< 2 Reis 2 >

1 Sucedeu pois que, havendo o Senhor de elevar a Elias num redemoinho ao céu, Elias partiu com Eliseo de Gilgal.
ଏଥିଉତ୍ତାରେ ସଦାପ୍ରଭୁ ଏଲୀୟଙ୍କୁ ଘୂର୍ଣ୍ଣିବାୟୁରେ ସ୍ୱର୍ଗକୁ ଘେନିଯିବା ପାଇଁ ଉଦ୍ୟତ ହୁଅନ୍ତେ, ଏଲୀୟ ଇଲୀଶାୟଙ୍କ ସହିତ ଗିଲ୍‍ଗଲ୍‍ରୁ ଗଲେ।
2 E disse Elias a Eliseo: Fica-te aqui, porque o Senhor me enviou a Bethel. Porém Eliseo disse: Vive o Senhor, e vive a tua alma, que te não deixarei. E assim foram a Bethel.
ପୁଣି ଏଲୀୟ ଇଲୀଶାୟଙ୍କୁ କହିଲେ, “ମୁଁ ବିନୟ କରୁଅଛି, ତୁମ୍ଭେ ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ବେଥେଲ୍‍ ପର୍ଯ୍ୟନ୍ତ ପଠାଇଅଛନ୍ତି।” ତହିଁରେ ଇଲୀଶାୟ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ତହୁଁ ସେମାନେ ବେଥେଲ୍‍କୁ ଗଲେ।
3 Então os filhos dos profetas que estavam em Bethel sairam a Eliseo, e lhe disseram: Sabes que o Senhor hoje tomará o teu senhor por de cima da tua cabeça? E ele disse: também eu bem o sei; calai-vos.
ସେତେବେଳେ ବେଥେଲ୍‍ ନିବାସୀ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ଇଲୀଶାୟଙ୍କ ନିକଟକୁ ବାହାରି ଆସି ତାଙ୍କୁ କହିଲେ, “ଆଜି ସଦାପ୍ରଭୁ ତୁମ୍ଭଠାରୁ ତୁମ୍ଭ ପ୍ରଭୁଙ୍କୁ ନେଇଯିବେ ବୋଲି ତୁମ୍ଭେ କʼଣ ଜାଣୁଅଛ?” ତହୁଁ ସେ କହିଲେ, “ହଁ, ମୁଁ ଜାଣୁଅଛି; ତୁମ୍ଭେମାନେ ତୁନି ହୁଅ।”
4 E Elias lhe disse: Eliseo, fica-te aqui, porque o Senhor me enviou a Jericó. Porém ele disse: Vive o Senhor, e vive a tua alma, que te não deixarei. E assim vieram a Jericó.
ଏଉତ୍ତାରେ ଏଲୀୟ ତାଙ୍କୁ କହିଲେ, “ହେ ଇଲୀଶାୟ, ମୁଁ ବିନୟ କରୁଅଛି, ତୁମ୍ଭେ ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ଯିରୀହୋକୁ ପଠାଇଅଛନ୍ତି।” ଏଥିରେ ଇଲୀଶାୟ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ତହୁଁ ସେମାନେ ଯିରୀହୋକୁ ଗଲେ।
5 Então os filhos dos profetas que estavam em Jericó se chegaram a Eliseo, e lhe disseram: Sabes que o Senhor hoje tomará o teu senhor por de cima da tua cabeça? E ele disse: também eu bem o sei; calai-vos.
ଏଥିରେ ଯିରୀହୋ ନିବାସୀ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ଇଲୀଶାୟଙ୍କ ନିକଟକୁ ଆସି ତାଙ୍କୁ କହିଲେ, “ସଦାପ୍ରଭୁ ଆଜି ତୁମ୍ଭଠାରୁ ତୁମ୍ଭ ପ୍ରଭୁଙ୍କୁ ନେଇଯିବେ ବୋଲି ତୁମ୍ଭେ କʼଣ ଜାଣୁଅଛ?” ସେ ଉତ୍ତର କଲେ, “ହଁ, ମୁଁ ଜାଣୁଅଛି; ତୁମ୍ଭେମାନେ ତୁନି ହୁଅ।”
6 E Elias disse: Fica-te aqui, porque o Senhor me enviou ao Jordão. Mas ele disse: Vive o Senhor, e vive a tua alma, que te não deixarei. E assim ambos foram juntos.
ଏଥିଉତ୍ତାରେ ଏଲୀୟ ଇଲୀଶାୟଙ୍କୁ କହିଲେ, “ମୁଁ ବିନୟ କରୁଅଛି, ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ଯର୍ଦ୍ଦନକୁ ପଠାଇଅଛନ୍ତି।” ତହୁଁ ସେ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ଏଥିରେ ସେ ଦୁହେଁ ଅଗ୍ରସର ହେଲେ।
7 E foram cincoênta homens dos filhos dos profetas, e de longe pararam defronte: e eles ambos pararam junto ao Jordão.
ପୁଣି ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ମଧ୍ୟରୁ ପଚାଶ ଜଣ ଯାଇ ସେମାନଙ୍କ ସମ୍ମୁଖରେ ଦୂରରେ ଠିଆ ହେଲେ; ଆଉ ସେ ଦୁହେଁ ଯର୍ଦ୍ଦନ ନିକଟରେ ଠିଆ ହେଲେ।
8 Então Elias tomou a sua capa, e a dobrou, e feriu as águas, as quais se dividiram para as duas bandas: e passaram ambos em seco.
ଏଥିରେ ଏଲୀୟ ଆପଣା ବସ୍ତ୍ର ନେଇ ଏକତ୍ର ଗୁଡ଼ାଇ ଜଳକୁ ଆଘାତ କଲେ, ତହିଁରେ ଜଳ ଏପାଖେ ସେପାଖେ ବିଭକ୍ତ ହୋଇଯାଆନ୍ତେ, ସେ ଦୁହେଁ ଶୁଷ୍କ ଭୂମି ଦେଇ ପାର ହୋଇଗଲେ।
9 Sucedeu pois que, havendo eles passado, Elias disse a Eliseo: Pede-me o que queres que te faça, antes que seja tomado de ti. E disse Eliseo: Peço-te que haja porção dobrada de teu espírito sobre mim
ପୁଣି ସେମାନେ ପାର ହୋଇଗଲା ଉତ୍ତାରେ ଏଲୀୟ ଇଲୀଶାୟଙ୍କୁ କହିଲେ, “ମୁଁ ତୁମ୍ଭ ପାଇଁ କଅଣ କରିବି, ଏହା ମୁଁ ତୁମ୍ଭ ନିକଟରୁ ନିଆଯିବା ପୂର୍ବରୁ ମାଗ।” ତହିଁରେ ଇଲୀଶାୟ କହିଲେ, “ମୁଁ ବିନୟ କରୁଅଛି, ଆପଣଙ୍କ ଆତ୍ମାର ଦୁଇଗୁଣ ଅଂଶ ମୋʼ ଉପରେ ବର୍ତ୍ତୁ।”
10 E disse: Coisa dura pediste; se me vires quando for tomado de ti, assim se te fará, porém, se não, não se fará
ଏଥିରେ ଏଲୀୟ କହିଲେ, “ତୁମ୍ଭେ ଦୁଃସାଧ୍ୟ ବିଷୟ ମାଗିଲ; ତଥାପି ମୁଁ ତୁମ୍ଭ ନିକଟରୁ ନିଆଯିବା ବେଳେ ଯେବେ ତୁମ୍ଭେ ମୋତେ ଦେଖିବ, ତେବେ ତୁମ୍ଭ ପ୍ରତି ତଦ୍ରୂପ ବର୍ତ୍ତିବ; ମାତ୍ର ତାହା ନ ହେଲେ, ବର୍ତ୍ତିବ ନାହିଁ।”
11 E sucedeu que, indo eles andando e falando, eis que um carro de fogo, com cavalos de fogo, os separou um do outro: e Elias subiu ao céu num redemoinho.
ଏହିରୂପେ ସେମାନେ ଯାଉ ଯାଉ ଓ କଥାବାର୍ତ୍ତା କରୁ କରୁ ଦେଖ, ଏକ ଅଗ୍ନିମୟ ରଥ ଓ ଅଗ୍ନିମୟ ଅଶ୍ୱମାନ ଉପସ୍ଥିତ ହୋଇ ସେ ଦୁହିଁଙ୍କୁ ପୃଥକ କଲା; ପୁଣି ଏଲୀୟ ଘୂର୍ଣ୍ଣିବାୟୁରେ ସ୍ୱର୍ଗାରୋହଣ କଲେ।
12 O que vendo Eliseo, clamou: Meu pai, meu pai, carros de Israel, e seus cavaleiros! E nunca mais o viu: e, travando dos seus vestidos, os rasgou em duas partes.
ଆଉ ଇଲୀଶାୟ ତାହା ଦେଖି ଉଚ୍ଚସ୍ୱରରେ କହିଲେ, “ହେ ଆମ୍ଭ ପିତଃ, ହେ ଆମ୍ଭ ପିତଃ, ହେ ଇସ୍ରାଏଲର ରଥ ଓ ତହିଁର ଅଶ୍ୱାରୋହୀଗଣ!” ଏଉତ୍ତାରେ ସେ ଏଲୀୟଙ୍କୁ ଆଉ ଦେଖିଲେ ନାହିଁ; ଏଣୁ ସେ ଆପଣା ବସ୍ତ୍ର ଧରି ଦୁଇ ଖଣ୍ଡ କରି ଚିରିଲେ।
13 Também levantou a capa de Elias, que lhe caira: e tornou-se, e parou à borda do Jordão.
ମଧ୍ୟ ସେ ଏଲୀୟଙ୍କଠାରୁ ପଡ଼ିଥିବା ବସ୍ତ୍ରଖଣ୍ଡ ଉଠାଇ ନେଲେ ଓ ଫେରିଯାଇ ଯର୍ଦ୍ଦନ ତୀରରେ ଠିଆ ହେଲେ।
14 E tomou a capa de Elias, que lhe caira, e feriu as águas, e disse: Onde está o Senhor, Deus de Elias? Então feriu as águas, e se dividiram elas de uma e outra banda; e Eliseo passou.
ପୁଣି ସେ ଏଲୀୟଙ୍କଠାରୁ ପଡ଼ିଥିବା ବସ୍ତ୍ର ନେଇ ଜଳକୁ ଆଘାତ କରି କହିଲେ, “ସଦାପ୍ରଭୁ ଏଲୀୟଙ୍କର ପରମେଶ୍ୱର କାହାନ୍ତି?” ପୁଣି ସେ ମଧ୍ୟ ଜଳକୁ ଆଘାତ କରନ୍ତେ, ତାହା ଏପାଖେ ସେପାଖେ ବିଭକ୍ତ ହୋଇଗଲା; ତହିଁରେ ଇଲୀଶାୟ ପାର ହୋଇଗଲେ।
15 Vendo-o pois os filhos dos profetas que estavam defronte em Jericó, disseram: O espírito de Elias repousa sobre Eliseo. E vieram-lhe ao encontro, e se prostraram diante dele em terra.
ଆଉ ଯିରୀହୋ ନିବାସୀ ଭବିଷ୍ୟଦ୍‍ବକ୍ତାଗଣଙ୍କ ଯେଉଁ ଦଳ ତାଙ୍କ ସମ୍ମୁଖରେ ଥିଲେ, ସେମାନେ ତାଙ୍କୁ ଦେଖି କହିଲେ, “ଏଲୀୟଙ୍କର ଆତ୍ମା ଇଲୀଶାୟଙ୍କ ଉପରେ ବର୍ତ୍ତିଲା।” ତହୁଁ ସେମାନେ ଇଲୀଶାୟଙ୍କୁ ଭେଟିବାକୁ ଆସି ତାଙ୍କ ସମ୍ମୁଖରେ ଭୂମିଷ୍ଠ ପ୍ରଣାମ କଲେ।
16 E disseram-lhe: Eis que com teus servos há cincoênta homens valentes; ora deixa-os ir para buscar a teu senhor; pode ser que o elevasse o espírito do Senhor, e o lançasse em algum dos montes, ou em algum dos vales. Porém ele disse: Não os envieis.
ଆଉ ସେମାନେ ଇଲୀଶାୟଙ୍କୁ କହିଲେ, “ଏବେ ଦେଖନ୍ତୁ, ଆପଣଙ୍କ ଦାସମାନଙ୍କ ସଙ୍ଗେ ପଚାଶ ବଳବାନ ଲୋକ ଅଛନ୍ତି; ଆମ୍ଭେମାନେ ବିନୟ କରୁଅଛୁ, ସେମାନେ ଯାଇ ଆପଣଙ୍କ ପ୍ରଭୁଙ୍କୁ ଖୋଜନ୍ତୁ; ହୋଇପାରେ, ସଦାପ୍ରଭୁଙ୍କ ଆତ୍ମା ତାଙ୍କୁ ଊର୍ଦ୍ଧ୍ୱକୁ ନେଇ କୌଣସି ପର୍ବତ ଅବା ଉପତ୍ୟକାରେ ପକାଇ ଦେଇଥିବେ।” ଏଥିରେ ଇଲୀଶାୟ କହିଲେ, “ତୁମ୍ଭେମାନେ ପଠାଅ ନାହିଁ।”
17 Mas eles apertaram com ele, até se enfastiar; e disse-lhes: enviai. E enviaram cincoênta homens, que o buscaram três dias, porém não o acharam.
ତଥାପି ଇଲୀଶାୟ ଲଜ୍ଜିତ ହେବା ପର୍ଯ୍ୟନ୍ତ ସେମାନେ ତାଙ୍କୁ ପ୍ରବର୍ତ୍ତାନ୍ତେ, ସେ କହିଲେ, “ପଠାଅ।” ଏହେତୁ ସେମାନେ ପଚାଶ ଲୋକ ପଠାଇଲେ, ଆଉ ସେମାନେ ତାଙ୍କୁ ତିନି ଦିନ ଖୋଜିଲେ, ମାତ୍ର ପାଇଲେ ନାହିଁ।
18 Então voltaram para ele, tendo ele ficado em Jericó: e disse-lhes: Eu não vos disse que não fosseis?
ପୁଣି ଇଲୀଶାୟ ଯିରୀହୋରେ ଥାଉ ଥାଉ ସେମାନେ ତାଙ୍କ ନିକଟକୁ ଫେରି ଆସିଲେ; ଏଥିରେ ସେ ସେମାନଙ୍କୁ କହିଲେ, “ନ ଯାଅ ବୋଲି ମୁଁ କʼଣ ତୁମ୍ଭମାନଙ୍କୁ କହି ନ ଥିଲି।”
19 E os homens da cidade disseram a Eliseo: Eis que boa é a habitação desta cidade, como o meu senhor vê; porém as águas são más, e a terra é estéril
ଏଥିଉତ୍ତାରେ ନଗରସ୍ଥ ଲୋକମାନେ ଇଲୀଶାୟଙ୍କୁ କହିଲେ, “ଦେଖନ୍ତୁ, ଆମ୍ଭେମାନେ ବିନୟ କରୁଅଛୁ, ଆମ୍ଭମାନଙ୍କ ପ୍ରଭୁ ଦେଖୁଅଛନ୍ତି ଯେ, ଏହି ନଗରର ସ୍ଥାନ ମନୋରମ; ମାତ୍ର ଜଳ ମନ୍ଦ ଓ ଭୂମି ଫଳନାଶକ।”
20 E ele disse: Trazei-me uma salva nova, e ponde nela sal. E lha trouxeram.
ତହିଁରେ ସେ କହିଲେ, “ମୋʼ ନିକଟକୁ ଗୋଟିଏ ନୂତନ ପାତ୍ର ଆଣ ଓ ତହିଁରେ ଲବଣ ଦିଅ।” ତହୁଁ ସେମାନେ ତାଙ୍କ ନିକଟକୁ ତାହା ଆଣିଲେ।
21 Então saiu ele ao manancial das águas, e deitou sal nele; e disse: Assim diz o Senhor: Sararei a estas águas; não haverá mais nelas morte nem esterilidade.
ଏଥିରେ ସେ ଜଳ ନିର୍ଝର ନିକଟକୁ ଗଲେ ଓ ତହିଁରେ ଲବଣ ପକାଇ କହିଲେ, ସଦାପ୍ରଭୁ ଏହି କଥା କହନ୍ତି, “ମୁଁ ଏହି ଜଳ ଭଲ କଲି; ତାହା ମୃତ୍ୟୁୁଜନକ ଅବା ଫଳନାଶକ ଆଉ ହେବ ନାହିଁ।”
22 Ficaram pois sãs aquelas águas até ao dia de hoje, conforme à palavra que Eliseo tinha dito.
ଏହିରୂପେ ଇଲୀଶାୟଙ୍କର ଉକ୍ତ ବାକ୍ୟାନୁସାରେ ସେହି ଜଳ ଆଜି ପର୍ଯ୍ୟନ୍ତ ଭଲ ହୋଇଅଛି।
23 Então subiu dali a Bethel: e, subindo ele pelo caminho, uns moços pequenos sairam da cidade, e zombavam dele, e diziam-lhe: Sobe, calvo, sobe, calvo!
ଏଥିଉତ୍ତାରେ ଇଲୀଶାୟ ସେଠାରୁ ବେଥେଲ୍‍କୁ ଗଲେ; ପୁଣି ସେ ପଥରେ ଯାଉ ଯାଉ କେତେକ କ୍ଷୁଦ୍ର ବାଳକ ନଗରରୁ ବାହାରି ଆସି ତାଙ୍କୁ ପରିହାସ କରି କହିଲେ, “ଆରେ ଟାଙ୍ଗରାମୁଣ୍ଡା, ଉପରକୁ ଯା; ଆରେ ଟାଙ୍ଗରାମୁଣ୍ଡା, ଉପରକୁ ଯା।”
24 E, virando-se ele para traz, os viu, e os amaldiçoou no nome do Senhor: então duas ursas sairam do bosque, e despedaçaram deles quarenta e dois meninos.
ଏଥିରେ ସେ ଆପଣା ପଛକୁ ଅନାଇ ସେମାନଙ୍କୁ ଦେଖିଲେ ଓ ସଦାପ୍ରଭୁଙ୍କ ନାମରେ ସେମାନଙ୍କୁ ଅଭିଶାପ ଦେଲେ। ସେତେବେଳେ ବନରୁ ଦୁଇ ଭଲ୍ଲୁକୀ ବାହାରି ଆସି ସେମାନଙ୍କ ମଧ୍ୟରୁ ବୟାଳିଶ ଜଣ ବାଳକଙ୍କୁ ବିଦୀର୍ଣ୍ଣ କଲେ।
25 E foi-se dali para o monte Carmelo: e dali voltou para Samaria.
ଏଥିଉତ୍ତାରେ ସେ ସେଠାରୁ କର୍ମିଲ ପର୍ବତକୁ ଗଲେ ଓ ସେଠାରୁ ଶମରୀୟାକୁ ଫେରିଗଲେ।

< 2 Reis 2 >