< 2 Corinteni 4 >

1 De aceea văzând că avem acest serviciu, așa cum am primit milă, nu ne descurajăm;
ଅତଏବ, ଆମ୍ଭେମାନେ ଦୟା ପ୍ରାପ୍ତ ହୋଇ ଏହି ସେବକପଦ ପାଇବାରୁ ସାହସବିହୀନ ନୋହୁଁ,
2 Ci am renunțat la cele ascunse ale necinstei, nu umblând în viclenie, nici mânuind înșelător cuvântul lui Dumnezeu, ci prin manifestarea adevărului ne recomandăm pe noi înșine conștiinței fiecărui om, înaintea lui Dumnezeu.
ମାତ୍ର ଆମ୍ଭେମାନେ ଲଜ୍ଜାଜନକ ଗୁପ୍ତ ବିଷୟସବୁ ପରିତ୍ୟାଗ କରିଅଛୁ; ଏଣୁ ଆମ୍ଭେମାନେ ଧୂର୍ତ୍ତତାରେ ଆଚରଣ କରୁ ନାହୁଁ ଅବା ଈଶ୍ବରଙ୍କ ବାକ୍ୟ ଛଳରେ ବ୍ୟବହାର କରୁ ନାହୁଁ, କିନ୍ତୁ ସତ୍ୟ ପ୍ରକାଶ ଦ୍ୱାରା ଈଶ୍ବରଙ୍କ ସାକ୍ଷାତରେ ପ୍ରତ୍ୟେକ ମନୁଷ୍ୟର ବିବେକ ନିକଟରେ ଆପଣା ଆପଣାକୁ ଯୋଗ୍ୟ ଦେଖାଉଅଛ।
3 Dar dacă evanghelia noastră este ascunsă, este ascunsă celor pierduți,
କିନ୍ତୁ ଯଦ୍ୟପି ଆମ୍ଭମାନଙ୍କ ସୁସମାଚାର ଆଚ୍ଛାଦିତ ଥାଏ, ତାହା ବିନାଶପ୍ରାପ୍ତମାନଙ୍କ ପକ୍ଷରେ ଆଚ୍ଛାଦିତ;
4 În care dumnezeul acestei lumi a orbit mințile celor ce nu cred, încât lumina glorioasei evanghelii a lui Cristos, care este chipul lui Dumnezeu, să nu strălucească peste ei. (aiōn g165)
ଈଶ୍ବରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହି ପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥିନିମନ୍ତେ ଏହି ଜଗତ୍‍ପତି ଅବିଶ୍ୱାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି। (aiōn g165)
5 Fiindcă nu ne predicăm pe noi înșine, ci pe Cristos Isus, Domnul; iar pe noi înșine robii voștri pentru Isus.
କାରଣ ଆମ୍ଭେମାନେ ଆପଣା ଆପଣାକୁ ପ୍ରଚାର କରୁ ନାହୁଁ, ମାତ୍ର ଖ୍ରୀଷ୍ଟ ଯୀଶୁ ଯେ ପ୍ରଭୁ, ପୁଣି, ଯୀଶୁଙ୍କ ସକାଶେ ଆମ୍ଭେମାନେ ଯେ ତୁମ୍ଭମାନଙ୍କର ସେବକ, ଏହା ପ୍ରଚାର କରୁ।
6 Pentru că Dumnezeu, care a poruncit luminii să strălucească din întuneric, a strălucit în inimile noastre spre lumina cunoașterii gloriei lui Dumnezeu pe fața lui Isus Cristos.
ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ବର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଈଶ୍ବରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି।
7 Dar avem acest tezaur în vase de lut, pentru ca măreția puterii să fie a lui Dumnezeu și nu din noi.
ମାତ୍ର ମହାଶକ୍ତି ଯେ ଈଶ୍ବରଙ୍କର, ପୁଣି, ତାହା ଯେ ଆମ୍ଭମାନଙ୍କଠାରୁ ଉତ୍ପନ୍ନ ନୁହେଁ, ଏହା ଯେପରି ପ୍ରକାଶ ପାଏ, ଏଥିନିମନ୍ତେ ଆମ୍ଭେମାନେ ଏହି ଧନ ମୃତ୍ତିକା ପାତ୍ରରେ ପାଇଅଛୁ;
8 Suntem tulburați din fiecare parte, totuși nu strâmtorați; derutați, dar nu în disperare;
ଆମ୍ଭେମାନେ ସର୍ବପ୍ରକାରେ କ୍ଳେଶଭୋଗ କରୁଅଛୁ, ତଥାପି ଅବରୁଦ୍ଧ ନୋହୁଁ; ହତବୁଦ୍ଧି ହେଉଅଛୁ, ତଥାପି ନିରାଶ ନୋହୁଁ;
9 Persecutați, dar nu părăsiți; trântiți jos, dar nu distruși.
ତାଡ଼ନା ପ୍ରାପ୍ତ ହେଉଅଛୁ, ତଥାପି ପରିତ୍ୟକ୍ତ ନୋହୁଁ; ଅଧଃପତିତ ହେଉଅଛୁ, ତଥାପି ବିନଷ୍ଟ ନୋହୁଁ;
10 Purtând totdeauna în trup uciderea Domnului Isus, pentru ca și viața lui Isus să fie arătată în trupul nostru.
ଆମ୍ଭେମାନେ ସର୍ବଦା ଯୀଶୁଙ୍କ ମୃତ୍ୟୁଭୋଗ ଶରୀରରେ ଅନୁଭବ କରୁଅଛୁ, ଯେପରି ଯୀଶୁଙ୍କ ଜୀବନ ମଧ୍ୟ ଆମ୍ଭମାନଙ୍କ ଶରୀରରେ ପ୍ରକାଶିତ ହୁଏ।
11 Fiindcă noi, care trăim, suntem totdeauna dați morții pentru Isus, ca și viața lui Isus să fie arătată în carnea noastră muritoare.
କାରଣ ଯୀଶୁଙ୍କ ଜୀବନ ଯେପରି ଆମ୍ଭମାନଙ୍କ ମର୍ତ୍ତ୍ୟ ଶରୀରରେ ପ୍ରକାଶିତ ହୁଏ, ଏଥିପାଇଁ ଆମ୍ଭେମାନେ ଜୀବିତ ହେଲେ ହେଁ ସର୍ବଦା ଯୀଶୁଙ୍କ ସକାଶେ ମୃତ୍ୟୁମୁଖରେ ସମର୍ପିତ ହେଉଅଛୁ।
12 Astfel că moartea lucrează în noi, dar viața în voi.
ଏହି ପ୍ରକାରେ ଆମ୍ଭମାନଙ୍କଠାରେ ମୃତ୍ୟୁ, କିନ୍ତୁ ତୁମ୍ଭମାନଙ୍କଠାରେ ଜୀବନ କାର୍ଯ୍ୟ ସାଧନ କରୁଅଛି।
13 Și, având același duh al credinței, conform cu ce este scris: Eu am crezut și de aceea am vorbit; și noi credem și de aceea vorbim,
“ମୁଁ ବିଶ୍ୱାସ କଲି, ଏଣୁ କଥା କହିଲି,” ଶାସ୍ତ୍ରରେ ଏହି ଲିଖିତ ବାକ୍ୟ ଅନୁସାରେ ସେହି ବିଶ୍ୱାସଜନକ ଆତ୍ମା ପାଇଥିବାରୁ ଆମ୍ଭେମାନେ ମଧ୍ୟ ବିଶ୍ୱାସ କରୁ, ଏଣୁ ମଧ୍ୟ କଥା କହୁ;
14 Știind că cel care l-a înviat pe Domnul Isus, ne va învia și pe noi prin Isus și ne va prezenta împreună cu voi.
କାରଣ ଆମ୍ଭେମାନେ ଜାଣୁ, ପ୍ରଭୁ ଯୀଶୁଙ୍କୁ ଯେ ଉଠାଇଲେ, ସେ ଆମ୍ଭମାନଙ୍କୁ ମଧ୍ୟ ଯୀଶୁଙ୍କ ସହିତ ଉଠାଇବେ ଓ ତାହାଙ୍କ ଛାମୁରେ ତୁମ୍ଭମାନଙ୍କ ସହିତ ଉପସ୍ଥିତ କରିବେ।
15 Fiindcă toate sunt pentru voi, pentru ca harul abundent, prin mulțumirile multora, să abunde spre gloria lui Dumnezeu.
ଯେଣୁ ସମସ୍ତ ବିଷୟ ତୁମ୍ଭମାନଙ୍କ ସକାଶେ ହେଉଅଛି, ସେହିପରି ଅନେକ ଲୋକଙ୍କଠାରେ ଅନୁଗ୍ରହ ଅତ୍ୟଧିକ ବୃଦ୍ଧି ପାଇ ଈଶ୍ବରଙ୍କ ଗୌରବାର୍ଥେ ବହୁଳ ଧନ୍ୟବାଦର କାରଣ ହେଉ।
16 De aceea nu ne descurajăm; dar deși omul nostru de afară piere, totuși omul dinăuntru este înnoit zi de zi.
ତେଣୁ ଆମ୍ଭେମାନେ କ୍ଳାନ୍ତ ହେଉ ନାହୁଁ, କିନ୍ତୁ ଆମ୍ଭମାନଙ୍କର ବାହ୍ୟିକ ପୁରୁଷ କ୍ଷୟ ପାଇଲେ ସୁଦ୍ଧା ଆମ୍ଭମାନଙ୍କ ଆନ୍ତରିକ ପୁରୁଷ ଦିନକୁ ଦିନ ନୂତନୀକୃତ ହେଉଅଛି।
17 Fiindcă necazul nostru ușor, care este pentru o clipă, lucrează pentru noi, mai presus de orice, o greutate eternă de glorie; (aiōnios g166)
କାରଣ ଏହି କ୍ଷଣକାଳସ୍ଥାୟୀ ଲଘୁ କ୍ଳେଶ ଅତ୍ୟଧିକ ବାହୁଲ୍ୟ ରୂପେ ଆମ୍ଭମାନଙ୍କ ନିମନ୍ତେ ଅନନ୍ତକାଳସ୍ଥାୟୀ ମହା ଗୌରବ ସାଧନ କରୁଅଛି; (aiōnios g166)
18 În timp ce noi nu ne uităm la cele văzute, ci la cele nevăzute, fiindcă cele care sunt văzute sunt trecătoare, dar cele nevăzute sunt eterne. (aiōnios g166)
ଯେଣୁ ଆମ୍ଭେମାନେ ଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ ନ କରି ଅଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ କରୁଅଛୁ; କାରଣ ଦୃଶ୍ୟ ବିଷୟ କ୍ଷଣକାଳସ୍ଥାୟୀ, କିନ୍ତୁ ଅଦୃଶ୍ୟ ବିଷୟ ଅନନ୍ତକାଳସ୍ଥାୟୀ। (aiōnios g166)

< 2 Corinteni 4 >