< Levítico 21 >
1 E o SENHOR disse a Moisés: Fala aos sacerdotes filhos de Arão, e dize-lhes que não se contaminem por um morto em seus povos.
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ହାରୋଣର ପୁତ୍ର ଯାଜକଗଣଙ୍କୁ କୁହ, ଆପଣା ଲୋକମାନଙ୍କ ମଧ୍ୟରୁ ମୃତ କୌଣସି ଲୋକ ସକାଶୁ ସେମାନଙ୍କର କେହି ଆପଣାକୁ ଅଶୁଚି କରିବ ନାହିଁ।
2 A não ser por seu parente próximo a si, por sua mãe, ou por seu pai, ou por seu filho, ou por seu irmão,
କେବଳ ଆପଣାର ନିକଟ ଜ୍ଞାତି, ଅର୍ଥାତ୍, ଆପଣା ମାତା, ଆପଣା ପିତା, ଆପଣା ପୁତ୍ର, ଆପଣା କନ୍ୟା ଓ ଆପଣା ଭ୍ରାତା ନିମନ୍ତେ ଅଶୁଚି ହେବ।
3 ou por sua irmã virgem, a ele próxima, a qual não tenha tido marido, por ela se contaminará.
ପୁଣି, ଯେଉଁ ନିକଟସ୍ଥ ଭଗିନୀର ସ୍ୱାମୀ ହୋଇ ନାହିଁ, ଏପରି ଅବିବାହିତା ଭଗିନୀ ସକାଶୁ ସେ ଆପଣାକୁ ଅଶୁଚି କରି ପାରିବ।
4 Porque é líder em seu povo, não se contaminará, fazendo-se impuro.
ସେ ଆପଣା ଲୋକମାନଙ୍କ ମଧ୍ୟରେ ସ୍ୱାମୀ ହେବାରୁ ଆପଣାକୁ ଅପବିତ୍ର କରିବା ପାଇଁ ଅଶୁଚି ହେବ ନାହିଁ।
5 Não farão calva em sua cabeça, nem raparão a ponta de sua barba, nem em sua carne farão cortes.
ସେମାନେ ଆପଣା ଆପଣା ମସ୍ତକ ମୁଣ୍ଡନ କରିବେ ନାହିଁ ଓ ଆପଣା ଆପଣା ଦାଢ଼ିର କୋଣ କ୍ଷୌର କରିବେ ନାହିଁ, କିଅବା ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରିବେ ନାହିଁ।
6 Santos serão a seu Deus, e não profanarão o nome de seu Deus; porque oferecem os fogos do SENHOR e o pão de seu Deus; portanto, serão santos.
ସେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବେ ଓ ଆପଣାମାନଙ୍କ ପରମେଶ୍ୱରଙ୍କ ନାମ ଅପବିତ୍ର କରିବେ ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର, ଅର୍ଥାତ୍, ଆପଣାମାନଙ୍କ ପରମେଶ୍ୱରଙ୍କ ଭକ୍ଷ୍ୟ ଉତ୍ସର୍ଗ କରନ୍ତି; ଏହେତୁ ସେମାନେ ପବିତ୍ର ହେବେ।
7 Mulher prostituta ou infame não tomarão: nem tomarão mulher repudiada de seu marido: porque é santo a seu Deus.
ସେମାନେ ବେଶ୍ୟାକୁ ଅବା କଳଙ୍କିନୀକୁ ବିବାହ କରିବେ ନାହିଁ ଓ ସ୍ୱାମୀତ୍ୟକ୍ତା ସ୍ତ୍ରୀକୁ ବିବାହ କରିବେ ନାହିଁ, କାରଣ ସେ ଆପଣା ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର।
8 O santificarás portanto, pois o pão de teu Deus oferece: santo será para ti, porque santo sou eu o SENHOR vosso santificador.
ଏହେତୁ ତୁମ୍ଭେ ତାହାକୁ ପବିତ୍ର କରିବ; କାରଣ ସେ ତୁମ୍ଭ ପରମେଶ୍ୱରଙ୍କ ଭକ୍ଷ୍ୟ ଉତ୍ସର୍ଗ କରେ; ସେ ତୁମ୍ଭ ନିକଟରେ ପବିତ୍ର ହେବ; କାରଣ ତୁମ୍ଭମାନଙ୍କୁ ପବିତ୍ର କରୁ ଯେ ସଦାପ୍ରଭୁ ଆମ୍ଭେ, ଆମ୍ଭେ ପବିତ୍ର ଅଟୁ।
9 E a filha do homem sacerdote, se começar a se prostituir, a seu pai profana: queimada será ao fogo.
ଆଉ, କୌଣସି ଯାଜକର କନ୍ୟା ଯଦି ବ୍ୟଭିଚାର କ୍ରିୟା ଦ୍ୱାରା ଆପଣାକୁ ଅପବିତ୍ର କରେ, ତେବେ ସେ ଆପଣା ପିତାକୁ ଅପବିତ୍ର କରେ; ସେ ଅଗ୍ନିରେ ପୋଡ଼ାଯିବ।
10 E aquele que é o sumo sacerdote entre seus irmãos, sobre cuja cabeça foi derramado o azeite da unção, e que foi consagrado para usar as vestimentas, não descobrirá sua cabeça, nem rasgará as suas vestes;
ଆଉ, ଆପଣା ଭ୍ରାତାମାନଙ୍କ ମଧ୍ୟରୁ ଯେଉଁ ଜନ ପ୍ରଧାନ ଯାଜକ ହୋଇଅଛି, ଯାହାର ମସ୍ତକରେ ଅଭିଷେକାର୍ଥକ ତୈଳ ଢଳା ଯାଇଅଛି ଓ ଯେ ପବିତ୍ର ବସ୍ତ୍ର ପରିଧାନ କରିବା ପାଇଁ ପଦରେ ନିଯୁକ୍ତ ହୋଇଅଛି, ସେ ଆପଣା ମସ୍ତକର କେଶ ମୁକୁଳା କରିବ ନାହିଁ ଓ ଆପଣା ବସ୍ତ୍ର ଚିରିବ ନାହିଁ।
11 nem entrará onde haja alguma pessoa morta, nem por seu pai, ou por sua mãe se contaminará.
କିଅବା ସେ ଗୃହ ଭିତରେ ଶବ ନିକଟକୁ ଯିବ ନାହିଁ, ଅବା ଆପଣା ପିତା ବା ଆପଣା ମାତା ସକାଶୁ ଆପଣାକୁ ଅଶୁଚି କରିବ ନାହିଁ।
12 nem sairá do santuário, nem contaminará o santuário de seu Deus; porque a coroa do azeite da unção de seu Deus está sobre ele: Eu sou o SENHOR.
ଅଥବା ପବିତ୍ର ସ୍ଥାନରୁ ବାହାରିବ ନାହିଁ, ଅବା ଆପଣା ପରମେଶ୍ୱରଙ୍କ ପବିତ୍ର ସ୍ଥାନକୁ ଅପବିତ୍ର କରିବ ନାହିଁ; କାରଣ ତାହାର ପରମେଶ୍ୱରଙ୍କ ଅଭିଷେକାର୍ଥକ ତୈଳରୂପ ମୁକୁଟ ତାହା ଉପରେ ଅଛି; ଆମ୍ଭେ ସଦାପ୍ରଭୁ ଅଟୁ।
13 E tomará ele mulher com sua virgindade.
ପୁଣି, ସେ କେବଳ ଅନୂଢ଼ାକୁ ବିବାହ କରିବ;
14 Viúva, ou repudiada, ou infame, ou prostituta, estas não tomará: mas tomará virgem de seus povos por mulher.
ବିଧବା, ତ୍ୟକ୍ତା, କଳଙ୍କିନୀ କିଅବା ବେଶ୍ୟାକୁ ବିବାହ କରିବ ନାହିଁ; ମାତ୍ର ସେ ଆପଣା ଲୋକମାନଙ୍କ ମଧ୍ୟରୁ କୌଣସି ଏକ କନ୍ୟାକୁ ବିବାହ କରିବ।
15 E não profanará sua descendência em seus povos; porque eu o SENHOR sou o que os santifico.
ଆଉ, ସେ ଆପଣା ଲୋକମାନଙ୍କ ମଧ୍ୟରେ ଆପଣା ବଂଶ ଅପବିତ୍ର କରିବ ନାହିଁ, କାରଣ ଆମ୍ଭେ ସଦାପ୍ରଭୁ ତାହାକୁ ପବିତ୍ର କରୁ।”
16 E o SENHOR falou a Moisés, dizendo:
ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
17 Fala a Arão, e dize-lhe: O homem de tua semente em suas gerações, no qual houver falta, não se achegará para oferecer o pão de seu Deus.
“ତୁମ୍ଭେ ହାରୋଣକୁ କୁହ, ପୁରୁଷାନୁକ୍ରମେ ତୁମ୍ଭ ବଂଶ ମଧ୍ୟରେ ଯାହାର ଶରୀରରେ ଖୁଣ ଥାଏ, ସେ ଆପଣା ପରମେଶ୍ୱରଙ୍କ ‘ଭକ୍ଷ୍ୟଦ୍ରବ୍ୟ’ ଉତ୍ସର୍ଗ କରିବା ପାଇଁ ନିକଟକୁ ଯିବ ନାହିଁ।
18 Porque nenhum homem no qual houver falta, se achegará: homem cego, ou coxo, ou rosto mutilado, ou membro deformado,
ଯେକୌଣସି ଲୋକର ଖୁଣ ଅଛି, ସେ ନିକଟବର୍ତ୍ତୀ ହେବ ନାହିଁ; ବିଶେଷରେ ଅନ୍ଧ ଲୋକ, ଛୋଟା, ଯାହାର ନାକ ବିକୃତ, ଅଧିକ ଅଙ୍ଗ,
19 Ou homem no qual houver fratura de pé ou rotura da mão,
ଭଗ୍ନପାଦ, ଭଗ୍ନହସ୍ତ,
20 Ou corcunda, ou anão, ou que tiver visão embaçada, ou que tenha sarna, ou impigem, ou testículo mutilado;
କୁଜା, ବାମନ, ଅବା ଯାହାର ଚକ୍ଷୁରେ ଖୁଣ ଅଛି, ଜାଦୁ ରୋଗୀ, କାଛୁ ରୋଗୀ, ଭଗ୍ନକୋଷ;
21 Nenhum homem da descendência de Arão sacerdote, no qual houver falta, se achegará para oferecer as ofertas acendidas do SENHOR. Há falta nele; não se achegará a oferecer o pão de seu Deus.
ଏପରି ଖୁଣବିଶିଷ୍ଟ ଯେଉଁ ପୁରୁଷ ହାରୋଣ ଯାଜକଙ୍କର ବଂଶ ମଧ୍ୟରେ ଥାଏ, ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବା ପାଇଁ ନିକଟକୁ ଯିବ ନାହିଁ; ତାହାର ଖୁଣ ଅଛି; ସେ ଆପଣା ପରମେଶ୍ୱରଙ୍କ ‘ଭକ୍ଷ୍ୟ’ ଉତ୍ସର୍ଗ କରିବା ପାଇଁ ନିକଟକୁ ଆସିବ ନାହିଁ।
22 O pão de seu Deus, do muito santo e as coisas santificadas, comerá.
ସେ ଆପଣା ପରମେଶ୍ୱରଙ୍କର ମହାପବିତ୍ର ବା ପବିତ୍ର ‘ଭକ୍ଷ୍ୟ’ ଭୋଜନ କରିବ।
23 Porém não entrará do véu dentro, nem se achegará ao altar, porquanto há falta nele: e não profanará meu santuário, porque eu o SENHOR sou o que os santifico.
ମାତ୍ର ବିଚ୍ଛେଦ ବସ୍ତ୍ରର ଭିତରକୁ ଯିବ ନାହିଁ, କିଅବା ବେଦି ନିକଟକୁ ଆସିବ ନାହିଁ, କାରଣ ତାହାର ଖୁଣ ଅଛି; ସେ ଆମ୍ଭର ପବିତ୍ର ସ୍ଥାନସକଳ ଅପବିତ୍ର କରିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ସେହି ସମସ୍ତ ପବିତ୍ର କରୁ।”
24 E Moisés falou isto a Arão, e a seus filhos, e a todos os filhos de Israel.
ଏହି ପ୍ରକାରେ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଓ ସମସ୍ତ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହି କଥା କହିଲେ।