< Apocalipse 1 >

1 Revelação de Jesus Cristo, a qual Deus lhe deu, para mostrar aos seus servos as coisas que brevemente devem acontecer; e pelo seu anjo as enviou, e as notificou a João seu servo;
ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ବାକ୍ୟ; ଅବିଳମ୍ବରେ ଯାହା ଯାହା ନିଶ୍ଚୟ ଘଟିବ, ସେହିସବୁ ସେ ଯେପରି ଆପଣା ଦାସମାନଙ୍କୁ ଜଣାନ୍ତି, ଏଥିପାଇଁ ଈଶ୍ବର ଏହା ଯୀଶୁଙ୍କ ନିକଟରେ ସମର୍ପଣ କଲେ, ଆଉ ସେ ଆପଣା ଦୂତ ପ୍ରେରଣ କରି ନିଜ ଦାସ ଯୋହନଙ୍କୁ ଏହା ଜ୍ଞାତ କରାଇଲେ।
2 O qual testificou da palavra de Deus, e do testemunho de Jesus Cristo, e de tudo o que tem visto.
ସେହି ଯୋହନ ଈଶ୍ବରଙ୍କ ବାକ୍ୟ ଓ ଯୀଶୁ ଖ୍ରୀଷ୍ଟଙ୍କ ସାକ୍ଷ୍ୟ ସମ୍ବନ୍ଧରେ, ଅର୍ଥାତ୍‍ ସେ ଯାହାସବୁ ଦର୍ଶନ ଦେଖିଲା, ସେହି ବିଷୟରେ ସାକ୍ଷ୍ୟ ଦେଉଅଛି।
3 Bem-aventurado aquele que lê, e os que ouvem as palavras desta profecia, e guardam as coisas que nela estão escritas; porque o tempo está próximo.
ଯେ ପାଠ କରେ ଓ ଯେଉଁମାନେ ଏହି ଭାବବାଣୀ ଶ୍ରବଣ କରନ୍ତି ପୁଣି, ସେଥିରେ ଲିଖିତ ବିଷୟସବୁ ପାଳନ କରନ୍ତି, ସେମାନେ ଧନ୍ୟ, କାରଣ ସମୟ ସନ୍ନିକଟ।
4 João, às sete igrejas que estão na Asia: Graça e paz seja convosco da parte daquele que é, e que era, e que há de vir, e da dos sete espíritos que estão diante do seu trono;
ଯୋହନ ଏସିଆ ଅଞ୍ଚଳରେ ଥିବା ସପ୍ତ ମଣ୍ଡଳୀ ନିକଟକୁ ଲେଖୁଅଛି, ଯେ ବର୍ତ୍ତମାନ, ଅତୀତ ଓ ଭବିଷ୍ୟତ, ତାହାଙ୍କଠାରୁ ଓ ତାହାଙ୍କ ସିଂହାସନ ସମ୍ମୁଖସ୍ଥ ସପ୍ତ ଆତ୍ମାଙ୍କଠାରୁ
5 E da parte de Jesus Cristo, que é a fiel testemunha, o primogênito dos mortos e o príncipe dos reis da terra. aquele que nos amou, e em seu sangue nos lavou dos nossos pecados,
ପୁଣି, ବିଶ୍ୱସ୍ତ ସାକ୍ଷୀ, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ ଓ ପୃଥିବୀର ରାଜାମାନଙ୍କ ରାଜା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। ଯେ ଆମ୍ଭମାନଙ୍କୁ ପ୍ରେମ କରି ଆପଣା ରକ୍ତ ଦ୍ୱାରା ଆମ୍ଭମାନଙ୍କୁ ଆମ୍ଭମାନଙ୍କ ପାପରୁ ମୁକ୍ତ କରିଅଛନ୍ତି,
6 E nos fez reis e sacerdotes para Deus e seu Pai: a ele glória e poder para todo o sempre. amém. (aiōn g165)
ପୁଣି, ଆମ୍ଭମାନଙ୍କୁ ଗୋଟିଏ ରାଜକୁଳ ପରି ଆପଣା ଈଶ୍ବର ଓ ପିତାଙ୍କ ନିକଟରେ ଯାଜକ ସ୍ୱରୂପେ ନିଯୁକ୍ତ କରିଅଛନ୍ତି, ତାହାଙ୍କ ଗୌରବ ଓ ପରାକ୍ରମ ଯୁଗେ ଯୁଗେ ହେଉ। ଆମେନ୍‍। (aiōn g165)
7 Eis que vem com as nuvens, e todo o olho o verá, até os mesmos que o traspassaram, e todas as tribos da terra se lamentarão sobre ele. Sim. amém.
“ଦେଖ, ସେ ମେଘମାଳାରେ ଆଗମନ କରୁଅଛନ୍ତି, ପ୍ରତ୍ୟେକ ଚକ୍ଷୁ ତାହାଙ୍କୁ ଦର୍ଶନ କରିବ, ଯେଉଁମାନେ ତାହାଙ୍କୁ ବିନ୍ଧିଥିଲେ, ସେମାନେ ମଧ୍ୟ ଦର୍ଶନ କରିବେ, ଆଉ ପୃଥିବୀର ସମସ୍ତ ଗୋଷ୍ଠୀ ତାହାଙ୍କ ଆଗମନ ସକାଶେ ବିଳାପ କରିବେ। ହଁ, ସେହିପରି ହେଉ, ଆମେନ୍‍।”
8 Eu sou o Alpha e o Omega, o princípio e o fim, diz o Senhor, que é, e que era, e que há de vir, o Todo-poderoso.
“ଯେ ବର୍ତ୍ତମାନ, ଅତୀତ ଓ ଭବିଷ୍ୟତ, ଯେ ସର୍ବଶକ୍ତିମାନ,” ସେହି ପ୍ରଭୁ ଈଶ୍ବର କହନ୍ତି, “ଆମ୍ଭେ ଆରମ୍ଭ ଓ ଶେଷ।”
9 Eu, João, que também sou vosso irmão, e companheiro na aflição, e no reino, e paciência de Jesus Cristo, estava na ilha chamada Patmos, por causa da palavra de Deus, e pelo testemunho de Jesus Cristo.
ମୁଁ ଯୋହନ, ତୁମ୍ଭମାନଙ୍କ ଭାଇ ଓ ଯୀଶୁଙ୍କ ସମ୍ବନ୍ଧୀୟ କ୍ଲେଶ, ରାଜ୍ୟ ଓ ଧୈର୍ଯ୍ୟର ସହଭାଗୀ, ମୁଁ ଈଶ୍ବରଙ୍କ ବାକ୍ୟ ଓ ଯୀଶୁଙ୍କ ସାକ୍ଷ୍ୟ ହେତୁ ପାତ୍ମ ନାମକ ଦ୍ୱୀପରେ ଥିଲି।
10 Eu fui arrebatado em espírito no dia do Senhor, e ouvi detraz de mim uma grande voz, como de trombeta,
ମୁଁ ପ୍ରଭୁଙ୍କ ଦିନରେ ଆତ୍ମାରେ ଆବିଷ୍ଟ ହୋଇ ମୋହର ପଶ୍ଚାତରେ ତୂରୀଶବ୍ଦ ପରି ଗୋଟିଏ ମହାସ୍ୱର ଏହା କହୁଥିବା ଶୁଣିଲି,
11 Que dizia: O que vês, escreve-o num livro, e envia-o às sete igrejas que estão na Asia: a Éfeso, e a Smyrna, e a Pérgamo, e a Thyatira, e a Sardo, e a Philadelphia, e a Laodicéa.
“ତୁମ୍ଭେ ଯାହା ଦର୍ଶନ ଦେଖୁଅଛ, ତାହା ଗୋଟିଏ ପୁସ୍ତକରେ ଲିପିବଦ୍ଧ କରି ସପ୍ତ ସହରରେ ଥିବା ସପ୍ତ ମଣ୍ଡଳୀଗଣକୁ, ଅର୍ଥାତ୍‍ ଏଫିସ, ସ୍ମୁର୍ଣ୍ଣା, ପର୍ଗମ, ଥୁୟାଥିରା, ସାର୍ଦ୍ଦୀ, ଫିଲାଦେଲ୍‌ଫିଆ ଓ ଲାଅଦିକିଆ ନିକଟକୁ ପ୍ରେରଣ କର।”
12 E virei-me para ver quem falara comigo. E, virando-me, vi sete castiçais de ouro;
କିଏ ମୋ ସହିତ କଥା କହୁଅଛନ୍ତି, ଏହା ଦେଖିବା ନିମନ୍ତେ ମୁଁ ବୁଲିପଡ଼ିଲି। ଆଉ ବୁଲିପଡ଼ନ୍ତେ ମୁଁ ଦେଖିଲି, ସପ୍ତ ସୁବର୍ଣ୍ଣ ପ୍ରଦୀପ,
13 E no meio dos sete castiçais um semelhante ao Filho do homem, vestido até aos pés de um vestido comprido, e cingido pelos peitos com um cinto de ouro.
ପୁଣି, ସେହି ପ୍ରଦୀପଗୁଡ଼ିକର ମଧ୍ୟସ୍ଥଳରେ ମନୁଷ୍ୟପୁତ୍ରଙ୍କ ସଦୃଶ ଜଣେ ବ୍ୟକ୍ତି; ସେ ପାଦ ପର୍ଯ୍ୟନ୍ତ ବସ୍ତ୍ରରେ ଆଚ୍ଛାଦିତ ଓ ବକ୍ଷସ୍ଥଳରେ ସୁବର୍ଣ୍ଣ ପଟୁକା ଦ୍ୱାରା ବେଷ୍ଟିତ;
14 E a sua cabeça e cabelos eram brancos como lã branca, como a neve, e os seus olhos como chama de fogo;
ଯୀଶୁଙ୍କ ମସ୍ତକ ହିମତୁଲ୍ୟ ଶୁଭ୍ର ଓ କେଶ ଲୋମ ପରି ଶୁକ୍ଳବର୍ଣ୍ଣ, ଆଉ ତାହାଙ୍କ ଚକ୍ଷୁ ପ୍ରଜ୍ୱଳିତ ଅଗ୍ନିଶିଖା ସଦୃଶ,
15 E os seus pés, semelhantes a latão reluzente, como se tivessem sido refinados numa fornalha, e a sua voz como a voz de muitas águas.
ତାହାଙ୍କ ପାଦ ଭାଟିରେ ପରିଷ୍କୃତ ଉଜ୍ଜ୍ୱଳ ପିତଳ ତୁଲ୍ୟ ଓ ତାହାଙ୍କ ସ୍ୱର ମହା ଜଳକଲ୍ଲୋଳର ସଦୃଶ।
16 E tinha na sua dextra sete estrelas; e da sua boca saía uma aguda espada de dois fios; e o seu rosto era como o sol, quando na sua força resplandece.
ସେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରିଥିଲେ, ତାହାଙ୍କ ମୁଖରୁ ତୀକ୍ଷ୍ଣ ଦ୍ୱିଧାର ଖଡ୍ଗ ନିର୍ଗତ ହେଉଥିଲା, ଆଉ ତାହାଙ୍କ ମୁଖ ମଧ୍ୟାହ୍ନକାଳୀନ ସୂର୍ଯ୍ୟ ପରି ତେଜୋମୟ ଥିଲା।
17 E eu, quando o vi, caí a seus pés como morto; e ele pôs sobre mim a sua dextra, dizendo-me: Não temas; Eu sou o primeiro e o derradeiro;
ତାହାଙ୍କୁ ଦେଖି ମୁଁ ମୃତ ପରି ତାହାଙ୍କ ପାଦ ତଳେ ପଡ଼ିଗଲି। ସେଥିରେ ସେ ମୋ ଉପରେ ଆପଣା ଦକ୍ଷିଣ ହସ୍ତ ଥୋଇ କହିଲେ,
18 E o que vivo e fui morto; e eis aqui vivo para todo o sempre. amém: e tenho as chaves da morte e do inferno. (aiōn g165, Hadēs g86)
“ଭୟ କର ନାହିଁ, ଆମ୍ଭେ ପ୍ରଥମ ଓ ଶେଷ, ପୁଣି, ସ୍ୱୟଂଜୀବୀ; ଆମ୍ଭେ ମୃତ ହେଲୁ, ଆଉ ଦେଖ, ଆମ୍ଭେ ଯୁଗେ ଯୁଗେ ଜୀବିତ ଅଟୁ, ପୁଣି, ଆମ୍ଭର ହସ୍ତରେ ମୃତ୍ୟୁ ଓ ପାତାଳର ଚାବି ଅଛି। (aiōn g165, Hadēs g86)
19 Escreve as coisas que tens visto e as que são, e as que depois destas hão de acontecer:
ଅତଏବ, ଯାହା ଯାହା ଦର୍ଶନ କଲ, ଯାହା ଯାହା ବର୍ତ୍ତମାନ ଘଟୁଅଛି ଓ ଏହାପରେ ଘଟିବ, ସେହିସବୁ ଲିପିବଦ୍ଧ କର।
20 O mistério das sete estrelas, que viste na minha dextra, e dos sete castiçais de ouro. As sete estrelas são os anjos das sete igrejas, e os sete castiçais, que viste, são as sete igrejas.
ଆମ୍ଭର ଦକ୍ଷିଣ ହସ୍ତରେ ଯେଉଁ ସପ୍ତ ନକ୍ଷତ୍ର ଦେଖିଲ, ସେଥିର ଓ ସପ୍ତ ସୁବର୍ଣ୍ଣ ପ୍ରଦୀପର ଅର୍ଥ ଏହି, ସେହି ସପ୍ତ ନକ୍ଷତ୍ର ସପ୍ତ ମଣ୍ଡଳୀର ଦୂତଗଣ ଓ ସପ୍ତ ପ୍ରଦୀପ ସପ୍ତ ମଣ୍ଡଳୀ ଅଟନ୍ତି।”

< Apocalipse 1 >