< Ester 5 >
1 Sucedeu pois que ao terceiro dia Esther se vestiu de seus vestidos reais, e se pôs no pátio interior da casa do rei, defronte do aposento do rei: e o rei estava assentado sobre o seu trono real, na casa real defronte da porta do aposento.
ଏଉତ୍ତାରୁ ତୃତୀୟ ଦିନ ଏଷ୍ଟର ରାଜକୀୟ ବସ୍ତ୍ର ପିନ୍ଧି ରାଜଗୃହର ଭିତର ପ୍ରାଙ୍ଗଣରେ ରାଜଗୃହ ସମ୍ମୁଖରେ ଠିଆ ହେଲେ; ସେହି ସମୟରେ ରାଜା ରାଜଗୃହରେ ଗୃହଦ୍ୱାର ସମ୍ମୁଖରେ ରାଜସିଂହାସନ ଉପରେ ଉପବିଷ୍ଟ ଥିଲେ।
2 E sucedeu que, vendo o rei a rainha Esther, que estava no pátio, alcançou graça aos seus olhos, que o rei apontou para Esther com o cetro de ouro, que tinha na sua mão, e Esther chegou, e tocou a ponta do cetro.
ଏଥିରେ ରାଜା ଏଷ୍ଟର ରାଣୀଙ୍କୁ ପ୍ରାଙ୍ଗଣରେ ଠିଆ ହେବାର ଦେଖିଲେ, ପୁଣି ଏଷ୍ଟର ରାଜାଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇବାରୁ ରାଜା ଏଷ୍ଟର ପ୍ରତି ଆପଣା ହସ୍ତସ୍ଥିତ ସୁବର୍ଣ୍ଣ ଦଣ୍ଡ ବଢ଼ାଇଲେ; ତେଣୁ ଏଷ୍ଟର ନିକଟକୁ ଆସି ରାଜଦଣ୍ଡର ଅଗ୍ରଭାଗ ଛୁଇଁଲେ।
3 Então o rei lhe disse: Que e o que tens, rainha Esther? ou qual é a tua petição? até metade do reino se te dará
ପୁଣି, ରାଜା ତାହାଙ୍କୁ ପଚାରିଲେ, “ଆଗୋ ଏଷ୍ଟର ରାଣୀ, ତୁମ୍ଭର କି ବାଞ୍ଛା ଓ କି ପ୍ରାର୍ଥନା? ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ତାହା ତୁମ୍ଭକୁ ଦତ୍ତ ହେବ।”
4 E disse Esther: Se bem parecer ao rei, venha o rei e Haman hoje ao convite que lhe tenho preparado.
ଏଷ୍ଟର ଉତ୍ତର କଲେ, “ଯେବେ ମହାରାଜାଙ୍କ ଦୃଷ୍ଟିରେ ଭଲ ଦିଶେ, ତେବେ ମୁଁ ଆପଣଙ୍କ ପାଇଁ ଯେଉଁ ଭୋଜ ପ୍ରସ୍ତୁତ କରିଅଛି, ମହାରାଜ ଓ ହାମନ୍ ଆଜି ସେହି ଭୋଜକୁ ଆଗମନ କରନ୍ତୁ।”
5 Então disse o rei: Fazei apressar a Haman, que faça o mandado de Esther. Vindo pois o rei e Haman ao banquete, que Esther tinha preparado,
ଏଥିରେ ରାଜା କହିଲେ, “ଏଷ୍ଟରଙ୍କ କଥାନୁସାରେ ଶୀଘ୍ର କର୍ମ କରିବା ପାଇଁ ହାମନ୍କୁ କୁହ;” ଏଥିଉତ୍ତାରେ ରାଜା ଓ ହାମନ୍ ଏଷ୍ଟରଙ୍କ ପ୍ରସ୍ତୁତ ଭୋଜକୁ ଆସିଲେ।
6 Disse o rei a Esther, no banquete do vinho: Qual é a tua petição? e se te dará: e qual é o teu requerimento? e se fará ainda até metade do reino.
ଏଥିରେ ରାଜା ଭୋଜରେ ଦ୍ରାକ୍ଷାରସ ପାନ କରିବା ବେଳେ ଏଷ୍ଟରଙ୍କୁ କହିଲେ, ତୁମ୍ଭର ନିବେଦନ କଅଣ? “ତାହା ତୁମ୍ଭକୁ ଦତ୍ତ ହେବ; ପୁଣି, ତୁମ୍ଭର ପ୍ରାର୍ଥନା କଅଣ? ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ତାହା ସିଦ୍ଧ ହେବ।”
7 Então respondeu Esther, e disse: Minha petição e requerimento é:
ତହିଁରେ ଏଷ୍ଟର ଉତ୍ତର ଦେଲେ, “ମୋହର ନିବେଦନ ଓ ପ୍ରାର୍ଥନା ଏହି;
8 Se achei graça aos olhos do rei, e se bem parecer ao rei conceder-me a minha petição, e outorgar-me o meu requerimento, venha o rei com Haman ao banquete que lhes hei de preparar, e amanhã farei conforme ao mandado do rei.
ମୁଁ ଯେବେ ମହାରାଜାଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ପୁଣି ମୋହର ନିବେଦନୀୟ ବିଷୟ ଦେବାକୁ ଓ ପ୍ରାର୍ଥନା ସିଦ୍ଧ କରିବାକୁ ଯେବେ ମହାରାଜ ତୁଷ୍ଟ ହୁଅନ୍ତି, ତେବେ ମୁଁ ଯେଉଁ ଭୋଜ ଆପଣମାନଙ୍କ ନିମନ୍ତେ ପ୍ରସ୍ତୁତ କରିବି, ତହିଁକି ମହାରାଜ ଓ ହାମନ୍ ଆସନ୍ତୁ, ମୁଁ କାଲି ମହାରାଜାଙ୍କ ଆଜ୍ଞାନୁସାରେ କହିବି।”
9 Então saiu Haman naquele dia alegre e de bom ânimo: porém, vendo Haman a mardoqueu à porta do rei, e que não se levantara nem se movera por ele, então Haman se encheu de furor contra mardoqueu.
ତହିଁରେ ସେହି ଦିନ ହାମନ୍ ଆନନ୍ଦିତ ଓ ହୃଷ୍ଟଚିତ୍ତ ହୋଇ ବାହାରକୁ ଗଲା; ମାତ୍ର ହାମନ୍ ରାଜଦ୍ୱାରରେ ଆପଣା ସମ୍ମୁଖରେ ମର୍ଦ୍ଦଖୟଙ୍କୁ ଉଠି ଠିଆ ନ ହେବାର କିଅବା ପ୍ରଣାମ ନ କରିବାର ଦେଖି ସେ ମର୍ଦ୍ଦଖୟ ବିରୁଦ୍ଧରେ କ୍ରୋଧରେ ପରିପୂର୍ଣ୍ଣ ହେଲେ।
10 Haman porém se refreou, e veio à sua casa: e enviou, e mandou vir os seus amigos, e a Zeres sua mulher.
ତଥାପି ହାମନ୍ ଆପଣା କ୍ରୋଧ ସମ୍ଭାଳି ଗୃହକୁ ଗଲା, ପୁଣି ଆପଣା ମିତ୍ରଗଣକୁ ଓ ଆପଣା ଭାର୍ଯ୍ୟା ସେରଶ୍କୁ ଡକାଇ ଆଣିଲେ।
11 E contou-lhes Haman a glória das suas riquezas e a multidão de seus filhos, e tudo em que o rei o tinha engrandecido, e o em que o tinha exaltado sobre os príncipes e servos do rei.
ଆଉ, ହାମନ୍ ଆପଣା ଧନ ଓ ଐଶ୍ୱର୍ଯ୍ୟର କଥା ଓ ବହୁ ସନ୍ତାନମାନଙ୍କ କଥା ଓ ରାଜା କିପରି ତାହାର ପଦ ବୃଦ୍ଧି କରିଅଛନ୍ତି ଓ କିପରି ତାହାଙ୍କୁ ଆପଣା ଅଧିପତିମାନଙ୍କ ଓ ଦାସମାନଙ୍କ ଉପରେ ଆସନ ଦେଇଅଛନ୍ତି, ଏହିସବୁ ବିଷୟ ସେମାନଙ୍କୁ ଶୁଣାଇଲେ।
12 Disse mais Haman: Tão pouco a rainha Esther a ninguém fez vir com o rei ao banquete que tinha preparado, senão a mim: e também para amanhã estou convidado por ela juntamente com o rei
ହାମନ୍ ଆହୁରି କହିଲେ, “ଏଷ୍ଟର ରାଣୀ ଆପଣା ପ୍ରସ୍ତୁତ ଭୋଜକୁ ମୋʼ ବିନୁ ଆଉ କାହାକୁ ରାଜାଙ୍କ ସଙ୍ଗେ ଯିବାକୁ ଦେଇ ନାହାନ୍ତି; ପୁଣି, କାଲିକି ମୁଁ ରାଜାଙ୍କ ସଙ୍ଗେ ତାଙ୍କ ଦ୍ୱାରା ନିମନ୍ତ୍ରିତ ହୋଇଅଛି।
13 Porém tudo isto me não satisfaz, enquanto vir o judeu mardoqueu assentado à porta do rei.
ମାତ୍ର ଯେପର୍ଯ୍ୟନ୍ତ ମୁଁ ଯିହୁଦୀୟ ମର୍ଦ୍ଦଖୟଙ୍କୁ ରାଜଦ୍ୱାରରେ ବସିବାର ଦେଖୁଥିବି, ସେପର୍ଯ୍ୟନ୍ତ ଏହିସବୁରେ ମୋହର କିଛି ଫଳ ନାହିଁ।”
14 Então lhe disse Zeres, sua mulher, e todos os seus amigos: Faça-se uma forca de cincoênta côvados de altura, e amanhã dize ao rei que enforquem nela mardoqueu, e então entra com o rei alegre ao convite. E este conselho bem pareceu a Haman, e mandou fazer a forca.
ତେଣୁ ତାହାର ଭାର୍ଯ୍ୟା ସେରଶ୍ ଓ ମିତ୍ର ସମସ୍ତେ ତାହାଙ୍କୁ କହିଲେ, “ପଚାଶ ହାତ ଉଚ୍ଚ ଏକ ଫାଶୀକାଠ ପ୍ରସ୍ତୁତ କରାଯାଉ; ପୁଣି, ମର୍ଦ୍ଦଖୟଙ୍କୁ ତହିଁରେ ଫାଶୀ ଦେବା ପାଇଁ କାଲି ପ୍ରାତଃକାଳେ ରାଜାଙ୍କୁ କୁହ, ତହିଁ ଉତ୍ତାରେ ହୃଷ୍ଟ ହୋଇ ରାଜାଙ୍କ ସହିତ ଭୋଜକୁ ଯାଅ।” ଏହି କଥାରେ ହାମନ୍ ସନ୍ତୁଷ୍ଟ ହୋଇ ସେହିରୂପ ଫାଶୀକାଠ ପ୍ରସ୍ତୁତ କରାଇଲେ।