< 1 Crônicas 26 >
1 Quanto às repartições dos porteiros: Dos coraítas: Meselemias filho de Coré, dos filhos de Asafe.
ଦ୍ୱାରପାଳମାନଙ୍କ ପାଳି ପାଇଁ କୋରହୀୟମାନଙ୍କ ମଧ୍ୟରୁ ଆସଫ-ବଂଶଜାତ କୋରିର ପୁତ୍ର ମଶେଲିମୀୟ ଥିଲା।
2 Os filhos de Meselemias: Zacarias o primogênito, Jediael o segundo, Zebadias o terceiro, Jatniel o quarto;
ମଶେଲିମୀୟର ପୁତ୍ର ଥିଲେ; ପ୍ରଥମଜାତ ଜିଖରୀୟ, ଦ୍ୱିତୀୟ ଯିଦୀୟେଲ, ତୃତୀୟ ସବଦୀୟ, ଚତୁର୍ଥ ଯତ୍ନୀୟେଲ,
3 Elão o quinto, Joanã o sexto, Elioenai o sétimo.
ପଞ୍ଚମ ଏଲମ୍, ଷଷ୍ଠ ଯିହୋହାନନ୍, ସପ୍ତମ ଇଲୀହୋଐନୟ।
4 Os filhos de Obede-Edom: Semaías o primogênito, Jozabade o segundo, Joabe o terceiro, o quarto Sacar, o quinto Natanael;
ପୁଣି, ଓବେଦ୍-ଇଦୋମର ପୁତ୍ର ଥିଲେ ପ୍ରଥମଜାତ ଶମୟୀୟ, ଦ୍ୱିତୀୟ ଯିହୋଷାବଦ୍, ତୃତୀୟ ଯୋୟାହ, ଚତୁର୍ଥ ସାଖର, ପଞ୍ଚମ ନଥନେଲ;
5 O sexto Amiel, o sétimo Issacar, o oitavo Peuletai: porque Deus havia abençoado a Obede-Edom.
ଷଷ୍ଠ ଅମ୍ମୀୟେଲ, ସପ୍ତମ ଇଷାଖର, ଅଷ୍ଟମ ପିୟୁଲ୍ଲତୟ; କାରଣ ପରମେଶ୍ୱର ତାହାକୁ ଆଶୀର୍ବାଦ କଲେ।
6 Também de Semaías seu filho nasceram filhos que foram senhores sobre a casa de seus pais; porque eram varões muito valentes.
ମଧ୍ୟ ତାହାର ପୁତ୍ର ଶମୟୀୟର ପୁତ୍ର ଜାତ ହେଲେ, ସେମାନେ ଆପଣାମାନଙ୍କ ପିତୃବଂଶରେ କର୍ତ୍ତୃତ୍ୱ କଲେ; କାରଣ ସେମାନେ ମହାବିକ୍ରମଶାଳୀ ପୁରୁଷ ଥିଲେ।
7 Os filhos de Semaías: Otni, Rafael, Obede, Elzabade, e seus irmãos, homens esforçados; assim Eliú, e Semaquias.
ଶମୟୀୟର ପୁତ୍ର ଅତ୍ନି, ରଫାୟେଲ ଓ ଓବେଦ୍, ଇଲୀଶାବଦ୍, ଏମାନଙ୍କର ଭ୍ରାତା ଇଲୀହୂ ଓ ସମଖୀୟ ପରାକ୍ରାନ୍ତ ଲୋକ ଥିଲେ।
8 Todos estes dos filhos de Obede-Edom: eles com seus filhos e seus irmãos, homens robustos e fortes para o ministério; sessenta e dois, de Obede-Edom.
ଏସମସ୍ତେ ଓବେଦ୍-ଇଦୋମର ସନ୍ତାନ, ଏମାନେ ଓ ଏମାନଙ୍କ ପୁତ୍ର ଓ ଭ୍ରାତୃଗଣ ସେବାକାର୍ଯ୍ୟାର୍ଥକ ବଳରେ ବଳବାନ ଥିଲେ; ଓବେଦ୍-ଇଦୋମ ବଂଶଜାତ ବାଷଠି ଜଣ।
9 E os filhos de Meselemias e seus irmãos, dezoito homens valentes.
ମଶେଲିମୀୟର ପୁତ୍ର ଓ ଭ୍ରାତୃଗଣ ଅଠର ଜଣ ପରାକ୍ରାନ୍ତ ଲୋକ ଥିଲେ।
10 De Hosa, dos filhos de Merari: Sinri o principal, (ainda que não fosse o primogênito, mas seu pai o pôs para que fosse cabeça);
ଆଉ ମରାରି-ବଂଶଜାତ ହୋଷାର ପୁତ୍ର ଥିଲେ; ପ୍ରଧାନ ଶିମ୍ରି, କାରଣ ସେ ପ୍ରଥମଜାତ ନୋହିଲେ ହେଁ ତାହାର ପିତା ତାହାକୁ ପ୍ରଧାନ କଲା;
11 O segundo Hilquias, o terceiro Tebalias, o quarto Zacarias: todos os filhos de Hosa e seus irmãos foram treze.
ଦ୍ୱିତୀୟ ହିଲ୍କୀୟ, ତୃତୀୟ ଟବଲିୟ, ଚତୁର୍ଥ ଜିଖରୀୟ; ହୋଷାର ପୁତ୍ର ଓ ଭ୍ରାତୃଗଣ ସର୍ବସୁଦ୍ଧା ତେର ଜଣ ଥିଲେ।
12 Entre estes se fez a distribuição dos porteiros, alternando os principais dos varões na guarda com seus irmãos, para servir na casa do SENHOR.
ସଦାପ୍ରଭୁଙ୍କ ଗୃହରେ ପରିଚର୍ଯ୍ୟାକରଣାର୍ଥେ ଦ୍ୱାରପାଳମାନଙ୍କ ପାଳି ଏହି ପ୍ରଧାନ ଲୋକମାନଙ୍କର ହେଲା, ଆପଣା ଭ୍ରାତୃଗଣ ତୁଲ୍ୟ ସେମାନଙ୍କର ରକ୍ଷଣୀୟ ଥିଲା।
13 E lançaram sortes, o pequeno com o grande, pelas casas de seus pais, para cada porta.
ପୁଣି, ସେମାନେ, ସାନ ବଡ଼, ଆପଣା ପିତୃବଂଶାନୁସାରେ ପ୍ରତ୍ୟେକ ଦ୍ୱାର ପାଇଁ ଗୁଲିବାଣ୍ଟ କଲେ।
14 E caiu a sorte ao oriente a Selemias. E a Zacarias seu filho, conselheiro entendido, lançaram as sortes, e sua sorte foi para o norte.
ତହିଁରେ ପୂର୍ବ ଦିଗର ବାଣ୍ଟ ଶେଲିମୀୟ ପକ୍ଷରେ ଉଠିଲା; ତହୁଁ ସେମାନେ ତାହାର ପୁତ୍ର ଜିଖରୀୟ ନିମନ୍ତେ ଗୁଲିବାଣ୍ଟ କଲେ, ସେ ବିଜ୍ଞ ମନ୍ତ୍ରୀ ଥିଲା; ଆଉ ଉତ୍ତର ଦିଗ ତାହାର ବାଣ୍ଟରେ ଉଠିଲା।
15 E por Obede-Edom, ao sul; e por seus filhos, a casa dos depósitos.
ଦକ୍ଷିଣ ଦିଗ ଓବେଦ୍-ଇଦୋମ ପକ୍ଷରେ ଓ ଭଣ୍ଡାର ଗୃହ ତାହାର ପୁତ୍ରମାନଙ୍କ ପକ୍ଷରେ ଉଠିଲା।
16 Por Supim e Hosa ao ocidente, com a porta de Salequete ao caminho da subida, guarda contra guarda.
ଊର୍ଦ୍ଧ୍ୱଗାମୀ ପଥ ସମୀପସ୍ଥ ଶଲ୍ଲେଖତ୍ ଦ୍ୱାର ନିକଟବର୍ତ୍ତୀ ପଶ୍ଚିମ ଦିଗର ବାଣ୍ଟ ଶୁପ୍ପୀମ୍ ଓ ହୋଷା ପକ୍ଷରେ ଉଠିଲା, ତହିଁର ରକ୍ଷକମାନଙ୍କର ଏକ ଦଳ ଅନ୍ୟ ଦଳର ଅଭିମୁଖ ଥିଲା।
17 Ao oriente seis levitas, ao norte quatro de dia; ao sul quatro de dia; e à casa dos depósitos, de dois em dois.
ପୂର୍ବ ଦିଗରେ ଛଅ ଜଣ ଲେବୀୟ, ଉତ୍ତର ଦିଗରେ ଦିନରେ ଚାରି ଜଣ, ଦକ୍ଷିଣ ଦିଗରେ ଦିନରେ ଚାରି ଜଣ ଓ ଭଣ୍ଡାର ଗୃହ ନିମନ୍ତେ ଦୁଇ ଦୁଇ ଜଣ ରହିଲେ।
18 Em a câmara dos vasos ao ocidente, quatro ao caminho, e dois na câmara.
ପଶ୍ଚିମ ଦିଗରେ ସୀମାନ୍ତବର୍ତ୍ତୀ ସ୍ଥାନ ନିମନ୍ତେ ଉଚ୍ଚ ପଥରେ ଚାରି ଜଣ ଓ ସୀମାନ୍ତବର୍ତ୍ତୀ ସ୍ଥାନରେ ଦୁଇ ଜଣ।
19 Estes são as repartições dos porteiros, filhos dos coraítas, e dos filhos de Merari.
କୋରହୀୟ ସନ୍ତାନଗଣ ଓ ମରାରିର ସନ୍ତାନଗଣ ମଧ୍ୟରୁ ଦ୍ୱାରପାଳମାନଙ୍କର ଏହି ସକଳ ପାଳି ଥିଲା।
20 E dos levitas, Aías tinha cargo dos tesouros da casa de Deus, e dos tesouros das coisas santificadas.
ପୁଣି, ଲେବୀୟମାନଙ୍କ ମଧ୍ୟରୁ ଅହୀୟ ପରମେଶ୍ୱରଙ୍କ ଗୃହର କୋଷାଧ୍ୟକ୍ଷ ଓ ପବିତ୍ରୀକୃତ ସକଳ ବସ୍ତୁର କୋଷାଧ୍ୟକ୍ଷ ଥିଲା।
21 Quanto a os filhos de Ladã, filhos de Gérson: de Ladã, os príncipes das famílias de Ladã foram Gérson, e Jeieli.
ଲାଦନ୍ର ସନ୍ତାନଗଣ; ଲାଦନ୍ ସମ୍ବନ୍ଧୀୟ ଗେର୍ଶୋନୀୟ-ସନ୍ତାନଗଣ, ଗେର୍ଶୋନୀୟ ଲାଦନ୍ ସମ୍ବନ୍ଧୀୟ ପିତୃବଂଶର ପ୍ରଧାନଗଣ; ଯଥା,
22 Os filhos de Jeieli, Zetã e Joel seu irmão, tiveram cargo dos tesouros da casa do SENHOR.
ଯିହୀୟେଲି। ଯିହୀୟେଲିର ପୁତ୍ର ସେଥମ୍ ଓ ତାହାର ଭ୍ରାତା ଯୋୟେଲ ସଦାପ୍ରଭୁଙ୍କ ଗୃହର କୋଷାଧ୍ୟକ୍ଷ ଥିଲେ।
23 Acerca dos anramitas, dos izaritas, dos hebronitas, e dos uzielitas,
ଅମ୍ରାମୀୟମାନଙ୍କ, ଯିଷ୍ହରୀୟମାନଙ୍କ, ହିବ୍ରୋଣୀୟମାନଙ୍କ, ଉଷୀୟେଲୀୟମାନଙ୍କ ମଧ୍ୟରେ
24 Sebuel filho de Gérson, filho de Moisés, era principal sobre os tesouros.
ମୋଶାଙ୍କର ପୁତ୍ର ଗେର୍ଶୋମର ସନ୍ତାନ ଶବୂୟେଲ କୋଷାଧ୍ୟକ୍ଷ ଥିଲା।
25 Em ordem a seu irmão Eliézer, filho deste era Reabias, filho deste Jesaías, filho deste Jorão, filho deste Zicri, do que foi filho Selomote.
ପୁଣି, ତାହାର ଭ୍ରାତୃଗଣ; ଇଲୀୟେଜରର ପୁତ୍ର ରହବୀୟ ଓ ତାହାର ପୁତ୍ର ଯିଶାଇୟ ଓ ତାହାର ପୁତ୍ର ଯୋରାମ୍ ଓ ତାହାର ପୁତ୍ର ସିଖ୍ରି ଓ ତାହାର ପୁତ୍ର ଶଲୋମୀତ୍।
26 Este Selomote e seus irmãos tinham cargo de todos os tesouros de todas as coisas santificadas, que havia consagrado o rei Davi, e os príncipes das famílias, e os capitães de milhares e de centenas, e os chefes do exército;
ଦାଉଦ ରାଜା ଓ ପିତୃବଂଶର ପ୍ରଧାନମାନେ, ସହସ୍ରପତି ଓ ଶତପତିମାନେ ଓ ସେନାପତିମାନେ ଯେସକଳ ବସ୍ତୁ ପବିତ୍ର କରିଥିଲେ, ଏହି ଶଲୋମୀତ୍ ଓ ତାହାର ଭ୍ରାତୃଗଣ ସେହି ସବୁ ପବିତ୍ରୀକୃତ ବସ୍ତୁର କୋଷାଧ୍ୟକ୍ଷ ଥିଲେ।
27 De o que haviam consagrado das guerras e dos despojos, para reparar a casa do SENHOR.
ସେମାନେ ସଦାପ୍ରଭୁଙ୍କ ଗୃହର ପୁନଃନିର୍ମାଣ ନିମନ୍ତେ ଯୁଦ୍ଧରେ ପ୍ରାପ୍ତ ଲୁଟଦ୍ରବ୍ୟ ମଧ୍ୟରୁ ପବିତ୍ର କଲେ।
28 Assim todas as coisas que havia consagrado Samuel vidente, e Saul filho de Quis, e Abner filho de Ner, e Joabe filho de Zeruia: e todo o que qualquer um consagrava, estava sob a mão de Selomote e de seus irmãos.
ପୁଣି, ଶାମୁୟେଲ ଦର୍ଶକ ଓ କୀଶ୍ର ପୁତ୍ର ଶାଉଲ ଓ ନେର୍ର ପୁତ୍ର ଅବ୍ନର, ସରୁୟାର ପୁତ୍ର ଯୋୟାବ ଯେସବୁ ଦ୍ରବ୍ୟ ପବିତ୍ର କରିଥିଲେ; ଯିଏ ଯାହା କିଛି ପବିତ୍ର କରିଥିଲା, ତାହା ଶଲୋମୀତ୍ର ଓ ତାହାର ଭ୍ରାତୃଗଣର ହସ୍ତାଧୀନରେ ରହିଲା।
29 Dos izaritas, Quenanias e seus filhos eram governadores e juízes sobre Israel nas obras de fora.
ଯିଷ୍ହରୀୟମାନଙ୍କ ମଧ୍ୟରୁ କନନୀୟ ଓ ତାହାର ପୁତ୍ରଗଣ ବାହାର କାର୍ଯ୍ୟ ନିମନ୍ତେ ଇସ୍ରାଏଲ ଉପରେ କାର୍ଯ୍ୟଶାସକ ଓ ବିଚାରକର୍ତ୍ତା ହେଲେ।
30 Dos hebronitas, Hasabias e seus irmãos, homens de vigor, mil e setecentos, governavam a Israel da outra parte do Jordão, ao ocidente, em toda a obra do SENHOR, e no serviço do rei.
ହିବ୍ରୋଣୀୟମାନଙ୍କ ମଧ୍ୟରୁ ହଶବୀୟ ଓ ତାହାର ଭ୍ରାତୃଗଣ ଏକ ସହସ୍ର ସାତ ଶହ ବିକ୍ରମୀ ପୁରୁଷ ସଦାପ୍ରଭୁଙ୍କର ସକଳ କାର୍ଯ୍ୟ ଓ ରାଜସେବା ନିମନ୍ତେ ଯର୍ଦ୍ଦନ ସେପାରି ପଶ୍ଚିମ ଦିଗରେ ଇସ୍ରାଏଲର ତତ୍ତ୍ୱାବଧାରକ ଥିଲେ।
31 Dos hebronitas, Jerias era o principal entre os hebronitas repartidos em suas linhagens por suas famílias. No ano quarenta do reinado de Davi se registraram, e acharam-se entre eles fortes e vigorosos em Jazer de Gileade.
ହିବ୍ରୋଣୀୟମାନଙ୍କ ପିତୃବଂଶାନୁଯାୟୀ ବଂଶାବଳୀରେ ଯିରୀୟ ହିବ୍ରୋଣୀୟମାନଙ୍କ ମଧ୍ୟରେ ପ୍ରଧାନ ଥିଲା। ଦାଉଦଙ୍କ ରାଜତ୍ଵର ଚାଳିଶ ବର୍ଷରେ ସେମାନଙ୍କର ଅନୁସନ୍ଧାନ କରାଯାʼନ୍ତେ, ସେମାନଙ୍କ ମଧ୍ୟରେ ଗିଲୀୟଦସ୍ଥ ଯାସେରରେ ମହାବିକ୍ରମଶାଳୀ ଲୋକମାନେ ଦେଖାଗଲେ।
32 E seus irmãos, homens valentes, eram dois mil e setecentos, cabeças de famílias, os quais o rei Davi constituiu sobre os rubenitas, gaditas, e sobre a meia tribo de Manassés, para todas as coisas de Deus, e os negócios do rei.
ଆଉ ଯିରୀୟର ଭ୍ରାତୃଗଣ ବିକ୍ରମଶାଳୀ, ପିତୃବଂଶର ପ୍ରଧାନ, ଦୁଇ ସହସ୍ର ସାତ ଶହ ଲୋକ ଥିଲେ; ଦାଉଦ ରାଜା ସେମାନଙ୍କୁ ପରମେଶ୍ୱରଙ୍କ ସମ୍ବନ୍ଧୀୟ ସକଳ ବିଷୟ ନିମନ୍ତେ ଓ ରାଜକାର୍ଯ୍ୟ ନିମନ୍ତେ ରୁବେନୀୟ ଓ ଗାଦୀୟମାନଙ୍କ ଓ ମନଃଶିର ଅର୍ଦ୍ଧ ବଂଶ ଉପରେ ନିଯୁକ୍ତ କଲେ।