< 1 Crônicas 27 >
1 E os filhos de Israel segundo seu número, a saber, príncipes de famílias, comandantes, centuriões e oficiais dos que serviam ao rei em todos os negócios das divisões que entravam e saíam cada mês em todos os meses do ano, eram em cada divisão vinte e quatro mil.
ଆପଣା ଆପଣା ସଂଖ୍ୟାନୁସାରେ ଇସ୍ରାଏଲ-ସନ୍ତାନଗଣ, ଅର୍ଥାତ୍, ପିତୃବଂଶର ପ୍ରଧାନମାନେ ଓ ସହସ୍ରପତିମାନେ ଓ ଶତପତିମାନେ ଓ ସେମାନଙ୍କର କାର୍ଯ୍ୟଶାସକମାନେ, ବର୍ଷର ସମୁଦାୟ ମାସରେ ମାସକୁ ମାସ ପାଳିର ଯେକୌଣସି ବିଷୟରେ ରାଜାଙ୍କର ସେବା କରିବାକୁ ଆସିଲେ ଓ ଗଲେ, ସେମାନଙ୍କ ପ୍ରତ୍ୟେକ ପାଳିରେ ଚବିଶ ହଜାର ଲୋକ ଥିଲେ।
2 Sobre a primeira divisão do primeiro mês estava Jasobeão filho de Zabdiel; e havia em sua divisão vinte e quatro mil.
ପ୍ରଥମ ପାଳି ଉପରେ ପ୍ରଥମ ମାସ ନିମନ୍ତେ ସବ୍ଦୀୟେଲର ପୁତ୍ର ଯାଶ୍ବୀୟାମ୍ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
3 Dos filhos de Perez foi ele chefe de todos os capitães das companhias do primeiro mês.
ସେ ପେରସ ବଂଶୀୟ ଲୋକ, ପ୍ରଥମ ମାସ ପାଇଁ ନିଯୁକ୍ତ ସକଳ ସେନାପତିଙ୍କ ଉପରେ ପ୍ରଧାନ ଥିଲା।
4 Sobre a divisão do segundo mês estava Dodai aoíta: e Miclote era maior general em sua divisão, na que também havia vinte e quatro mil.
ଦ୍ୱିତୀୟ ମାସର ପାଳି ଉପରେ ଅହୋହୀୟ ଦୋଦୟ ଓ ତାହାର ଦଳୀୟ ଲୋକ ଥିଲେ; ମିକ୍ଲୋତ୍ ଶାସକ ଥିଲା ଓ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
5 O chefe da terceira divisão para o terceiro mês era Benaia, filho de Joiada sumo sacerdote; e em sua divisão havia vinte e quatro mil.
ତୃତୀୟ ମାସ ନିମନ୍ତେ ତୃତୀୟ ସେନାପତି ଯିହୋୟାଦା ଯାଜକର ପୁତ୍ର ବନାୟ ପ୍ରଧାନ ଥିଲା; ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
6 Este Benaia era valente entre os trinta e sobre os trinta; e em sua divisão estava Amizabade seu filho.
ଏହି ବନାୟ ତିରିଶ ବୀରଙ୍କ ମଧ୍ୟରେ ଗଣିତ ଓ ସେହି ତିରିଶ ଜଣଙ୍କ ଉପରେ ପ୍ରଧାନ ଥିଲା; ଆଉ ତାହାର ପାଳିରେ ତାହାର ପୁତ୍ର ଅମ୍ମୀଷାବଦ୍ ଥିଲା।
7 O quarto chefe para o quarto mês era Asael irmão de Joabe, e depois dele Zebadias seu filho; e em sua divisão havia vinte e quatro mil.
ଚତୁର୍ଥ ମାସ ପାଇଁ ଚତୁର୍ଥ ସେନାପତି ଯୋୟାବର ଭ୍ରାତା ଅସାହେଲ ଥିଲା ଓ ତାହା ଉତ୍ତାରେ ତାହାର ପୁତ୍ର ସବଦୀୟ; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
8 O quinto chefe para o quinto mês era Samute izraíta: e em sua divisão havia vinte e quatro mil.
ପଞ୍ଚମ ମାସ ନିମନ୍ତେ ପଞ୍ଚମ ସେନାପତି ଯିଷ୍ରାହୀୟ ଶମ୍ମୋତ୍ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
9 O sexto para o sexto mês era Ira filho de Iques, de Tecoa; e em sua divisão vinte e quatro mil.
ଷଷ୍ଠ ମାସ ନିମନ୍ତେ ଷଷ୍ଠ ସେନାପତି ତକୋୟୀୟ ଇକ୍କେଶର ପୁତ୍ର ଈରା ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
10 O sétimo para o sétimo mês era Helez pelonita, dos filhos de Efraim; e em sua divisão vinte e quatro mil.
ସପ୍ତମ ମାସ ନିମନ୍ତେ ସେନାପତି ଇଫ୍ରୟିମ-ବଂଶଜାତ ପଲୋନୀୟ ହେଲସ୍ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
11 O oitavo para o oitavo mês era Sibecai husatita, de Zerá; e em sua divisão vinte e quatro mil.
ଅଷ୍ଟମ ମାସ ନିମନ୍ତେ ଅଷ୍ଟମ ସେନାପତି ସେରହ-ବଂଶଜାତ ହୂଶାତୀୟ ସିବ୍ବଖୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
12 O nono para o nono mês era Abiezer anatotita, dos benjamitas; e em sua divisão vinte e quatro mil.
ନବମ ମାସ ନିମନ୍ତେ ନବମ ସେନାପତି ବିନ୍ୟାମୀନ୍-ବଂଶଜାତ ଅନାଥୋତୀୟ ଅବୀୟେଷର ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
13 O décimo para o décimo mês era Maarai netofatita, de Zerá; e em sua divisão vinte e quatro mil.
ଦଶମ ମାସ ନିମନ୍ତେ ଦଶମ ସେନାପତି ସେରହ-ବଂଶଜାତ ନଟୋଫାତୀୟ ମହରୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
14 O décimo primeiro para o décimo primeiro mês era Benaia piratonita, dos filhos de Efraim; e em sua divisão vinte e quatro mil.
ଏକାଦଶ ମାସ ନିମନ୍ତେ ଏକାଦଶ ସେନାପତି ଇଫ୍ରୟିମ-ବଂଶଜାତ ପିରୀୟାଥୋନୀୟ ବନାୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
15 O décimo segundo para o décimo segundo mês era Heldai netofatita, de Otniel; e em sua divisão vinte e quatro mil.
ଦ୍ୱାଦଶ ମାସ ନିମନ୍ତେ ଦ୍ୱାଦଶ ସେନାପତି ଅତ୍ନୀୟେଲ-ବଂଶଜାତ ନଟୋଫାତୀୟ ହିଲ୍ଦୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
16 Assim sobre as tribos de Israel: o chefe dos rubenitas era Eliézer filho de Zicri; dos simeonitas, Sefatias, filho de Maaca:
ଆହୁରି ଇସ୍ରାଏଲର ବଂଶାଧ୍ୟକ୍ଷଗଣ; ରୁବେନୀୟମାନଙ୍କ ମଧ୍ୟରେ ସିଖ୍ରିର ପୁତ୍ର ଅଧ୍ୟକ୍ଷ ଇଲୀୟେଜର; ଶିମୀୟୋନୀୟମାନଙ୍କ ମଧ୍ୟରେ ମାଖାର ପୁତ୍ର ଶଫଟୀୟ।
17 Dos levitas, Hasabias filho de Quemuel; dos aronitas, Zadoque;
ଲେବୀ-ବଂଶ ମଧ୍ୟରେ କମୂୟେଲର ପୁତ୍ର ହଶବୀୟ; ହାରୋଣ-ବଂଶ ମଧ୍ୟରେ ସାଦୋକ।
18 De Judá, Eliú, um dos irmãos de Davi; dos de Issacar, Onri filho de Micael.
ଯିହୁଦା ବଂଶ ମଧ୍ୟରେ ଦାଉଦଙ୍କର ଜଣେ ଭ୍ରାତା ଇଲୀହୂ; ଇଷାଖର ବଂଶ ମଧ୍ୟରେ ମୀଖାୟେଲର ପୁତ୍ର ଅମ୍ରି।
19 Dos de Zebulom, Ismaías filho de Obadias; dos de Naftali, Jeremote filho de Azriel;
ସବୂଲୂନ ବଂଶ ମଧ୍ୟରେ ଓବଦୀୟର ପୁତ୍ର ଯିଶ୍ମୟୀୟ; ନପ୍ତାଲି ବଂଶ ମଧ୍ୟରେ ଅସ୍ରୀୟେଲର ପୁତ୍ର ଯିରେମୋତ୍।
20 Dos filhos de Efraim, Oseias filho de Azazias; da meia tribo de Manassés, Joel filho de Pedaías;
ଇଫ୍ରୟିମ-ସନ୍ତାନଗଣ ମଧ୍ୟରେ ଅସସୀୟର ପୁତ୍ର ହୋଶେୟ; ମନଃଶିର ଅର୍ଦ୍ଧ ବଂଶ ମଧ୍ୟରେ ପଦାୟର ପୁତ୍ର ଯୋୟେଲ।
21 De a outra meia tribo de Manassés em Gileade, Ido filho de Zacarias; dos de Benjamim, Jaasiel filho de Abner;
ଗିଲୀୟଦସ୍ଥ ମନଃଶିର ଅର୍ଦ୍ଧ ବଂଶ ମଧ୍ୟରେ ଜିଖରୀୟର ପୁତ୍ର ଇଦ୍ଦୋ; ବିନ୍ୟାମୀନ୍ ବଂଶ ମଧ୍ୟରେ ଅବ୍ନରର ପୁତ୍ର ଯାସୀୟେଲ୍।
22 E de Dã, Azarel filho de Jeroão. Estes foram os chefes das tribos de Israel.
ଦାନ୍ ବଂଶ ମଧ୍ୟରେ ଯିରୋହମର ପୁତ୍ର ଅସରେଲ୍; ଏମାନେ ଇସ୍ରାଏଲର ବଂଶାଧ୍ୟକ୍ଷ ଥିଲେ।
23 E não tomou Davi o número dos que eram de vinte anos abaixo, porquanto o SENHOR havia dito que ele havia de multiplicar a Israel como as estrelas do céu.
ମାତ୍ର ଦାଉଦ କୋଡ଼ିଏ ବର୍ଷ ଓ ତହିଁରୁ ନ୍ୟୂନ ବୟସ୍କ ଲୋକମାନଙ୍କର ସଂଖ୍ୟା ନେଲେ ନାହିଁ। କାରଣ ସଦାପ୍ରଭୁ ଆକାଶମଣ୍ଡଳର ତାରାଗଣ ତୁଲ୍ୟ ଇସ୍ରାଏଲକୁ ବହୁସଂଖ୍ୟକ କରିବେ ବୋଲି କହିଥିଲେ।
24 Joabe filho de Zeruia havia começado a contar, mas não acabou, pois por isto veio a ira sobre Israel: e assim o número não foi posto no registro das crônicas do rei Davi.
ସରୁୟାର ପୁତ୍ର ଯୋୟାବ ଗଣନା କରିବାକୁ ଆରମ୍ଭ କରିଥିଲା, ମାତ୍ର ସମାପ୍ତ କଲା ନାହିଁ; କାରଣ, ସେହି ଗଣନା ସକାଶୁ ଇସ୍ରାଏଲ ଉପରେ କ୍ରୋଧ ଉପସ୍ଥିତ ହେଲା; ପୁଣି, ସେହି ସଂଖ୍ୟା ଦାଉଦ ରାଜାଙ୍କର ଇତିହାସ ପୁସ୍ତକରେ ଲେଖାଗଲା ନାହିଁ।
25 E Azmavete filho de Adiel tinha cargo dos tesouros do rei; e dos tesouros dos campos, e das cidades, e das aldeias e castelos, Jônatas filho de Uzia;
ଆଉ, ଅଦୀୟେଲର ପୁତ୍ର ଅସ୍ମାବତ୍ ରାଜାଙ୍କ କୋଷାଧ୍ୟକ୍ଷ, ପୁଣି, ଉଷୀୟର ପୁତ୍ର ଯୋନାଥନ କ୍ଷେତ୍ର, ନଗର ଓ ଗ୍ରାମ ଓ ଦୁର୍ଗସ୍ଥିତ ଭଣ୍ଡାରସବୁର ଅଧ୍ୟକ୍ଷ ଥିଲା।
26 E dos que trabalhavam na lavoura das terras, Ezri filho de Quelube;
ଆଉ କଲୂବର ପୁତ୍ର ଇଷ୍ରି କୃଷିକର୍ମକାରୀମାନଙ୍କର ଅଧ୍ୟକ୍ଷ ଥିଲା।
27 E das vinhas Simei ramatita; e do fruto das vinhas para as adegas, Zabdias sifmita;
ରାମାଥୀୟ ଶିମୀୟି ଦ୍ରାକ୍ଷାକ୍ଷେତ୍ରସକଳର ଅଧ୍ୟକ୍ଷ ଓ ଶିଫ୍ମୀୟ ସବ୍ଦି ଦ୍ରାକ୍ଷାକ୍ଷେତ୍ରୋତ୍ପନ୍ନ ଦ୍ରାକ୍ଷାରସ-ଭଣ୍ଡାରର ଅଧ୍ୟକ୍ଷ ଥିଲା।
28 E dos olivais e figueirais que havia nas campinas, Baal-Hanã gederita; e dos armazéns do azeite, Joás;
ପୁଣି, ଗାଦେରୀୟ ବାଲ୍ହାନନ୍ ତଳଭୂମିସ୍ଥିତ ଜୀତବୃକ୍ଷ ଓ ଡିମ୍ବିରି ବୃକ୍ଷସବୁର ଅଧ୍ୟକ୍ଷ ଓ ଯୋୟାଶ୍ ତୈଳ-ଭଣ୍ଡାରର ଅଧ୍ୟକ୍ଷ ଥିଲା।
29 Das vacas que pastavam em Sarom, Sitrai saronita; e das vacas que estavam nos vales, Safate filho de Adlai;
ଆଉ ଶାରୋଣୀୟ ସିଟ୍ରୟ ଶାରୋଣରେ ଚରିବା ପଶୁପଲର ଅଧ୍ୟକ୍ଷ; ପୁଣି, ଅଦ୍ଲୟର ପୁତ୍ର ଶାଫଟ୍ ସବୁ ଉପତ୍ୟକାସ୍ଥିତ ପଶୁପଲର ଅଧ୍ୟକ୍ଷ ଥିଲା।
30 E dos camelos, Obil ismaelita; e das asnas, Jedias meronotita;
ଇଶ୍ମାୟେଲୀୟ ଓବୀଲ୍ ଉଷ୍ଟ୍ରଗଣର ଅଧ୍ୟକ୍ଷ ଓ ମେରୋଣୋଥୀୟ ଯେହଦୀୟ ଗର୍ଦ୍ଦଭୀଗଣର ଅଧ୍ୟକ୍ଷ ଥିଲା।
31 E das ovelhas, Jaziz hagareno. Todos estes eram superintendentes da riqueza do rei Davi.
ହାଗରୀୟ ଯାଷୀଷ୍ ସବୁ ମେଷପଲର ଅଧ୍ୟକ୍ଷ ଥିଲା; ଏସମସ୍ତେ ଦାଉଦ ରାଜାଙ୍କର ସମ୍ପତ୍ତିର ଅଧ୍ୟକ୍ଷ ଥିଲେ।
32 E Jônatas, tio de Davi, era conselheiro, homem prudente e escriba; e Jeiel filho de Hacmoni estava com os filhos do rei.
ଆହୁରି ଦାଉଦଙ୍କର ପିତୃବ୍ୟ ଯୋନାଥନ ମନ୍ତ୍ରୀ ଥିଲା, ସେ ବିଜ୍ଞ ଓ ଲେଖକ। ଆଉ ହକ୍ମୋନୀୟର ପୁତ୍ର ଯିହୀୟେଲ ରାଜପୁତ୍ରମାନଙ୍କର ସଙ୍ଗୀ ଥିଲା।
33 E também Aitofel era conselheiro do rei; e Husai arquita amigo do rei.
ଅହୀଥୋଫଲ ରାଜମନ୍ତ୍ରୀ ଓ ଅର୍କୀୟ ହୂଶୟ ରାଜମିତ୍ର ଥିଲା।
34 Depois de Aitofel era Joiada filho de Benaia, e Abiatar. E Joabe era o general do exército do rei.
ଆଉ ଅହୀଥୋଫଲ ଉତ୍ତାରେ ବନାୟର ପୁତ୍ର ଯିହୋୟାଦା ଓ ଅବୀୟାଥର ଥିଲେ; ପୁଣି, ଯୋୟାବ ରାଜାଙ୍କ ସୈନ୍ୟର ଅଧିପତି ଥିଲା।