneira não haja pendências, invejas, iras, porfias, detrações, mexericos, orgulhos, tumultos,
କାରଣ କାଳେ ଅବା ମୁଁ ଉପସ୍ଥିତ ହେଲେ, ତୁମ୍ଭମାନଙ୍କୁ ଯେପରି ଦେଖିବାକୁ ଇଚ୍ଛା କରୁଅଛି, ସେପରି ତୁମ୍ଭମାନଙ୍କୁ ନ ଦେଖେ, ଆଉ, ତୁମ୍ଭେମାନେ ମୋତେ ଯେପରି ଦେଖିବାକୁ ଇଚ୍ଛା ନ କର, ସେପରି ମୋତେ ଦେଖ, ଏଥିପାଇଁ ମୁଁ ଭୟ କରୁଅଛି; କାଳେ ଅବା ବିବାଦ, ଈର୍ଷା, କ୍ରୋଧ, ଦଳାଦଳି, ପରନିନ୍ଦା, କାନକୁହାକୋହି, ଦାମ୍ଭିକତା, ଗଣ୍ଡଗୋଳ ହୁଏ;
21 Para que, quando for outra vez, o meu Deus me não humilhe para convosco, e eu não chore por muitos daqueles que de antes pecaram, e não se arrependeram da imundícia, e fornicação, e desonestidade que cometeram.
କାଳେ ମୁଁ ପୁନର୍ବାର ଉପସ୍ଥିତ ହେଲେ ମୋହର ଈଶ୍ବର ତୁମ୍ଭମାନଙ୍କ ସମ୍ବନ୍ଧରେ ମୋତେ ପୁନର୍ବାର ଅବନତ କରନ୍ତି, ପୁଣି, ଯେଉଁମାନେ ପୂର୍ବରେ ପାପ କରିଅଛନ୍ତି, ଆଉ ଆପଣା ଆପଣା କୃତ ଅଶୁଚିତା, ବ୍ୟଭିଚାର ଓ କାମୁକତା ସକାଶେ ଅନୁତାପ କରି ନାହାନ୍ତି, ଏପରି ଅନେକ ଲୋକଙ୍କ ନିମନ୍ତେ ମୁଁ ଶୋକ କରେ।

< 2 Coríntios 12 >